Skip to content
The Believer's Library

Indian Revised Version(IRV) Odia - 2021

Genesis 37 IRVOry

Show IRVOry only
Verse × ×
1 Jacob settled in the land where his father had lived as a foreigner, the land of Canaan. ସେହି ସମୟରେ ଯାକୁବ ଆପଣା ପିତାଙ୍କର ପ୍ରବାସ ସ୍ଥାନ କିଣାନ ଦେଶରେ ବାସ କରୁଥିଲେ।
2 This is Jacob's family record. Joseph, a young man of seventeen, tended the flock with his brothers, the sons of Bilhah and Zilpah, his father's wives—and brought their father a bad report about them. ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍‌ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।
3 Israel loved Joseph more than all his other sons, because he was born to him in his old age, and made him a robe of many colors. ସେହି ଯୋଷେଫ ଇସ୍ରାଏଲର ବୃଦ୍ଧାବସ୍ଥାର ସନ୍ତାନ ହେବା ସକାଶୁ ଇସ୍ରାଏଲ ସମସ୍ତ ପୁତ୍ରଠାରୁ ତାକୁ ଅଧିକ ସ୍ନେହ କଲେ, ଆଉ ତାକୁ ନାନା ବର୍ଣ୍ଣର ଏକ ଅଙ୍ଗରଖା ପ୍ରସ୍ତୁତ କରି ଦେଇଥିଲେ।
4 When his brothers saw their father loved him more than all of them, they hated him and could not speak kindly to him. ମାତ୍ର ପିତା ସମସ୍ତ ପୁତ୍ର ଅପେକ୍ଷା ଯୋଷେଫକୁ ଅଧିକ ସ୍ନେହ କରିବାର ଦେଖି ତାହାର ଭାଇମାନେ ତାକୁ ଘୃଣା କଲେ ଓ ତାହା ପ୍ରତି ପ୍ରେମର କଥା କହି ପାରିଲେ ନାହିଁ।
5 Joseph dreamed a dream and told it to his brothers, who hated him even more. ଏଥିଉତ୍ତାରେ ଯୋଷେଫ ଗୋଟିଏ ସ୍ୱପ୍ନ ଦେଖି ଆପଣା ଭାଇମାନଙ୍କୁ କହିଲା; ଏଥିରେ ସେମାନେ ତାକୁ ଆହୁରି ଅଧିକ ଘୃଣା କଲେ।
6 He said to them, "Listen to this dream I had: କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।
7 Suddenly we were binding sheaves in the field, and suddenly my sheaf rose and stood upright, and suddenly your sheaves gathered around and bowed down to it." ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋʼ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।”
8 His brothers said to him, "Will you really reign over us? Will you actually rule us?" So they hated him even more for his dreams and his words. ଏଥିରେ ତାହାର ଭାଇମାନେ ତାକୁ କହିଲେ, “ତୁ କି ସତେ ଆମ୍ଭମାନଙ୍କର ରାଜା ହେବୁ? ତୁ କି ସତେ ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବୁ?” ତହୁଁ ସେମାନେ ତାହାର ସବୁ ସ୍ୱପ୍ନ ଓ କଥା ସକାଶୁ ତାକୁ ଆହୁରି ଅଧିକ ଘୃଣା କଲେ।
9 He dreamed again and told his brothers, "Look, I had another dream—the sun, moon, and eleven stars were bowing down to me." ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
10 When he told his father and brothers, his father scolded him: "What is this dream you had? Will I, your mother, and your brothers really come and bow to the ground before you?" ମାତ୍ର ସେ ଆପଣା ପିତା ଓ ଭାଇମାନଙ୍କ ସାକ୍ଷାତରେ ତାହା କହନ୍ତେ, ତାହାର ପିତା ତାହାକୁ ଧମକାଇ କହିଲେ, “ତୁ ଏ କି ପ୍ରକାର ସ୍ୱପ୍ନ ଦେଖିଲୁ? ମୁଁ ଓ ତୋʼ ମାତା ଓ ତୋʼ ଭ୍ରାତୃଗଣ, ଆମ୍ଭେମାନେ କି ଭୂମିଷ୍ଠ ହୋଇ ତୋତେ ପ୍ରଣାମ କରିବାକୁ ଆସିବୁ?”
