Skip to content
The Believer's Library

Indian Revised Version(IRV) Odia - 2021

Genesis 30 IRVOry

Show IRVOry only
Verse × ×
1 When Rachel saw that she bore Jacob no children, Rachel envied her sister. She said to Jacob, "Give me children, or I will die!" ଏଥିଉତ୍ତାରେ ଆପଣାଠାରୁ ଯାକୁବର ପୁତ୍ର ଜନ୍ମ ହେଲା ନାହିଁ, ଏହା ଦେଖି ରାହେଲ ଆପଣା ଭଗିନୀ ପ୍ରତି ଈର୍ଷା କରି ଯାକୁବକୁ କହିଲା, “ମୋତେ ସନ୍ତାନ ଦିଅ, ନୋହିଲେ ମୁଁ ମରିବି।”
2 Jacob was furious with Rachel. He said, "Am I in our Father's place, who has withheld from you the fruit of the womb?" ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ୱଳିତ ହେଲା; ପୁଣି, ସେ କହିଲା, “ମୁଁ କʼଣ ପରମେଶ୍ୱରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇ ନାହାନ୍ତି।”
3 She said, "Here is my servant Bilhah. Go in to her, that she may bear children for me, and through her I too may build a family." ସେତେବେଳେ ରାହେଲ କହିଲା, “ଏହି ଦେଖ, ମୋହର ଦାସୀ ବିଲ୍‌ହା ଅଛି, ତାହାର ସହବାସ କର; ସେ ପୁତ୍ର ପ୍ରସବ କରି ମୋʼ କୋଳରେ ଦେଲେ ତାହା ଯୋଗୁଁ ମୁଁ ମଧ୍ୟ ପୁତ୍ରବତୀ ହେବି।”
4 So she gave him Bilhah her servant as a wife, and Jacob was intimate with her. ପୁଣି, ସେ ଆପଣା ଦାସୀ ବିଲ୍‌ହାକୁ ତାହା ସହିତ ବିବାହ ଦେଲା।
5 Bilhah conceived and bore Jacob a son. ତହୁଁ ଯାକୁବ ତାହାର ସହବାସ କରନ୍ତେ, ବିଲ୍‌ହା ଗର୍ଭବତୀ ହୋଇ ଯାକୁବର ଗୋଟିଏ ପୁତ୍ର ପ୍ରସବ କଲା।
6 Then Rachel said, "Our Father has judged me; he has also heard my voice and given me a son." Therefore she named him Dan. ସେତେବେଳେ ରାହେଲ କହିଲା, “ପରମେଶ୍ୱର ମୋହର ବିଚାର କଲେ, ମଧ୍ୟ ମୋହର କାକୂକ୍ତି ଶୁଣି ମୋତେ ପୁତ୍ର ଦେଲେ,” ଏଥିପାଇଁ ସେ ତାହାର ନାମ ଦାନ୍ (ବିଚାର) ରଖିଲା।
7 Bilhah, Rachel's servant, conceived again and bore Jacob a second son. ଏଥିଉତ୍ତାରେ ରାହେଲର ଦାସୀ ବିଲ୍‌ହା ପୁନର୍ବାର ଗର୍ଭଧାରଣ କରି ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
8 Rachel said, "I have wrestled fiercely with my sister, and I have won." So she named him Naphtali. ସେତେବେଳେ ରାହେଲ କହିଲା, “ମୁଁ ଭଗିନୀ ସହିତ ପରମେଶ୍ୱର ସମ୍ବନ୍ଧୀୟ ମଲ୍ଲଯୁଦ୍ଧ କରି ଜୟ କଲି,” ଏଥିପାଇଁ ସେ ତାହାର ନାମ ନପ୍ତାଲି (ମଲ୍ଲଯୁଦ୍ଧ) ରଖିଲା।
9 When Leah saw that she had stopped bearing children, she took Zilpah her servant and gave her to Jacob as a wife. ଏଥିଉତ୍ତାରେ ଲେୟା ଆପଣାର ଗର୍ଭନିବୃତ୍ତି ବୁଝି ଆପଣାର ସିଳ୍ପା ନାମ୍ନୀ ଦାସୀକୁ ଘେନି ଯାକୁବ ସହିତ ବିବାହ ଦେଲା।
10 Then Leah's servant Zilpah bore Jacob a son. ତହିଁରେ ଲେୟାର ଦାସୀ ସିଳ୍ପାଠାରୁ ଯାକୁବର ଗୋଟିଏ ପୁତ୍ର ଜାତ ହେଲା।
