Skip to content
The Believer's Library

Indian Revised Version(IRV) Odia - 2021

Genesis 44 IRVOry

Show IRVOry only
Verse × ×
1 Then he told his house steward: "Fill the men's sacks with food, as much as they can carry, and put each man's silver at his sack's opening. ଏଥିଉତ୍ତାରେ ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ ଆଜ୍ଞା ଦେଲେ, “ଏହି ଲୋକମାନଙ୍କ ପଟରେ ଯେତେ ଶସ୍ୟ ଧରଇ, ସେତେ ପରିପୂର୍ଣ୍ଣ କରିଦିଅ, ପୁଣି, ପ୍ରତ୍ୟେକର ଟଙ୍କା ପ୍ରତ୍ୟେକର ପଟ-ମୁଖରେ ରଖ।
2 Put my cup, the silver cup, in the mouth of the youngest's sack, with his grain money." He did as Joseph said. ଆଉ କନିଷ୍ଠ ପଟରେ ତାହାର ଶସ୍ୟ କିଣିବା ଟଙ୍କା ସଙ୍ଗେ ଆମ୍ଭ ତାଟିଆ, ସେ ରୂପା ତାଟିଆ ରଖ।” ତହିଁରେ ସେ ଯୋଷେଫଙ୍କ କଥାନୁସାରେ କଲା।
3 As soon as the morning was light, the men were sent away with their donkeys. ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।
4 They had left the city, not yet far off, when Joseph told his steward, "Chase down the men. When you catch them, ask, 'Why have you repaid evil for good? ପୁଣି, ନଗରରୁ ବାହାରି ବହୁତ ଦୂର ନ ଯାଉଣୁ, ଯୋଷେଫ ଆପଣା ଗୃହାଧ୍ୟକ୍ଷକୁ କହିଲେ, “ତୁମ୍ଭେ ଉଠି ସେହି ମନୁଷ୍ୟମାନଙ୍କ ପଛେ ପଛେ ଦୌଡ଼ିଯାଇ ସେମାନଙ୍କ ସଙ୍ଗ ଧରି କୁହ, ‘ତୁମ୍ଭେମାନେ ଉପକାର ବଦଳେ କାହିଁକି ଅପକାର କଲ?
5 Isn't this the cup my lord drinks from and uses for fortune-telling? What you've done is evil.'" ଆମ୍ଭ ପ୍ରଭୁ ଯହିଁରେ ପାନ କରନ୍ତି ଓ ଯଦ୍ଦ୍ୱାରା ଗଣକତା କରନ୍ତି, ସେହି ତାଟିଆ କି ଏ ନୁହେଁ? ଏପରି କର୍ମ ଦ୍ୱାରା ତୁମ୍ଭେମାନେ ଦୋଷ କରିଅଛ।’”
6 When he overtook them, he spoke these words to them. ଏଥିଉତ୍ତାରେ ସେ ସେମାନଙ୍କ ସଙ୍ଗ ଧରି ଏହିସବୁ କଥା କହିଲା।
7 They said, "Why does my lord say such things? Your servants would never do such a thing. ତହିଁରେ ସେମାନେ କହିଲେ, “ଆମ୍ଭର ପ୍ରଭୁ କାହିଁକି ଏପରି କଥା କହନ୍ତି? ଆପଣଙ୍କ ଦାସମାନଙ୍କର ଏପରି କର୍ମ କରିବା ଦୂରେ ଥାଉ।
8 Look, we brought back to you from Canaan the silver we found in our sacks' openings. How could we steal silver or gold from your master's house? ଦେଖନ୍ତୁ, ଆପଣା ଆପଣା ପଟ ମୁଖରୁ ଆର ଥର ଯେଉଁ ଟଙ୍କା ପାଇଥିଲୁ; ତାହା ଆମ୍ଭେମାନେ କିଣାନ ଦେଶରୁ ପୁନର୍ବାର ଆପଣଙ୍କ ନିକଟକୁ ଆଣିଲୁ; ତେବେ କିପରି ଆପଣଙ୍କ ପ୍ରଭୁଙ୍କ ଗୃହରୁ ରୂପା କି ସୁନା ଚୋରି କରିବୁ?