11 His brothers were jealous of him, but his father kept the matter in mind. ତହିଁରେ ତାହାର ଭାଇମାନେ ତାକୁ ଈର୍ଷା କଲେ, ମାତ୍ର ତାହାର ପିତା ସେହି କଥା ମନେ ରଖିଲେ।
12 Now his brothers had gone to graze their father's flocks near Shechem. ତଦନନ୍ତର ତାହାର ଭ୍ରାତୃଗଣ ପିତାଙ୍କର ପଶୁପଲ ଚରାଇବା ପାଇଁ ଶିଖିମକୁ ଗଲା ଉତ୍ତାରେ
13 Israel said to Joseph, "Aren't your brothers grazing the flocks at Shechem? Come, I'll send you to them." "Here I am," he replied. ଇସ୍ରାଏଲ ଯୋଷେଫକୁ କହିଲେ, “ତୁମ୍ଭର ଭ୍ରାତୃଗଣ କି ଶିଖିମରେ ପଶୁପଲ ଚରାଉ ନାହାନ୍ତି? ଆସ, ମୁଁ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଇବି;” ତହିଁରେ ସେ କହିଲା, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
14 He said to him, "Go see how your brothers and the flock are doing, and bring me word." So he sent him from the Valley of Hebron, and Joseph came to Shechem. ସେତେବେଳେ ଇସ୍ରାଏଲ ତାହାକୁ କହିଲେ, “ତୁମ୍ଭେ ଯାଇ ତୁମ୍ଭର ଭ୍ରାତୃଗଣ ଓ ପଶୁପଲ ଭଲ ଅଛନ୍ତି କି ନାହିଁ, ତାହା ଦେଖି ମୋʼ ନିକଟକୁ ସମ୍ବାଦ ଆଣ।” ଏହିରୂପେ ସେ ହିବ୍ରୋଣର ତଳ ଭୂମିରୁ ଯୋଷେଫକୁ ପଠାନ୍ତେ, ସେ ଶିଖିମରେ ଉପସ୍ଥିତ ହେଲା।
15 A man found him wandering in the fields and asked him, "What are you looking for?" ସେତେବେଳେ ଜଣେ ମନୁଷ୍ୟ ଯୋଷେଫକୁ କ୍ଷେତରେ ଏଣେତେଣେ ଭ୍ରମଣ କରିବାର ଦେଖି ପଚାରିଲା, “ତୁମ୍ଭେ କଅଣ ଖୋଜୁଅଛ?”
16 He replied, "I'm looking for my brothers. Can you tell me where they are grazing their flocks?" ସେ କହିଲା, “ମୋʼ ଭାଇମାନଙ୍କୁ ଖୋଜୁଅଛି, ସେମାନେ କେଉଁଠାରେ ପଶୁପଲ ଚରାଉଛନ୍ତି, ଅନୁଗ୍ରହ କରି ମୋତେ କୁହ।”
17 "They've left here," the man said. "I heard them say, 'Let's go to Dothan.'" Joseph went after his brothers and found them at Dothan. ସେ ମନୁଷ୍ୟ କହିଲା, “ସେମାନେ ଏଠାରୁ ଯାଇଅଛନ୍ତି; କାରଣ ମୁଁ ଶୁଣିଥିଲି, ‘ସେମାନେ ଦୋଥନକୁ ଯିବେ ବୋଲି କହୁଥିଲେ।’” ଏଣୁ ଯୋଷେଫ ଆପଣା ଭାଇମାନଙ୍କ ପଛେ ପଛେ ଯାଇ ଦୋଥନରେ ସେମାନଙ୍କର ଦେଖା ପାଇଲା।
18 They saw him in the distance, and before he reached them, they plotted to kill him. ସେମାନେ ତାହାକୁ ଦୂରରୁ ଦେଖିଲେ, ପୁଣି, ସେ ସେମାନଙ୍କ ନିକଟରେ ପହଞ୍ଚିବା ପୂର୍ବେ ସେମାନେ ତାକୁ ବଧ କରିବା ପାଇଁ ମନ୍ତ୍ରଣା କଲେ।
19 "Here comes that dreamer!" they said to one another. ଆଉ, ସେମାନେ ଏକ ଆରେକକୁ କହିଲେ, “ଏହି ଦେଖ, ସ୍ୱପ୍ନଦର୍ଶକ ମହାଶୟ ଆସୁଅଛନ୍ତି।
