Skip to content
The Believer's Library

Indian Revised Version(IRV) Odia - 2021

Genesis 43 IRVOry

Show IRVOry only
Verse × ×
1 Now the famine was severe in the land. ଏହି ସମୟରେ ମଧ୍ୟଦେଶରେ ଅତିଶୟ ଦୁର୍ଭିକ୍ଷ ଥିଲା।
2 When they'd eaten the grain brought from Egypt, their father said, "Go back and buy us a little food." ଏଥିନିମନ୍ତେ ସେମାନେ ମିସର ଦେଶରୁ ଯେଉଁ ଶସ୍ୟ ଆଣିଥିଲେ, ସେହି ସବୁ ସମାପ୍ତ ହେବାରୁ ସେମାନଙ୍କ ପିତା ସେମାନଙ୍କୁ କହିଲେ, “ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଶସ୍ୟ କିଣି ଆଣ।”
3 But Judah told him, "The man firmly warned us: 'You won't see my face without your brother.' ତହିଁରେ ଯିହୁଦା ତାଙ୍କୁ କହିଲା, “ସେ ବ୍ୟକ୍ତି ଦୃଢ଼ ପ୍ରତିଜ୍ଞା କରି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’
4 If you send our brother with us, we will go down and buy you food. ଏଣୁ ଯଦି ତୁମ୍ଭେ ଆମ୍ଭମାନଙ୍କ ଭାଇକୁ ସଙ୍ଗରେ ପଠାଇବ, ତେବେ ଆମ୍ଭେମାନେ ତୁମ୍ଭ ପାଇଁ ଶସ୍ୟ କିଣିବାକୁ ଯିବୁ।
5 But if you won't send him, we won't go, for the man said, 'You won't see my face without your brother.'" ମାତ୍ର ଯଦି ନ ପଠାଇବ, ତେବେ ଆମ୍ଭେମାନେ ଯିବୁ ନାହିଁ; କାରଣ ସେ ବ୍ୟକ୍ତି କହିଅଛି, ‘ତୁମ୍ଭମାନଙ୍କ ଭାଇ ତୁମ୍ଭମାନଙ୍କ ସଙ୍ଗରେ ନ ଥିଲେ, ତୁମ୍ଭେମାନେ ଆମ୍ଭର ମୁଖ ଦେଖି ପାରିବ ନାହିଁ।’”
6 Israel said, "Why did you harm me by telling the man you had another brother?" ତହିଁରେ ଇସ୍ରାଏଲ କହିଲେ, “ତୁମ୍ଭମାନଙ୍କର ଆଉ ଏକ ଭାଇ ଅଛି, ଏହା ସେହି ମନୁଷ୍ୟକୁ କହି ମୋʼ ପ୍ରତି ଏପରି କୁବ୍ୟବହାର କାହିଁକି କଲ?”
7 They said, "The man questioned us closely about ourselves and our family: 'Is your father still alive? Do you have another brother?' We answered accordingly. How could we know he'd say, 'Bring your brother down'?" ସେମାନେ କହିଲେ, “ସେ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ଜ୍ଞାତିମାନଙ୍କ ବିଷୟ ସୂକ୍ଷ୍ମ ରୂପେ ପଚାରି କହିଲା, ‘ତୁମ୍ଭମାନଙ୍କ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି? ତୁମ୍ଭମାନଙ୍କର କି ଆଉ ଭାଇ ଅଛି?’ ଏଣୁ ଆମ୍ଭେମାନେ ସେହି କଥା ପ୍ରମାଣେ ଉତ୍ତର ଦେଇଥିଲୁ; ସେ ଯେ ‘ତୁମ୍ଭମାନଙ୍କ ଭାଇଙ୍କୁ ଏଠାକୁ ଆଣ ବୋଲି କହିବ, ଏହା ଆମ୍ଭେମାନେ କିପ୍ରକାରେ ଜାଣି ପାରନ୍ତୁ?’”
