Skip to content
The Believer's Library

Indian Revised Version(IRV) Odia - 2021

Genesis 46 IRVOry

Show IRVOry only
Verse × ×
1 So Israel set out with all he had, came to Beersheba, and sacrificed to our Father, whom his father Isaac had worshiped. ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍‍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍‌ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
2 And our Father spoke to Israel in visions of the night, "Jacob, Jacob." He said, "Here I am." ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
3 He said, "I am your Father, whom your father worshiped. Do not be afraid to go down to Egypt, for there I will make you a great nation. ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।
4 I myself will go down with you to Egypt, and I will surely bring you back; and Joseph's own hand will close your eyes." ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”
5 Jacob set out from Beersheba. Israel's sons carried their father Jacob, their little ones, and their wives in the wagons Pharaoh had sent for him. ଏଥିଉତ୍ତାରେ ଯାକୁବ ବେର୍‍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇଗଲେ।
6 They took their livestock and the goods they had acquired in the land of Canaan, and came to Egypt—Jacob and all his offspring with him. ଏଉତ୍ତାରେ ସେମାନେ, ଅର୍ଥାତ୍‍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।
7 His sons and grandsons, daughters and granddaughters—all his offspring he brought with him to Egypt. ଏହି ପ୍ରକାରେ ଯାକୁବ ଆପଣା ପୁତ୍ରପୌତ୍ର, ପୁତ୍ରୀ ଓ ପୌତ୍ରୀ ସମସ୍ତ ପରିବାର ନେଇ ମିସର ଦେଶକୁ ଗଲେ।
8 These are the names of Israel's sons who came into Egypt—Jacob and his sons: Reuben, Jacob's firstborn. ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍‍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍‍।
9 The sons of Reuben: Hanoch, Pallu, Hezron, and Carmi. ରୁବେନ୍‍ର ପୁତ୍ର ହନୋକ, ପଲ୍ଲୁ, ହିଷ୍ରୋଣ ଓ କର୍ମି।
10 The sons of Simeon: Jemuel, Jamin, Ohad, Jachin, Zohar, and Shaul the son of a Canaanite woman. ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍‍, ଓହଦ୍‍, ଯାଖୀନ୍‍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।
11 The sons of Levi: Gershon, Kohath, and Merari. ଲେବୀର ପୁତ୍ର ଗେର୍ଶୋନ‍, କହାତ ଓ ମରାରି।
12 Judah's sons: Er, Onan, Shelah, Perez, Zerah; but Er and Onan died in Canaan. Perez's sons: Hezron and Hamul. ଯିହୁଦାର ପୁତ୍ର ଏର, ଓନନ୍‍, ଶେଲା, ପେରସ ଓ ସେରହ; ମାତ୍ର ଏର ଓ ଓନନ୍‍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।
13 The sons of Issachar: Tola, Puvah, Iob, and Shimron. ଇଷାଖରର ସନ୍ତାନ ତୋଲୟ, ପୂୟ, ଯୋବ ଓ ଶିମ୍ରୋଣ।
14 The sons of Zebulun: Sered, Elon, and Jahleel. ସବୂଲୂନର ପୁତ୍ର ସେରଦ, ଏଲୋନ୍‍ ଓ ଯହଲେଲ।
15 These are Leah's sons, born to Jacob in Paddan-aram, with his daughter Dinah; his sons and daughters numbered thirty-three. ଏମାନେ ଓ କନ୍ୟା ଦୀଣା ପଦ୍ଦନ୍‍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।
16 The sons of Gad: Ziphion, Haggi, Shuni, Ezbon, Eri, Arodi, and Areli. ଗାଦ୍‍ର ପୁତ୍ର ସିଫୋନ୍‍, ହଗି, ଶୂନୀ, ଇଷବୋନ୍‍, ଏରି, ଅରୋଦି ଓ ଅରେଲୀ।
17 Asher's sons: Imnah, Ishvah, Ishvi, Beriah, and their sister Serah. Beriah's sons: Heber and Malchiel. ଆଶେରର ପୁତ୍ର ଯିମ୍ନା, ଯିଶ୍‍ବା, ଯିଶ୍‍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍‍କୀୟେଲ।