20 "Now come, let's kill him, throw him into one of the pits, and say a wild animal ate him. Then we'll see what becomes of his dreams." ଆସ, ଆମ୍ଭେମାନେ ତାକୁ ବଧ କରି କୌଣସି ଏକ ଗାତରେ ପକାଇ ଦେଉ; ପୁଣି, ‘କୌଣସି ହିଂସ୍ରକ ଜନ୍ତୁ ତାକୁ ଖାଇପକାଇଲା ବୋଲି କହିବା;’ ଆଚ୍ଛା ଦେଖିବା, ତାହାର ସ୍ୱପ୍ନ ସବୁର କଅଣ ହେବ।”
21 Reuben heard and tried to rescue him from their hands. "Let's not take his life," he said. ଏ କଥା ଶୁଣି ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି କହିଲା, “ନା, ଆମ୍ଭେମାନେ ତାକୁ ପ୍ରାଣରେ ମାରି ପକାଇବା ନାହିଁ।”
22 Reuben told them, "Shed no blood—throw him into this desert cistern, but don't touch him." Reuben said this to rescue Joseph from them and take him back to his father. ଆଉ ରୁବେନ୍‍ ସେମାନଙ୍କ ହସ୍ତରୁ ତାକୁ ରକ୍ଷା କରି ପିତା ନିକଟକୁ ଫେରି ପଠାଇବା ମାନସରେ ସେମାନଙ୍କୁ କହିଲା, “ତୁମ୍ଭେମାନେ ରକ୍ତପାତ କର ନାହିଁ, ପ୍ରାନ୍ତରର ଏହି ଗର୍ତ୍ତ ମଧ୍ୟରେ ତାକୁ ପକାଇଦିଅ, ମାତ୍ର ତାହା ପ୍ରତି ହାତ ଉଠାଅ ନାହିଁ।”
23 When Joseph reached his brothers, they stripped off his robe—the robe of many colors he wore. ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କ ନିକଟକୁ ଆସନ୍ତେ, ସେମାନେ ତାହାର ଅଙ୍ଗରଖା, ସେହି ନାନା ବର୍ଣ୍ଣର ଅଙ୍ଗରଖା, ତାହା ଦେହରୁ କାଢ଼ିନେଇ;
24 They took him and threw him into the cistern. The cistern was empty, no water in it. ତାକୁ ଧରି ଗର୍ତ୍ତ ମଧ୍ୟରେ ପକାଇଦେଲେ, ସେହି ଗର୍ତ୍ତ ଶୂନ୍ୟ, ତହିଁରେ ଜଳ ନ ଥିଲା।
25 They sat to eat, looked up, and saw an Ishmaelite caravan coming from Gilead, their camels carrying spices, balm, and myrrh, headed down to Egypt. ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।
26 Judah told his brothers, "What do we gain if we kill our brother and hide his blood? ସେତେବେଳେ ଯିହୁଦା ଭାଇମାନଙ୍କୁ କହିଲା, “ଆମ୍ଭମାନଙ୍କ ଭାଇକୁ ବଧ କରି ତାହାର ରକ୍ତ ଗୋପନ କଲେ, ଆମ୍ଭମାନଙ୍କର ଲାଭ କଅଣ?
27 Come, let's sell him to the Ishmaelites, not harm him ourselves—he's our brother, our own flesh." His brothers agreed. ଆସ, ଆମ୍ଭେମାନେ ତାକୁ ଏହି ଇଶ୍ମାୟେଲୀୟ ଲୋକମାନଙ୍କୁ ବିକ୍ରୟ କରିଦେଉ, ଆମ୍ଭମାନଙ୍କ ହସ୍ତ ତାହା ପ୍ରତିକୂଳରେ ନ ଉଠୁ; କାରଣ ସେ ଆମ୍ଭମାନଙ୍କ ଭ୍ରାତା ଓ ଆମ୍ଭମାନଙ୍କ ମାଂସ ସ୍ୱରୂପ।” ତହିଁରେ ତାହାର ଭାଇମାନେ ସମ୍ମତ ହେଲେ।
