Skip to content
The Believer's Library

Indian Revised Version(IRV) Odia - 2021

Genesis 42 IRVOry

Show IRVOry only
Verse × ×
1 When Jacob saw grain was in Egypt, Jacob said to his sons, "Why do you stare at each other?" ଆଉ ମିସର ଦେଶରେ ଶସ୍ୟ ଅଛି, ଏହି କଥା ଶୁଣି ଯାକୁବ ଆପଣା ପୁତ୍ରମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ପରସ୍ପର ପ୍ରତି ଅନାଇ ରହୁଅଛ?”
2 He said, "Look, I've heard there's grain in Egypt. Go down and buy some for us from there, so we live and don't die." ସେ ଆହୁରି କହିଲେ, “ଦେଖ, ମୁଁ ଶୁଣିଲି, ମିସର ଦେଶରେ ଶସ୍ୟ ଅଛି; ଏଣୁ ତୁମ୍ଭେମାନେ ସେଠାକୁ ଯାଇ ଆମ୍ଭମାନଙ୍କ ନିମନ୍ତେ ଶସ୍ୟ କିଣି ଆଣ; ତହିଁରେ ଆମ୍ଭେମାନେ ନ ମରି ବଞ୍ଚିବା।”
3 So ten of Joseph's brothers went down to buy grain from Egypt. ଏଥିଉତ୍ତାରେ ଯୋଷେଫଙ୍କର ଦଶ ଭ୍ରାତା ଶସ୍ୟ କିଣିବା ନିମନ୍ତେ ମିସର ଦେଶକୁ ଗଲେ।
4 But Jacob would not send Joseph's brother Benjamin with them, fearing harm might come to him. ମାତ୍ର ଯାକୁବ ଯୋଷେଫଙ୍କର ସହୋଦର ବିନ୍ୟାମୀନ୍‍କୁ ଭାଇମାନଙ୍କ ସଙ୍ଗରେ ପଠାଇଲେ ନାହିଁ; କାରଣ ସେ କହିଲେ, “କେଜାଣି ଅବା ଏହାକୁ ବିପତ୍ତି ଘଟେ।”
5 Israel's sons came to buy grain among the others who came, since famine was in the land of Canaan. ସେତେବେଳେ ସେଠାକୁ ଯିବା ଲୋକମାନଙ୍କ ମଧ୍ୟରେ ଇସ୍ରାଏଲଙ୍କର ପୁତ୍ରମାନେ ଶସ୍ୟ କିଣିବା ନିମନ୍ତେ ଗଲେ; ଯେହେତୁ କିଣାନ ଦେଶରେ ମଧ୍ୟ ଦୁର୍ଭିକ୍ଷ ଥିଲା।
6 Joseph was ruler over the land, selling grain to all its people. Joseph's brothers came and bowed to him, faces to the ground. ସେହି ସମୟରେ ଯୋଷେଫ ସେହି ଦେଶର ଅଧ୍ୟକ୍ଷ ହେବାରୁ ଦେଶୀୟ ଲୋକ ସମସ୍ତଙ୍କୁ ଶସ୍ୟ ବିକ୍ରୟ କରୁଥିଲେ; ତହିଁରେ ଯୋଷେଫଙ୍କର ଭ୍ରାତୃଗଣ ଆସି ତାଙ୍କୁ ଭୂମିଷ୍ଠ ପ୍ରଣାମ କଲେ।
7 Joseph saw and recognized his brothers, but acted like a stranger and spoke harshly: "Where are you from?" "From Canaan," they said, "to buy food." ସେତେବେଳେ ଯୋଷେଫ ଆପଣା ଭାଇମାନଙ୍କୁ ଦେଖି ଚିହ୍ନିଲେ, ମାତ୍ର ସେମାନଙ୍କ ଆଗରେ ଅପରିଚିତ ଲୋକ ପରି ବ୍ୟବହାର କରି କଟୁ କଥାରେ କହିଲେ, “ତୁମ୍ଭେମାନେ କେଉଁଠାରୁ ଆସିଅଛ?” ସେମାନେ କହିଲେ, “କିଣାନ ଦେଶରୁ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛୁ।”
8 Joseph recognized his brothers, but they did not recognize him. ମାତ୍ର ଯୋଷେଫ ଆପଣା ଭାଇମାନଙ୍କୁ ଚିହ୍ନିଲେ ହେଁ ସେମାନେ ତାଙ୍କୁ ଚିହ୍ନି ପାରିଲେ ନାହିଁ।
9 Then Joseph remembered the dreams he'd dreamed about them and said to them, "You are spies! You have come to see the land's vulnerable parts." ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”
10 But they said to him, "No, my lord, your servants have come to buy food. ସେମାନେ କହିଲେ, “ନା ପ୍ରଭୋ, ତାହା ନୁହେଁ, ଆପଣଙ୍କର ଏହି ଦାସମାନେ ଖାଦ୍ୟଦ୍ରବ୍ୟ କିଣିବାକୁ ଆସିଅଛନ୍ତି।
