Skip to content
The Believer's Library

Indian Revised Version(IRV) Odia - 2021

Genesis 31 IRVOry

Show IRVOry only
Verse × ×
1 Jacob heard Laban's sons say, "Jacob took all our father had; from what was our father's he made this wealth." ପୁଣି, “ଯାକୁବ ଆମ୍ଭମାନଙ୍କ ପିତାଙ୍କର ସର୍ବସ୍ୱ ହରଣ କରିଅଛି ଓ ଆମ୍ଭମାନଙ୍କ ପିତାଙ୍କର ଧନରୁ ତାହାର ଏହି ସମସ୍ତ ଐଶ୍ୱର୍ଯ୍ୟ ହୋଇଅଛି,” ଲାବନର ପୁତ୍ରମାନଙ୍କର ଏହି କଥା ଯାକୁବ ଶୁଣିଲା।
2 And Jacob saw the face of Laban, and it was not toward him as before. ପୁଣି, ଲାବନ ତାହା ପ୍ରତି ପୂର୍ବ ପରି ନୁହେଁ, ଏହା ଯାକୁବ ତାହାର ମୁଖ ଦେଖି ବୁଝିଲା।
3 Then our Father told Jacob, "Return to your fathers' land and family; I will be with you." ଏଥିଉତ୍ତାରେ ସଦାପ୍ରଭୁ ଯାକୁବକୁ କହିଲେ, “ତୁମ୍ଭେ ଆପଣା ପୈତୃକ ଦେଶରେ ଜ୍ଞାତିମାନଙ୍କ ନିକଟକୁ ଫେରିଯାଅ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା।”
4 So Jacob sent and called Rachel and Leah to the field, to his flock. ଏଣୁ ଯାକୁବ କ୍ଷେତ୍ରରେ ପଶୁପଲ ନିକଟକୁ ରାହେଲ ଓ ଲେୟାକୁ ଡକାଇ କହିଲା,
5 He told them, "I see your father's face isn't toward me as before, but the God of my father remained with me. “ମୁଁ ଦେଖୁଅଛି, ତୁମ୍ଭମାନଙ୍କ ପିତାଙ୍କର ମୁଖ ମୋʼ ପ୍ରତି ପୂର୍ବ ପରି ନୁହେଁ; ମାତ୍ର ମୋହର ପୈତୃକ ପରମେଶ୍ୱର ମୋହର ସହାୟ ଅଟନ୍ତି।
6 You know that I have served your father with all my strength. ମୁଁ ଆପଣାର ସବୁ ବଳ ଦେଇ ତୁମ୍ଭମାନଙ୍କ ପିତାଙ୍କର ଦାସ୍ୟକର୍ମ କରିଅଛି, ଏହା ତୁମ୍ଭେମାନେ ଜାଣ।
7 Your father cheated me, changing my wages ten times, but our Father wouldn't let him harm me. ତଥାପି ତୁମ୍ଭମାନଙ୍କ ପିତା ମୋତେ ପ୍ରବଞ୍ଚନା କରି ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛନ୍ତି; ମାତ୍ର ପରମେଶ୍ୱର ତାଙ୍କୁ ମୋହର କ୍ଷତି କରିବାକୁ ଦେଇ ନାହାନ୍ତି।
