Skip to content
The Believer's Library

Indian Revised Version(IRV) Odia - 2021

Genesis 29 IRVOry

Show IRVOry only
Verse × ×
1 Then Jacob continued on his journey and came to the land of the eastern peoples. ଏଥିଉତ୍ତାରେ ଯାକୁବ ଯାତ୍ରାରେ ଅଗ୍ରସର ହୋଇ ପୂର୍ବଦିଗସ୍ଥ ଲୋକମାନଙ୍କ ଦେଶରେ ଉପସ୍ଥିତ ହେଲା।
2 He saw a well in the field, with three flocks lying beside it, since that well watered the flocks, and a large stone lay over its mouth. ତହୁଁ ସେ ଅନାଇଲା, ଆଉ ଦେଖ, କ୍ଷେତ୍ର ମଧ୍ୟରେ ଗୋଟିଏ କୂପ, ପୁଣି, ଦେଖ, ତହିଁ ନିକଟରେ ତିନି ପଲ ମେଷ ଶୋଇଛନ୍ତି; କାରଣ ଲୋକମାନେ ମେଷପଲକୁ ସେହି କୂପରୁ ଜଳ ପାନ କରାନ୍ତି; ସେହି କୂପ ମୁଖରେ ଖଣ୍ଡିଏ ବଡ଼ ପଥର ଘୋଡ଼ା ହୋଇଥାଏ।
3 There all the flocks would gather; shepherds rolled the stone off the well's mouth, watered the sheep, then returned the stone to its place over the well's mouth. ସେହି କୂପ ନିକଟରେ ସବୁ ପଲ ଏକତ୍ର ହୁଅନ୍ତି; ଆଉ, ଲୋକମାନେ ତାʼ ମୁଖରୁ ପଥର ଘୁଞ୍ଚାଇ ମେଷଗଣକୁ ଜଳ ପାନ କରାନ୍ତି, ପୁନର୍ବାର କୂପ ମୁଖରେ ଯଥାସ୍ଥାନରେ ପଥରଟା ଢାଙ୍କି ଦିଅନ୍ତି।
4 Jacob said to them, "My brothers, where are you from?" "We are from Haran," they replied. ଯାକୁବ ସେମାନଙ୍କୁ ପଚାରିଲା, “ହେ ଭାଇମାନେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ?” ସେମାନେ କହିଲେ, “ଆମ୍ଭେମାନେ ହାରଣ ନଗରର ଲୋକ।”
5 He asked them, "Do you know Laban, the son of Nahor?" "We know him," they answered. ତେବେ ଯାକୁବ ପଚାରିଲା, “ତୁମ୍ଭେମାନେ ନାହୋରର ପୌତ୍ର ଲାବନଙ୍କୁ ଚିହ୍ନ କି?” ସେମାନେ କହିଲେ, “ଆମ୍ଭେମାନେ ତାକୁ ଚିହ୍ନୁ।”
6 Then he asked, "Is he well?" "He is well," they said. "Look—his daughter Rachel comes with the sheep." ଯାକୁବ ପଚାରିଲା, “ସେ କୁଶଳରେ ଅଛନ୍ତି ତ?” ସେମାନେ କହିଲେ, “କୁଶଳରେ ଅଛି; ଏହି ଦେଖ, ତାହାର କନ୍ୟା ରାହେଲ ମେଷପଲ ଘେନି ଆସୁଅଛି।”
7 "Look," Jacob said, "the day is still high, too soon to gather the herds. Water the sheep, then go graze them." ସେତେବେଳେ ଯାକୁବ କହିଲା, “ଦେଖ, ଏବେ ବହୁତ ବେଳ ଅଛି; ମେଷପଲ ଏକତ୍ର କରିବାର ସମୟ ହୋଇ ନାହିଁ; ତୁମ୍ଭେମାନେ ମେଷଗଣକୁ ଜଳ ପାନ କରାଇ ପୁନର୍ବାର ଚରାଇବାକୁ ଘେନିଯାଅ।”
