Skip to content
The Believer's Library

Indian Revised Version(IRV) Odia - 2021

Genesis 36 IRVOry

Show IRVOry only
Verse × ×
1 This is the family record of Esau (that is, Edom). ଏଷୌର ବଂଶାବଳୀ। ତାହାର ଅନ୍ୟତମ ନାମ ଇଦୋମ୍‍।
2 Esau took his wives from the daughters of Canaan: Adah daughter of Elon the Hittite, and Oholibamah daughter of Anah, daughter of Zibeon the Hivite, ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍‍, ହିତ୍ତୀୟ ଏଲୋନ୍‍ର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍‍ର ପୌତ୍ରୀ ଅହଲୀବାମାକୁ,
3 and Basemath the daughter of Ishmael, the sister of Nebaioth. ତଦ୍‍ଭିନ୍ନ ନବାୟୋତ୍‍ର ଭଗିନୀକୁ, ଅର୍ଥାତ୍‍, ଇଶ୍ମାୟେଲର କନ୍ୟା ବାସମତ୍‍କୁ ବିବାହ କଲା।
4 Adah gave birth to Eliphaz for Esau, and Basemath gave birth to Reuel, ଏଥିଉତ୍ତାରେ ଏଷୌର ଔରସରେ ଆଦା ଇଲୀଫସ୍‍କୁ ଓ ବାସମତ୍‍ ରୁୟେଲକୁ ପ୍ରସବ କଲେ।
5 Oholibamah bore Jeush, Jalam, and Korah—Esau's sons, born to him in the land of Canaan. ଆଉ ଅହଲୀବାମା, ଯିୟୂଶ୍‍, ଯାଲମ୍‍ ଓ କୋରହକୁ ପ୍ରସବ କଲା; ଏଷୌର ଏହି ସମସ୍ତ ସନ୍ତାନ କିଣାନ ଦେଶରେ ଜନ୍ମିଥିଲେ।
6 Esau took his wives, sons, daughters, all his household, his livestock, all his animals, and all the property he had gained in Canaan, and moved to a land away from his brother Jacob. ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।
7 Their possessions were too great to live together; the land where they stayed couldn't support them both because of their livestock. ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।
8 So Esau settled in the hill country of Seir. (Esau is Edom.). ଏହିରୂପେ ଏଷୌ ସେୟୀର ପର୍ବତରେ ବାସ କଲା; ସେହି ଏଷୌର ଅନ୍ୟତମ ନାମ ଇଦୋମ୍‍।
9 These are the records of Esau, father of the Edomites, in the hill country of Seir. ଆଉ ସେୟୀର ପର୍ବତସ୍ଥ ଇଦୋମୀୟମାନଙ୍କର ପୂର୍ବପୁରୁଷ ଏଷୌର ବଂଶାବଳୀ।
10 These are the names of Esau's sons: Eliphaz son of Adah, Esau's wife; Reuel son of Basemath, Esau's wife. ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍‍ ଓ ବାସମତ୍‍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ।
11 The sons of Eliphaz were Teman, Omar, Zepho, Gatam, and Kenaz. ପୁଣି, ଇଲୀଫସ୍‍ର ପୁତ୍ର ତୈମନ୍‍ ଓ ଓମାର୍ ଓ ସଫୋ ଓ ଗୟିତମ୍‍ ଓ କନସ୍‍।
12 Timna, concubine of Esau's son Eliphaz, bore him Amalek. These were sons of Esau's wife Adah. ପୁଣି, ଏଷୌର ପୁତ୍ର ଇଲୀଫସ୍‍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍‍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।
13 These are Reuel's sons: Nahath, Zerah, Shammah, Mizzah. These are the sons of Esau's wife Basemath. ରୁୟେଲର ପୁତ୍ର ନହତ୍‍ ଓ ସେରହ ଓ ଶମ୍ମ ଓ ମିସା, ଏମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ।