11 We are all sons of one man; we are honest men. Your servants have never been spies." ଆମ୍ଭେମାନେ ସମସ୍ତେ ଏକ ବ୍ୟକ୍ତିର ପୁତ୍ର, ଆମ୍ଭେମାନେ ସଚ୍ଚୋଟ ଲୋକ, ଆପଣଙ୍କ ଏହି ଦାସମାନେ ଚୋର ନୁହନ୍ତି।”
12 But he said to them, "No, you have come to find the vulnerable parts of the land." ତେବେ ସେ ସେମାନଙ୍କୁ କହିଲେ, “ନା, ନା, ତୁମ୍ଭେମାନେ ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ଆସିଅଛ।”
13 They said, "Your servants are twelve brothers, sons of one man in the land of Canaan. The youngest is with our father today, and one is gone." ସେମାନେ କହିଲେ, “ଆପଣଙ୍କର ଏହି ଦାସମାନେ ଦ୍ୱାଦଶ ଭ୍ରାତା, କିଣାନ ଦେଶ ନିବାସୀ ଜଣକର ପୁତ୍ର; ଆଉ ଦେଖନ୍ତୁ, ଆମ୍ଭମାନଙ୍କର କନିଷ୍ଠ ଭ୍ରାତା ପିତା ନିକଟରେ ଅଛି, ପୁଣି, ଜଣେ ନାହିଁ।”
14 Joseph said to them, "It is just as I said to you: you are spies. ତହୁଁ ଯୋଷେଫ ସେମାନଙ୍କୁ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଚୋର ବୋଲି ଯାହା କହିଲୁ, ତୁମ୍ଭେମାନେ ତାହା ହିଁ ପ୍ରମାଣ।
15 By this you will be tested: as Pharaoh lives, you won't leave here unless your youngest brother comes. ଏହା ଦ୍ୱାରା ତୁମ୍ଭମାନଙ୍କୁ ପରୀକ୍ଷା କରାଯିବ; ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭମାନଙ୍କର କନିଷ୍ଠ ଭ୍ରାତା ଏଠାକୁ ନ ଆସିଲେ, ତୁମ୍ଭେମାନେ ଏଠାରୁ ଯାଇ ପାରିବ ନାହିଁ।
16 Send one of you to bring your brother while the rest of you stay confined, so your words can be tested, whether there is truth in you. If not, as Pharaoh lives, surely you are spies." ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।”
17 And he put them all together in custody for three days. ତହୁଁ ଯୋଷେଫ ସେମାନଙ୍କୁ ତିନି ଦିନ କାରାଗାରରେ ବନ୍ଦ କରି ରଖିଲେ।
18 On the third day Joseph said to them, "Do this and live, for I fear our Father. ପୁଣି, ତୃତୀୟ ଦିନରେ ଯୋଷେଫ ସେମାନଙ୍କୁ କହିଲେ, “ପରମେଶ୍ୱରଙ୍କ ପ୍ରତି ଆମ୍ଭର ଭୟ ଅଛି; ଏଣୁ ଏହି କର୍ମ କର, ତହିଁରେ ବଞ୍ଚିବ।
19 If you are honest, let one of your brothers stay here in custody, while the rest go, bringing grain for your households' famine. ତୁମ୍ଭେମାନେ ଯଦି ସଚ୍ଚୋଟ ଲୋକ, ତେବେ ଆପଣା ମଧ୍ୟରୁ ଏକ ଭାଇକୁ ଏହି କାରାଗାରରେ ବନ୍ଦ ରଖି ଦୁର୍ଭିକ୍ଷ ହେତୁ ଗୃହକୁ ଶସ୍ୟ ଘେନିଯାଅ।
20 Bring your youngest brother to me, so your words are confirmed and you won't die." And they did so. ମାତ୍ର ତୁମ୍ଭେମାନେ ଆପଣା ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତହିଁରେ ତୁମ୍ଭମାନଙ୍କ କଥା ସପ୍ରମାଣ ହେଲେ, ତୁମ୍ଭେମାନେ ମରିବ ନାହିଁ।” ତହୁଁ ସେମାନେ ସେହି ପ୍ରକାର କଲେ।
