Skip to content
The Believer's Library

Indian Revised Version(IRV) Odia - 2021

Genesis 4 IRVOry

Show IRVOry only
Verse × ×
1 Adam slept with his wife Eve; she conceived and bore Cain, saying, "With our Father's help I have gained a man." ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
2 Later she gave birth to his brother Abel. Abel kept flocks, and Cain worked the ground. ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍‍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
3 After some time, Cain brought our Father an offering of the ground's fruit. ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
4 Abel, too, brought the firstborn of his flock and their fat portions. Our Father favored Abel and his offering, ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
5 but not on Cain and his offering, so Cain burned with anger and his face fell. ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।
6 Then our Father said to Cain, "Why are you angry? Why has your face fallen? ତହିଁରେ ସଦାପ୍ରଭୁ କୟିନଙ୍କୁ କହିଲେ, “ତୁମ୍ଭେ କାହିଁକି କ୍ରୋଧ କରୁଅଛ? ଆଉ କାହିଁକି ଦୁଃଖିତ ହେଉଅଛ?
7 If you do right, won't you be accepted? If you don't, sin crouches at your door, longing for you—but you must rule over it." ସତ୍କର୍ମ କଲେ, କି ତୁମ୍ଭେ ଊର୍ଦ୍ଧ୍ୱମୁଖ ହେବ ନାହିଁ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
8 Cain said to his brother Abel, "Let's go to the field." There, Cain rose against his brother Abel and killed him. ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
9 Then our Father asked Cain, "Where's your brother Abel?" "I don't know," he said. "Am I my brother's keeper?" ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କʼଣ ମୋʼ ଭାଇର ରକ୍ଷକ?”
10 Our Father said, "What have you done? The voice of your brother's blood cries out to me from the ground. ସେ କହିଲେ, “ତୁମ୍ଭେ କଅଣ କରିଅଛ? ତୁମ୍ଭ ଭାଇର ରକ୍ତ ଭୂମିରୁ ଆମ୍ଭ ପ୍ରତି ଡାକ ପକାଉଅଛି।
11 Now a curse drives you from the ground, which opened its mouth to take your brother's blood from your hand. ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
12 When you work the ground, it will no longer give you its strength; you will be a wandering fugitive on the earth." ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
13 Cain said to our Father, "My punishment is more than I can bear. କୟିନ ସଦାପ୍ରଭୁଙ୍କୁ କହିଲେ, “ମୋହର ଦଣ୍ଡ ଅସହ୍ୟ।
14 Today you drive me from this ground; I'll be hidden from your presence, a restless fugitive on earth, and whoever finds me will kill me." ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
15 But our Father told him, "No—whoever kills Cain will be avenged seven times over." Then our Father marked Cain, so no one who found him would kill him. ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତ ଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
16 Cain left the presence of our Father and settled in the land of Nod, east of Eden. ଏଥିଉତ୍ତାରେ କୟିନ ସଦାପ୍ରଭୁଙ୍କ ସମ୍ମୁଖରୁ ପ୍ରସ୍ଥାନ କରି ଏଦନର ପୂର୍ବଦିଗସ୍ଥ ନୋଦ ନାମକ ସ୍ଥାନରେ ବାସ କଲେ।
17 Cain slept with his wife; she conceived and bore Enoch. He was building a city and named it after his son Enoch. ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
18 Irad was born to Enoch. Irad fathered Mehujael, Mehujael fathered Methushael, Methushael fathered Lamech. ସେହି ହନୋକର ପୁତ୍ର ଈରଦ ଓ ଈରଦର ପୁତ୍ର ମହୁୟାୟେଲ ଓ ମହୁୟାୟେଲର ପୁତ୍ର ମଥୁଶାୟେଲ ଓ ମଥୁଶାୟେଲର ପୁତ୍ର ଲେମକ।
19 Lamech married two women, one named Adah and the other Zillah. ଏହି ଲେମକ ଦୁଇଟି ସ୍ତ୍ରୀ ବିବାହ କଲେ, ଏକର ନାମ ଆଦା ଓ ଅନ୍ୟର ନାମ ସିଲ୍ଲା ଥିଲା।
20 Adah bore Jabal, father of tent dwellers and livestock herders. ଆଦାର ଗର୍ଭରେ ଜାବଳ ଜନ୍ମିଲା, ସେ ତମ୍ବୁନିବାସୀ ପଶୁପାଳକମାନଙ୍କର ଆଦିପୁରୁଷ ଥିଲା।
21 His brother's name was Jubal; he was the father of all who play the harp and flute. ତାହାର ଭାଇର ନାମ ଯୁବଳ, ସେ ବୀଣା ଓ ବଂଶୀବାଦକମାନଙ୍କର ଆଦିପୁରୁଷ ଥିଲା।
22 Zillah also bore Tubal-Cain, forger of all bronze and iron tools; Tubal-Cain's sister was Naamah. ସିଲ୍ଲାର ଗର୍ଭରେ ତୁବଲ୍‍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍‍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
23 Lamech told his wives: "Adah and Zillah, hear me; wives of Lamech, listen to what I say. I killed a man who wounded me, a young man who bruised me. ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋʼ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋʼ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
24 If Cain is avenged seven times, then Lamech seventy-seven times." ଯଦି କୟିନର ବଧର ପ୍ରତିଫଳ ସାତ ଗୁଣ ହୁଏ, ତେବେ ଲେମକର ପ୍ରତିଫଳ ସତସ୍ତରି ଗୁଣ ନିଶ୍ଚୟ ହେବ।”
25 Adam slept with his wife again; she bore a son and named him Seth: "Our Father has given me another child instead of Abel, since Cain killed him." ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍‍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
26 Seth too had a son and named him Enosh. Then people began calling on our Father's name. ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]