18 These are the sons of Zilpah, whom Laban gave to his daughter Leah; she bore these to Jacob—sixteen in all. ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।
19 The sons of Rachel, Jacob's wife: Joseph and Benjamin. ପୁଣି, ଯାକୁବଙ୍କ ଭାର୍ଯ୍ୟା ରାହେଲର ପୁତ୍ର ଯୋଷେଫ ଓ ବିନ୍ୟାମୀନ୍।
20 Manasseh and Ephraim were born to Joseph in Egypt by Asenath, daughter of Potiphera, priest of On. ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍‍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍‍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।
21 The sons of Benjamin: Bela, Becher, Ashbel, Gera, Naaman, Ehi, Rosh, Muppim, Huppim, and Ard. ପୁଣି, ବିନ୍ୟାମୀନ୍‍ର ସନ୍ତାନ ବେଲା, ବେଖର, ଅସ୍‍ବେଲ, ଗେରା, ନାମାନ୍‍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍‍ ଓ ଅର୍ଦ।
22 These are the sons of Rachel who were born to Jacob—fourteen persons in all. ଏହି ଚଉଦ ଜଣ ଯାକୁବଙ୍କଠାରୁ ଜାତ ରାହେଲର ସନ୍ତାନ।
23 The sons of Dan: Hushim. ଆଉ ଦାନ୍‍ର ପୁତ୍ର ହୂଶୀମ୍‍।
24 The sons of Naphtali: Jahzeel, Guni, Jezer, and Shillem. ନପ୍ତାଲିର ପୁତ୍ର ଯହସୀୟେଲ, ଗୂନି, ଯେତ୍ସର ଓ ଶିଲ୍ଲେମ।
25 These are Bilhah's sons, whom Laban gave to his daughter Rachel; she bore these to Jacob—seven in all. ଲାବନ ଆପଣା କନ୍ୟା ରାହେଲକୁ ବିଲ୍‌ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।
26 Jacob's direct descendants who came to Egypt—excluding his sons' wives—totaled sixty-six. ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।
27 Joseph had two sons born in Egypt. Jacob's household that came to Egypt numbered seventy in all. ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ।
28 Jacob sent Judah ahead to Joseph to lead the way to Goshen; they reached the land of Goshen. ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।
29 Joseph readied his chariot and went up to Goshen to meet his father Israel. He appeared to him, fell on his neck, and wept on his neck a long time. ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।
30 Israel said to Joseph, "Now let me die, since I've seen your face and you're still alive." ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”
31 Joseph told his brothers and his father's household, "I will go up and tell Pharaoh, and say to him, 'My brothers and my father's household, who were in Canaan, have come to me. ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, ‘କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋʼ ନିକଟକୁ ଆସିଅଛନ୍ତି।
32 The men are shepherds, for they have been keepers of livestock; they've brought their flocks, herds, and all they have.' ସେମାନେ ପଶୁପାଳକ ଓ ପଶୁ ବ୍ୟବସାୟୀ, ଏଣୁ ସେମାନେ ଆପଣାମାନଙ୍କ ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ଆଣିଅଛନ୍ତି।’
33 When Pharaoh calls you and says, 'What is your occupation?' ତହିଁରେ ଫାରୋ ତୁମ୍ଭମାନଙ୍କୁ ଡକାଇ ‘ତୁମ୍ଭମାନଙ୍କର କେଉଁ ବ୍ୟବସାୟ?’ ଏ କଥା ଯେତେବେଳେ ପଚାରିବେ,
34 you will say, 'Your servants have raised livestock from our youth until now, we and our fathers,' so you may settle in Goshen; for every shepherd is detestable to the Egyptians." ସେତେବେଳେ ତୁମ୍ଭେମାନେ କହିବ, ‘ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ;’ ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]