Skip to content
The Believer's Library

Indian Revised Version(IRV) Odia - 2021

Genesis 40 IRVOry

Show IRVOry only
Verse × ×
1 After these things, the king of Egypt's cupbearer and baker sinned against their lord, the king of Egypt. ଏହିସବୁ ଘଟଣା ଉତ୍ତାରେ ମିସରୀୟ ରାଜାଙ୍କର ପାନପାତ୍ରବାହକ ଓ ସୂପକାର ଆପଣାମାନଙ୍କର ପ୍ରଭୁ ମିସରୀୟ ରାଜାଙ୍କର ପ୍ରତିକୂଳରେ ଅପରାଧ କଲେ।
2 Pharaoh was furious with his two officials, the chief cupbearer and the chief baker. ତହିଁରେ ଫାରୋ ଆପଣାର ପ୍ରଧାନ ପାନପାତ୍ରବାହକ ଓ ପ୍ରଧାନ ସୂପକାର ଏହି ଦୁଇ ଭୃତ୍ୟ ପ୍ରତି କ୍ରୁଦ୍ଧ ହେଲେ,
3 He put them in custody in the guard captain's house, the prison where Joseph was held. ଆଉ ରକ୍ଷକ ସୈନ୍ୟାଧିପତିର ଯେଉଁ ବନ୍ଦୀଗୃହରେ ଯୋଷେଫ ବନ୍ଦୀ ଥିଲେ, ସେଠାରେ ସେମାନଙ୍କୁ ବନ୍ଦୀ କରି ରଖିଲେ।
4 The captain of the guard assigned Joseph to serve them; they remained in custody for some days. ତହିଁରେ ରକ୍ଷକ ସୈନ୍ୟାଧିପତି ଯୋଷେଫଙ୍କର ହସ୍ତରେ ସେମାନଙ୍କୁ ସମର୍ପଣ କରନ୍ତେ, ଯୋଷେଫ ସେମାନଙ୍କର ତତ୍ତ୍ୱାବଧାରଣ କରିବାକୁ ଲାଗିଲେ। ଏହି ପ୍ରକାରେ ସେମାନେ କିଛି ଦିନ କାରାଗାରରେ ରହିଲେ।
5 Then both of them, the cupbearer and baker of Egypt's king, imprisoned in the prison, each dreamed a dream in one night, each dream with its own meaning. ଏଥିଉତ୍ତାରେ ମିସରୀୟ ରାଜାଙ୍କର ସେହି କାରାବଦ୍ଧ ପାନପାତ୍ରବାହକ ଓ ସୂପକାର ଦୁଇ ଜଣ ଏକ ରାତ୍ରିରେ ଦୁଇ ପ୍ରକାର ଅର୍ଥବିଶିଷ୍ଟ ଦୁଇ ସ୍ୱପ୍ନ ଦେଖିଲେ।
6 When Joseph came to them in the morning, he saw that they were troubled. ତହିଁରେ ଯୋଷେଫ ପ୍ରଭାତରେ ସେମାନଙ୍କ ନିକଟକୁ ଆସିବା ବେଳେ ସେମାନଙ୍କୁ ବିଷଣ୍ଣ ଦେଖିଲେ।
7 He asked Pharaoh's officials with him in custody in his master's house, "Why do you look downcast today?" ତହୁଁ ଫାରୋଙ୍କର ଯେଉଁ ଭୃତ୍ୟମାନେ ତାଙ୍କ ସହିତ ତାଙ୍କ ପ୍ରଭୁର କାରାଗାରରେ ବନ୍ଦ ଥିଲେ, ସେମାନଙ୍କୁ ସେ ପଚାରିଲେ, “ଆଜି ତୁମ୍ଭମାନଙ୍କ ମୁଖ ବିଷଣ୍ଣ କାହିଁକି?”
8 They told him, "We each had a dream, with no one to interpret it." Joseph replied, "Don't interpretations belong to our Father? Please tell them to me." ସେମାନେ କହିଲେ, “ଆମ୍ଭେମାନେ ସ୍ୱପ୍ନ ଦେଖିଅଛୁ, ମାତ୍ର ତହିଁର ଅର୍ଥ କରିବାକୁ କେହି ନାହିଁ।” ତେବେ ଯୋଷେଫ ସେମାନଙ୍କୁ କହିଲେ, “ଅର୍ଥର ଜ୍ଞାନ କି ପରମେଶ୍ୱରଙ୍କର ଅଧୀନ ନୁହେଁ? ବିନୟ କରୁଅଛି, ତୁମ୍ଭମାନଙ୍କ ସ୍ୱପ୍ନ ମୋତେ କୁହ।”
9 The chief cupbearer told Joseph his dream: "In my dream a vine stood before me. ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା,
10 The vine had three branches; as it sprouted, its blossoms opened, and the clusters ripened into grapes. ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।
11 Pharaoh's cup was in my hand; I took the grapes, squeezed them into Pharaoh's cup, and put the cup in Pharaoh's hand." ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”
12 Then Joseph said to him, "This is its interpretation: the three branches are three days. ତହିଁରେ ଯୋଷେଫ ତାହାକୁ କହିଲେ, “ଏଥିର ଅର୍ଥ ଏହି; ସେହି ତିନି ଶାଖାରେ ତିନି ଦିନ ବୁଝାଏ।