8 "We can't," they said, "until all the flocks gather and the stone is rolled off the well's mouth. Then we'll water the sheep." ମାତ୍ର ସେମାନେ କହିଲେ, “ତାହା ଆମ୍ଭେମାନେ କରି ନ ପାରୁ; ସମସ୍ତ ପଲ ଏକତ୍ର ହେବାର ଅପେକ୍ଷା କରିବାକୁ ହୁଏ; ତହିଁ ଉତ୍ତାରେ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଯାଏ, ତାହାହେଲେ, ଆମ୍ଭେମାନେ ମେଷଗଣକୁ ଜଳ ପାନ କରାଉ।”
9 While Jacob was still speaking with them, Rachel came with her father's flock, for she tended it. ଯାକୁବ ସେମାନଙ୍କ ସହିତ ଏପ୍ରକାର କଥାବାର୍ତ୍ତା କରୁଅଛି, ଏଥିମଧ୍ୟରେ ରାହେଲ ଆପଣା ପିତାଙ୍କର ମେଷପଲ ଘେନି ଉପସ୍ଥିତ ହେଲା, କାରଣ ସେ ମେଷପାଳିକା ଥିଲା।
10 When Jacob saw Rachel, daughter of Laban his mother's brother, and sheep of Laban his mother's brother, he approached, rolled the stone from the well's mouth, and watered the sheep of Laban his mother's brother. ସେତେବେଳେ ଯାକୁବ ଆପଣା ମାମୁଁ ଲାବନର କନ୍ୟା ରାହେଲକୁ ଓ ମାମୁଁର ମେଷପଲକୁ ଦେଖି ନିକଟକୁ ଯାଇ କୂପ ମୁଖରୁ ପ୍ରସ୍ତର ଘୁଞ୍ଚାଇ ମାମୁଁ ଲାବନର ପଲକୁ ଜଳ ପାନ କରାଇଲା।
11 Then Jacob kissed Rachel and wept aloud. ଏଥିଉତ୍ତାରେ ଯାକୁବ ରାହେଲକୁ ଚୁମ୍ବନ କରି ଉଚ୍ଚସ୍ୱରରେ କ୍ରନ୍ଦନ କରିବାକୁ ଲାଗିଲା।
12 Jacob told Rachel he was her father's relative, Rebekah's son. She ran and told her father. ପୁଣି, ଆପେ ଯେ ତାହାର ପିତାଙ୍କର କୁଟୁମ୍ବ ଓ ରିବିକାର ପୁତ୍ର, ଏହି ପରିଚୟ ଦେଲା; ତହୁଁ ରାହେଲ ଦୌଡ଼ିଯାଇ ଆପଣା ପିତାକୁ ସମାଚାର ଦେଲା।
13 As soon as Laban heard the news about Jacob his sister's son, he ran to meet him, hugged and kissed him, and brought him home. Jacob told Laban everything that had happened. ତହିଁରେ ଲାବନ ଆପଣା ଭଣଜା ଯାକୁବର ସମାଚାର ପାଇ ତାହା ସଙ୍ଗେ ସାକ୍ଷାତ କରିବାକୁ ଦୌଡ଼ିଗଲା, ପୁଣି, ତାହାକୁ ଆଲିଙ୍ଗନ ଓ ଚୁମ୍ବନ କରି ଆପଣା ଗୃହକୁ ନେଇଗଲା; ତହୁଁ ସେ ସମସ୍ତ ବିବରଣ ଲାବନକୁ ଜଣାଇଲା।
14 Laban said to him, "You are indeed my bone and flesh." So Jacob stayed with him a full month. ତହିଁରେ ଲାବନ କହିଲା, “ତୁମ୍ଭେ ନିତାନ୍ତ ଆମ୍ଭର ଅସ୍ଥି ଓ ମାଂସ ସ୍ୱରୂପ।” ତେଣୁ ଯାକୁବ ତାହାର ଗୃହରେ ମାସେ କାଳ ବାସ କଲା।
15 Laban said to Jacob, "Should you serve me for free just because you're my relative? Tell me—what should your wages be?" ଏଥିଉତ୍ତାରେ ଲାବନ ଯାକୁବଙ୍କୁ କହିଲା, “ତୁମ୍ଭେ ମୋହର କୁଟୁମ୍ବ ବୋଲି କି ବିନା ବେତନରେ ମୋହର ଦାସ୍ୟକର୍ମ କରିବ? ଏଣୁ କି ବେତନ ନେବ? ତାହା କୁହ।”