8 If he said, 'Speckled is your wage,' the whole flock bore speckled; if he said, 'Striped is your wage,' the whole flock bore striped. ଯେହେତୁ ‘ଚିତ୍ରବିଚିତ୍ର ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ,’ ସେ ଆପେ ଯେତେବେଳେ ଏହି କଥା କହିଲେ, ସେତେବେଳେ ସମସ୍ତ ପଶୁ ଚିତ୍ରବିଚିତ୍ର ଛୁଆ ପ୍ରସବ କଲେ; ପୁଣି, ‘ରେଖାଙ୍କିତ ପଶୁଗଣ ତୁମ୍ଭର ବେତନ ସ୍ୱରୂପ ହେବେ,’ ସେ ଯେତେବେଳେ ଏହା କହିଲେ, ସେତେବେଳେ ସମସ୍ତ ପଶୁ ରେଖାଙ୍କିତ ଛୁଆ ପ୍ରସବ କଲେ।
9 So our Father has taken away your father's livestock and given it to me. ଏହିରୂପେ ପରମେଶ୍ୱର ତୁମ୍ଭମାନଙ୍କ ପିତାଙ୍କର ପଶୁଧନ ନେଇ ମୋତେ ଦେଲେ।
10 I looked up in a dream during the flock's mating season and saw the male goats mounting them were streaked, speckled, and spotted. କାରଣ ପଶୁମାନଙ୍କ ଗର୍ଭଧାରଣ ସମୟରେ ମୁଁ ସ୍ୱପ୍ନରେ ଅନାଇ ଦେଖିଲି, ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ।
11 The messenger of the Father said to me in a dream, 'Jacob,' and I said, 'Here I am.' ସେତେବେଳେ ପରମେଶ୍ୱରଙ୍କ ଦୂତ ସ୍ୱପ୍ନରେ ମୋତେ ‘ଯାକୁବ’ ବୋଲି ଡାକନ୍ତେ, ମୁଁ କହିଲି, ‘ଦେଖନ୍ତୁ, ମୁଁ ଏଠାରେ।’
12 He said, 'Look up and see: all the male goats mating with the flock are streaked, spotted, speckled—for I've seen all Laban is doing to you. ତହିଁରେ ସେ କହିଲେ, ‘ଏବେ ଅନାଇ ଦେଖ, ପଲ ସଙ୍ଗମକାରୀ ସମସ୍ତ ଛାଗଳ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ; ଯେହେତୁ ତୁମ୍ଭ ପ୍ରତି ଲାବନ ଯେରୂପ ବ୍ୟବହାର କରଇ, ତାହା ଆମ୍ଭେ ଦେଖିଲୁ।
13 I am the Father of Bethel, where you anointed a pillar and vowed to me. Now get up, leave this land, and return to your kindred's land.'" ଯେଉଁଠାରେ ତୁମ୍ଭେ ଗୋଟିଏ ସ୍ତମ୍ଭ ଅଭିଷେକ କରିଅଛ ଓ ଆମ୍ଭ ନିକଟରେ ମାନତ କରିଅଛ, ସେହି ବେଥେଲ୍‍ର ପରମେଶ୍ୱର ଆମ୍ଭେ; ଏବେ ଉଠି ଏହି ଦେଶ ପରିତ୍ୟାଗ କରି ଆପଣା ଜ୍ଞାତିମାନଙ୍କ ଦେଶକୁ ଫେରିଯାଅ!’”
14 Rachel and Leah answered, "Do we still have any share or inheritance in our father's house? ତହିଁରେ ରାହେଲ ଓ ଲେୟା ଉତ୍ତର କଲେ, “ପିତାଙ୍କ ଗୃହରେ ଆମ୍ଭମାନଙ୍କର କି ଆଉ କିଛି ବାଣ୍ଟ ଓ ଅଧିକାର ଅଛି?