11 Leah said, "Good fortune!" So she named him Gad. ତହୁଁ ଲେୟା କହିଲା, “ଏ କି ସୌଭାଗ୍ୟ!” ଏଥିପାଇଁ ତାହାର ନାମ ଗାଦ୍‍ (ସୌଭାଗ୍ୟ) ରଖିଲା।
12 Leah's servant Zilpah bore Jacob a second son. ଏଥିଉତ୍ତାରେ ଲେୟାର ଦାସୀ ସିଳ୍ପା ଯାକୁବ ପାଇଁ ଦ୍ୱିତୀୟ ପୁତ୍ର ପ୍ରସବ କଲା।
13 Leah said, "How happy I am! For women will call me happy." So she named him Asher. ତହିଁରେ ଲେୟା କହିଲା, “ମୋହର କି ଆନନ୍ଦ! ଯୁବତୀଗଣ ମୋତେ ଆନନ୍ଦିନୀ ବୋଲିବେ,” ଏଥିପାଇଁ ସେ ତାହାର ନାମ ଆଶେର (ଆନନ୍ଦ) ରଖିଲା।
14 In the days of wheat harvest Reuben went out and found mandrakes in the field and brought them to his mother Leah. Then Rachel said to Leah, "Please give me some of your son's mandrakes." ଏଥିଉତ୍ତାରେ ଗହମ କଟା ସମୟରେ ରୁବେନ୍‍ ବାହାରେ ଯାଇ କ୍ଷେତରୁ ଦୂଦାଫଳ ପାଇ ଆଣି ଆପଣା ମାତା ଲେୟାକୁ ଦେଲା। ତହୁଁ ରାହେଲ ଲେୟାକୁ କହିଲା, “ତୁମ୍ଭ ପୁତ୍ର ଆଣିଥିବା ଦୂଦାଫଳ କିଛି ମୋତେ ଦିଅ।”
15 But Leah replied, "Wasn't it enough to take my husband? Now you'd take my son's mandrakes too?" Rachel said, "Fine—he can sleep with you tonight for your son's mandrakes." ତହିଁରେ ସେ କହିଲା, “ତୁମ୍ଭେ ମୋʼ ସ୍ୱାମୀକୁ ହରଣ କରିଅଛ, ଏ କି ଅଳ୍ପ ବିଷୟ? ତୁମ୍ଭେ ମୋʼ ପୁତ୍ରର ଦୂଦାଫଳ ମଧ୍ୟ କି ହରଣ କରିବ?” ତେବେ ରାହେଲ କହିଲା, “ତୁମ୍ଭର ପୁତ୍ରର ଦୂଦାଫଳ ପରିବର୍ତ୍ତରେ ସେ ଆଜି ରାତ୍ର ତୁମ୍ଭ ସଙ୍ଗେ ଶୟନ କରିବେ।”
16 When Jacob came from the field in the evening, Leah went out to meet him and said, "You must sleep with me, for I have indeed hired you with my son's mandrakes." So he was intimate with her that night. ଏଥିଉତ୍ତାରେ ସନ୍ଧ୍ୟା ବେଳେ କ୍ଷେତ୍ରରୁ ଯାକୁବର ଆଗମନ ସମୟରେ ଲେୟା ତାହା ସହିତ ସାକ୍ଷାତ କରିବା ନିମିତ୍ତ ବାହାରକୁ ଯାଇ କହିଲା, “ତୁମ୍ଭକୁ ମୋʼ କତିକି ଆସିବାକୁ ହେବ; କାରଣ ମୁଁ ଆପଣା ପୁତ୍ରର ଦୂଦାଫଳ ଦେଇ ତୁମ୍ଭକୁ ଭଡ଼ା ନେଲି।” ଏଣୁ ସେ ସେହି ରାତ୍ରି ତାହା ସହିତ କ୍ଷେପଣ କଲା।
17 And our Father listened to Leah, and she conceived and bore Jacob a fifth son. ତହିଁରେ ପରମେଶ୍ୱର ଲେୟାର ପ୍ରାର୍ଥନା ଶୁଣନ୍ତେ, ସେ ଗର୍ଭବତୀ ହୋଇ ଯାକୁବର ପଞ୍ଚମ ପୁତ୍ର ପ୍ରସବ କଲା।
18 Leah said, "Our Father has given me my wages because I gave my servant to my husband." So she named him Issachar. ତେବେ ଲେୟା କହିଲା, “ମୁଁ ସ୍ୱାମୀକୁ ଆପଣା ଦାସୀ ଦେଇଥିଲି, ପରମେଶ୍ୱର ତାହାର ବେତନ ମୋତେ ଦେଇଅଛନ୍ତି,” ଏହେତୁ ସେ ତାହାର ନାମ ଇଷାଖର ରଖିଲା।
19 Leah conceived again and bore Jacob a sixth son. ଏଥିଉତ୍ତାରେ ଲେୟା ପୁନର୍ବାର ଗର୍ଭଧାରଣ କରି ଯାକୁବର ଷଷ୍ଠ ପୁତ୍ର ପ୍ରସବ କଲା।