16 Now Laban had two daughters. The older was named Leah, and the younger was named Rachel. ସେହି ଲାବନର ଦୁଇ କନ୍ୟା ଥିଲେ; ଜ୍ୟେଷ୍ଠାର ନାମ ଲେୟା, କନିଷ୍ଠାର ନାମ ରାହେଲ।
17 Leah's eyes were dull, but Rachel was lovely in form and beautiful to look at. ଲେୟା କ୍ଷୀଣାକ୍ଷୀ, ମାତ୍ର ରାହେଲ ସୁନ୍ଦରୀ ଓ ରୂପବତୀ ଥିଲା।
18 Jacob loved Rachel and said, "I'll serve you seven years for your younger daughter Rachel." ଆଉ ଯାକୁବ ରାହେଲକୁ ପ୍ରେମ କଲା; ଏଥିନିମିତ୍ତ ସେ ଉତ୍ତର କଲା, “ତୁମ୍ଭର କନିଷ୍ଠା କନ୍ୟା ରାହେଲ ନିମନ୍ତେ ମୁଁ ସାତ ବର୍ଷ ତୁମ୍ଭର ଦାସ୍ୟକର୍ମ କରିବି।”
19 Laban said, "Better that I give her to you than to another man. Stay here with me." ତହିଁରେ ଲାବନ କହିଲା, “ଅନ୍ୟ ପୁରୁଷକୁ ଦାନ କରିବା ଅପେକ୍ଷା ତୁମ୍ଭକୁ ଦାନ କରିବା ଅଧିକ ଉତ୍ତମ; ମୋʼ ନିକଟରେ ଥାଅ।”
20 Jacob served seven years for Rachel; they felt like only a few days because he loved her. ଏହିରୂପେ ଯାକୁବ ରାହେଲ ନିମନ୍ତେ ସାତ ବର୍ଷ ଦାସ୍ୟକର୍ମ କଲା; ପୁଣି, ରାହେଲ ପ୍ରତି ତାହାର ଏରୂପ ପ୍ରେମ ଥିଲା, ଯେ ସେହି ସାତ ବର୍ଷ ତାହା ପ୍ରତି କେବଳ ଅଳ୍ପ ଦିନ ପରି ବୋଧ ହେଲା।
21 Jacob said to Laban, "Give me my wife—my time is complete—so I can go in to her." ଏଥିଉତ୍ତାରେ ଯାକୁବ ଲାବନକୁ କହିଲା, “ମୋହର ନିୟମିତ କାଳ ସମ୍ପୂର୍ଣ୍ଣ ହେଲା, ଏବେ ମୋʼ ଭାର୍ଯ୍ୟା ମୋତେ ଦିଅ, ମୁଁ ତାହାର ସହବାସ କରିବି।”
22 So Laban gathered together all the men of the place and made a feast. ତହିଁରେ ଲାବନ ସେହି ସ୍ଥାନର ସମସ୍ତ ଲୋକଙ୍କୁ ଏକତ୍ର କରି ଭୋଜ ପ୍ରସ୍ତୁତ କଲା।
23 That evening he brought his daughter Leah to Jacob, and he was intimate with her. ସନ୍ଧ୍ୟାକାଳରେ ସେ ଆପଣା କନ୍ୟା ଲେୟାକୁ ଘେନି ଯାକୁବ ନିକଟକୁ ଆଣିଲା; ପୁଣି, ସେ ତାହାର ସହବାସ କଲା।
24 And Laban gave his servant Zilpah to his daughter Leah as her servant. ଆଉ ଲାବନ ଆପଣା କନ୍ୟା ଲେୟାର ଦାସୀ ହେବା ନିମନ୍ତେ ସିଳ୍ପା ନାମ୍ନୀ ଆପଣା ଦାସୀକୁ ଦେଲା।
25 In the morning—it was Leah! Jacob said to Laban, "What have you done to me? Didn't I serve you for Rachel? Why did you deceive me?" ମାତ୍ର ପ୍ରଭାତ ହୁଅନ୍ତେ, ଦେଖ, ସେ ତ ଲେୟା! ତହୁଁ ଯାକୁବ ଲାବନଙ୍କୁ କହିଲା, “ତୁମ୍ଭେ ମୋʼ ସହିତ ଏ କି ବ୍ୟବହାର କରିଅଛ? ମୁଁ କʼଣ ରାହେଲ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରି ନାହିଁ; ତେବେ କାହିଁକି ମୋତେ ପ୍ରବଞ୍ଚନା କରିଅଛ?”