8 Judah said to his father Israel, "Send the boy with me; let's go, so we may live and not die—we, you, and our children. ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, “ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ।
9 I pledge myself for him—demand him from me. If I don't bring him back and set him before you, I'll bear the blame before you forever. ମୁଁ ତାହାର ଲଗା ହେଲି, ମୋʼ ହସ୍ତରୁ ତାକୁ ବୁଝି ନେବ; ମୁଁ ଯଦି ତାକୁ ଆଣି ତୁମ୍ଭ ସମ୍ମୁଖରେ ନ ରଖେ, ତେବେ ସେହି ଦୋଷ ସର୍ବଦା ମୋʼ ଉପରେ ବର୍ତ୍ତିବ।
10 For if we had not delayed, surely by now we would have returned twice." ଯଦି ଆମ୍ଭମାନଙ୍କର ଏତେ ବିଳମ୍ବ ହୋଇ ନ ଥାʼନ୍ତା, ତେବେ ଆମ୍ଭେମାନେ ଦ୍ୱିତୀୟ ଥର ବାହୁଡ଼ି ଆସନ୍ତୁଣି।”
11 Israel their father said to them, "If it must be so, do this: put the land's best products in your bags, and take the man a gift—a little balm, a little honey, spices, myrrh, pistachios, almonds. ତହୁଁ ସେମାନଙ୍କ ପିତା ଇସ୍ରାଏଲ ସେମାନଙ୍କୁ କହିଲେ, “ଯଦି ଏପରି ହୁଏ, ତେବେ ଗୋଟିଏ କର୍ମ କର; ତୁମ୍ଭେମାନେ ଆପଣା ଆପଣା ପାତ୍ରରେ ଏହି ଦେଶର ଉତ୍ତମ ଦ୍ରବ୍ୟ, ଅର୍ଥାତ୍‍, ଗୁଗ୍ଗୁଳ, ମଧୁ, ସୁଗନ୍ଧି ଦ୍ରବ୍ୟ, ଗନ୍ଧରସ, ପେସ୍ତା ଓ ବାଦାମ କିଛି କିଛି ଘେନି ସେହି ବ୍ୟକ୍ତିଙ୍କୁ ଭେଟି ଦିଅ।
12 Take double the money, and bring back what was returned in your sacks' mouths—perhaps an oversight. ପୁଣି, ଆପଣା ଆପଣା ହସ୍ତରେ ଦ୍ୱିଗୁଣ ଟଙ୍କା ନିଅ ଓ ତୁମ୍ଭମାନଙ୍କ ପଟ-ମୁଖରେ ଯେଉଁ ଟଙ୍କା ଫେରି ଆସିଅଛି, ତାହା ମଧ୍ୟ ହସ୍ତରେ ନେଇଯାଅ; କେଜାଣି ତାହା ଭୁଲ୍ ହୋଇଥିବ।
13 Take your brother also, and go back to the man. ପୁଣି, ଆପଣାମାନଙ୍କ ଭାଇଙ୍କୁ ଘେନି ଉଠି ପୁନର୍ବାର ସେହି ବ୍ୟକ୍ତି ନିକଟକୁ ଯାଅ।
14 May El Shaddai—our Father Almighty—grant you mercy before the man, so he releases your other brother and Benjamin. And as for me, if I'm bereaved of my children, I'm bereaved." ସର୍ବଶକ୍ତିମାନ ପରମେଶ୍ୱର ତୁମ୍ଭମାନଙ୍କୁ ସେହି ବ୍ୟକ୍ତି ନିକଟରେ ଏପରି ଅନୁଗ୍ରହପାତ୍ର କରନ୍ତୁ, ଯେପରି ସେ ତୁମ୍ଭମାନଙ୍କ ଅନ୍ୟ ଭାଇଙ୍କୁ ଓ ବିନ୍ୟାମୀନ୍‍କୁ ଛାଡ଼ିଦେବ। ମାତ୍ର ଯଦି ମୋତେ ପୁତ୍ରହୀନ ହେବାକୁ ହୁଏ, ତେବେ ପୁତ୍ରହୀନ ହେବି।”
15 The men took the gift, twice the silver, and Benjamin, went down to Egypt, and stood before Joseph. ତହୁଁ ସେମାନେ ସେହି ଭେଟି ଦ୍ରବ୍ୟ ଓ ଦ୍ୱିଗୁଣ ଟଙ୍କା ଓ ବିନ୍ୟାମୀନ୍‍କୁ ସଙ୍ଗରେ ଘେନି ଯାତ୍ରା କରି ମିସର ଦେଶରେ ଯୋଷେଫଙ୍କ ସମ୍ମୁଖରେ ଠିଆ ହେଲେ।
16 Seeing Benjamin with them, Joseph told his house steward, "Bring the men into the house, slaughter an animal, and prepare it—they'll eat with me at noon." ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମୀନ୍‍କୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, “ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ।”
17 The man did as Joseph said, and he brought the men into Joseph's house. ଏଥିରେ ସେହି ମନୁଷ୍ୟ ଯୋଷେଫଙ୍କର ଆଜ୍ଞାନୁସାରେ କର୍ମ କରି ସେମାନଙ୍କୁ ଯୋଷେଫଙ୍କ ଗୃହକୁ ନେଇଗଲା।
