Skip to content
The Believer's Library

Indian Revised Version(IRV) Odia - 2021

Genesis 27 IRVOry

Show IRVOry only
Verse × ×
1 When Isaac grew old and his eyes were too dim to see, he called Esau his older son and said, "My son." "Here I am," he answered. ଏଥିଉତ୍ତାରେ ଇସ୍‌ହାକ ବୃଦ୍ଧ ହୁଅନ୍ତେ, ଚକ୍ଷୁ ନିସ୍ତେଜ ହେବାରୁ ଆଉ ଦେଖି ପାରିଲେ ନାହିଁ; ସେତେବେଳେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଏଷୌକୁ ଡାକି କହିଲେ, “ପୁଅରେ,” ତହିଁରେ ସେ ଉତ୍ତର କଲା, “ଦେଖନ୍ତୁ, ମୁଁ ଏଠାରେ।”
2 Isaac said, "Look—I am old; I do not know the day of my death. ତହୁଁ ସେ ତାହାଙ୍କୁ କହିଲେ, “ଦେଖ, ମୁଁ ବୃଦ୍ଧ ହୋଇଅଛି, କେଉଁ ଦିନ ମୋହର ମୃତ୍ୟୁୁ ହେବ, ତାହା ମୁଁ ଜାଣେ ନାହିଁ।
3 Now take your gear—quiver and bow—go out to the field and hunt game for me. ଏବେ ବିନୟ କରୁଅଛି, ତୁମ୍ଭେ ଏତେବେଳେ ତୂଣ ଓ ଧନୁକାଦି ଶସ୍ତ୍ର ଘେନି ପ୍ରାନ୍ତରକୁ ଯାଇ ମୋʼ ନିମନ୍ତେ ମୃଗ ଆଣ।
4 Then make me the tasty food I love, bring it to eat, so my soul may bless you before I die." ପୁଣି, ମୁଁ ଯେରୂପ ଖାଦ୍ୟ ଭଲ ପାଏ, ସେହିପରି ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ଭୋଜନ ନିମନ୍ତେ ମୋʼ ନିକଟକୁ ଆଣ; ତହିଁରେ ମୋହର ପ୍ରାଣ ମୃତ୍ୟୁୁ ପୂର୍ବରେ ତୁମ୍ଭକୁ ଆଶୀର୍ବାଦ କରିବ।”
5 Rebekah listened as Isaac spoke to his son Esau. Esau went out to the field to hunt game and bring it back. ଇସ୍‌ହାକ ଆପଣା ପୁତ୍ର ଏଷୌକୁ ଏହି କଥା କହିବା ସମୟରେ ରିବିକା ଶୁଣିଲା। ଏହେତୁ ଏଷୌ ମୃଗୟା ମାଂସ ଆଣିବା ନିମନ୍ତେ କ୍ଷେତ୍ରକୁ ଗଲା ଉତ୍ତାରେ,
6 Rebekah said to her son Jacob, "I heard your father tell your brother Esau, ରିବିକା ଆପଣା ପୁତ୍ର ଯାକୁବଙ୍କୁ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ସହିତ ତୁମ୍ଭ ପିତାଙ୍କର କଥୋପକଥନ ମୁଁ ଶୁଣିଲି,
7 'Bring me game, make me a tasty meal to eat, so I may bless you before our Father before I die.' ସେ ତାହାକୁ କହିଲେ, ‘ତୁମ୍ଭେ ମୃଗୟା ମାଂସ ଆଣି ଆମ୍ଭ ନିମନ୍ତେ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କର, ତହିଁରେ ଆମ୍ଭେ ଭୋଜନ କରି ମୃତ୍ୟୁୁ ପୂର୍ବରେ ସଦାପ୍ରଭୁଙ୍କ ଛାମୁରେ ତୁମ୍ଭକୁ ଆଶୀର୍ବାଦ କରିବା।’
8 Now then, my son, listen to my voice and do exactly what I tell you. ଏନିମନ୍ତେ, ପୁଅ, ଏବେ ମୁଁ ତୁମ୍ଭକୁ ଯେଉଁ ଆଜ୍ଞା ଦେଉଅଛି, ମୋହର ସେହି କଥା ଶୁଣ।
