Skip to content
The Believer's Library

Indian Revised Version(IRV) Odia - 2021

Genesis 41 IRVOry

Show IRVOry only
Verse × ×
1 After two full years had passed, Pharaoh had a dream: he was standing beside the Nile. ଏଥିଉତ୍ତାରେ ସମ୍ପୂର୍ଣ୍ଣ ଦୁଇ ବର୍ଷ ଶେଷରେ ଫାରୋ ଏହି ସ୍ୱପ୍ନ ଦେଖିଲେ; ଦେଖ, ସେ ନୀଳ ନଦୀ କୂଳରେ ଠିଆ ହୋଇଅଛନ୍ତି।
2 Seven cows, sleek and fat, came up from the Nile and grazed among the reeds. ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
3 Seven other cows, ugly and bony, came up after them from the Nile and stood beside them on the Nile's bank. ସେମାନଙ୍କ ଉତ୍ତାରେ ଦେଖ, ଅନ୍ୟ ସାତୋଟି କୃଶ ଓ କୁତ୍ସିତ ଗୋରୁ ନଦୀରୁ ଉଠି ନଦୀ ତଟରେ ସେହି ଗୋରୁମାନଙ୍କ ପାଖରେ ଠିଆ ହେଲେ।
4 Ugly, thin cows ate the seven fine, fat cows, and Pharaoh woke up. ତହିଁରେ ସେହି ଦୁର୍ବଳ ଓ କୁତ୍ସିତ ଗୋରୁ ସେହି ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁଙ୍କୁ ଖାଇ ପକାଇଲେ। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହେଲା।
5 He fell asleep again and had a second dream: seven heads of grain, plump and good, grew on one stalk. ତହିଁ ଉତ୍ତାରେ ସେ ନିଦ୍ରିତ ହୋଇ ଦ୍ୱିତୀୟ ଥର ସ୍ୱପ୍ନ ଦେଖିଲେ; ଗୋଟିଏ ଡେମ୍ଫରେ ସାତୋଟି ପରିପୁଷ୍ଟ ଓ ଉତ୍ତମ ଶିଷା ବାହାରିଲା।
6 Then after them, seven heads of grain sprouted up—thin and scorched by the east wind. ସେମାନଙ୍କ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ ଆଉ ସାତୁଟା କ୍ଷୀଣ ଶିଷା ଉତ୍ପନ୍ନ ହେଲା।
7 The thin heads swallowed the seven plump, full heads. Then Pharaoh woke up—it had been a dream. ପୁଣି, ସେହି ସାତୁଟା କ୍ଷୀଣ ଶିଷା ଏହି ସାତୋଟି ପରିପୁଷ୍ଟ ଓ ପୂର୍ଣ୍ଣ ଶିଷାକୁ ଗ୍ରାସ କଲା। ଏପରି ସମୟରେ ଫାରୋଙ୍କର ନିଦ୍ରା ଭଙ୍ଗ ହୁଅନ୍ତେ, ସ୍ୱପ୍ନ-ମାତ୍ର ଜ୍ଞାତ ହେଲା।
8 In the morning his spirit was troubled; he sent and called all Egypt's magicians and all its wise men. Pharaoh told them his dreams, but none could interpret them for him. ପୁଣି, ପ୍ରଭାତରେ ତାଙ୍କର ମନ ଉଦ୍‍ବିଗ୍ନ ହେଲା, ତହୁଁ ସେ ଲୋକ ପଠାଇ ମିସର ଦେଶୀୟ ମନ୍ତ୍ରଜ୍ଞ ଓ ପଣ୍ଡିତ ସମସ୍ତଙ୍କୁ ଡକାଇଲେ; ମାତ୍ର ଫାରୋ ସେମାନଙ୍କ ନିକଟରେ ଆପଣା ସ୍ୱପ୍ନର କଥା କହନ୍ତେ, ସେମାନଙ୍କ ମଧ୍ୟରୁ କେହି ଫାରୋଙ୍କୁ ତହିଁର ଅର୍ଥ କହି ପାରିଲେ ନାହିଁ।