18 The men were afraid because they were brought into Joseph's house. They said, "It's because of the money returned in our sacks the first time, that we're brought in—to attack us, fall on us, seize us as slaves, and take our donkeys." ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”
19 So they approached the steward of Joseph's house and spoke to him at the door, ତେଣୁ ସେମାନେ ଯୋଷେଫଙ୍କ ଗୃହାଧ୍ୟକ୍ଷ ନିକଟକୁ ଯାଇ ଗୃହର ପ୍ରବେଶ ସ୍ଥାନରେ ତାହା ସହିତ କଥାବାର୍ତ୍ତା କରି କହିଲେ,
20 and said, "Please, sir, we indeed came down the first time to buy food. “ପ୍ରଭୋ, ଆମ୍ଭେମାନେ ପୂର୍ବେ ଶସ୍ୟ କିଣିବାକୁ ଆସିଥିଲୁ;
21 At the lodge, when we opened our sacks, each man's silver was there in full weight, in his sack's mouth. We've brought it back with us. ପୁଣି, ଉତ୍ତରିବା ସ୍ଥାନରେ ଆପଣା ଆପଣା ପଟ ଫିଟାଇ ଦେଖିଲୁ ଯେ, ପ୍ରତି ଜଣର ପଟ-ମୁଖରେ ତାହାର ଟଙ୍କା, ଅର୍ଥାତ୍‍, ପୂର୍ଣ୍ଣ ତୌଲ ଅନୁସାରେ ଆମ୍ଭମାନଙ୍କର ଟଙ୍କା ଅଛି; ତାହା ଆମ୍ଭେମାନେ ହସ୍ତରେ ପୁନର୍ବାର ଆଣିଅଛୁ।
22 We also brought more money to buy food, but don't know who put it in our sacks." ପୁଣି, ଶସ୍ୟ କିଣିବା ନିମନ୍ତେ ଆମ୍ଭେମାନେ ଆଉ ଟଙ୍କା ଆଣିଅଛୁ; ମାତ୍ର ସେହି ଟଙ୍କା ଆମ୍ଭମାନଙ୍କ ପଟରେ କିଏ ରଖିଥିଲା, ଆମ୍ଭେମାନେ ତାହା ଜାଣି ନାହୁଁ।”
23 He said, "Peace to you, don't fear. Your Father and the God of your father gave you treasure in your sacks; your payment reached me." Then he brought Simeon out to them. ତହିଁରେ ସେ ଗୃହାଧ୍ୟକ୍ଷ କହିଲା, “ତୁମ୍ଭମାନଙ୍କର ମଙ୍ଗଳ ହେଉ, ଭୟ କର ନାହିଁ; ତୁମ୍ଭମାନଙ୍କ ପରମେଶ୍ୱର ଓ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କ ପଟରେ ତୁମ୍ଭମାନଙ୍କୁ ଗୁପ୍ତ ଧନ ଦେଇଅଛନ୍ତି; ତୁମ୍ଭମାନଙ୍କ ଟଙ୍କା ମୋʼ ପାଖରେ ଥିଲା।” ତହୁଁ ସେ ଶିମୀୟୋନକୁ ବାହାର କରି ସେମାନଙ୍କ ନିକଟକୁ ଆଣିଲା।
24 The man brought them into Joseph's house and gave them water, and they washed their feet; and he fed their donkeys. ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।
25 So they readied the gift for Joseph's noon arrival, since they'd heard they would eat there. ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।
26 When Joseph came home, they brought him the gift in their hands and bowed to him, to the ground. ଏଥିଉତ୍ତାରେ ଯୋଷେଫ ଗୃହକୁ ଆସନ୍ତେ, ସେମାନେ ହସ୍ତସ୍ଥିତ ଭେଟି ଦ୍ରବ୍ୟ ତାଙ୍କ ନିକଟକୁ ଗୃହ ମଧ୍ୟରେ ଆଣି ତାଙ୍କୁ ଭୂମିଷ୍ଠ ପ୍ରମାଣ କଲେ।
27 He asked how they were, then said, "Is your father—the old man you mentioned—well? Is he still alive?" ତହୁଁ ଯୋଷେଫ ସେମାନଙ୍କର ମଙ୍ଗଳ ବାର୍ତ୍ତା ପଚାରି କହିଲେ, “ତୁମ୍ଭମାନଙ୍କର ପିତା କି କୁଶଳରେ ଅଛନ୍ତି? ତୁମ୍ଭେମାନେ ଯେଉଁ ବୃଦ୍ଧ ଲୋକଙ୍କର କଥା କହୁଥିଲ, ସେ କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?”