9 Go to the flock and get me two good young goats from there, so I can make your father tasty food, just as he loves. ତୁମ୍ଭେ ଏବେ ଗୋଠକୁ ଯାଇ ସେଠାରୁ ଦୁଇଗୋଟି ଉତ୍ତମ ଛେଳିଛୁଆ ଆଣ; ତହିଁରେ ତୁମ୍ଭର ପିତା ଯେପରି ଭଲ ପାʼନ୍ତି, ସେହିପରି ସୁସ୍ୱାଦୁ ଖାଦ୍ୟ ମୁଁ ରାନ୍ଧିଦେବି।
10 Then take it to your father to eat, so that he may bless you before he dies." ତୁମ୍ଭେ ତାହା ଘେନି ପିତାଙ୍କ ନିକଟକୁ ଯାଅ; ତହିଁରେ ସେ ତାହା ଭୋଜନ କରି ମୃତ୍ୟୁୁ ପୂର୍ବରୁ ତୁମ୍ଭକୁ ଆଶୀର୍ବାଦ କରିବେ।”
11 Jacob said to his mother Rebekah, "Look, Esau my brother is a hairy man, and I'm smooth. ସେତେବେଳେ ଯାକୁବ ଆପଣା ମାତା ରିବିକାକୁ କହିଲା, “ଦେଖ, ମୋହର ଭ୍ରାତା ଏଷୌ ଲୋମଶ, ମାତ୍ର ମୁଁ ନିର୍ଲୋମ।
12 What if my father feels me? I'll seem a deceiver to him, and bring on myself a curse, not a blessing." ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”
13 His mother said, "My son, let your curse fall on me—just listen to my voice: go, bring them to me." ମାତ୍ର ତାହାର ମାତା କହିଲା, “ପୁଅ, ସେହି ଅଭିଶାପ ମୋତେ ଘଟୁ, କେବଳ ତୁମ୍ଭେ ମୋʼ କଥା ମାନ ଓ ଯାଇ ଛେଳିଛୁଆ ଆଣ।”
14 So Jacob went, took the goats, and brought them to his mother, who made the tasty food his father loved. ତହୁଁ ଯାକୁବ ଯାଇ ତାହା ଘେନି ମାତା ନିକଟକୁ ଆଣନ୍ତେ, ମାତା ତାହାର ପିତାଙ୍କର ରୁଚି ଅନୁସାରେ ସୁସ୍ୱାଦୁ ଖାଦ୍ୟ ରନ୍ଧନ କଲା।
15 Then Rebekah took Esau her older son's best clothes, kept with her in the house, and dressed Jacob her younger son. ତହିଁରେ ରିବିକା ଘରେ ଆପଣା ନିକଟରେ ଜ୍ୟେଷ୍ଠ ପୁତ୍ର ଏଷୌର ଥିବା ଉତ୍ତମ ବସ୍ତ୍ର ଆଣି କନିଷ୍ଠ ପୁତ୍ର ଯାକୁବକୁ ପିନ୍ଧାଇଲା।
16 She covered his hands and smooth neck with the goat skins. ପୁଣି, ଛେଳିଛୁଆର ଛାଲ ଘେନି ତାହା ହସ୍ତରେ ଓ ଗଳଦେଶର ନିର୍ଲୋମ ସ୍ଥାନରେ ଗୁଡ଼ାଇ ଦେଲା।
17 Then she handed her son Jacob the tasty meal and the bread she had made. ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା।
18 Jacob came to his father and said, "My father." He said, "Here I am. Who are you, my son?" ତହୁଁ ଯାକୁବ ଆପଣା ପିତା ନିକଟକୁ ଯାଇ କହିଲା, “ପିତଃ,” ସେ ଉତ୍ତର କଲେ, “ଦେଖ, ମୁଁ ଏଠାରେ ପୁତ୍ର, ତୁମ୍ଭେ କିଏ?”