14 These are the sons of Esau's wife Oholibamah, daughter of Anah, daughter of Zibeon: she bore Jeush, Jalam, and Korah to Esau. ପୁଣି, ସିବୀୟୋନ୍‍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍‍ ଓ ଯାଲମ୍‍ ଓ କୋରହ।
15 These are the chiefs of Esau's sons. The sons of Eliphaz, Esau's firstborn: chief Teman, chief Omar, chief Zepho, chief Kenaz. ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍‍, ତାହାର ପୁତ୍ର ରାଜା ତୈମନ୍‍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍‍
16 Chief Korah, chief Gatam, chief Amalek—these are Eliphaz's chiefs in the land of Edom; these were Adah's sons. ଓ ରାଜା କୋରହ ଓ ରାଜା ଗୟିତମ୍‍ ଓ ରାଜା ଅମାଲେକ୍‍; ଇଦୋମ ଦେଶରେ ଇଲୀଫସ୍‍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ।
17 These are the sons of Reuel, Esau's son: chief Nahath, chief Zerah, chief Shammah, chief Mizzah. These are Reuel's chiefs in the land of Edom. These are the sons of Basemath, Esau's wife. ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍‍ ଓ ରାଜା ସେରହ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍‍ର ସନ୍ତାନ ଥିଲେ।
18 Sons of Esau's wife Oholibamah: chief Jeush, chief Jalam, chief Korah. These are the chiefs of Esau's wife Oholibamah, daughter of Anah. ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍‍ ଓ ରାଜା ଯାଲମ୍‍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।
19 These are the sons of Esau (that is, Edom), and these are their chiefs. ଏମାନେ ଏଷୌର, ଅର୍ଥାତ୍‍, ଇଦୋମର ସନ୍ତାନ ଓ ଏମାନେ ସେମାନଙ୍କର ରାଜା।
20 These are the sons of Seir the Horite, who lived in the land: Lotan, Shobal, Zibeon, Anah, (ପୂର୍ବକାଳର) ସେହି ଦେଶ ନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍‍ ଓ ଶୋବଲ୍‍ ଓ ସିବୀୟୋନ୍‍ ଓ ଅନା
21 Dishon, Ezer, and Dishan—chiefs of the Horites, sons of Seir, in Edom's land. ଓ ଦିଶୋନ୍‍ ଓ ଏତ୍ସର ଓ ଦୀଶନ୍‍; ସେୟୀରର ଏହି ପୁତ୍ରଗଣ ଇଦୋମ ଦେଶର ହୋରୀୟ ବଂଶଜ ରାଜା ଥିଲେ।
22 The sons of Lotan were Hori and Hemam, and Lotan's sister was Timna. ଲୋଟନ୍‍ର ପୁତ୍ର ହୋରି ଓ ହେମମ୍‍, ପୁଣି, ଲୋଟନ୍‍ର ତିମ୍ନା ନାମ୍ନୀ ଭଗିନୀ ଥିଲା।
23 These are the sons of Shobal: Alvan, Manahath, Ebal, Shepho, and Onam. ପୁଣି, ଶୋବଲ୍‍ର ପୁତ୍ରଗଣ ଅବଲନ୍‍ ଓ ମାନହତ୍‍ ଓ ଏବଲ୍‍ ଓ ଶଫୋ ଓ ଓନମ୍‍।
24 These are Zibeon's sons: Aiah and Anah. This is the Anah who found hot springs in the wilderness while tending his father Zibeon's donkeys. ପୁଣି, ସିବୀୟୋନ୍‍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍‍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।
25 These are the children of Anah: Dishon, and Oholibamah the daughter of Anah. ସେହି ଅନାର ପୁତ୍ର ଦିଶୋନ୍‍ ଓ କନ୍ୟା ଅହଲୀବାମା।
26 These are the sons of Dishon: Hemdan, Eshban, Ithran, and Cheran. ପୁଣି, ଦିଶୋନ୍‍ର ପୁତ୍ର ହିମ୍‍ଦନ୍‍ ଓ ଇଶବନ୍‍ ଓ ଯିତ୍ରନ୍‍ ଓ କରାନ୍‍।
27 These are the sons of Ezer: Bilhan, Zaavan, and Akan. ଏତ୍ସରର ପୁତ୍ର ବିଲ୍‍ହନ୍‍ ଓ ସାବନ୍‍ ଓ ଆକନ୍‍।
