Skip to content
The Believer's Library

Indian Revised Version(IRV) Odia - 2021

Genesis 47 IRVOry

Show IRVOry only
Verse × ×
1 Joseph came and told Pharaoh, "My father and my brothers, with their flocks, herds, and all they own, have come from Canaan. They are now in Goshen." ଏଥିଉତ୍ତାରେ ଯୋଷେଫ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିଲେ, “ମୋʼ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ୱ ନେଇ ଆସିଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି।”
2 From among his brothers he took five men and presented them to Pharaoh. ପୁଣି, ଯୋଷେଫ ଆପଣା ଭ୍ରାତୃଗଣ ମଧ୍ୟରୁ ପାଞ୍ଚ ଜଣଙ୍କୁ ନେଇ ଫାରୋଙ୍କ ସହିତ ସାକ୍ଷାତ କରାଇଲେ।
3 Pharaoh asked Joseph's brothers, "What is your work?" They told Pharaoh, "Your servants tend sheep, we and our fathers alike." ତହିଁରେ ଫାରୋ ଯୋଷେଫଙ୍କ ଭାଇମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କର କେଉଁ ବ୍ୟବସାୟ?” ସେମାନେ ଫାରୋଙ୍କୁ କହିଲେ, “ଆପଣଙ୍କର ଏହି ଦାସମାନେ ପୂର୍ବପୁରୁଷାନୁକ୍ରମେ ପଶୁପାଳକ।”
4 They said to Pharaoh, "We came to live in this land as foreigners, since there's no pasture for your servants' flocks—the famine is severe in Canaan. Now please let your servants settle in Goshen." ସେମାନେ ଫାରୋଙ୍କୁ ଆହୁରି କହିଲେ, “ଆମ୍ଭେମାନେ ଏ ଦେଶରେ ପ୍ରବାସ କରିବାକୁ ଆସିଅଛୁ; ଯେଣୁ ଆପଣଙ୍କ ଏହି ଦାସମାନଙ୍କ ପଶୁପଲ ପାଇଁ କିଛି ଚରା ନାହିଁ; କିଣାନ ଦେଶରେ ଅତି ଭାରୀ ଦୁର୍ଭିକ୍ଷ ପଡ଼ିଅଛି; ଏହେତୁ ବିନତି କରୁଅଛୁ, ଆପଣ ଏହି ଦାସମାନଙ୍କୁ ଗୋଶନ ପ୍ରଦେଶରେ ବାସ କରିବାକୁ ଦେଉନ୍ତୁ।”
5 Pharaoh said to Joseph, "Your father and your brothers have come to you. ତହିଁରେ ଫାରୋ ଯୋଷେଫଙ୍କୁ ଆଜ୍ଞା ଦେଲେ, “ତୁମ୍ଭର ପିତା ଓ ଭ୍ରାତୃଗଣ ତୁମ୍ଭ ନିକଟକୁ ଆସିଅଛନ୍ତି,
6 Egypt lies before you. Settle your father and brothers in the best of the land—let them live in Goshen. If you know capable men among them, put them in charge of my livestock." ମିସର ଦେଶ ତୁମ୍ଭ ସମ୍ମୁଖରେ ଅଛି; ଦେଶର ସର୍ବୋତ୍ତମ ସ୍ଥାନରେ ଆପଣା ପିତା ଓ ଭାଇମାନଙ୍କୁ ବାସ କରାଅ; ଗୋଶନ ପ୍ରଦେଶରେ ସେମାନେ ବାସ କରନ୍ତୁ; ପୁଣି, ସେମାନଙ୍କ ମଧ୍ୟରୁ ଯାହାକୁ ଯାହାକୁ ପାରଙ୍ଗମ ଲୋକ ବୋଲି ଜାଣୁଅଛ, ସେମାନଙ୍କୁ ଆମ୍ଭ ପଶୁପଲର ଅଧ୍ୟକ୍ଷ ପଦରେ ନିଯୁକ୍ତ କର।”
7 Then Joseph brought his father Jacob in and presented him to Pharaoh, and Jacob blessed Pharaoh. ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।