20 Then Leah said, "Our Father has endowed me with a good gift. Now my husband will honor me, because I have borne him six sons." So she named him Zebulun. ତହୁଁ ଲେୟା କହିଲା, “ପରମେଶ୍ୱର ମୋତେ ଉତ୍ତମ ଯୌତୁକ ଦେଲେ; ଏବେ ମୋʼ ସ୍ୱାମୀ ମୋʼ ସଙ୍ଗେ ବାସ କରିବେ, ଯେହେତୁ ମୁଁ ତାଙ୍କର ଛଅ ପୁତ୍ର ଜନ୍ମ କରିଅଛି,” ଏହେତୁ ସେ ତାହାର ନାମ ସବୂଲୂନ ରଖିଲା।
21 Afterward she bore a daughter and named her Dinah. ଏଉତ୍ତାରେ ସେ ଏକ କନ୍ୟା ପ୍ରସବ କରନ୍ତେ, ତାହାର ନାମ ଦୀଣା ରଖିଲା।
22 Then our Father remembered Rachel; he listened to her and opened her womb. ଏଥିଉତ୍ତାରେ ପରମେଶ୍ୱର ରାହେଲକୁ ସ୍ମରଣ କଲେ ଓ ପରମେଶ୍ୱର ତାହାର ପ୍ରାର୍ଥନା ଶୁଣି ତାହାକୁ ଗର୍ଭଧାରଣର ଶକ୍ତି ଦେଲେ।
23 She conceived and bore a son, and said, "Our Father has taken away my disgrace." ତହୁଁ ସେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରି କହିଲା, “ପରମେଶ୍ୱର ଏବେ ମୋହର ଅପମାନ ଦୂର କଲେ।”
24 She named him Joseph, saying, "May our Father add to me another son." ଏଣୁ ସେ ତାହାର ନାମ ଯୋଷେଫ ଦେଇ, କହିଲା, “ସଦାପ୍ରଭୁ ମୋତେ ଆଉ ଏକ ପୁତ୍ର ଦିଅନ୍ତୁ।”
25 As soon as Rachel had borne Joseph, Jacob said to Laban, "Let me go back to my own home and country. ଆଉ ରାହେଲଠାରୁ ଯୋଷେଫ ଜନ୍ମ ହେଲା ଉତ୍ତାରେ ଯାକୁବ ଲାବନକୁ କହିଲା, “ମୋତେ ବିଦାୟ କର, ମୁଁ ସ୍ୱ ସ୍ଥାନକୁ ଓ ନିଜ ଦେଶକୁ ଯିବି।
26 Give me my wives and my children for whom I have served you, and let me go. You know the service I have given you." ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।”
27 But Laban said to him, "If I have found favor in your eyes—I have learned by divination that God has blessed me because of you." ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋʼ ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।”
28 He said, "Name your wages, and I will give it." ଏହେତୁ “ତୁମ୍ଭେ ଆପେ ନିଜ ବେତନ ସ୍ଥିର କର, ମୁଁ ତାହା ତୁମ୍ଭକୁ ଦେବି।”
29 Jacob said to him, "You yourself know how I have served you, and how well your livestock has done under my care. ତହୁଁ ଯାକୁବ ତାହାଙ୍କୁ କହିଲା, “ମୁଁ ତୁମ୍ଭର ଯେଉଁ ପ୍ରକାର ଦାସ୍ୟକର୍ମ କରିଅଛି ଓ ମୋʼ ନିକଟରେ ତୁମ୍ଭର ପଶୁଗଣ ଯେପରି ଅଛନ୍ତି, ତାହା ତୁମ୍ଭକୁ ଜଣାଅଛି।
30 For you had little before I came, and it has increased greatly; our Father has blessed you wherever I turned. But now, when will I provide for my own household also?" କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି?”