15 Doesn't he count us as foreigners? He sold us and has completely consumed our money too. ଆମ୍ଭେମାନେ କି ତାଙ୍କ ନିକଟରେ ବିଦେଶିନୀ ରୂପେ ଗଣ୍ୟ ନୋହୁଁ? ଯେହେତୁ ସେ ଆମ୍ଭମାନଙ୍କୁ ବିକ୍ରି କରି ଆମ୍ଭମାନଙ୍କର ମୂଲ୍ୟ ସମ୍ପୂର୍ଣ୍ଣ ରୂପେ ଭୋଗ କରିଅଛନ୍ତି।
16 Everything our Father took from Laban is ours and our children's. Now do all our Father told you." ଏହେତୁ ପରମେଶ୍ୱର ଆମ୍ଭମାନଙ୍କ ପିତାଙ୍କଠାରୁ ଯେଉଁସବୁ ଧନ ନେଇଅଛନ୍ତି, ସେହି ସବୁ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର। ଏଣୁ ପରମେଶ୍ୱର ତୁମ୍ଭକୁ ଯାହା କହିଲେ, ତୁମ୍ଭେ ତାହା କର।”
17 So Jacob arose and set his sons and his wives on the camels. ତହୁଁ ଯାକୁବ ଉଠି ଆପଣା ସନ୍ତାନଗଣ ଓ ଭାର୍ଯ୍ୟାମାନଙ୍କୁ ଓଟ ଉପରେ ବସାଇଲା;
18 He took all his livestock and all his property he had acquired, the livestock acquired in Paddan-aram, to go to Isaac his father in the land of Canaan. ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍‍, ପଦ୍ଦନ୍‍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‌ହାକ ନିକଟକୁ ପ୍ରସ୍ଥାନ କଲା।
19 Laban went to shear his sheep, and Rachel stole her father's household gods. ସେହି ସମୟରେ ଲାବନ ମେଷର ଲୋମ ଛେଦନ କରିବାକୁ ଯାଇଥିଲା; ପୁଣି, ରାହେଲ ଆପଣା ପିତାଙ୍କର ଠାକୁରମାନଙ୍କୁ ହରଣ କଲା।
20 And Jacob deceived Laban the Aramean by not telling him that he was fleeing. ଆଉ ଯାକୁବ ଆପଣା ପଳାୟନର କୌଣସି ସମ୍ବାଦ ନ ଦେଇ ଅରାମୀୟ ଲାବନକୁ ପ୍ରବଞ୍ଚନା କଲା।
21 He fled with all he had, rose, crossed the Euphrates, and set his face toward Gilead's hill country. ଏହି ପ୍ରକାରେ ସେ ଆପଣା ସର୍ବସ୍ୱ ଘେନି ପଳାୟନ କଲା, ପୁଣି, ଉଠି (ଫରାତ୍‍) ନଦୀ ପାର ହୋଇ ଗିଲୀୟଦ ପର୍ବତ ଆଡ଼େ ଦୃଷ୍ଟି କରି ଚାଲିଲା।
22 On the third day Laban was told that Jacob had fled. ଏଥିଉତ୍ତାରେ ତୃତୀୟ ଦିବସରେ ଲାବନକୁ ଯାକୁବର ପଳାୟନ ସମ୍ବାଦ ଦିଆଗଲା।
23 He took his relatives, chased him seven days, and caught him in Gilead's hill country. ତହିଁରେ ସେ ଆପଣା କୁଟୁମ୍ବମାନଙ୍କୁ ସଙ୍ଗେ ଘେନି ତାହାର ପଛେ ପଛେ ସାତ ଦିନର ବାଟ ଦୌଡ଼ିଯାଇ ଗିଲୀୟଦ ପର୍ବତ ନିକଟରେ ତାହାର ସଙ୍ଗ ଧରିଲା।
