Skip to content
The Believer's Library

Indian Revised Version(IRV) Odia - 2021

Genesis 45 IRVOry

Show IRVOry only
Verse × ×
1 Joseph could not control himself before everyone standing by him, so he cried out, "Send everyone away from me!" No one stayed with him when Joseph made himself known to his brothers. ଏଥିରେ ଯୋଷେଫ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କ ସାକ୍ଷାତରେ ଆପଣାକୁ ସମ୍ଭାଳି ନ ପାରି ଉଚ୍ଚସ୍ୱରରେ କହିଲେ, “ଆମ୍ଭ ସମ୍ମୁଖରୁ ସବୁ ଲୋକଙ୍କୁ ବାହାର କର।” ତହୁଁ କେହି ତାଙ୍କ ନିକଟରେ ନ ରହନ୍ତେ, ଯୋଷେଫ ଭାଇମାନଙ୍କ ସାକ୍ଷାତରେ ଆପଣାର ପରିଚୟ ଦେବାକୁ ଲାଗିଲେ।
2 He wept so loudly that the Egyptians heard it, and Pharaoh's household heard it. ସେ ଉଚ୍ଚସ୍ୱରରେ ଏପରି ରୋଦନ କଲେ ଯେ, ମିସରୀୟମାନେ ଓ ଫାରୋଙ୍କ ଗୃହସ୍ଥିତ ଲୋକମାନେ ତାହା ଶୁଣି ପାରିଲେ।
3 Joseph said to his brothers, "I am Joseph! Is my father still alive?" His brothers could not answer him, for they were terrified at his presence. ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ମୁଁ ଯୋଷେଫ; ମୋʼ ପିତା କି ଆଜି ପର୍ଯ୍ୟନ୍ତ ବଞ୍ଚିଅଛନ୍ତି?” ଏଥିରେ ତାଙ୍କର ଭାଇମାନେ ତାଙ୍କ ସାକ୍ଷାତରେ ଭୟଭୀତ ହେବାରୁ କିଛି ଉତ୍ତର ଦେଇ ପାରିଲେ ନାହିଁ।
4 Joseph said to his brothers, "Please, come close to me." They came close. He said, "I am your brother Joseph, whom you sold into Egypt. ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପାଖକୁ ଆସ,” ତହିଁରେ ସେମାନେ ପାଖକୁ ଯାଆନ୍ତେ, ସେ କହିଲେ, “ମୁଁ ତୁମ୍ଭମାନଙ୍କର ଭାଇ ଯୋଷେଫ, ଯାହାକୁ ତୁମ୍ଭେମାନେ ମିସରଗାମୀ ଲୋକମାନଙ୍କୁ ବିକ୍ରୟ କରିଥିଲ।
5 Now don't be distressed or angry with yourselves for selling me here, since our Father sent me ahead of you to preserve life. ମାତ୍ର, ତୁମ୍ଭେମାନେ ମୋତେ ଏଠାକୁ ଆସିବା ପାଇଁ ବିକ୍ରୟ କଲ ବୋଲି ଏବେ ଦୁଃଖିତ ଓ ଆପଣା ଆପଣା ପ୍ରତି ବିରକ୍ତ ହୁଅ ନାହିଁ; କାରଣ ପରମେଶ୍ୱର ପ୍ରାଣ ବଞ୍ଚାଇବା ନିମନ୍ତେ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଲେ।
6 Famine has been in the land two years now; five more years remain with no plowing or harvest. ଦେଖ, କେବଳ ଦୁଇ ବର୍ଷ ହେଲା ଦେଶରେ ଦୁର୍ଭିକ୍ଷ ହୋଇଅଛି; ଆହୁରି ପାଞ୍ଚ ବର୍ଷ ବାକି ଅଛି, ତହିଁ ମଧ୍ୟରେ ଚାଷ କି ଶସ୍ୟର ଚ୍ଛେଦନ ହେବ ନାହିଁ।