9 Then the chief cupbearer said to Pharaoh, "Today I am reminded of my offenses. ସେତେବେଳେ ପ୍ରଧାନ ପାନପାତ୍ରବାହକ ଫାରୋଙ୍କ ଛାମୁରେ ନିବେଦନ କଲା, “ଆଜି ମୁଁ ନିଜ ଅପରାଧ ସ୍ମରଣ କରୁଅଛି।
10 Pharaoh was angry with his servants and put me in custody in the guard captain's house, with the chief baker. ଫାରୋ ଆପଣା ଦାସ ମୋʼ ପ୍ରତି ଓ ପ୍ରଧାନ ସୂପକାର ପ୍ରତି କ୍ରୋଧାନ୍ୱିତ ହୋଇ ଆମ୍ଭମାନଙ୍କୁ ରକ୍ଷକ ସୈନ୍ୟାଧିପତିର କାରାଗାରରେ ବନ୍ଦ କରି ରଖିଥିଲେ।
11 I and he each dreamed the same night, each dream with its own meaning. ତହିଁରେ ଆମ୍ଭେ ଦୁହେଁ ଏକ ରାତ୍ରିରେ ସ୍ୱପ୍ନ ଦେଖିଲୁ; ପୁଣି, ଦୁହିଁଙ୍କ ସ୍ୱପ୍ନର ଦୁଇ ପ୍ରକାର ଅର୍ଥ ହେଲା।
12 A young Hebrew, servant of the guard captain, was with us. We told him our dreams, and he interpreted each according to its own meaning. ସେଠାରେ ଆମ୍ଭମାନଙ୍କ ସଙ୍ଗରେ ରକ୍ଷକ ସୈନ୍ୟାଧିପତିର ଦାସ ଜଣେ ଏବ୍ରୀୟ ଯୁବା ଥିଲା; ଆମ୍ଭେମାନେ ତାକୁ ସ୍ୱପ୍ନର କଥା କହନ୍ତେ, ସେ ଆମ୍ଭମାନଙ୍କୁ ତହିଁର ଅର୍ଥ କହିଲା, ପ୍ରତ୍ୟେକ ଜଣର ସ୍ୱପ୍ନାନୁସାରେ ଅର୍ଥ କହିଲା।
13 Just as he interpreted for us, it happened: I was restored to my position, the other was hanged." ତହିଁରେ ସେ ଆମ୍ଭ ଦୁହିଁଙ୍କୁ ଯେରୂପ ଅର୍ଥ କହିଥିଲା, ତଦ୍ରୂପ ଘଟିଲା; ମୁଁ ପୂର୍ବ ପଦରେ ନିଯୁକ୍ତ ହେଲି ଓ ସେ ଫାଶୀ ପାଇଲା।”
14 Pharaoh sent for Joseph, and they rushed him from the dungeon. He shaved, changed his clothes, and came before Pharaoh. ସେତେବେଳେ ଫାରୋ ଯୋଷେଫଙ୍କୁ ଡକାଇ ପଠାନ୍ତେ, ଲୋକମାନେ କାରାଗାରରୁ ତାଙ୍କୁ ଶୀଘ୍ର ଆଣିଲେ; ସେ କ୍ଷୌରକର୍ମ କରି ଓ ଉତ୍ତମ ବସ୍ତ୍ର ପିନ୍ଧି ଫାରୋଙ୍କ ଛାମୁରେ ଉପସ୍ଥିତ ହେଲେ।
15 Pharaoh said to Joseph, "I've had a dream no one can interpret. I've heard about you that when you hear a dream, you can interpret it." ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଗୋଟିଏ ସ୍ୱପ୍ନ ଦେଖିଅଛୁ, କେହି ତହିଁର ଅର୍ଥ କରି ପାରୁ ନାହାନ୍ତି; ମାତ୍ର ଆମ୍ଭେ ତୁମ୍ଭ ବିଷୟରେ ଶୁଣିଅଛୁ, ଯେ ତୁମ୍ଭେ ସ୍ୱପ୍ନ ଶୁଣିଲେ, ତହିଁର ଅର୍ଥ କରିପାର।”
