Skip to content
The Believer's Library

Indian Revised Version(IRV) Odia - 2021

Genesis 3 IRVOry

Show IRVOry only
Verse × ×
1 The serpent was shrewder than any field animal our Father had made. He asked the woman, "Did God really say, 'You must not eat from any tree in the garden'?" ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ‘ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି?’”
2 The woman said to the serpent, "We may eat the fruit from the trees in the garden, ନାରୀ ସର୍ପକୁ କହିଲେ, “ଆମ୍ଭେମାନେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ଖାଇପାରୁ;
3 but God said, 'Don't eat the tree's fruit in the garden's middle, or touch it, or you'll die.'" କେବଳ ଉଦ୍ୟାନର ମଧ୍ୟସ୍ଥିତ ବୃକ୍ଷର ଫଳ ବିଷୟରେ ପରମେଶ୍ୱର କହିଅଛନ୍ତି, ‘ତୁମ୍ଭେମାନେ ତାହା ଖାଇବ ନାହିଁ ଓ ଛୁଇଁବ ନାହିଁ, ତାହା କଲେ ମରିବ।’”
4 But the serpent said to the woman, "You will certainly not die. ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;
5 God knows that when you eat from it, your eyes will open and you'll be like God, knowing good and evil." ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”
6 The woman saw the tree was good for food, delightful to the eyes, and desirable for wisdom. She took its fruit, ate, gave some to her husband with her, and he ate. ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
7 Then the eyes of both of them were opened, and they knew they were naked; they sewed fig leaves together and made themselves coverings. ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।
8 They heard the sound of our Father walking in the garden in the cool of the day, and the man and his wife hid from his presence among the garden's trees. ତହୁଁ ଦିନାବସାନ ସମୟରେ ଉଦ୍ୟାନ ମଧ୍ୟରେ ଗମନାଗମନକାରୀ ସଦାପ୍ରଭୁ ପରମେଶ୍ୱରଙ୍କ ରବ ଶୁଣି ଆଦମ ଓ ତାଙ୍କର ଭାର୍ଯ୍ୟା ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରୁ ଉଦ୍ୟାନସ୍ଥ ବୃକ୍ଷଗଣ ମଧ୍ୟରେ ଲୁଚିଲେ।
9 But our Father called to the man and said to him, "Where are you?" ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ?”
10 The man said, "I heard you in the garden and was afraid, for I was naked, so I hid." ସେ ଉତ୍ତର କଲେ, “ମୁଁ ଉଦ୍ୟାନ ମଧ୍ୟରେ ତୁମ୍ଭ ରବ ଶୁଣି ଆପଣା ଉଲଙ୍ଗତା ସକାଶେ ଭୀତ ହୋଇ ଲୁଚିଲି।”
11 Our Father said, "Who told you you're naked? Did you eat from the tree I forbade you to eat from?" ପରମେଶ୍ୱର କହିଲେ, “ତୁମ୍ଭେ ଉଲଙ୍ଗ ଅଛ, ଏହା କିଏ ତୁମ୍ଭକୁ ଜଣାଇଲା? ଆମ୍ଭେ ଯେଉଁ ବୃକ୍ଷର ଫଳ ଖାଇବାକୁ ନିଷେଧ କରିଥିଲୁ, ତାହା କି ତୁମ୍ଭେ ଖାଇଅଛ?”
12 The man said, "The woman you put with me gave me fruit from the tree, and I ate." ଆଦମ କହିଲେ, “ତୁମ୍ଭେ ଯେଉଁ ସ୍ତ୍ରୀଙ୍କୁ ମୋହର ସଙ୍ଗିନୀ ହେବାକୁ ଦେଇଅଛ, ସେ ମୋତେ ସେହି ବୃକ୍ଷର ଫଳ ଦେଲେ, ତହିଁରେ ମୁଁ ଖାଇଲି।”
13 Then our Father asked the woman, "What have you done?" She said, "The serpent deceived me, and I ate." ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”
14 So our Father said to the serpent, "Because you have done this, cursed are you above all livestock and above all wild animals; on your belly you will go, and dust you will eat all the days of your life. ତହୁଁ ସଦାପ୍ରଭୁ ପରମେଶ୍ୱର ସର୍ପକୁ କହିଲେ, “ଏହି କାର୍ଯ୍ୟ କରିବା ହେତୁ ତୁମ୍ଭେ ସମସ୍ତ ଗ୍ରାମ୍ୟ ଓ ବନ୍ୟପଶୁଠାରୁ ଅଧିକ ଶାପଗ୍ରସ୍ତ ହେଲ, ତୁମ୍ଭେ ଆପଣା ପେଟ ଦେଇ ଗମନ କରିବ ଓ ଯାବଜ୍ଜୀବନ ଧୂଳି ଖାଇବ।