7 Our Father sent me ahead of you to preserve a remnant for you on earth, and keep you alive as a great band of survivors. ଏଥିପାଇଁ ପରମେଶ୍ୱର ପୃଥିବୀରେ ତୁମ୍ଭମାନଙ୍କୁ ଅବଶିଷ୍ଟାଂଶ ରୂପେ ରକ୍ଷା କରିବାକୁ ଓ ମହା ଉଦ୍ଧାର ଉପଲକ୍ଷ୍ୟରେ ତୁମ୍ଭମାନଙ୍କୁ ପ୍ରାଣରେ ବଞ୍ଚାଇବାକୁ ତୁମ୍ଭମାନଙ୍କ ଆଗେ ମୋତେ ପଠାଇଅଛନ୍ତି।
8 So now, it wasn't you who sent me here, but our Father—he made me father to Pharaoh, lord of all his household, and ruler over all the land of Egypt. ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇଅଛ, ତାହା ନୁହେଁ, ପରମେଶ୍ୱର ପଠାଇଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।
9 Hurry, go up to my father, tell him: Your son Joseph says: Our Father has made me lord of all Egypt. Come down to me; don't delay. ଏଣୁ ତୁମ୍ଭେମାନେ ଶୀଘ୍ର ମୋʼ ପିତାଙ୍କ ନିକଟକୁ ଯାଇ ତାଙ୍କୁ କୁହ, ‘ତୁମ୍ଭର ପୁତ୍ର ଯୋଷେଫ ଏହିପରି କହିଅଛି, ପରମେଶ୍ୱର ମୋତେ ସମସ୍ତ ମିସର ଦେଶର ବିଶିଷ୍ଟ ବ୍ୟକ୍ତି କରିଅଛନ୍ତି; ତୁମ୍ଭେ ମୋʼ ନିକଟକୁ ଆସ, ବିଳମ୍ବ କର ନାହିଁ।
10 You'll live in Goshen, near me—you, your children, your children's children, your flocks, your herds, all you own. ତୁମ୍ଭେ ପୁତ୍ର, ପୌତ୍ର ଓ ଗୋମେଷାଦି ସର୍ବସ୍ୱ ସହିତ ଗୋଶନ ପ୍ରଦେଶରେ ବାସ କରି ମୋହର ନିକଟବର୍ତ୍ତୀ ହେବ।
11 I will provide for you there—five years of famine remain—so you, your household, and all you own don't fall into poverty. ସେହି ସ୍ଥାନରେ, ମୁଁ ତୁମ୍ଭଙ୍କୁ ପ୍ରତିପାଳନ କରିବି; କାରଣ ଆଉ ପାଞ୍ଚ ବର୍ଷ ଦୁର୍ଭିକ୍ଷ ରହିବ; ନୋହିଲେ ତୁମ୍ଭର ଓ ତୁମ୍ଭ ପରିବାରାଦି ସମସ୍ତଙ୍କର ଦରିଦ୍ର ଦଶା ଘଟିବ।’”
12 Your eyes see, and my brother Benjamin's eyes see, that it is my own mouth speaking to you. “ଦେଖ, ମୋହର ମୁଖ ତୁମ୍ଭମାନଙ୍କୁ ଏ କଥା କହୁଅଛି, ଏହା ତୁମ୍ଭମାନଙ୍କ ଚକ୍ଷୁ ଓ ମୋʼ ସହୋଦର ବିନ୍ୟାମୀନ୍‍ର ଚକ୍ଷୁ ଦେଖୁଅଛି।
13 Tell my father all my honor in Egypt, and all you have seen. Hurry and bring my father down here. ଏଣୁ ତୁମ୍ଭେମାନେ ଏହି ମିସର ଦେଶରେ ମୋହର ଐଶ୍ୱର୍ଯ୍ୟାଦି ଯାହା ଯାହା ଦେଖୁଅଛ, ସେ ସମସ୍ତ ମୋʼ ପିତାଙ୍କୁ ଜଣାଇ ତାଙ୍କୁ ଶୀଘ୍ର ଏଠାକୁ ଆଣିବ।”