24 But our Father came to Laban the Aramean in a night dream and said, "Guard against speaking with Jacob, good or bad." ମାତ୍ର ପରମେଶ୍ୱର ରାତ୍ରିକାଳେ ସ୍ୱପ୍ନରେ ଅରାମୀୟ ଲାବନ ନିକଟରେ ଉପସ୍ଥିତ ହୋଇ ତାହାକୁ କହିଲେ, “ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।”
25 Laban caught Jacob, who had pitched his tent in the hills; Laban and his relatives pitched against him in Gilead's hills. ଏଥିଉତ୍ତାରେ ଲାବନ ଯାକୁବର ସଙ୍ଗ ଧରିଲା ସମୟରେ ଯାକୁବର ତମ୍ବୁ ପର୍ବତ ଉପରେ ସ୍ଥାପିତ ଥିଲା; ତହିଁରେ ଲାବନ ହିଁ କୁଟୁମ୍ବମାନଙ୍କ ସହିତ ଗିଲୀୟଦ ପର୍ବତରେ ତମ୍ବୁ ସ୍ଥାପନ କଲା।
26 Laban said to Jacob, "What have you done? You tricked me and drove my daughters like war captives. ପୁଣି, ଲାବନ ଯାକୁବକୁ କହିଲା, “ତୁମ୍ଭେ କାହିଁକି ଏହିପରି କର୍ମ କଲ? ମୋତେ ପ୍ରବଞ୍ଚନା କଲ, ପୁଣି, ମୋʼ କନ୍ୟାମାନଙ୍କୁ ଖଡ୍ଗଧୃତ ବନ୍ଦୀଲୋକଙ୍କ ପରି ଘେନି ଆସିଲ।
27 Why sneak off and deceive me, not telling me? I'd have sent you off with joy, songs, tambourine, lyre. ତୁମ୍ଭେ ମୋତେ ପ୍ରବଞ୍ଚନା କରି କାହିଁକି ଗୋପନରେ ପଳାଇ ଆସିଲ? କାହିଁକି ମୋତେ ସମ୍ବାଦ ଦେଲ ନାହିଁ? ଦେଇଥିଲେ, ମୁଁ ତୁମ୍ଭକୁ ଆହ୍ଲାଦ ଓ ଗାୟନ, ପୁଣି, ତବଲା ଓ ବୀଣାବାଦ୍ୟ ସହିତ ବିଦାୟ କରିଥାʼନ୍ତି।
28 Why didn't you let me kiss my sons and daughters goodbye? Now you've acted foolishly. ତୁମ୍ଭେ ମୋହର ପୁତ୍ରକନ୍ୟାମାନଙ୍କୁ ଚୁମ୍ବନ କରିବାକୁ ମଧ୍ୟ ମୋତେ ସୁଯୋଗ ଦେଲ ନାହିଁ, ଏ ଅତି ଅଜ୍ଞାତର କର୍ମ।
29 I have power to harm you, but your father's God told me last night: 'Watch yourself—say nothing to Jacob, good or bad.' ତୁମ୍ଭକୁ ହିଂସା କରିବାକୁ ମୋହର ହସ୍ତ ସମର୍ଥ ପ୍ରମାଣ, ମାତ୍ର ଗତରାତ୍ରି ତୁମ୍ଭର ପୈତୃକ ପରମେଶ୍ୱର ମୋତେ କହିଲେ, ସାବଧାନ, ଯାକୁବକୁ ଭଲ ମନ୍ଦ କିଛି କୁହ ନାହିଁ।
30 Now you've truly gone because you longed greatly for your father's house—so why steal my gods?" ଆଉ ପିତୃଗୃହକୁ ଝୁରିବାରୁ ଯଦି ତୁମ୍ଭର ଯିବାର ଆବଶ୍ୟକ ହେଲା, ତେବେ ମୋହର ଦେବତାମାନଙ୍କୁ କାହିଁକି ଚୋରି କଲ?”