8 Pharaoh asked Jacob, "How many years have you lived?" ସେତେବେଳେ ଫାରୋ ଯାକୁବଙ୍କୁ ପଚାରିଲେ, “ଆପଣଙ୍କ ପରମାୟୁର ଦିନ କେତେ?”
9 Jacob answered Pharaoh, "My years as a wanderer are 130. Few and hard, they haven't reached my fathers' years of wandering." ଯାକୁବ ଫାରୋଙ୍କୁ କହିଲେ, “ମୋହର ପ୍ରବାସ କାଳର ଦିନ ଶହେ ତିରିଶ ବର୍ଷ; ମୋʼ ପରମାୟୁର ଦିନ ଅଳ୍ପ ଓ ଆପଦଜନକ; ପୁଣି, ମୋହର ପୂର୍ବପୁରୁଷମାନଙ୍କ ପ୍ରବାସକାଳୀନ ଆୟୁର ଦିନ ତୁଲ୍ୟ ନୁହେଁ।”
10 Then Jacob blessed Pharaoh and went out from his presence. ଏଥିଉତ୍ତାରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କରି ତାଙ୍କ ଛାମୁରୁ ବିଦାୟ ହେଲେ।
11 So Joseph settled his father and brothers, giving them land in Egypt's best territory, the region of Rameses, as Pharaoh had ordered. ତହୁଁ ଯୋଷେଫ ଫାରୋଙ୍କର ଆଜ୍ଞାନୁସାରେ ମିସର ଦେଶର ସର୍ବୋତ୍ତମ ଅଞ୍ଚଳରେ, ଅର୍ଥାତ୍‍, ରାମିଷେଷ୍‍ ପ୍ରଦେଶରେ ଅଧିକାର ଦେଇ ଆପଣା ପିତା ଓ ଭାଇମାନଙ୍କର ଅବସ୍ଥିତି କରାଇଲେ।
12 Joseph fed his father, his brothers, and all his father's household, by the number of their children. ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।
13 No food remained in all the land, for the famine was very severe, and the land of Egypt and land of Canaan wasted from the famine. ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।
14 Joseph gathered all the silver found in the land of Egypt and the land of Canaan for the grain they were buying, and Joseph brought the silver into Pharaoh's house. ଆଉ ମିସର ଦେଶରେ ଓ କିଣାନ ଦେଶରେ ଯେତେ ରୂପା ଥିଲା, ଲୋକମାନେ ତାହା ଦେଇ ଶସ୍ୟ କିଣିବାରୁ ଯୋଷେଫ ସେସବୁ ରୂପା ସଂଗ୍ରହ କରି ଫାରୋଙ୍କର ଗୃହକୁ ଆଣିଲେ।
15 When the silver ran out in the land of Egypt and land of Canaan, all the Egyptians came to Joseph, saying, "Give us food! Why should we die before you? Since silver is gone." ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?”
16 Joseph answered, "Turn over your livestock; I'll give you food in exchange for your livestock, since your silver's gone." ତହିଁରେ ଯୋଷେଫ କହିଲେ, “ତୁମ୍ଭମାନଙ୍କର ପଶୁ ଦିଅ; ଯଦି ରୂପା ଶେଷ ହୋଇଥାଏ, ତେବେ ପଶୁ ବଦଳେ ଆମ୍ଭେ ତୁମ୍ଭମାନଙ୍କୁ ଶସ୍ୟ ଦେବା।”
17 They brought their livestock to Joseph, and he gave them bread for the horses, flocks, herds, and donkeys. He provided them bread that year for all their livestock. ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।
18 That year ended, and they came to him the second year and said, "We can't hide from my lord that our silver is gone and the livestock belong to my lord; nothing is left for my lord but our bodies and our land. ପୁଣି, ସେ ବର୍ଷ ସମ୍ପୂର୍ଣ୍ଣ ହୁଅନ୍ତେ, ଦ୍ୱିତୀୟ ବର୍ଷରେ ସେମାନେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କର ସମସ୍ତ ରୂପା ଶେଷ ହୋଇଅଛି; ତାହା ପ୍ରଭୁଙ୍କଠାରୁ ଲୁଚାଇବା ନାହିଁ; ପୁଣି, ଆମ୍ଭମାନଙ୍କର ସମସ୍ତ ପଶୁଧନ ମଧ୍ୟ ପ୍ରଭୁଙ୍କର ହୋଇଅଛି; ଏବେ ପ୍ରଭୁଙ୍କ ସାକ୍ଷାତରେ ଆମ୍ଭମାନଙ୍କର ଦେହ ଓ ଭୂମି ବିନା ଆଉ କିଛି ଅବଶିଷ୍ଟ ନାହିଁ।