21 Then they said to each other, "Truly we are guilty over our brother, for we saw his soul's distress when he begged us and we wouldn't listen. That's why this distress has come on us." ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”
22 Reuben answered them, "Didn't I tell you not to sin against the boy? You wouldn't listen. Now his blood is required." ସେତେବେଳେ ରୁବେନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ‘ସେହି ବାଳକ ବିଷୟରେ ପାପ କର ନାହିଁ,’ ଏହି କଥା କି ମୁଁ ତୁମ୍ଭମାନଙ୍କୁ କହି ନାହିଁ? ତଥାପି ତୁମ୍ଭେମାନେ ଶୁଣିଲ ନାହିଁ; ଏନିମନ୍ତେ ଦେଖ, ଏବେ ତାହାର ରକ୍ତର ପରିଶୋଧ ନିଆଯାଉଅଛି।”
23 They did not know that Joseph understood them, for there was an interpreter between them. ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ;
24 He turned away from them and wept, then returned and spoke with them. He took Simeon from them and bound him before their eyes. ଏଥିଉତ୍ତାରେ ଯୋଷେଫ ସେମାନଙ୍କ ନିକଟରୁ ଯାଇ କ୍ରନ୍ଦନ କଲେ; ପୁନର୍ବାର ଆସି ସେମାନଙ୍କ ସହିତ କଥାବାର୍ତ୍ତା କରି ସେମାନଙ୍କ ମଧ୍ୟରୁ ଶିମୀୟୋନକୁ ଧରି ସେମାନଙ୍କ ସାକ୍ଷାତରେ ବାନ୍ଧିଲେ।
25 Joseph ordered their bags filled with grain, each man's silver returned to his sack, and provisions given for the journey. So it was done for them. ତହୁଁ ଯୋଷେଫ ସେମାନଙ୍କ ପାତ୍ରରେ ଶସ୍ୟପୂର୍ଣ୍ଣ କରି ପ୍ରତ୍ୟେକ ଜଣର ପଟରେ ଟଙ୍କା ଫେରାଇ ଦେବାକୁ ଓ ସେମାନଙ୍କୁ ପାଥେୟ ଦ୍ରବ୍ୟ ଦେବାକୁ ଆଜ୍ଞା ଦେଲେ; ତହିଁରେ ତଦ୍ରୂପ କରାଗଲା,
26 Then they loaded their grain on their donkeys and departed from there. ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।
27 At the lodging place, one opened his sack to feed his donkey and saw his silver there in the sack's mouth. ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।
28 He said to his brothers, "My silver was returned—look, it's in my sack!" Their hearts sank; trembling, they said to each other, "What has our Father done to us?" ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋʼ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି?”
29 They came to Jacob their father in the land of Canaan and told him everything that had happened to them: ଏଥିଉତ୍ତାରେ ସେମାନେ କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହୋଇ ଆପଣାମାନଙ୍କ ପ୍ରତି ଯାହା ଯାହା ଘଟିଥିଲା, ତାହାସବୁ ତାଙ୍କୁ ଜଣାଇ କହିଲେ,
30 "The man, lord of the land, spoke harshly to us and treated us as spies of the land. “ଯେଉଁ ବ୍ୟକ୍ତି ସେହି ଦେଶର କର୍ତ୍ତା, ସେ ଆମ୍ଭମାନଙ୍କୁ ଦେଶର ଚୋର ଜ୍ଞାନ କରି କଟୁ କଥା କହିଲା।
31 But we said to him, 'We are honest men; we are never spies. ତହିଁରେ ଆମ୍ଭେମାନେ ତାକୁ କହିଲୁ, ‘ଆମ୍ଭେମାନେ ସଚ୍ଚୋଟ ଲୋକ, ଚୋର ନୋହୁଁ,