31 Jacob answered Laban, "I was afraid, for I thought you'd seize your daughters from me. ତହିଁରେ ଯାକୁବ ଲାବନକୁ ଉତ୍ତର କଲା, “ମୋହର ଭୟ ହେଲା; କାରଣ କେଜାଣି ତୁମ୍ଭେ ମୋʼ ଠାରୁ ଆପଣା କନ୍ୟାଗଣଙ୍କୁ ବଳପୂର୍ବକ ଛଡ଼ାଇ ନେବ, ଏପରି ବିଚାର କଲି।
32 Whoever you find with your gods dies. Point out what's yours before our relatives, take it." Jacob didn't know Rachel had stolen them. ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼ ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।
33 Laban searched Jacob's tent, Leah's tent, and the two servants' tent, found nothing, left Leah's, and entered Rachel's tent. ତହୁଁ ଲାବନ ଯାକୁବର ତମ୍ବୁଗୃହ ଓ ଲେୟାର ତମ୍ବୁଗୃହ ଓ ଦୁଇ ଦାସୀର ତମ୍ବୁଗୃହକୁ ଯାଇ ଅନ୍ୱେଷଣ କଲା; ମାତ୍ର ପାଇଲା ନାହିଁ। ଏଣୁ ସେ ଲେୟାର ତମ୍ବୁଗୃହ ଛାଡ଼ି ରାହେଲର ତମ୍ବୁଗୃହରେ ପ୍ରବେଶ କଲା।
34 Rachel had taken the household idols, put them in the camel's saddle, and sat on them. Laban searched the whole tent but found nothing. ମାତ୍ର ରାହେଲ ସେହି ଠାକୁରମାନଙ୍କୁ ନେଇ ଓଟର ହାଉଦା ଭିତରେ ରଖି ତହିଁ ଉପରେ ବସିଥିଲା। ତହିଁରେ ଲାବନ ତାହାର ତମ୍ବୁଗୃହର ସବୁ ସ୍ଥାନ ଖୋଜିଲେ ହେଁ ତାହା ପାଇଲା ନାହିଁ।
35 She told her father, "Don't be angry, my lord—I can't rise for you; I'm on my period." He searched but never found the household gods. ସେତେବେଳେ ରାହେଲ ପିତାକୁ କହିଲା, “ମୁଁ ଆପଣଙ୍କ ଛାମୁରେ ଉଠି ପାରିଲି ନାହିଁ ବୋଲି ମୋହର ପ୍ରଭୁ କ୍ରୋଧ ନ କରନ୍ତୁ, କାରଣ ମୁଁ ସ୍ତ୍ରୀଧର୍ମିଣୀ ହୋଇଅଛି।” ଏହିରୂପେ ସେ ଅନ୍ୱେଷଣ କଲେ ହେଁ ଠାକୁରମାନଙ୍କୁ ପାଇଲା ନାହିଁ।
36 Jacob got angry and quarreled with Laban. Jacob answered Laban, "What's my crime? What's my sin, that you've chased me down? ତହୁଁ ଯାକୁବ କ୍ରୋଧ ହୋଇ ଲାବନକୁ ଭର୍ତ୍ସନା କଲା; ପୁଣି, ଯାକୁବ ଲାବନକୁ ଉତ୍ତର କରି କହିଲା, “ମୋହର କି ଦୋଷ ଓ କି ପାପ ହେଲା ଯେ, ତୁମ୍ଭେ ପ୍ରଜ୍ୱଳିତ ହୋଇ ମୋʼ ପଛେ ପଛେ ଦୌଡ଼ି ଆସିଲ?
37 You've searched all my goods—what did you find from your household? Put it here before my relatives and yours; let them decide between us both. ତୁମ୍ଭେ ତ ମୋର ସବୁ ଦ୍ରବ୍ୟ ଖୋଜିଲ, ଆଉ ତୁମ୍ଭ ଗୃହର କୌଣସି ଦ୍ରବ୍ୟ ପାଇଲ କି? ତାହା ମୋହର ଓ ତୁମ୍ଭର ଏହି କୁଟୁମ୍ବମାନଙ୍କ ସାକ୍ଷାତରେ ରଖିଦିଅ, ଏମାନେ ଆମ୍ଭ ଦୁହିଁଙ୍କର ବିଚାର କରନ୍ତୁ।
38 Twenty years I've been with you: your ewes and female goats haven't miscarried, and I haven't eaten rams from your flock. ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି। ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇ ନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ।