19 Jacob said to his father, "I am Esau, your firstborn. I've done as you told me. Please sit up and eat my game, so your soul may bless me." ଯାକୁବ ଆପଣା ପିତାଙ୍କୁ କହିଲା, “ମୁଁ ଆପଣଙ୍କ ଜ୍ୟେଷ୍ଠ ପୁତ୍ର ଏଷୌ; ଆପଣ ଯାହା ଆଜ୍ଞା କରିଥିଲେ, ମୁଁ ତାହା କରିଅଛି, ଏବେ ନିବେଦନ କରୁଅଛି, ଆପଣ ଉଠନ୍ତୁ, ପୁଣି, ବସି ମୋହର ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
20 Isaac asked his son, "How did you find it so fast, my son?" He said, "Because your Father granted me success." ତହିଁରେ ଇସ୍‌ହାକ ଆପଣା ପୁତ୍ରକୁ କହିଲେ, “ପୁତ୍ର, ତୁମ୍ଭେ ଏତେ ଶୀଘ୍ର ତାହା କିପରି ପାଇଲ?” ସେ କହିଲା, “ଆପଣଙ୍କ ସଦାପ୍ରଭୁ ପରମେଶ୍ୱର ମୋତେ ତାହା ଭେଟାଇ ଦେଲେ।”
21 Isaac said to Jacob, "Please come closer, my son, so I can feel you, to know whether you really are my son Esau or not." ଇସ୍‌ହାକ ଯାକୁବଙ୍କୁ ଆହୁରି କହିଲେ, “ପୁତ୍ର, ମୋʼ ପାଖକୁ ଆସ, ତୁମ୍ଭେ ପ୍ରକୃତରେ ମୋହର ପୁତ୍ର ଏଷୌ କି ନାହିଁ, ତୁମ୍ଭକୁ ସ୍ପର୍ଶ କରି ଜାଣିବି।”
22 Jacob went to his father Isaac, who felt him and said, "The voice is Jacob's voice, but the hands are Esau's hands." ତହୁଁ ଯାକୁବ ଆପଣା ପିତା ଇସ୍‌ହାକଙ୍କ ନିକଟକୁ ଯାʼନ୍ତେ, ସେ ତାହା ସ୍ପର୍ଶ କରି କହିଲେ, “ଏହି ସ୍ୱର ଯାକୁବର ସ୍ୱର, ମାତ୍ର ଏହି ହସ୍ତ ଏଷୌର ହସ୍ତ ଅଟଇ।”
23 Isaac didn't recognize him, since Jacob's hands were as hairy as his brother Esau's hands, so Isaac blessed him. ଏହିରୂପେ ସେ ତାହାକୁ ଚିହ୍ନି ପାରିଲେ ନାହିଁ, ଯେହେତୁ ସେ ଆପଣା ଭ୍ରାତା ଏଷୌର ହସ୍ତ ନ୍ୟାୟ ଆପଣା ହସ୍ତ ଲୋମଯୁକ୍ତ କରିଥିଲା; ଏଣୁ ସେ ତାହାକୁ ଆଶୀର୍ବାଦ କଲେ।
24 He asked, "Are you really my son Esau?" And he said, "I am." ଏଥିଉତ୍ତାରେ ସେ କହିଲେ, “ତୁମ୍ଭେ କି ନିତାନ୍ତ ମୋହର ପୁତ୍ର ଏଷୌ?” ସେ କହିଲା, “ହଁ, ମୁଁ ସେହି।”
25 Isaac said, "Serve me my son's game, so my soul may bless you." Jacob served him, and he ate; he brought him wine, and he drank. ସେତେବେଳେ ଇସ୍‌ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍‌ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।
26 Then his father Isaac said to him, "Come closer, my son, and kiss me." ଏଥିଉତ୍ତାରେ ତାହାର ପିତା ଇସ୍‌ହାକ କହିଲେ, “ପୁତ୍ର, ଏବେ ମୋʼ ନିକଟକୁ ଆସି ମୋତେ ଚୁମ୍ବନ କର।”
27 So Jacob came closer and kissed him. Isaac smelled the scent of his clothes, blessed him, and said, "See—the scent of my son is like the scent of a field that our Father has blessed. ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‌ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;
28 May our Father give you the dew of heaven and the richness of the earth, and an abundance of grain and new wine. ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;