32 We are twelve brothers, sons of our father. One is gone; the youngest is now with our father in the land of Canaan.' ଆମ୍ଭେମାନେ ବାର ଭାଇ, ସମସ୍ତେ ଏକ ପିତାଙ୍କର ସନ୍ତାନ; ଆମ୍ଭମାନଙ୍କ ମଧ୍ୟରେ ଜଣେ ନାହିଁ, ପୁଣି, କିଣାନ ଦେଶରେ ପିତାଙ୍କ ନିକଟରେ ଆଉ ଏକ ସାନ ଭାଇ ଅଛି।’
33 The man, lord of the land, told us, 'This is how I'll know you're honest: leave one brother with me, take grain against your households' famine, and go.' ସେତେବେଳେ ଦେଶର କର୍ତ୍ତା ସେହି ବ୍ୟକ୍ତି ଆମ୍ଭମାନଙ୍କୁ କହିଲା, ‘ଏହା କଲେ ଆମ୍ଭେ ତୁମ୍ଭମାନଙ୍କୁ ବିଶ୍ୱାସ୍ୟ ଲୋକ ବୋଲି ବୁଝି ପାରିବା; ତୁମ୍ଭେମାନେ ଆପଣାମାନଙ୍କ ଏକ ଭାଇକୁ ଆମ୍ଭ ନିକଟରେ ରଖି ଆପଣାମାନଙ୍କ ଗୃହର ଦୁର୍ଭିକ୍ଷ ହେତୁ ଶସ୍ୟ ଘେନିଯାଅ।
34 Bring me your youngest brother, and I'll know you're not spies but honest men. I'll give your brother back, and you may trade in the land." ପୁଣି, ଆପଣାମାନଙ୍କ ସାନ ଭାଇଙ୍କୁ ଆମ୍ଭ ନିକଟକୁ ଆଣ, ତେବେ ତୁମ୍ଭେମାନେ ଯେ ସଚ୍ଚୋଟ ଲୋକ, ଚୋର ନୁହଁ, ଏହା ବୁଝିବା; ତହିଁରେ ତୁମ୍ଭମାନଙ୍କ ଭାଇଙ୍କୁ ତୁମ୍ଭମାନଙ୍କୁ ସମର୍ପଣ କରିଦେବା, ପୁଣି, ତୁମ୍ଭେମାନେ ଏ ଦେଶରେ ବାଣିଜ୍ୟ କରି ପାରିବ।’”
35 As they emptied their sacks, each found his silver bundle in his sack. Seeing their silver bundles, they and their father were afraid. ଏଥିଉତ୍ତାରେ ସେମାନେ ପଟ ଖାଲି କରନ୍ତେ, ପ୍ରତି ଜଣ ଆପଣା ଆପଣା ପଟ ଭିତରୁ ଟଙ୍କାପୁଡ଼ିଆ ପାଇଲେ। ତେବେ ସେହି ସବୁ ଟଙ୍କାର ମୁଣା ଦେଖି, ସେମାନେ ଓ ସେମାନଙ୍କ ପିତା ଭୀତ ହେଲେ।
36 Their father Jacob said to them, "You've left me childless: Joseph is gone, Simeon is gone, and now you'd take Benjamin. It's all against me!" ତହିଁରେ ସେମାନଙ୍କ ପିତା ଯାକୁବ କହିଲେ, “ତୁମ୍ଭେମାନେ ମୋତେ ପୁତ୍ରହୀନ କରୁଅଛ; ଯୋଷେଫ ନାହିଁ, ଶିମୀୟୋନ ନାହିଁ, ପୁଣି, ବିନ୍ୟାମୀନ୍‍କୁ ମଧ୍ୟ ଘେନିଯିବାକୁ ପାଞ୍ଚୁଅଛ, ଏହିସବୁ ସିନା ମୋହର ପ୍ରତିକୂଳ ହେଉଅଛି।”
37 Reuben said to his father, "You may kill my two sons if I don't bring him back to you. Put him in my hands, and I will bring him back to you." ତହିଁରେ ରୁବେନ୍‍ ପିତାଙ୍କୁ କହିଲା, “ମୁଁ ଯଦି ତୁମ୍ଭ ପାଖକୁ ତାକୁ ନ ଆଣେ, ତେବେ ତୁମ୍ଭେ ମୋର ଦୁଇ ପୁଅଙ୍କୁ ବଧ କରିବ; ମୋʼ ହସ୍ତରେ ତାକୁ ସମର୍ପଣ କର; ମୁଁ ତାକୁ ପୁନର୍ବାର ତୁମ୍ଭ ପାଖକୁ ଆଣି ଦେବି।”
38 He said, "My son will not go down with you, for his brother is dead, and he alone remains. Should harm meet him on the journey you're taking, you would carry my gray head down to the grave in grief." ତେବେ ସେ କହିଲେ, “ମୋʼ ପୁଅ ତୁମ୍ଭମାନଙ୍କ ସଙ୍ଗରେ ଯିବ ନାହିଁ, ତାହାର ସହୋଦର ମରିଅଛି, ସେ ହିଁ କେବଳ ଅଛି; ତୁମ୍ଭେମାନେ ଯେଉଁ ପଥରେ ଯାଉଅଛ, ତହିଁରେ ଏହାକୁ ଯଦି କୌଣସି ବିପଦ ଘଟିବ, ତେବେ ତୁମ୍ଭେମାନେ ମୋତେ ଶୋକରେ ଏହି ପକ୍ୱ କେଶରେ କବରକୁ ପଠାଇବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]