16 "I can't do that on my own," Joseph replied. "Our Father will give Pharaoh a favorable answer." ତହିଁରେ ଯୋଷେଫ କହିଲେ, “ତାହା ମୋହର ଆୟତ୍ତ ନୁହେଁ, ମାତ୍ର ପରମେଶ୍ୱର ଫାରୋଙ୍କୁ ମାଙ୍ଗଳିକ ଉତ୍ତର ଦେବେ।”
17 Then Pharaoh said to Joseph, "In my dream I was standing on the bank of the Nile. ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭ ସ୍ୱପ୍ନରେ, ଦେଖ, ଆମ୍ଭେ ନଦୀ ତଟରେ ଠିଆ ହୋଇଥିଲୁ।
18 Seven fat, sleek cows came up from the Nile and grazed among the reeds. ତହିଁରେ ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।
19 Then seven other cows came up after them—scrawny, very ugly, thin-fleshed—the like I had never seen in all the land of Egypt. ଏଥିଉତ୍ତାରେ ସେମାନଙ୍କ ଉତ୍ତାରେ ଆଉ ସାତୋଟି ଦୁର୍ବଳ ଅତି କୁତ୍ସିତ ଓ କୃଶାଙ୍ଗ ଗୋରୁ ଉଠି ଆସିଲେ; ଆମ୍ଭେ ସେମାନଙ୍କ ପରି କୁତ୍ସିତ ଗୋରୁ ସମୁଦାୟ ମିସର ଦେଶରେ କଦାପି ଦେଖି ନାହୁଁ।
20 The gaunt, ugly cows ate the first seven fat cows. ପୁଣି, ସେହି କ୍ଷୀଣ କୁତ୍ସିତ ଗୋରୁ ପୂର୍ବର ହୃଷ୍ଟପୁଷ୍ଟ ସେହି ସାତୋଟି ଗୋରୁଙ୍କୁ ଖାଇ ପକାଇଲେ।
21 Even after eating them, no one could tell, for they still looked as bad as before. Then I woke up. ମାତ୍ର ଖାଇଲା ଉତ୍ତାରେ ସେମାନଙ୍କ ପେଟ ଖାଇଲା ପରି ଜଣାଗଲା ନାହିଁ; ସେମାନେ ପୂର୍ବ ପରି କୁତ୍ସିତ ରହିଲେ। ଏପରି ସମୟରେ ଆମ୍ଭର ନିଦ୍ରା ଭଙ୍ଗ ହେଲା।
22 In my dream I saw seven heads of grain grow on one stalk, full and good. ଏଥିଉତ୍ତାରେ ଆମ୍ଭେ ସ୍ୱପ୍ନରେ ଦେଖିଲୁ ଯେ, ଦେଖ, ଗୋଟିଏ ଶଣ୍ଢାରେ ସାତୋଟି ପୂର୍ଣ୍ଣ ଓ ଉତ୍ତମ ଶିଷା ବାହାରିଲା।
23 And after them sprouted seven heads of grain—withered, thin, and scorched by the east wind. ତହିଁ ଉତ୍ତାରେ ପୂର୍ବୀୟ ବାୟୁରେ ଶୁଷ୍କ, କ୍ଷୀଣ ଓ ମ୍ଳାନ ସାତୋଟି ଶିଷା ଉତ୍ପନ୍ନ ହେଲା।
24 The thin heads swallowed the seven good heads. I told the magicians, but none could explain it to me." ପୁଣି, ସେହି କ୍ଷୀଣ ଶିଷା, ସେହି ଉତ୍ତମ ସାତ ଶିଷାକୁ ଗ୍ରାସ କଲା। ଏହି ସ୍ୱପ୍ନ ଆମ୍ଭେ ମନ୍ତ୍ରଜ୍ଞମାନଙ୍କୁ କହିଲୁ, ମାତ୍ର କେହି ଏଥିର ଅର୍ଥ ଆମ୍ଭକୁ କହି ପାରିଲେ ନାହିଁ।”
25 Joseph said to Pharaoh, "Pharaoh's dreams are one: our Father has revealed to Pharaoh what he's about to do. ତେବେ ଯୋଷେଫ ଫାରୋଙ୍କୁ କହିଲେ, “ଫାରୋଙ୍କର ସ୍ୱପ୍ନ ଏକ; ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