9 Whichever of your servants it's found with will die, and we'll become my lord's slaves too." ଆପଣଙ୍କ ଦାସମାନଙ୍କ ମଧ୍ୟରେ ଯାହାଠାରୁ ତାହା ମିଳେ, ସେ ମରୁ, ପୁଣି, ଆମ୍ଭେମାନେ ମଧ୍ୟ ପ୍ରଭୁଙ୍କର ଦାସ ହେବୁ।”
10 He said, "Good—let it be as you say. Whoever has it will be my slave; the rest of you are innocent." ତହିଁରେ ସେ କହିଲା, “ଭଲ, ତୁମ୍ଭମାନଙ୍କ କଥାନୁସାରେ ହେଉ; ଯାହା ପାଖରୁ ତାହା ମିଳିବ, ସେ ଆମ୍ଭର ଦାସ ହେବ, ମାତ୍ର ଅନ୍ୟମାନେ ନିର୍ଦ୍ଦୋଷ ହେବେ।”
11 Then each man quickly lowered his sack to the ground, and each man opened his sack. ତହୁଁ ସେମାନେ ସେହିକ୍ଷଣି ଭୂମିରେ ଆପଣା ଆପଣା ପଟ ଉତ୍ତାରି ପ୍ରତ୍ୟେକେ ଆପଣା ଆପଣା ପଟ ଫିଟାଇବାକୁ ଲାଗିଲେ।
12 He searched, starting with the oldest, ending with the youngest—the cup was found in Benjamin's sack. ସେ ଗୃହାଧ୍ୟକ୍ଷ ଜ୍ୟେଷ୍ଠଠାରୁ ଆରମ୍ଭ କରି କନିଷ୍ଠ ପର୍ଯ୍ୟନ୍ତ ଖୋଜି ଗଲା; ଆଉ ବିନ୍ୟାମୀନ୍‍ର ପଟରୁ ସେହି ତାଟିଆ ମିଳିଲା।
13 Then they tore their clothes, and every man loaded his donkey, and they returned to the city. ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରିଗଲେ।
14 When Judah and his brothers reached Joseph's house, he was still there, and they fell to the ground before him. ଆଉ ଯିହୁଦା ଓ ତାହାର ଭ୍ରାତୃଗଣ ଯୋଷେଫଙ୍କ ଗୃହରେ ପ୍ରବେଶ କଲେ; ଯୋଷେଫ ସେହି ସମୟ ପର୍ଯ୍ୟନ୍ତ ସେଠାରେ ଥିଲେ; ଏଣୁ ସେମାନେ ତାଙ୍କ ସାକ୍ଷାତରେ ଭୂମିରେ ପଡ଼ିଲେ।
15 Joseph said to them, "What have you done? Don't you know a man like me surely tells fortunes?" ତେବେ ଯୋଷେଫ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏ କିପରି କାର୍ଯ୍ୟ କଲ? ଆମ୍ଭ ପରି ଲୋକ ଯେ ଅବଶ୍ୟ ଗଣକତା କରି ପାରିବ, ଏହା କି ତୁମ୍ଭେମାନେ ଜାଣ ନାହିଁ?”
16 Judah said, "What can we say to my lord? What can we speak? How can we clear ourselves? Our Father has found your servants' guilt. Look—we are my lord's slaves, both we and the one in whose hand the cup was found." ତହିଁରେ ଯିହୁଦା କହିଲା, “ଆମ୍ଭେମାନେ ପ୍ରଭୁଙ୍କ ଛାମୁରେ ଆଉ କି ଉତ୍ତର ଦେବୁ? ଆଉ କି କଥା କହିବୁ? ଅବା କିପରି ଆପଣାମାନଙ୍କୁ ନିର୍ଦ୍ଦୋଷ କରିବୁ? ପରମେଶ୍ୱର ଆପଣଙ୍କ ଦାସମାନଙ୍କର ଅପରାଧ ପ୍ରକାଶ କରିଅଛନ୍ତି; ଦେଖନ୍ତୁ, ଆମ୍ଭେମାନେ ଓ ଯାହାଠାରୁ ତାଟିଆ ମିଳିଅଛି ସେ, ପୁଣି ଆମ୍ଭେ ସମସ୍ତେ ଆପଣଙ୍କ (ପ୍ରଭୁଙ୍କର) ଦାସ ହେବୁ।”
17 But he said, "I could never do this. Only the man in whose hand the cup was found will be my slave. The rest of you, go back to your father in peace." ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲିଯାଅ।”
18 Then Judah stepped forward and said, "Please, my lord, let your servant speak a word to you. Don't be angry with your servant, for you are like Pharaoh himself. ତହିଁରେ ଯିହୁଦା ନିକଟକୁ ଯାଇ କହିଲା, “ପ୍ରଭୋ, ଆପଣଙ୍କ ଏହି ଦାସକୁ ପ୍ରଭୁଙ୍କ କର୍ଣ୍ଣଗୋଚରରେ ପଦେ ନିବେଦନ କରିବାକୁ ଅନୁମତି ଦେଉନ୍ତୁ ଓ ଆପଣା ଦାସ ପ୍ରତି ଆପଣଙ୍କ କ୍ରୋଧ ପ୍ରଜ୍ୱଳିତ ନ ହେଉ; କାରଣ ଆପଣ ଫାରୋଙ୍କ ତୁଲ୍ୟ ଅଟନ୍ତି।
19 My lord asked his servants, saying, 'Do you have a father or a brother?' ପ୍ରଭୁ ଆପଣା ଦାସମାନଙ୍କୁ ପଚାରିଥିଲେ, ‘ତୁମ୍ଭମାନଙ୍କର ପିତା କିଅବା ଭାଇ ଅଛନ୍ତି କି?’