13 In three days Pharaoh will lift up your head, restore you to your position, and you will put Pharaoh's cup in his hand, as before, when you were his cupbearer. ତିନି ଦିନ ମଧ୍ୟରେ ଫାରୋ ତୁମ୍ଭର ମସ୍ତକ ଉଠାଇ ତୁମ୍ଭକୁ ନିଜ ପଦରେ ପୁନର୍ବାର ନିଯୁକ୍ତ କରିବେ; ତହିଁରେ ତୁମ୍ଭେ ପୂର୍ବ ପରି ପାନପାତ୍ରବାହକ ହୋଇ ପୁନର୍ବାର ଫାରୋଙ୍କର ହସ୍ତରେ ପାନପାତ୍ର ଦେବ।
14 But remember me when it's well with you; please do me kindness—mention me to Pharaoh, so he may bring me out of this house. ମାତ୍ର ତୁମ୍ଭର ମଙ୍ଗଳ ହେଲେ, ମୋତେ ସ୍ମରଣ କରିବ, ପୁଣି, ମୋʼ ପ୍ରତି ଦୟା କରି ଫାରୋଙ୍କ ଛାମୁରେ ମୋʼ ବିଷୟ କହି ମୋତେ ଏହି କାରାଗାରରୁ ମୁକ୍ତ କରିବ।
15 For I was indeed kidnapped from the land of the Hebrews, and even here I've done nothing to deserve this dungeon." କାରଣ ଏବ୍ରୀୟମାନଙ୍କ ଦେଶରୁ ଲୋକମାନେ ମୋତେ ନିତାନ୍ତ ଚୋରି କରି ଆଣିଅଛନ୍ତି; ପୁଣି, ଏହି ସ୍ଥାନରେ ମଧ୍ୟ ମୁଁ କିଛି କରି ନାହିଁ, ତଥାପି ସେମାନେ ମୋତେ ଏହି କାରାକୂପରେ ବନ୍ଦ କରିଅଛନ୍ତି।”
16 Seeing the interpretation was good, the chief baker said to Joseph, "I too had a dream: three baskets of white bread on my head. ତହିଁରେ ସେ ଉତ୍ତମ ଅର୍ଥ କଲେ, ପ୍ରଧାନ ସୂପକାର ଏହା ଦେଖି ଯୋଷେଫଙ୍କୁ କହିଲା, “ମୁଁ ମଧ୍ୟ ସ୍ୱପ୍ନ ଦେଖିଅଛି; ଦେଖ, ମୋʼ ମସ୍ତକ ଉପରେ ଶୁକ୍ଳ ପିଷ୍ଟକର ତିନୋଟି ଡାଲା।
17 The top basket held all kinds of baked goods for Pharaoh, but birds were eating them from the basket on my head." ସର୍ବଉପର ଡାଲାରେ ଫାରୋଙ୍କର ଭୋଜନ ନିମନ୍ତେ ନାନା ପ୍ରକାର ପକ୍ୱାନ୍ନ ଥିଲା; ଆଉ ପକ୍ଷୀଗଣ ଆସି ମୋର ମସ୍ତକରେ ଥିବା ଡାଲାରୁ ତାହା ଘେନି ଖାଇଲେ।”
18 Joseph replied, "This is its interpretation: the three baskets are three days. ସେତେବେଳେ ଯୋଷେଫ ଉତ୍ତର କଲେ, “ଏଥିର ଅର୍ଥ ଏହି, ସେହି ତିନି ଡାଲାରେ ତିନି ଦିନ ବୁଝାଏ।
19 In three days Pharaoh will lift your head off you and hang you on a tree—birds will eat the flesh off you. ତିନି ଦିନ ମଧ୍ୟରେ ଫାରୋ ତୁମ୍ଭ ଶରୀରରୁ ତୁମ୍ଭ ମସ୍ତକ ଉଠାଇ ତୁମ୍ଭକୁ ବୃକ୍ଷ ଉପରେ ଟଙ୍ଗାଇବେ, ପୁଣି, ପକ୍ଷୀଗଣ ଆସି ତୁମ୍ଭ ଗାତ୍ରରୁ ତୁମ୍ଭ ମାଂସ ଖାଇବେ।”
20 On the third day, Pharaoh's birthday, he gave a feast for all his officials, and lifted the head of his chief cupbearer and the head of his chief baker among them," ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମ ଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
21 restoring the chief cupbearer to his position, so he placed the cup in Pharaoh's hand. ପୁଣି, ଯୋଷେଫଙ୍କର କଥିତ ଅର୍ଥାନୁସାରେ ଫାରୋ ପ୍ରଧାନ ପାନପାତ୍ର ବାହାକକୁ ତାହାର ନିଜ ପଦରେ ପୁନର୍ବାର ନିଯୁକ୍ତ କଲେ; ତହିଁରେ ସେ ଫାରୋଙ୍କର ହସ୍ତରେ ପାନପାତ୍ର ଦେବାକୁ ଲାଗିଲା।
22 But he hanged the chief baker, just as Joseph had interpreted to them. ମାତ୍ର ସେ ପ୍ରଧାନ ସୂପକାରକୁ ବୃକ୍ଷରେ ଟଙ୍ଗାଇଲେ;
23 Yet the chief cupbearer did not remember Joseph—he forgot him. ତଥାପି, ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ସ୍ମରଣ କଲା ନାହିଁ, ମାତ୍ର ତାଙ୍କୁ ପାସୋରି ଗଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]