14 Then he threw his arms around his brother Benjamin and wept, and Benjamin wept on his neck." ଏଥିଉତ୍ତାରେ ସେ ଆପଣା ସହୋଦର ବିନ୍ୟାମୀନ୍‍ର ଗଳା ଧରି ରୋଦନ କଲେ, ପୁଣି, ବିନ୍ୟାମୀନ୍ ତାଙ୍କର ଗଳା ଧରି ରୋଦନ କଲା।
15 He kissed all his brothers and wept over them. After that his brothers talked with him. ପୁଣି, ଯୋଷେଫ ଅନ୍ୟ ଭାଇମାନଙ୍କୁ ଚୁମ୍ବନ କଲେ ଓ ସେମାନଙ୍କୁ ଧରି ରୋଦନ କଲେ। ଏଥିଉତ୍ତାରେ ତାଙ୍କର ଭାଇମାନେ ତାଙ୍କ ସଙ୍ଗରେ ଆଳାପ କରିବାକୁ ଲାଗିଲେ।
16 News reached Pharaoh's house: "Joseph's brothers have come." It pleased Pharaoh and his officials. ଆଉ “ଯୋଷେଫଙ୍କର ଭାଇମାନେ ଆସିଅଛନ୍ତି,” ଜନରବ ଫାରୋଙ୍କର ଗୃହରେ ଶୁଣାଯାଆନ୍ତେ, ଫାରୋ ଓ ତାଙ୍କର ଦାସ ସମସ୍ତେ ସନ୍ତୁଷ୍ଟ ହେଲେ।
17 Pharaoh said to Joseph, "Say to your brothers: do this—load your animals, go, return to the land of Canaan. ପୁଣି, ଫାରୋ ଯୋଷେଫଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇମାନଙ୍କୁ କୁହ, ‘ତୁମ୍ଭେମାନେ ଏହି କର୍ମ କର; ଆପଣା ଆପଣା ପଶୁମାନଙ୍କୁ ବୋଝାଇ କରି କିଣାନ ଦେଶକୁ ଯାଅ,
18 Take your father and your households and come to me. I will give you the best of Egypt's land, and you will eat the richness of the land. ପୁଣି, ପିତାଙ୍କୁ ଓ ଆପଣା ଆପଣା ସମସ୍ତ ପରିବାରକୁ ଘେନି ଆମ୍ଭ ନିକଟକୁ ଆସ; ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶର ଉତ୍ତମ ଦ୍ରବ୍ୟ ଦେବା, ପୁଣି, ତୁମ୍ଭେମାନେ ଦେଶର ସର୍ବୋତ୍ତମ ବିଷୟ ଭୋଗ କରିବ।’
19 You are commanded: tell them, 'Do this—take wagons from Egypt for your children and wives, bring your father, and come. ଏବେ ଆମ୍ଭର ଆଜ୍ଞାନୁସାରେ ‘ଏହି କର୍ମ କର, ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ଓ ଭାର୍ଯ୍ୟାମାନଙ୍କ ପାଇଁ ମିସର ଦେଶରୁ ଶଗଡ଼ ନେଇଯାଅ, ପୁଣି, ଆପଣାମାନଙ୍କ ପିତାଙ୍କୁ ନେଇଆସ।
20 Don't worry about your belongings—the best of all Egypt's land is yours.'" ଆଉ ଆପଣାମାନଙ୍କ ଦ୍ରବ୍ୟାଦି ବିଷୟରେ ଭାବନା କର ନାହିଁ; ସମସ୍ତ ମିସର ଦେଶର ଉତ୍ତମ ଦ୍ରବ୍ୟ ତୁମ୍ଭମାନଙ୍କର ଅଟେ।’”