28 They said, "Your servant our father is well, still alive." They bowed and prostrated themselves. ସେମାନେ କହିଲେ, “ଆପଣଙ୍କ ଦାସ ଆମ୍ଭମାନଙ୍କ ପିତା କୁଶଳରେ ଅଛନ୍ତି, ସେ ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି।” ତହୁଁ ସେମାନେ ମସ୍ତକ ନତ କରି ପ୍ରଣାମ କଲେ।
29 He looked up, saw his brother Benjamin, his mother's son, and asked, "Is this your youngest brother you told me about?" Then he said, "May our Father be gracious to you, my son." ସେତେବେଳେ ଯୋଷେଫ ଅନାଇ ଆପଣା ସହୋଦର ବିନ୍ୟାମୀନ୍‍କୁ ଦେଖି କହିଲେ, “ତୁମ୍ଭେମାନେ ଯେଉଁ ସାନ ଭାଇର କଥା କହିଥିଲ, ସେ କି ଏହି?” ଆଉ ସେ କହିଲେ, “ହେ ଆମ୍ଭର ପୁତ୍ର, ପରମେଶ୍ୱର ତୁମ୍ଭଙ୍କୁ ଅନୁଗ୍ରହ କରନ୍ତୁ।”
30 Joseph hurried out, moved with compassion toward his brother, seeking a place to weep; he went into his room and wept there. ତହୁଁ ଭାଇ ପ୍ରତି ଯୋଷେଫଙ୍କର ଅନ୍ତଃକରଣ ସ୍ନେହରେ ଉତ୍ତପ୍ତ ହେବାରୁ ସେ ଶୀଘ୍ର ରୋଦନ କରିବାକୁ ସ୍ଥାନ ଖୋଜିଲେ; ପୁଣି, ସେ ଆପଣା କୋଠରିରେ ପ୍ରବେଶ କରି ସେଠାରେ ରୋଦନ କଲେ।
31 Then he washed his face and came out; and he composed himself and said, "Serve the meal." ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି “ଭକ୍ଷ୍ୟଦ୍ରବ୍ୟ ପରିବେଷଣ କରିବା ନିମନ୍ତେ” ଆଜ୍ଞା ଦେଲେ।
32 They served him alone, his brothers alone, Egyptians eating with him alone—Egyptians can't eat bread with Hebrews, detestable to them. ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ।
33 They sat before him: the firstborn by his birthright, the youngest by his youth—the men were astonished at one another. ଏଥିଉତ୍ତାରେ ଯୋଷେଫଙ୍କ ସମ୍ମୁଖରେ ସେମାନଙ୍କର ଜ୍ୟେଷ୍ଠ ଜ୍ୟେଷ୍ଠ ସ୍ଥାନରେ ଓ କନିଷ୍ଠ କନିଷ୍ଠ ସ୍ଥାନରେ ବସିଲେ; ତହିଁରେ ସେମାନେ ପରସ୍ପର ଆଶ୍ଚର୍ଯ୍ୟ ବୋଧ କଲେ।
34 He sent portions to them from his table, Benjamin's portion five times the others'. They drank and celebrated with him. ପୁଣି, ସେ ଆପଣା ସମ୍ମୁଖରୁ ଭକ୍ଷ୍ୟଦ୍ରବ୍ୟ ଉଠାଇ ସେମାନଙ୍କୁ ପରିବେଷଣ କରାଇଲେ; ମାତ୍ର ସମସ୍ତଙ୍କ ଭାଗରୁ ବିନ୍ୟାମୀନ୍‍ର ଭାଗ ପାଞ୍ଚଗୁଣ ଅଧିକ ଥିଲା। ଏଥିରେ ସେମାନେ ପାନ କରି ତାଙ୍କ ସହିତ ଆନନ୍ଦ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]