28 As Midianite traders passed, his brothers lifted Joseph from the pit and sold him to the Ishmaelites for twenty silver pieces, and the Ishmaelites brought him to Egypt. ସେତେବେଳେ ସେହି ମିଦୀୟନୀୟ ବଣିକମାନେ ନିକଟକୁ ଆସନ୍ତେ, ସେମାନେ ଯୋଷେଫକୁ ଗର୍ତ୍ତ ମଧ୍ୟରୁ ଉପରକୁ ଟାଣି ଆଣିଲେ; ପୁଣି, ଇଶ୍ମାୟେଲୀୟମାନଙ୍କଠାରୁ କୋଡ଼ିଏ ଶେକେଲ ରୌପ୍ୟ ମୁଦ୍ରା ନେଇ ଯୋଷେଫକୁ ବିକ୍ରୟ କରିଦେଲେ; ତହିଁରେ ସେମାନେ ଯୋଷେଫକୁ ମିସର ଦେଶକୁ ନେଇଗଲେ।
29 When Reuben returned to the cistern and saw that Joseph was not there, he tore his clothes. ଏଥିଉତ୍ତାରେ ରୁବେନ୍‍ ଗର୍ତ୍ତ ନିକଟକୁ ଫେରିଯାଇ ଯୋଷେଫ ଗର୍ତ୍ତ ଭିତରେ ନାହିଁ, ଏହା ଦେଖି ଆପଣା ବସ୍ତ୍ର ଚିରିଲା।
30 He went back to his brothers and said, "The boy is gone! Where can I turn now?" ପୁଣି, ଭାଇମାନଙ୍କ ନିକଟକୁ ଫେରିଆସି କହିଲା, “ବାଳକଟି ନାହିଁ; ଆଉ ମୁଁ କେଉଁଠାକୁ ଯିବି?”
31 Then they took Joseph's robe, slaughtered a goat, and dipped the robe in the blood. ଏଥିଉତ୍ତାରେ ସେମାନେ ଯୋଷେଫର ଅଙ୍ଗରଖା ଘେନି ଗୋଟିଏ ଛାଗ ମାରି ତାହାର ରକ୍ତରେ ତାହା ଡୁବାଇଲେ।
32 They sent the robe of many colors and brought it to their father, saying, "We found this. Examine it: is it your son's robe, or not?" ଆଉ, ସେମାନେ ଆପଣା ପିତା ନିକଟକୁ ସେହି ନାନା ବର୍ଣ୍ଣର ଅଙ୍ଗରଖା ପଠାଇଦେଇ କହିଲେ, “ଆମ୍ଭେମାନେ ଏତିକି ମାତ୍ର ପାଇଲୁ, ଏହା ତୁମ୍ଭ ପୁତ୍ରର ଅଙ୍ଗରଖା କି ନାହିଁ, ଚିହ୍ନ।”
33 He recognized it: "My son's robe—a dangerous animal ate him! Joseph is surely torn apart." ତହିଁରେ ସେ ତାହା ଚିହ୍ନି କହିଲେ, “ଏହି ଅଙ୍ଗରଖା ତ ମୋʼ ପୁତ୍ରର; କୌଣସି ହିଂସ୍ରକ ଜନ୍ତୁ ତାହାକୁ ଖାଇ ପକାଇଅଛି, ଯୋଷେଫ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି।”
34 Then Jacob tore his clothes, put on mourning clothes, and mourned for his son many days. ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।
35 All his sons and daughters came to comfort him, but he refused to be comforted, saying, "No, mourning I will go down to my son in the grave." So his father wept for him. ଏଥିଉତ୍ତାରେ ତାଙ୍କର ସମସ୍ତ ପୁତ୍ର ଓ ସମସ୍ତ କନ୍ୟା ଉଠି ତାଙ୍କୁ ସାନ୍ତ୍ୱନା କରିବାକୁ ଯତ୍ନ କଲେ; ମାତ୍ର ସେ ମାନିଲେ ନାହିଁ; ପୁଣି, ସେ କହିଲେ, “ମୁଁ ଶୋକ କରୁ କରୁ ପୁତ୍ର ନିକଟକୁ କବରକୁ ଅଧୋଗମନ କରିବି।” ଏହି ପ୍ରକାରେ ତାହାର ପିତା ତାହା ନିମନ୍ତେ ରୋଦନ କଲେ।
36 Now the Midianites sold Joseph in Egypt to Potiphar, a Pharaoh official and captain of the guard. ଏଥିମଧ୍ୟରେ ସେହି ମିଦୀୟନୀୟମାନେ ମିସର ଦେଶରେ ପୋଟୀଫର ନାମକ ଫାରୋର ଭୃତ୍ୟ, ଅର୍ଥାତ୍‍, ରକ୍ଷକ ସେନାପତିକୁ ଯୋଷେଫକୁ ବିକ୍ରୟ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]