39 Torn animals I never brought to you; I bore the loss myself. You demanded it from my hand, stolen by day, stolen by night. ବରଞ୍ଚ ହିଂସ୍ରକ ଜନ୍ତୁ ଯାହାକୁ ଖଣ୍ଡିଆ କଲା, ତାହା ସୁଦ୍ଧା ତୁମ୍ଭ କତିକି ଆଣିଲି ନାହିଁ; ସେ କ୍ଷତି ଆପେ ସହିଲି; ଦିନରେ ଚୋରି ଯାଉ କି ରାତିରେ ଚୋରି ଯାଉ, ତାହା ତୁମ୍ଭେ ମୋʼ ହାତରୁ ନେଲ।
40 There I was: by day heat consumed me, and cold by night, and sleep fled from my eyes. ଦିନରେ ଖରା, ରାତିରେ କାକର, ମୋତେ ଗ୍ରାସ କଲା; ମୋʼ ଆଖିରୁ ନିଦ ପଳାଇଗଲା; ଏହିପରି ମୁଁ ଥିଲି;
41 Twenty years in your house—fourteen serving for your two daughters, six for your flock—and you changed my wages ten times. ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶ ଥର ମୋହର ବେତନ ପରିବର୍ତ୍ତନ କରିଅଛ।
42 Had the God of my father, the God of Abraham, and the Fear of Isaac not been with me, you'd surely have sent me away empty-handed now. Our Father saw my suffering and my hands' labor, and warned you last night." ମୋର ପୈତୃକ ପରମେଶ୍ୱର, ଅବ୍ରହାମର ପରମେଶ୍ୱର ଓ ଇସ୍‌ହାକର ଭୟସ୍ଥାନ ଯଦି ମୋହର ସହାୟ ହୋଇ ନ ଥାʼନ୍ତେ, ତେବେ ଅବଶ୍ୟ ଏବେ ତୁମ୍ଭେ ମୋତେ ଖାଲି ହାତରେ ବିଦାୟ କରିଥାʼନ୍ତ। ପରମେଶ୍ୱର ମୋହର ଦୁଃଖ ଓ ହସ୍ତର ପରିଶ୍ରମ ଦେଖିଅଛନ୍ତି; ଏଣୁ ଗତ ରାତ୍ରିରେ ତୁମ୍ଭକୁ ଧମକାଇଲେ।”
43 Laban answered Jacob, "The daughters are mine, the children are mine, the flocks are mine—everything you see is mine. But what can I do today for my daughters, or for the children they bore? ତହିଁରେ ଲାବନ ଯାକୁବକୁ ଉତ୍ତର କଲା, “ଏହି କନ୍ୟାମାନେ ମୋହର କନ୍ୟା ଓ ଏହି ବାଳକମାନେ ମୋହର ବାଳକ ଓ ଏହି ପଶୁପଲ ମୋହର ପଶୁପଲ, ପୁଣି, ଯାହା ଯାହା ଦେଖୁଅଛ, ସେହି ସବୁ ମୋହର; ଏହେତୁ ମୋହର ଏହି କନ୍ୟାମାନଙ୍କୁ ଓ ଏମାନଙ୍କ ପ୍ରସୂତ ସନ୍ତାନମାନଙ୍କୁ ମୁଁ କଅଣ କରିବି?
44 Come, let's make a covenant, you and I; let it be a witness between you and me." ଆସ, ଆମ୍ଭେ ଦୁହେଁ ନିୟମ ସ୍ଥିର କରୁ, ତାହା ଆମ୍ଭମାନଙ୍କର ସାକ୍ଷୀ ହେଉ।”
45 So Jacob took a stone and set it up as a pillar. ସେତେବେଳେ ଯାକୁବ ଖଣ୍ଡିଏ ପ୍ରସ୍ତର ଘେନି ସ୍ତମ୍ଭ ରୂପେ ସ୍ଥାପନ କଲା।
46 Jacob told his kin, "Gather stones." They took stones, piled a heap, and ate there by the heap. ପୁଣି, ଯାକୁବ ଆପଣା କୁଟୁମ୍ବମାନଙ୍କୁ କହିଲା, “ତୁମ୍ଭେମାନେ ପ୍ରସ୍ତର ସଂଗ୍ରହ କର;” ତହିଁରେ ସେମାନେ ପ୍ରସ୍ତର ଆଣି ଗୋଟିଏ ରାଶି କରନ୍ତେ, ସମସ୍ତେ ସେହି ସ୍ଥାନରେ ସେହି ରାଶି ଉପରେ ଭୋଜନ କଲେ।