21 The sons of Israel did so; Joseph gave them wagons per Pharaoh's order, and gave them provisions for the road. ତହିଁରେ ଇସ୍ରାଏଲଙ୍କର ପୁତ୍ରମାନେ ସେହିପରି କଲେ; ପୁଣି, ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ସେମାନଙ୍କୁ ଶଗଡ଼ ଓ ପାଥେୟ ଦ୍ରବ୍ୟ ଦେଲେ।
22 He gave each a change of clothes, but Benjamin 300 pieces of silver and five changes of clothes. ପୁଣି, ପ୍ରତ୍ୟେକ ଜଣକୁ ଏକ ଏକ ଯୋଡ଼ା ବସ୍ତ୍ର ଦେଲେ, ମାତ୍ର ବିନ୍ୟାମୀନ୍‍କୁ ତିନି ଶହ ଶେକେଲ ରୌପ୍ୟ ମୁଦ୍ରା ଓ ପାଞ୍ଚ ଯୋଡ଼ା ବସ୍ତ୍ର ଦେଲେ।
23 He sent his father ten donkeys loaded with Egypt's best, and ten female donkeys loaded with grain, bread, and food for his journey. ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।
24 He sent his brothers off; as they left, he said, "Don't quarrel on the way." ଏହିରୂପେ ଯୋଷେଫ ଆପଣା ଭାଇମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ବାଟରେ କଳି କରିବ ନାହିଁ।”
25 So they left Egypt and came to their father Jacob in Canaan. ଏଥିଉତ୍ତାରେ ସେମାନେ ମିସର ଦେଶରୁ ପ୍ରସ୍ଥାନ କରି କିଣାନ ଦେଶରେ ଆପଣା ପିତା ଯାକୁବଙ୍କ ନିକଟରେ ଉପସ୍ଥିତ ହେଲେ।
26 They told him, "Joseph is still alive—ruler over all Egypt!" But his heart went numb; he didn't believe them. ପୁଣି, ସେମାନେ ତାଙ୍କୁ କହିଲେ, “ଯୋଷେଫ ଆଜି ପର୍ଯ୍ୟନ୍ତ ଜୀବିତ ଅଛି, ଆଉ ସେ ସମସ୍ତ ମିସର ଦେଶର କର୍ତ୍ତା ହୋଇଅଛି।” ଏଥିରେ ଯାକୁବଙ୍କର ହୃଦୟ ଜଡ଼ୀଭୂତ ହେଲା, କାରଣ ସେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ।
27 But when they told him all Joseph's words to them, and he saw the wagons Joseph sent to carry him, their father Jacob's spirit revived. ପୁଣି, ଯୋଷେଫ ଯେତେ କଥା ସେମାନଙ୍କୁ କହିଥିଲେ, ସେହି ସବୁ କଥା ସେମାନେ ତାଙ୍କୁ କହିଲେ। ମାତ୍ର ସେ ଯେତେବେଳେ ତାଙ୍କୁ ନେବା ପାଇଁ ଯୋଷେଫଙ୍କ ପ୍ରେରିତ ଶଗଡ଼ସବୁ ଦେଖିଲେ, ସେତେବେଳେ ସେମାନଙ୍କ ପିତା ଯାକୁବଙ୍କ ଆତ୍ମା ପୁନର୍ଜୀବିତ ହେଲା।
28 Israel said, "Enough! Joseph my son is still alive. I will go and see him before I die." ତହିଁରେ ଇସ୍ରାଏଲ କହିଲେ, “ଯଥେଷ୍ଟ; ମୋହର ପୁତ୍ର ଯୋଷେଫ ଆଜି ପର୍ଯ୍ୟନ୍ତ ବଞ୍ଚିଅଛି; ମୁଁ ଯିବି, ମରଣ ପୂର୍ବେ ତାକୁ ଦେଖିବି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]