20 We said to my lord, 'We have an old father, and a young son born late in life. His brother is dead; he alone is left of his mother's children, and his father loves him.' ତହିଁରେ ଆମ୍ଭେମାନେ ପ୍ରଭୁଙ୍କୁ ଉତ୍ତର ଦେଇଥିଲୁ, ‘ଆମ୍ଭମାନଙ୍କ ପିତା ଅଛନ୍ତି, ସେ ବୃଦ୍ଧ ଲୋକ; ପୁଣି, ତାଙ୍କ ବୃଦ୍ଧାବସ୍ଥାର ଗୋଟିଏ ପୁତ୍ର ଅଛି, ସେହି ଜଣକ କନିଷ୍ଠ; ମାତ୍ର ତାହାର ସହୋଦର ମରିଅଛି, ସେହି କେବଳ ତାହାର ମାତାର ଅବଶିଷ୍ଟ ପୁତ୍ର; ଏଣୁ ତାହାର ପିତା ତାହାକୁ ସ୍ନେହ କରନ୍ତି।’
21 Then you told your servants, 'Bring him down to me so I can see him myself.' ଏଥିରେ ଆପଣ ଏହି ଦାସମାନଙ୍କୁ କହିଥିଲେ, ‘ତୁମ୍ଭେମାନେ ତାକୁ ଆମ୍ଭ କତିକି ଆଣ, ଆମ୍ଭେ ତାକୁ ସ୍ୱଚକ୍ଷୁରେ ଦେଖିବା।’
22 We told my lord, 'The boy can't leave his father, because if he does, his father will die.' ତେବେ ଆମ୍ଭେମାନେ ପ୍ରଭୁଙ୍କୁ କହିଥିଲୁ, ‘ସେ ଯୁବା ପିତାଙ୍କୁ ଛାଡ଼ି ପାରିବ ନାହିଁ; ସେ ତାହାର ପିତାଙ୍କୁ ଛାଡ଼ି ଆସିଲେ, ପିତା ମରିଯିବେ।’
23 You told your servants, 'If your youngest brother doesn't come down with you, you won't see my face again.' ତହିଁରେ ଆପଣ ଏହି ଦାସମାନଙ୍କୁ କହିଲେ, ‘ତୁମ୍ଭମାନଙ୍କ ସଙ୍ଗରେ କନିଷ୍ଠ ଭାଇ ନ ଆସିଲେ, ତୁମ୍ଭେମାନେ ଆଉ ଆମ୍ଭ ମୁଖ ଦେଖି ପାରିବ ନାହିଁ।’
24 When we went back to my father, your servant, we told him what you had said. ଏଥିଉତ୍ତାରେ ଆମ୍ଭେମାନେ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ଉପସ୍ଥିତ ହୋଇ ତାଙ୍କୁ ପ୍ରଭୁଙ୍କର ଏହିସବୁ କଥା କହିଲୁ।
25 And when our father said, 'Go again, buy us a little food,' ଏଥିଉତ୍ତାରେ ଆମ୍ଭମାନଙ୍କ ପିତା କହିଲେ, ‘ତୁମ୍ଭେମାନେ ପୁନର୍ବାର ଯାଇ ଆମ୍ଭମାନଙ୍କ ନିମନ୍ତେ କିଛି ଭକ୍ଷ୍ୟ କିଣି ଆଣ।’
26 we said, 'We can't go down. If our youngest brother comes with us, then we will go. For we can't see the man's face unless our youngest brother is with us.' ତହିଁରେ ଆମ୍ଭେମାନେ କହିଲୁ, ‘ଯାଇ ପାରିବୁ ନାହିଁ; ଯଦି ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ଥିବ, ତେବେ ଯାଇ ପାରିବୁ; କାରଣ ସାନ ଭାଇ ଆମ୍ଭମାନଙ୍କ ସଙ୍ଗରେ ନ ଥିଲେ, ଆମ୍ଭେମାନେ ସେହି ବ୍ୟକ୍ତିଙ୍କର ମୁଖ ଦେଖି ପାରିବୁ ନାହିଁ।’
27 Then your servant my father said to us, 'You know that my wife bore me two sons. ତହିଁରେ ଆପଣଙ୍କ ଦାସ ଯେ ମୋହର ପିତା, ସେ ଆମ୍ଭମାନଙ୍କୁ କହିଲେ, ‘ତୁମ୍ଭେମାନେ ଜାଣ, ଆମ୍ଭର ସେହି ଭାର୍ଯ୍ୟାଠାରୁ ଦୁଇଟି ପୁତ୍ର ହୋଇଥିଲେ।