29 Let peoples serve you and nations bow to you. Rule your brothers, and let your mother's sons bow to you. Cursed be all who curse you, and blessed all who bless you." ଲୋକସମୂହ ତୁମ୍ଭର ସେବା କରନ୍ତୁ ଓ ନାନା ବଂଶ ତୁମ୍ଭକୁ ପ୍ରଣାମ କରନ୍ତୁ; ତୁମ୍ଭେ ଆପଣା ଜ୍ଞାତିମାନଙ୍କର କର୍ତ୍ତା ହୁଅ, ପୁଣି, ତୁମ୍ଭର ମାତୃପୁତ୍ରମାନେ ତୁମ୍ଭକୁ ପ୍ରଣାମ କରନ୍ତୁ; ଯେ ତୁମ୍ଭକୁ ଅଭିଶାପ ଦିଏ, ସେ ଅଭିଶପ୍ତ ହେଉ, ପୁଣି, ଯେ ତୁମ୍ଭକୁ ଆଶୀର୍ବାଦ କରେ, ସେ ଆଶୀର୍ବାଦ ପ୍ରାପ୍ତ ହେଉ।”
30 Just as Isaac finished blessing Jacob, and Jacob had barely left his father Isaac's presence, his brother Esau returned from the hunt. ଏହି ପ୍ରକାରେ ଇସ୍‌ହାକ ଯାକୁବଙ୍କୁ ଆଶୀର୍ବାଦ କଲା ଉତ୍ତାରେ ଯାକୁବ ଆପଣା ପିତା ଇସ୍‌ହାକଙ୍କ ନିକଟରୁ ବାହାର ହେବା ମାତ୍ରେ ତାହାର ଭ୍ରାତା ଏଷୌ ଶିକାରରୁ ଆସିଲା।
31 He also made a tasty dish, brought it to his father, and said to his father, "Let my father get up and eat some of his son's game, so your soul may bless me." ପୁଣି, ସେ ମଧ୍ୟ ସୁସ୍ୱାଦୁ ଖାଦ୍ୟ ପ୍ରସ୍ତୁତ କରି ପିତା ନିକଟକୁ ଆଣି କହିଲା, “ପିତଃ, ଆପଣ ଉଠି ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରନ୍ତୁ, ତହିଁ ଉତ୍ତାରେ ଆପଣ ମୋତେ ଆଶୀର୍ବାଦ କରନ୍ତୁ।”
32 His father Isaac asked him, "Who are you?" He said, "I am your son, your firstborn, Esau." ତହିଁରେ ତାହାର ପିତା ଇସ୍‌ହାକ କହିଲେ, “ତୁମ୍ଭେ କିଏ?” ସେ କହିଲା, “ମୁଁ ଆପଣଙ୍କ ପୁତ୍ର, ଆପଣଙ୍କ ପ୍ରଥମଜାତ ଏଷୌ।”
33 Isaac shook violently and said, "Who, then, hunted game and brought it to me? I ate it all before you came and blessed him—yes, blessed he will be!" ସେତେବେଳେ ଇସ୍‌ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋʼ ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”
34 When Esau heard his father's words, he let out a very loud, bitter cry and said to his father, "Bless me too, my father!" ଏଷୌ ପିତାଙ୍କର ଏହି କଥା ଶୁଣିବାମାତ୍ରେ ଅତ୍ୟନ୍ତ ବ୍ୟାକୁଳ ଚିତ୍ତରେ ମହାଚିତ୍କାର କଲା, ପୁଣି, ଆପଣା ପିତାଙ୍କୁ କହିଲା, “ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।”
35 Isaac said, "Your brother came dishonestly and took your blessing." ତହିଁରେ ଇସ୍‌ହାକ କହିଲେ, “ତୁମ୍ଭର ଭ୍ରାତା ଆସି ପ୍ରବଞ୍ଚନା କରି ତୁମ୍ଭର (ପ୍ରାପ୍ତବ୍ୟ) ଆଶୀର୍ବାଦ ହରଣ କରିଅଛି।”
36 Esau said, "Isn't he rightly named Jacob? He's cheated me twice: he took my birthright, and now he's taken my blessing." Then he asked, "Haven't you reserved a blessing for me?" ତହିଁରେ ଏଷୌ କହିଲା, “ତାହାର ଯଥାର୍ଥ ନାମ କି ଯାକୁବ ନୁହେଁ? ଯେହେତୁ ସେ ଦୁଇ ଥର ମୋତେ ପ୍ରବଞ୍ଚନା କରିଅଛି, ସେ ପୂର୍ବରେ ମୋର ଜ୍ୟେଷ୍ଠାଧିକାର ହରଣ କରିଥିଲା, ପୁଣି, ଦେଖ, ଏବେ ମୋର (ପ୍ରାପ୍ତବ୍ୟ) ଆଶୀର୍ବାଦ ମଧ୍ୟ ହରଣ କରିଅଛି।” ସେ ପୁନର୍ବାର କହିଲା, “ଆପଣ କି ମୋʼ ନିମନ୍ତେ ଗୋଟିଏ ଆଶୀର୍ବାଦ ରଖି ନାହାନ୍ତି?”
37 Isaac answered Esau, "Look, I have made him lord over you, given him all his brothers as servants, and sustained him with grain and new wine. What then can I do for you, my son?" ତହୁଁ ଇସ୍‌ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?”