26 The seven good cows are seven years, and the seven good heads of grain are seven years—it is one dream. ସେହି ସାତୋଟି ଉତ୍ତମ ଗୋରୁ ସାତ ବର୍ଷ ସ୍ୱରୂପ, ପୁଣି, ସେହି ସାତୋଟି ଉତ୍ତମ ଶିଷା ମଧ୍ୟ ସାତ ବର୍ଷ ସ୍ୱରୂପ, ସ୍ୱପ୍ନ ଏକମାତ୍ର।
27 The seven thin, ugly cows that came up after them are seven years, and the seven empty heads scorched by the east wind are seven years of famine. ତହିଁ ପଶ୍ଚାତ୍‍ ଉତ୍ଥିତ ସେହି ସାତୋଟି କ୍ଷୀଣ କୁତ୍ସିତ ଗୋରୁ ସାତ ବର୍ଷ ସ୍ୱରୂପ; ଆଉ ପୂର୍ବୀୟ ବାୟୁରେ ଶୁଷ୍କ ସାତୋଟି ଶିଷା ମଧ୍ୟ ଦୁର୍ଭିକ୍ଷର ସାତ ବର୍ଷ ସ୍ୱରୂପ।
28 This is what I told Pharaoh: our Father has shown Pharaoh what he is about to do. ମୁଁ ଫାରୋଙ୍କୁ କହିଅଛି: ପରମେଶ୍ୱର ଯାହା କରିବାକୁ ଉଦ୍ୟତ, ତାହା ଫାରୋଙ୍କୁ ଦେଖାଇଅଛନ୍ତି।
29 Seven years of great abundance are coming throughout all the land of Egypt. ଦେଖନ୍ତୁ, ସମସ୍ତ ମିସର ଦେଶରେ ସାତ ବର୍ଷ ମହା ସୁଭିକ୍ଷ ଆସୁଅଛି।
30 Then seven years of famine will follow. All the plenty in Egypt will be forgotten, and famine will devour the land. ତହିଁ ପଛେ ସାତ ବର୍ଷ ଦୁର୍ଭିକ୍ଷ ପଡ଼ିବ; ସମସ୍ତ ସୁଭିକ୍ଷ ମିସର ଦେଶରୁ ବିସ୍ମୃତ ହେବ; ଦୁର୍ଭିକ୍ଷ ଦେଶକୁ ଧ୍ୱଂସ କରିବ।
31 The abundance will be forgotten in the land, since the famine afterward will be so severe. ପୁଣି, ପଶ୍ଚାଦ୍‍ବର୍ତ୍ତୀ ଦୁର୍ଭିକ୍ଷ ସକାଶୁ ଦେଶରେ ସୁଭିକ୍ଷ ଜଣା ପଡ଼ିବ ନାହିଁ; କାରଣ ତାହା ଅତି ଭାରୀ ହେବ।
32 Pharaoh's dream repeated twice means our Father has firmly fixed this matter, and our Father will soon carry it out. ଫାରୋ ଦୁଇ ଥର ସ୍ୱପ୍ନ ଦେଖିବାର ଭାବ ଏହି ଯେ, ପରମେଶ୍ୱରଙ୍କ ଦ୍ୱାରା ତାହା ନିଶ୍ଚିତ ହୋଇଅଛି, ପୁଣି, ପରମେଶ୍ୱର ତାହା ଶୀଘ୍ର ଘଟାଇବେ।
33 So let Pharaoh find a discerning, wise man and put him over Egypt's land. ଏଥିପାଇଁ ଏବେ ଫାରୋ ଜଣେ ବୁଦ୍ଧିମାନ ଜ୍ଞାନୀ ପୁରୁଷ ଦେଖି ମିସର ଦେଶ ଉପରେ ନିଯୁକ୍ତ କରନ୍ତୁ।
34 Let Pharaoh take action and appoint overseers over the land, and take a fifth of Egypt's produce during the seven years of abundance. ଫାରୋ ଏହା କରନ୍ତୁ, ଆଉ ଦେଶରେ ଅଧ୍ୟକ୍ଷଗଣ ନିଯୁକ୍ତ କରି ସାତ ବର୍ଷ ସୁଭିକ୍ଷ ସମୟରେ ମିସର ଦେଶରୁ ଶସ୍ୟର ପଞ୍ଚମାଂଶ ଗ୍ରହଣ କରନ୍ତୁ।
