Skip to content
The Believer's Library

Indian Revised Version(IRV) Odia - 2021

Genesis 33 IRVOry

Show IRVOry only
Verse × ×
1 Jacob looked up and saw Esau coming with 400 men. So he divided the children between Leah, Rachel, and the two servants. ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରି ଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,
2 He put the maidservants and their children first, Leah and her children after them, and Rachel and Joseph last. ଅର୍ଥାତ୍‍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା।
3 He himself went ahead of them, bowing to the ground seven times, until he reached his brother. ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତ ଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା।
4 Esau ran to meet him, hugged him, threw his arms around his neck, kissed him—and they wept. ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।
5 When Esau looked up and saw the women and children, he asked, "Who are these with you?" Jacob said, "The children our Father has graciously given your servant." ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା, “ତୁମ୍ଭ ସଙ୍ଗେ ଏମାନେ କିଏ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”
6 Then the female servants drew near with their children, and they bowed down. ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ।
7 Leah also came forward with her children, and they bowed down; then Joseph and Rachel came forward and bowed down. ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।
8 Esau said, "Why all this company I met?" "To find favor with my lord," Jacob said. ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ?” ଯାକୁବ କହିଲା, “ମୋʼ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”
9 But Esau said, "I have plenty, my brother; keep what is yours for yourself." ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”
10 Jacob said, "No, please—if I've found favor in your eyes, accept my gift from my hand, for I have seen your face like seeing the face of our Father, and you've accepted me. ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋʼ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋʼ ପ୍ରତି ପ୍ରସନ୍ନ ହୋଇଅଛନ୍ତି।
11 Please take my blessing, brought to you, since our Father has favored me and I have everything." So he insisted, and he took it. ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।
12 Then Esau said, "Let us journey on our way, and I will go ahead of you." ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।”
13 But Jacob said to him, "My lord knows the children are frail, and the flocks and herds, nursing, are in my care. If driven hard one day, all the flocks will die. ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋʼ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।
14 Let my lord pass ahead of his servant; I will move slowly, at the pace of the livestock ahead of me and the pace of the children, until I reach my lord at Seir." ଏଣୁ ନିବେଦନ କରୁଅଛି, ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋʼ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”
15 Esau said, "Let me leave some of my people with you." Jacob replied, "Why do that? Let me find favor in my lord's eyes." ଏଷୌ କହିଲା, “ତେବେ ମୋʼ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ? ମୋʼ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”
16 So Esau returned that day on his way to Seir. ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।
17 But Jacob traveled to Succoth, built himself a house, and made shelters for his livestock—that's why the place is called Succoth. ମାତ୍ର ଯାକୁବ ସୁକ୍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍କୋତ ନାମରେ ବିଖ୍ୟାତ ହୋଇଅଛି।
18 Jacob arrived safely at Shechem, a city in Canaan, coming from Paddan-aram, and camped facing the city. ଏହି ପ୍ରକାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା।
19 He bought the plot where he pitched his tent from the sons of Hamor, Shechem's father, for one hundred pieces of silver. ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକ ଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।
20 There he set up an altar and called it El-Elohe-Israel—the Father of Israel. ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]