28 These are the sons of Dishan: Uz and Aran. ପୁଣି, ଦୀଶନ୍‍ର ପୁତ୍ର ଊଷ୍‍ ଓ ଅରାନ୍‍।
29 These are the chiefs of the Horites: chief Lotan, chief Shobal, chief Zibeon, chief Anah, ହୋରୀୟ ବଂଶଜ ରାଜା ଏହି; ରାଜା ଲୋଟନ୍‍ ଓ ରାଜା ଶୋବଲ୍‍ ଓ ରାଜା ସିବୀୟୋନ୍‍ ଓ ରାଜା ଅନା
30 chief Dishon, chief Ezer, chief Dishan—chiefs of the Horites, clan by clan, in the land of Seir. ଓ ରାଜା ଦିଶୋନ୍‍ ଓ ରାଜା ଏତ୍ସର ଓ ରାଜା ଦୀଶନ୍‍। ଏମାନେ ସେୟୀର ଦେଶର ହୋରୀୟ ବଂଶଜ ରାଜା ଥିଲେ।
31 These are the kings who ruled in the land of Edom before any king ruled over the Israelites: ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ।
32 Bela the son of Beor reigned in Edom, and the name of his city was Dinhabah. ବିୟୋରର ବେଲା ନାମକ ପୁତ୍ର ଇଦୋମ୍‍ ଦେଶରେ ରାଜତ୍ୱ କଲା, ତାହାର ରାଜଧାନୀର ନାମ ଦିନ୍‍ହାବା।
33 When Bela died, Jobab the son of Zerah from Bozrah reigned in his place. ବେଲାର ମରଣ ଉତ୍ତାରେ, ତାହା ପଦରେ ବସ୍ରା ନିବାସୀ ସେରହର ପୁତ୍ର ଯୋବବ୍‍ ରାଜତ୍ୱ କଲା।
34 When Jobab died, Husham from the land of the Temanites reigned in his place. ପୁଣି, ଯୋବବ୍‍ର ମରଣ ଉତ୍ତାରେ ତୈମନ୍‍ ଦେଶୀୟ ହୂଶମ୍‍ ତାହା ପଦରେ ରାଜତ୍ୱ କଲା।
35 Husham died; Hadad son of Bedad, who defeated Midian in the territory of Moab, reigned in his place. His city was named Avith. ହୂଶମ୍‌ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍‍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍‍।
36 When Hadad died, Samlah from Masrekah reigned in his place. ହଦଦ୍‍ର ମରଣ ଉତ୍ତାରେ ମସ୍ରେକା ନିବାସୀ ସମ୍ଳ ତାହା ପଦରେ ରାଜତ୍ୱ କଲା।
37 When Samlah died, Shaul from Rehoboth on the Euphrates reigned in his place. ପୁଣି, ସମ୍ଳର ମରଣ ଉତ୍ତାରେ (ଫରାତ୍‍) ନଦୀର ନିକଟସ୍ଥ ରହୋବୋତ୍‍ ନିବାସୀ ଶୌଲ ତାହା ପଦରେ ରାଜତ୍ୱ କଲା।
38 When Shaul died, Baal-hanan the son of Achbor reigned in his place. ଶୌଲର ମରଣ ଉତ୍ତାରେ, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ ତାହା ପଦରେ ରାଜତ୍ୱ କଲା।
39 When Baal-hanan son of Achbor died, Hadar reigned in his place; his city's name was Pau, and his wife's name was Mehetabel, daughter of Matred, daughter of Mezahab. ପୁଣି, ଅକ୍‍ବୋରର ପୁତ୍ର ବାଲ୍‍ହାନନ୍‍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।
40 These are Esau's chiefs, by clan, by place, by name: chief Timna, chief Alvah, chief Jetheth. ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍‍ବା ଓ ରାଜା ଯିଥେତ୍‍।
41 Chief Oholibamah, chief Elah, chief Pinon, ଓ ରାଜା ଅହଲୀବାମା ଓ ରାଜା ଏଲା ଓ ରାଜା ପୀନୋନ୍‍
42 chief Kenaz, chief Teman, chief Mibzar, ଓ ରାଜା କନସ୍‍ ଓ ରାଜା ତୈମନ୍‍ ଓ ରାଜା ମିବ୍‍ସର୍‍
43 chief Magdiel, and chief Iram. These are Edom's chiefs, by their settlements in the land they held. Esau was father of the Edomites. ଓ ରାଜା ମଗ୍‍ଦୀୟେଲ ଓ ରାଜା ଈରମ୍‍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]