35 Let them gather all the food of these good coming years, and store grain under Pharaoh's hand as food in the cities, and guard it. ଅର୍ଥାତ୍‍, ସେମାନେ ସେହି ଆଗାମୀ ଉତ୍ତମ ବର୍ଷର ସବୁ ଭକ୍ଷ୍ୟ ସଂଗ୍ରହ କରନ୍ତୁ, ପୁଣି, ପ୍ରତି ନଗରରେ ଖାଦ୍ୟ ନିମନ୍ତେ ଫାରୋଙ୍କ ହସ୍ତାଧୀନରେ ଶସ୍ୟ ସଞ୍ଚୟ କରି ରକ୍ଷା କରନ୍ତୁ।
36 That food will be a reserve for the land during the seven years of famine coming on the land of Egypt, so the land won't be cut off by famine." ଏହିରୂପେ ମିସର ଦେଶରେ ଭବିଷ୍ୟତ ଦୁର୍ଭିକ୍ଷର ସାତ ବର୍ଷ ନିମନ୍ତେ ଦେଶର ନିର୍ବାହାର୍ଥେ ସେହି ଭକ୍ଷ୍ୟ ସଞ୍ଚିତ ଥିଲେ, ଦୁର୍ଭିକ୍ଷ ଦ୍ୱାରା ଦେଶ ଉଚ୍ଛିନ୍ନ ହେବ ନାହିଁ।”
37 The plan seemed good to Pharaoh and to all his servants. ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା।
38 Pharaoh said to his servants, "Can we find anyone like this, a man with God's Spirit in him?" ତହିଁରେ ଫାରୋ ଆପଣା ଦାସମାନଙ୍କୁ କହିଲେ, “ଆମ୍ଭେମାନେ କି ଏହାଙ୍କ ପରି ପୁରୁଷ ଆଉ ପାଇ ପାରିବା? ଏହାଙ୍କଠାରେ ପରମେଶ୍ୱରଙ୍କ ଆତ୍ମା ଅଛନ୍ତି।”
39 Pharaoh said to Joseph, "Since God has shown you all this, none is as discerning and wise as you. ତହୁଁ ଫାରୋ ଯୋଷେଫଙ୍କୁ କହିଲେ, “ପରମେଶ୍ୱର ତୁମ୍ଭକୁ ଏସମସ୍ତ ଜଣାଇଛନ୍ତି, ଏଣୁ ତୁମ୍ଭ ପରି ବୁଦ୍ଧିମାନ ଓ ଜ୍ଞାନୀ କେହି ନାହିଁ;
40 You will be over my house; all my people will obey your command. Only in the throne will I be greater than you." ତୁମ୍ଭେ ଆମ୍ଭର ଗୃହାଧ୍ୟକ୍ଷ ହୁଅ; ଆମ୍ଭର ସମସ୍ତ ପ୍ରଜା ତୁମ୍ଭର ବାକ୍ୟ ଶିରୋଧାର୍ଯ୍ୟ କରିବେ, କେବଳ ସିଂହାସନରେ ଆମ୍ଭେ ତୁମ୍ଭଠାରୁ ବଡ଼ ଥିବା।”
41 And Pharaoh said to Joseph, "See, I have set you over all the land of Egypt." ଫାରୋ ଯୋଷେଫଙ୍କୁ ଆହୁରି କହିଲେ, “ଦେଖ, ଆମ୍ଭେ ତୁମ୍ଭକୁ ସମୁଦାୟ ମିସର ଦେଶ ଉପରେ ନିଯୁକ୍ତ କଲୁ।”
42 Pharaoh took the signet ring from his hand and put it on Joseph's hand, dressed him in fine linen, and put a gold chain on his neck. ଏଥିଉତ୍ତାରେ ଫାରୋ ଆପଣା ହସ୍ତରୁ ନିଜ ସନ୍ତକ-ଅଙ୍ଗୁରୀୟ କାଢ଼ି ଯୋଷେଫଙ୍କ ହସ୍ତରେ ଦେଇ ତାଙ୍କୁ ସୂକ୍ଷ୍ମବସ୍ତ୍ର ପିନ୍ଧାଇ ତାଙ୍କ ଗଳାରେ ସୁବର୍ଣ୍ଣ ହାର ଦେଲେ।