15 And I will put enmity between you and the woman, and between your offspring and her offspring; he will crush your head, and you will strike his heel." ଆଉ ଆମ୍ଭେ ତୁମ୍ଭର ଓ ନାରୀର ମଧ୍ୟରେ, ପୁଣି, ତୁମ୍ଭ ବଂଶ ଓ ତାଙ୍କ ବଂଶ ମଧ୍ୟରେ ଶତ୍ରୁତା ଜନ୍ମାଇବା; ସେ ତୁମ୍ଭର ମସ୍ତକକୁ ଆଘାତ କରିବେ ଓ ତୁମ୍ଭେ ତାହାଙ୍କ ଗୋଇଠିକୁ ଆଘାତ କରିବ।”
16 To the woman he said, "I will greatly increase your pain in childbirth; in pain you will give birth to children. Your desire will be for your husband, and he will rule over you." ତହୁଁ ସେ ନାରୀଙ୍କୁ କହିଲେ, “ଆମ୍ଭେ ତୁମ୍ଭର ଗର୍ଭବେଦନା ଅତିଶୟ ବଢ଼ାଇବା, ତୁମ୍ଭେ ବ୍ୟଥାରେ ସନ୍ତାନ ପ୍ରସବ କରିବ; ପୁଣି, ସ୍ୱାମୀ ପ୍ରତି ତୁମ୍ଭର ବାସନା ରହିବ, ସେ ତୁମ୍ଭ ଉପରେ କର୍ତ୍ତୃତ୍ୱ କରିବ।”
17 And to Adam he said, "Because you listened to your wife and ate from the tree that I commanded you, saying, 'You must not eat from it,' cursed is the ground because of you; through painful toil you will eat from it all the days of your life. ଆଉ ସେ ଆଦମଙ୍କୁ କହିଲେ, “ଯେଉଁ ବୃକ୍ଷର ଫଳ ଖାଇବା ବିଷୟରେ ଆମ୍ଭେ ତୁମ୍ଭକୁ ଆଜ୍ଞା ଦେଇ କହିଥିଲୁ, ତାହା ଖାଇବ ନାହିଁ, ତୁମ୍ଭେ ଆପଣା ଭାର୍ଯ୍ୟାର କଥା ଶୁଣି ତାହା ଖାଇଅଛ; ଏଣୁ ତୁମ୍ଭ ସକାଶୁ ଭୂମି ଶାପଗ୍ରସ୍ତ ହେଲା; ତୁମ୍ଭେ ଯାବଜ୍ଜୀବନ କ୍ଳେଶରେ ତହିଁରୁ ଭକ୍ଷ୍ୟ ପାଇବ।
18 It will produce thorns and thistles for you, and you will eat the plants of the field. ତହିଁରେ କଣ୍ଟା ଓ ଗୋଖରା ଗଛ ଜାତ ହେବ, ପୁଣି, ତୁମ୍ଭେ କ୍ଷେତ୍ରର ଶାକ ଭୋଜନ କରିବ।
19 By the sweat of your brow you will eat your bread until you return to the ground, since from it you were taken; for dust you are, and to dust you will return." ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”
20 The man named his wife Eve, because she would become the mother of all the living. ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।
21 Our Father made garments of skin for Adam and his wife, and he clothed them. ଆଉ ସଦାପ୍ରଭୁ ପରମେଶ୍ୱର ଚର୍ମର ବସ୍ତ୍ର ପ୍ରସ୍ତୁତ କରି ଆଦମ ଓ ତାଙ୍କର ଭାର୍ଯ୍ୟାଙ୍କୁ ପିନ୍ଧାଇଲେ।
22 Then our Father said, "Look, the man has become like one of us, knowing good and evil. Now, so he doesn't reach out, take from the tree of life too, eat, and live forever…" ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ଦେଖ, ମନୁଷ୍ୟ ଭଲ ଓ ମନ୍ଦର ବୋଧ ପ୍ରାପ୍ତ ହୋଇ ଆମ୍ଭମାନଙ୍କ ପରି ଜଣେ ହୋଇଅଛି, ଆଉ ଏବେ ସେ ଯେପରି ହାତ ବଢ଼ାଇ ଅମୃତ ବୃକ୍ଷର ଫଳ ମଧ୍ୟ ତୋଳି ଖାଇ ଅନନ୍ତଜୀବୀ ନ ହୁଅଇ,”
23 So our Father sent him out of the garden of Eden to work the ground he was taken from. ଏଥିପାଇଁ ସଦାପ୍ରଭୁ ପରମେଶ୍ୱର ଏଦନ ଉଦ୍ୟାନରୁ ତାଙ୍କୁ ବାହାର କରିଦେଲେ ଓ ସେ ଯେଉଁ ମୃତ୍ତିକାରୁ ନୀତ ହୋଇଥିଲେ, ତହିଁରେ କୃଷିକର୍ମ କରିବାକୁ ତାଙ୍କୁ ନିଯୁକ୍ତ କଲେ।
24 He drove out the man and placed cherubim and a whirling, flaming sword east of Eden's garden, guarding the way to the tree of life. ଏହିରୂପେ ସେ ଆଦମଙ୍କୁ ତଡ଼ିଦେଲେ; ପୁଣି, ଅମୃତ ବୃକ୍ଷର ପଥ ରକ୍ଷା କରିବା ନିମିତ୍ତ ଏଦନ ଉଦ୍ୟାନର ପୂର୍ବ ଦିଗରେ କିରୂବଗଣ ଓ ଚତୁର୍ଦ୍ଦିଗରେ ଘୂର୍ଣ୍ଣାୟମାନ ତେଜୋମୟ ଖଡ୍ଗ ସ୍ଥାପନ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]