38 Esau said to his father, "Do you have only one blessing, my father? Bless me too, my father!" Esau wept aloud. ତହିଁରେ ଏଷୌ ପୁନର୍ବାର ଆପଣା ପିତାଙ୍କୁ କହିଲା, “ପିତଃ, ଆପଣଙ୍କର କି କେବଳ ଗୋଟିଏ ଆଶୀର୍ବାଦ ଥିଲା? ହେ ପିତଃ, ମୋତେ, ମୋତେ ମଧ୍ୟ ଆଶୀର୍ବାଦ କରନ୍ତୁ।” ଏହା କହି ଏଷୌ ଉଚ୍ଚସ୍ୱରରେ କାନ୍ଦିବାକୁ ଲାଗିଲା।
39 Then his father Isaac replied to him, "Look—your dwelling will be away from the richness of the earth, and away from the dew of heaven above. ତହୁଁ ତାହାର ପିତା ଇସ୍‌ହାକ ଉତ୍ତର ଦେଇ କହିଲେ, “ଦେଖ, ତୁମ୍ଭର ବସତି ପୃଥିବୀର ଉର୍ବରତାବିହୀନ ଓ ଉପରିସ୍ଥ ଆକାଶର କାକର-ବିହୀନ ହେବ।
40 By your sword you will live, and you will serve your brother. But when you grow restless, you will break his yoke from your neck." ତୁମ୍ଭେ ଖଡ୍ଗଜୀବୀ ଓ ଆପଣା ଭ୍ରାତାର ଦାସ ହେବ, ମାତ୍ର ଯେତେବେଳେ ତୁମ୍ଭେ ବନ୍ଧନ ଛିଣ୍ଡାଇବ, ସେତେବେଳେ ଆପଣା କାନ୍ଧରୁ ତାହାର ଯୁଆଳି ପକାଇ ଦେବ।”
41 Esau bore a grudge against Jacob for the blessing his father gave him, and said to himself, "My father's mourning days are near; then I will kill my brother Jacob." ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”
42 Told what her older son Esau had said, Rebekah sent for her younger son Jacob and said, "Your brother Esau is consoling himself over you—he intends to kill you. ମାତ୍ର, ଜ୍ୟେଷ୍ଠ ପୁତ୍ର ଏଷୌର ଏରୂପ କଥା ରିବିକାର କର୍ଣ୍ଣଗୋଚର ହେଲା; ତହୁଁ ସେ ଲୋକ ପଠାଇ କନିଷ୍ଠ ପୁତ୍ର ଯାକୁବଙ୍କୁ ଡକାଇ କହିଲା, “ଦେଖ, ତୁମ୍ଭର ଭ୍ରାତା ଏଷୌ ତୁମ୍ଭକୁ ବଧ କରିବା ମାନସରେ ଆପଣାକୁ ପ୍ରବୋଧିତ କରୁଅଛି।
43 Now, my son, listen to my voice: get up, flee to my brother Laban in Haran. ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।
44 Stay with him a while—until your brother's fury subsides, ପୁଣି, ଯେପର୍ଯ୍ୟନ୍ତ ତୁମ୍ଭ ଭ୍ରାତାର ପ୍ରଚଣ୍ଡ କ୍ରୋଧ ନିବୃତ୍ତ ନ ହୁଏ, ସେପର୍ଯ୍ୟନ୍ତ କିଛି ଦିନ ସେଠାରେ ଥାଅ;
45 until your brother's anger turns from you and he forgets what you did to him. Then I'll send and bring you back from there. Why lose both of you in one day?" ଏଥିଉତ୍ତାରେ ତୁମ୍ଭ ପ୍ରତି ତୁମ୍ଭ ଭ୍ରାତାର କ୍ରୋଧ ନିବୃତ୍ତ ହେଲେ ଓ ତୁମ୍ଭେ ତାହା ପ୍ରତି ଯାହା କରିଅଛ, ତାହା ସେ ପାସୋରିଗଲେ, ମୁଁ ଲୋକ ପଠାଇ ସେଠାରୁ ତୁମ୍ଭକୁ ଅଣାଇବି; ଗୋଟିଏ ଦିନରେ ତୁମ୍ଭ ଦୁଇ ଜଣଙ୍କୁ କାହିଁକି ହରାଇବି?”
46 Rebekah said to Isaac, "I loathe my life because of these Hittite women. If Jacob takes a wife from the daughters of Heth, from this land, why should I live?" ଏଥିଉତ୍ତାରେ ରିବିକା ଇସ୍‌ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍‍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ?”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]