43 Pharaoh had Joseph ride in his own second chariot, had men call out before Joseph, "Kneel!" and set him over all Egypt's land. ପୁଣି, ତାଙ୍କୁ ଆପଣା ଦ୍ୱିତୀୟ ରଥରେ ଆରୋହଣ କରାଇଲେ; ଆଉ ଲୋକମାନେ ତାଙ୍କର ଆଗେ ଆଗେ “ଆଣ୍ଠୁ ପାତ ଆଣ୍ଠୁ ପାତ” ବୋଲି ଘୋଷଣା କଲେ। ଏହି ପ୍ରକାରେ ସେ ତାଙ୍କୁ ସମସ୍ତ ମିସର ଦେଶ ଉପରେ ନିଯୁକ୍ତ କଲେ।
44 Pharaoh said to Joseph, "I am Pharaoh; without you, no one moves hand or foot in all the land of Egypt." ଏଥିଉତ୍ତାରେ ଫାରୋ ଯୋଷେଫଙ୍କୁ କହିଲେ, “ଆମ୍ଭେ ଫାରୋ ଅଟୁ, ଏହେତୁ ତୁମ୍ଭ ଆଜ୍ଞା ବିନୁ ସମସ୍ତ ମିସର ଦେଶରେ କୌଣସି ଲୋକ ହାତ ଗୋଡ଼ ଉଠାଇ ପାରିବ ନାହିଁ।”
45 Pharaoh named Joseph Zaphenath-paneah and gave him Asenath, daughter of Potiphera, priest of On, as wife. Then Joseph went out over the land of Egypt. ପୁଣି, ଫାରୋ ଯୋଷେଫଙ୍କର ନାମ “ସାଫନତ୍‍-ପାନେହ ରଖିଲେ;” ପୁଣି, ଓନ୍‍ ନଗର ନିବାସୀ ପୋଟୀଫେର ନାମକ ଯାଜକର ଆସନତ୍‍ ନାମ୍ନୀ କନ୍ୟା ସହିତ ତାଙ୍କର ବିବାହ ଦେଲେ। ଏଥିଉତ୍ତାରେ ଯୋଷେଫ ସମୁଦାୟ ମିସର ଦେଶରେ ଗମନାଗମନ କରିବାକୁ ଲାଗିଲେ।
46 Joseph was thirty when he stood before Pharaoh king of Egypt. He left Pharaoh's presence and traveled through all the land of Egypt. ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହା ପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।
47 During the seven years of abundance, the land produced bountifully. ଏଥିଉତ୍ତାରେ ସେହି ସୁଭିକ୍ଷର ସାତ ବର୍ଷ ଭୂମିରେ ଅପାର ଅପାର ଶସ୍ୟ ଉତ୍ପନ୍ନ ହେଲା।
48 He collected all the food of the seven years in Egypt and stored it in the cities, in each city the food of the fields around it. ଯୋଷେଫ ସେହି ସାତ ବର୍ଷରେ ମିସର ଦେଶରେ ଉତ୍ପନ୍ନ ସକଳ ଶସ୍ୟ ସଂଗ୍ରହ କରି ପ୍ରତି ନଗରରେ ସଞ୍ଚୟ କଲେ; ପୁଣି, ଯେଉଁ ଯେଉଁ ନଗରର ଚାରିଆଡ଼ ଭୂମିରେ ଯେତେ ଶସ୍ୟ ଉତ୍ପନ୍ନ ହେଲା, ତାହାସବୁ ସେହି ସେହି ନଗରରେ ସଞ୍ଚୟ କଲେ।
49 Joseph stored grain like the sand of the sea—so much he stopped counting; it was uncountable. ଏହି ପ୍ରକାରେ ଯୋଷେଫ ସମୁଦ୍ରର ବାଲି ପରି ଏତେ ବହୁଳ ଶସ୍ୟ ସଂଗ୍ରହ କଲେ ଯେ, ତାହା ଆଉ ମାପିଲେ ନାହିଁ; କାରଣ ତାହା ଅପରିମେୟ ଥିଲା।