31 He asked, "What should I give you?" Jacob replied, "Give me nothing. If you'll do this one thing for me, I'll go back to grazing and guarding your flock. ତହିଁରେ ଲାବନ କହିଲା, “ମୁଁ ତୁମ୍ଭକୁ କଅଣ ଦେବି?” ଯାକୁବ କହିଲା, “ତୁମ୍ଭକୁ କିଛି ଦେବାକୁ ପଡ଼ିବ ନାହିଁ; ଯଦି ତୁମ୍ଭେ ମୋʼ ପାଇଁ ଗୋଟିଏ କର୍ମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି।
32 Let me pass through all your flock today, removing from it every speckled and spotted sheep and every black lamb, and the spotted and speckled among the goats, and that will be my wages. ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ।
33 So my honesty will testify for me later, when you come to look into my wages. Every one that is not speckled and spotted among the goats and black among the lambs, if found with me, will be counted stolen." ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋʼ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍‍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।”
34 Laban said, "Good! Let it be as you have said." ତହୁଁ ଲାବନ କହିଲା, “ଭଲ, ତୁମ୍ଭ କଥାନୁସାରେ ହେଉ।”
35 That day Laban removed the striped and spotted male goats, all the speckled and spotted female goats—each with white on it—and every dark lamb, handing them to his sons. ଏଥିଉତ୍ତାରେ ସେ ସେହି ଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;
36 He set a distance of three days' journey between himself and Jacob, and Jacob pastured the rest of Laban's flock. ଆଉ ସେ ଆପଣାର ଓ ଯାକୁବର ମଧ୍ୟରେ ତିନି ଦିନର ପଥରୁ ଦୂରରେ ରଖିଲା; ପୁଣି, ଯାକୁବ ଲାବନର ଅବଶିଷ୍ଟ ପଶୁପଲ ଚରାଇବାକୁ ଲାଗିଲା।
37 Then Jacob took fresh branches from poplar, almond, and plane trees, and peeled white streaks in them, exposing the white of the wood. ଆଉ ଯାକୁବ ଲିବ୍‍ନୀ ଓ ଲୂସ୍‍ ଓ ଅର୍ମୋନ୍‍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବଳ୍‍କଳ କାଢ଼ି କାଷ୍ଠର ଶୁକ୍ଳରେଖା ବାହାର କଲା।
38 He placed the peeled branches in the watering troughs in front of the flocks—the places where they came to drink. And since they bred when they came to drink, ଏଥିଉତ୍ତାରେ ଯେଉଁ ସ୍ଥାନକୁ ପଶୁଗଣ ଜଳ ପାନ କରିବା ନିମନ୍ତେ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବଳ୍‍କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲା; ତହୁଁ ଜଳ ପାନ କରିବା ସମୟରେ ସେମାନେ ଫଳବତୀ ହେଲେ।
39 the flocks bred in front of the sticks and so brought forth striped, speckled, and spotted young. ପୁଣି, ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛୁଆ ପ୍ରସବ କଲେ।
40 Jacob separated the lambs and turned the flock to face the striped animals and all the black ones in Laban's flock. He kept his own flocks apart and did not mix them with Laban's flock. ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା।
41 Whenever the stronger animals were breeding, Jacob would place the branches in the troughs in sight of the flock, so they would breed among the branches, ପୁଣି, ବଳିଷ୍ଠ ପଶୁଗଣ ଯେପରି ଶାଖା ନିକଟରେ ଗର୍ଭଧାରଣ କରନ୍ତି, ଏଥିପାଇଁ ଜଳକୁଣ୍ଡ ମଧ୍ୟରେ ପଶୁମାନଙ୍କ ସମ୍ମୁଖରେ ସେହି ଶାଖା ରଖିଲା; ମାତ୍ର ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲା ନାହିଁ;
42 but for the weaker animals he would not lay them there. So the weaker animals went to Laban, and the stronger ones to Jacob. ତହିଁରେ ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ।
43 So the man became exceedingly rich and had large flocks, female servants and male servants, and camels and donkeys. ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]