28 One left me, and I said, "Surely torn to pieces"; I haven't seen him since. ସେମାନଙ୍କ ମଧ୍ୟରୁ ଗୋଟିଏ ଆମ୍ଭ ନିକଟରୁ ଚାଲିଗଲା, ତହୁଁ ଆମ୍ଭେ କହିଲୁ, ସେ ନିଶ୍ଚୟ ଖଣ୍ଡ ଖଣ୍ଡ ହୋଇ ବିଦୀର୍ଣ୍ଣ ହୋଇଅଛି; ପୁଣି, ସେହି ଦିନଠାରୁ ଆମ୍ଭେ ଆଉ ତାକୁ ଦେଖି ନାହୁଁ।
29 If you take this one too from me, and harm meets him, you'll bring my gray head down to the grave in grief. ଏବେ ଆମ୍ଭ ପାଖରୁ ଏହାକୁ ନେଇଗଲେ ଯଦି ଏହାକୁ କୌଣସି ବିପତ୍ତି ଘଟେ, ତେବେ ତୁମ୍ଭେମାନେ ଆମ୍ଭକୁ ଶୋକରେ ଏହି ପକ୍ୱ କେଶରେ ପାତାଳକୁ ପଠାଇବ।’
30 So when I come to your servant, my father, and the boy isn't with us, his life is bound to the boy's life, ଏହେତୁ ଆପଣଙ୍କ ଦାସ ଯେ ମୋʼ ପିତା, ତାଙ୍କ ନିକଟରେ ମୁଁ ଉପସ୍ଥିତ ହେଲେ, ଆମ୍ଭମାନଙ୍କ ସଙ୍ଗରେ ଯଦି ଏହି ଯୁବା ନ ଥିବ, ତେବେ ଏହି ଯୁବା ନ ଥିବାର ଦେଖି ସେ ତତ୍‌କ୍ଷଣାତ୍ ମରିଯିବେ।
31 when he sees the boy is gone, he'll die, and your servants will bring your servant our father down to the grave in sorrow.' କାରଣ ତାଙ୍କ ପ୍ରାଣ ଏହି ଯୁବାର ପ୍ରାଣରେ ବନ୍ଧା ଅଟେ। ତହିଁରେ ଆପଣଙ୍କର ଏହି ଦାସମାନେ ଶୋକରେ ପକ୍ୱ କେଶରେ ଆପଣଙ୍କ ଦାସ ଆମ୍ଭମାନଙ୍କ ପିତାଙ୍କୁ କବରକୁ ପଠାଇବେ।
32 For your servant guaranteed the boy to my father, saying, 'If I don't bring him back to you, I'll bear the guilt before my father all my life.' ଆହୁରି, ଆପଣଙ୍କ ଦାସ ମୁଁ, ଆପଣା ପିତାଙ୍କ ନିକଟରେ ଏହି ଯୁବାର ଲଗା ହୋଇ କହିଅଛି, ‘ମୁଁ ଯଦି ତାକୁ ତୁମ୍ଭ ପାଖକୁ ନ ଆଣେ, ତେବେ ମୁଁ ଯାବଜ୍ଜୀବନ ପିତାଙ୍କ ନିକଟରେ ଅପରାଧୀ ହେବି।’
33 So please, let your servant stay as my lord's slave instead of the boy, and let the boy return with his brothers. ଏଣୁ ନିବେଦନ କରୁଅଛି, ପ୍ରଭୁଙ୍କ ନିକଟରେ ଏହି ଯୁବାର ପରିବର୍ତ୍ତେ ଆପଣଙ୍କ ଦାସ ମୁଁ ଆପଣଙ୍କ ଦାସ ହୋଇଥାଏ, ମାତ୍ର ଏହି ଯୁବାକୁ ଭାଇମାନଙ୍କ ସଙ୍ଗରେ ବିଦାୟ କରନ୍ତୁ।
34 How can I return to my father without the boy? I could not bear to see the disaster that would strike my father." କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କିପରି ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କିପରି ଅବା ଦେଖି ପାରିବି?”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]