50 Before the famine years, Joseph fathered two sons with Asenath, daughter of Potiphera, priest of On. ଆଉ ଦୁର୍ଭିକ୍ଷ ବର୍ଷ ପୂର୍ବରେ ଯୋଷେଫଙ୍କର ଦୁଇ ପୁତ୍ର ଜାତ ହୋଇଥିଲେ, ଓନ୍‍ ନଗର ନିବାସୀ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ଜନ୍ମ କରିଥିଲା।
51 Joseph named the firstborn Manasseh: "Because our Father made me forget all my hardship and all my father's house." ତହିଁରେ ଯୋଷେଫ ଜ୍ୟେଷ୍ଠର ନାମ ମନଃଶି ରଖିଲେ, କାରଣ ସେ କହିଲେ, “ପରମେଶ୍ୱର ମୋହର ସମସ୍ତ କ୍ଳେଶର ଓ ନିଜ ପିତୃଗୃହର ବିସ୍ମୃତି ଜନ୍ମାଇ ଅଛନ୍ତି।”
52 He named the second Ephraim: "For our Father has made me fruitful in the land of my suffering." ପୁଣି, ଦ୍ୱିତୀୟ ପୁତ୍ରର ନାମ ଇଫ୍ରୟିମ ରଖିଲେ, କାରଣ ସେ କହିଲେ, “ମୋହର ଦୁଃଖଭୋଗର ଦେଶରେ ପରମେଶ୍ୱର ମୋତେ ଫଳବାନ କରିଅଛନ୍ତି।”
53 The seven years of abundance in the land of Egypt came to an end. ଏଥିଉତ୍ତାରେ ମିସର ଦେଶରେ ଘଟିତ ସୁଭିକ୍ଷର ସାତ ବର୍ଷ ଶେଷ ହେଲା।
54 The seven years of famine began, just as Joseph had said. Famine struck every land, but in all the land of Egypt there was bread. ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।
55 When famine struck all Egypt, the people cried to Pharaoh for bread. Pharaoh told all the Egyptians, "Go to Joseph; do whatever he tells you." ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସରୀୟ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।”
56 As the famine spread across the land, Joseph opened all the storehouses and sold grain to the Egyptians, since the famine was severe in Egypt. ସେତେବେଳେ ସର୍ବଦେଶରେ ଦୁର୍ଭିକ୍ଷ ହୁଅନ୍ତେ, ଯୋଷେଫ ସବୁ ସ୍ଥାନର ଗୋଲା ଫିଟାଇ ମିସରୀୟମାନଙ୍କୁ ଶସ୍ୟ ବିକ୍ରୟ କରିବାକୁ ଲାଗିଲେ; ତଥାପି ମିସର ଦେଶରେ ଦୁର୍ଭିକ୍ଷ ପ୍ରବଳ ହେଲା।
57 All the earth came to Egypt to buy grain from Joseph, for the famine gripped all the earth. ପୁଣି, ସର୍ବଦେଶୀୟ ଲୋକମାନେ ମିସର ଦେଶରେ ଶସ୍ୟ କିଣିବା ପାଇଁ ଯୋଷେଫଙ୍କ ନିକଟକୁ ଆସିଲେ। ଯେହେତୁ ସବୁ ଦେଶରେ ଦୁର୍ଭିକ୍ଷ ପ୍ରବଳ ଥିଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]