47 Laban called it Jegar-sahadutha, but Jacob called it Galeed. ଏଥିଉତ୍ତାରେ ଲାବନ ତାହାର ନାମ ଯିଗର-ସାହଦୂଥା ରଖିଲା, ମାତ୍ର ଯାକୁବ ତାହାର ନାମ ଗଲୟଦ୍‍ (ସାକ୍ଷୀ ରାଶୀ) ରଖିଲା।
48 Laban said, "This heap is a witness between you and me today." Therefore he named it Galeed, ସେତେବେଳେ ଲାବନ କହିଲା, “ଏହି ରାଶି ଆଜି ତୁମ୍ଭ ଆମ୍ଭର ସାକ୍ଷୀ ହୋଇ ରହିଲା;” ଏଥିପାଇଁ ତାହାର ନାମ ଗଲୟଦ୍‍ ଓ ମିସ୍ପା (ପ୍ରହରୀ-ସ୍ଥାନ) ରଖିଲା,
49 and Mizpah, for he said, "God watch between me and you when we're apart. ଯେହେତୁ ସେ କହିଲା, “ଆମ୍ଭେମାନେ ପରସ୍ପର ଅଦୃଶ୍ୟ ହେଲେ, ସଦାପ୍ରଭୁ ମୋହର ଓ ତୁମ୍ଭର ପ୍ରହରୀ ଥିବେ।
50 If you mistreat my daughters or take wives besides them, though no one else is here, God witnesses between you and me." ତୁମ୍ଭେ ଯଦି ମୋʼ କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”
51 Laban said to Jacob, "Look at this heap and this pillar I've set between you and me. ଆହୁରି ଲାବନ ଯାକୁବକୁ କହିଲା, “ଏହି ରାଶି ଦେଖ, ପୁଣି, ଆମ୍ଭ ଦୁହିଁଙ୍କର ମଧ୍ୟବର୍ତ୍ତୀ ମୋହର ସ୍ଥାପିତ ଏହି ସ୍ତମ୍ଭ ଦେଖ।
52 This mound witnesses, this pillar witnesses: I won't cross this mound to you, and you won't cross this mound and pillar to me, for harm. ମୁଁ ଅହିତ କରିବା ପାଇଁ ଏହି ରାଶି ପାର ହୋଇ ତୁମ୍ଭ ନିକଟକୁ ଯିବି ନାହିଁ, ମଧ୍ୟ ତୁମ୍ଭେ ଏହି ରାଶି ଓ ଏହି ସ୍ତମ୍ଭ ପାର ହୋଇ ମୋʼ ନିକଟକୁ ଆସିବ ନାହିଁ; ଏଥିର ସାକ୍ଷୀ ଏହି ରାଶି ଓ ଏଥିର ସାକ୍ଷୀ ଏହି ସ୍ତମ୍ଭ।
53 God of Abraham and God of Nahor, the God of their father, judge between us." So Jacob swore by the Fear of his father Isaac. ଏହି ବିଷୟରେ ଅବ୍ରହାମଙ୍କର ପରମେଶ୍ୱର, ନାହୋରର ପରମେଶ୍ୱର ଓ ସେମାନଙ୍କ ପୈତୃକ ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ବିଚାର କରିବେ,” ସେତେବେଳେ ଯାକୁବ ଆପଣା ପିତା ଇସ୍‌ହାକର ଭୟସ୍ଥାନର ଶପଥ କଲା।
54 Jacob sacrificed on the mountain, called his relatives to eat bread; they ate bread and spent the night on the mountain. ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।
55 Laban rose early, kissed his grandchildren and daughters, blessed them, left, and returned home. ଏଥିଉତ୍ତାରେ ଲାବନ ପ୍ରଭାତରେ ଉଠି ଆପଣା କନ୍ୟାମାନଙ୍କୁ ଓ ବାଳକମାନଙ୍କୁ ଚୁମ୍ବନ କରି ଆଶୀର୍ବାଦ କଲା; ଏହିରୂପେ ଲାବନ ସ୍ୱ ସ୍ଥାନକୁ ଫେରିଗଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]