26 Laban replied, "It's not the custom here to give the younger before the firstborn. ତହିଁରେ ଲାବନ କହିଲା, “ଜ୍ୟେଷ୍ଠା ଥାଉ ଥାଉ କନିଷ୍ଠାକୁ ଦାନ କରିବା ଆମ୍ଭମାନଙ୍କ ଦେଶାଚାର ନୁହେଁ।
27 Finish this one's bridal week, then we'll give you the other too—for another seven years of work." ଏହାର ସପ୍ତାହ ପୂର୍ଣ୍ଣ କର, ତହିଁ ଉତ୍ତାରେ ଯଦି ଆଉ ସାତ ବର୍ଷ ମୋହର ଦାସ୍ୟକର୍ମ କରିବ, ତେବେ ଅନ୍ୟ କନ୍ୟାକୁ ହିଁ ତୁମ୍ଭକୁ ଦାନ କରିବି।”
28 Jacob did this, completed her week, and Laban gave him his daughter Rachel as his wife. ତହିଁରେ ଯାକୁବ ସେହି ପ୍ରକାରେ ତାହାର ସପ୍ତାହ ପୂର୍ଣ୍ଣ କଲା; ତହୁଁ ଲାବନ ତାହା ସହିତ ଆପଣା କନ୍ୟା ରାହେଲକୁ ବିବାହ କରିଦେଲା।
29 And Laban gave his servant Bilhah to his daughter Rachel as her servant. ପୁଣି, ରାହେଲର ଦାସୀ ହେବା ନିମନ୍ତେ ସେ ଆପଣାର ବିଲ୍‌ହା ନାମ୍ନୀ ଦାସୀକୁ ଦେଲା।
30 Jacob slept with Rachel too, and loved her more than Leah. He served Laban seven more years. ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
31 When our Father saw that Leah was unloved, he opened her womb; but Rachel was barren. ଏଥିଉତ୍ତାରେ ସଦାପ୍ରଭୁ ଲେୟାକୁ ଅପମାନିତା ଦେଖି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ; ମାତ୍ର ରାହେଲ ବନ୍ଧ୍ୟା ହେଲା।
32 Leah conceived and bore a son, and named him Reuben, for she said, "Our Father has seen my suffering; surely now my husband will love me." ଏଥିପାଇଁ ଲେୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରନ୍ତେ, ତାହାର ନାମ ରୁବେନ୍‍ (ପୁତ୍ରକୁ ଦେଖ) ଦେଲା; ଯେହେତୁ ସେ କହିଲା, “ସଦାପ୍ରଭୁ ମୋହର ଦୁଃଖ ଦେଖିଅଛନ୍ତି; ଏବେ ମୋʼ ସ୍ୱାମୀ ମୋତେ ଭଲ ପାଇବେ।”
33 She conceived again, bore a son, and said, "Because our Father heard I was unloved, he gave me this one too." So she named him Simeon. ଆଉ, ସେ ପୁନର୍ବାର ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ମୁଁ ଅପମାନିତା ଅଟେ, ଏହା ସଦାପ୍ରଭୁ ଶ୍ରବଣ କରି ମୋତେ ଏହି ପୁତ୍ର ଦେଲେ,” ଏଣୁ ସେ ତାହାର ନାମ ଶିମୀୟୋନ (ଶ୍ରବଣ) ଦେଲା।
34 She conceived again and bore a son, and said, "This time my husband will be joined to me, since I have borne him three sons." So he was named Levi. ପୁନର୍ବାର ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ଏଥର ସ୍ୱାମୀ ମୋʼ ଠାରେ ଆସକ୍ତ ହେବେ, ଯେହେତୁ ମୁଁ ତାଙ୍କର ତିନି ପୁତ୍ର ପ୍ରସବ କରିଅଛି,” ଏହେତୁ ତାହାର ନାମ ଲେବୀ (ଆସକ୍ତ) ଦେଲା।
35 She conceived again and bore a son, and said, "This time I will praise our Father." So she named him Judah. Then she stopped bearing children. ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭନିବୃତ୍ତି ହେଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]