19 Why die before your eyes—we and our land? Buy us and our land for food; we and our land will serve Pharaoh. Give us seed to live, not die, and keep the land from turning desolate." ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତାʼପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”
20 So Joseph bought all Egypt's land for Pharaoh, because each Egyptian sold his field—the famine was too severe for them. The land became Pharaoh's. ଏହିରୂପେ ଦୁର୍ଭିକ୍ଷ ସେମାନଙ୍କ ପ୍ରତି ଅତି ଅସହ୍ୟ ହୁଅନ୍ତେ, ମିସରୀୟମାନେ ପ୍ରତ୍ୟେକେ ଆପଣା ଆପଣା ଭୂମି ବିକ୍ରୟ କଲେ; ତହିଁରେ ଯୋଷେଫ ଫାରୋଙ୍କ ନିମନ୍ତେ ମିସର ଦେଶର ସମସ୍ତ ଭୂମି କ୍ରୟ କଲେ; ତେଣୁ ସମସ୍ତ ଭୂମି ଫାରୋଙ୍କର ହେଲା।
21 He moved the people into the cities, from one end of Egypt to the other. ତହିଁରେ ସେ ମିସରର ଏକ ସୀମାଠାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ନଗରେ ନଗରେ ପ୍ରଜାମାନଙ୍କୁ ପ୍ରବାସ କରାଇଲେ।
22 Only he did not buy the priests' land, since Pharaoh gave them a fixed portion they lived on; so they did not sell their land. ସେ କେବଳ ଯାଜକମାନଙ୍କର ଭୂମି କ୍ରୟ କଲେ ନାହିଁ; କାରଣ ଯାଜକମାନେ ଫାରୋଙ୍କଠାରୁ ବୃତ୍ତି ପାଇଲେ; ଏଣୁ ଫାରୋଙ୍କର ଦତ୍ତ ବୃତ୍ତି ଦ୍ୱାରା ସେମାନଙ୍କର ନିର୍ବାହ ହେବାରୁ ସେମାନେ ଆପଣା ଆପଣା ଭୂମି ବିକ୍ରୟ କଲେ ନାହିଁ।
23 Joseph told the people, "Look, I have bought you and your land for Pharaoh today. Here's seed—sow the land. ଏଥିଉତ୍ତାରେ ଯୋଷେଫ ପ୍ରଜାମାନଙ୍କୁ କହିଲେ, “ଦେଖ, ଆମ୍ଭେ ଫାରୋଙ୍କ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କ ଭୂମି ସବୁ କିଣିଲୁ; ଏବେ ଏହି ବିହନ ନେଇ ଭୂମିରେ ବୁଣ।
24 At harvest, give Pharaoh a fifth; keep four parts as seed for the field and food for you, your households, and your children." ତହିଁରୁ ଯାହା ଉତ୍ପନ୍ନ ହେବ, ତାହାର ପଞ୍ଚମାଂଶ ଫାରୋଙ୍କୁ ଦେବ, ପୁଣି, ଅନ୍ୟ ଚାରି ଅଂଶ ଭୂମିର ବିହନ ପାଇଁ ଓ ଆପଣା ଆପଣା ପରିଜନ ଓ ବାଳକମାନଙ୍କ ନିମନ୍ତେ ରଖିବ।”
25 They said, "You saved our lives. May we find favor in my lord's eyes, and we will be Pharaoh's slaves." ତହିଁରେ ସେମାନେ କହିଲେ, “ଆପଣ ଆମ୍ଭମାନଙ୍କ ପ୍ରାଣ ରକ୍ଷା କଲେ; ଆପଣଙ୍କ କୃପାଦୃଷ୍ଟି ହେଲେ, ଆମ୍ଭେମାନେ ଫାରୋଙ୍କର ଦାସ ହେବୁ।”
26 So Joseph made it law in Egypt—still in force today—that a fifth goes to Pharaoh. Only the priests' land did not become Pharaoh's. ପଞ୍ଚମାଂଶ ଫାରୋ ପାଇବେ, ମିସରର ସମସ୍ତ ଭୂମି ବିଷୟରେ ଯୋଷେଫଙ୍କର ସ୍ଥାପିତ ଏହି ନିୟମ ଆଜି ପର୍ଯ୍ୟନ୍ତ ଚଳୁଅଛି; କେବଳ ଯାଜକମାନଙ୍କର ଭୂମି ଫାରୋଙ୍କର ହେଲା ନାହିଁ।
27 Israel lived in Egypt's land, in Goshen's land. They gained property there, and were fruitful and multiplied greatly. ସେସମୟରେ ଇସ୍ରାଏଲ ମିସରର ଗୋଶନ ପ୍ରଦେଶରେ ବାସ କଲେ, ପୁଣି, ସେଠାରେ ସେମାନେ ଅଧିକାର ପାଇ ପ୍ରଜାବନ୍ତ ଓ ଅତିଶୟ ବହୁବଂଶ ହେଲେ।
28 Jacob lived in Egypt seventeen years; his life totaled 147 years. ଯାକୁବ ମିସର ଦେଶରେ ସତର ବର୍ଷ କାଳ କ୍ଷେପଣ କଲେ, ତାଙ୍କର ପରମାୟୁର ଦିବସ ଶହେ ସତଚାଳିଶ ବର୍ଷ ଥିଲା।
29 When Israel's time to die drew near, he called his son Joseph and said, "If I have found favor with you, please put your hand under my thigh and show me faithful love and loyalty. Please don't bury me in Egypt, ଇସ୍ରାଏଲଙ୍କର ମରଣ ଦିନ ସନ୍ନିକଟ ହେବାରୁ ସେ ଆପଣା ପୁତ୍ର ଯୋଷେଫଙ୍କୁ ଡକାଇ କହିଲେ, “ମୁଁ ଯଦି ତୁମ୍ଭ ସାକ୍ଷାତରେ ଅନୁଗ୍ରହ ପାଇଲି, ତେବେ ବିନୟ କରୁଅଛି, ତୁମ୍ଭେ ମୋʼ ଜଙ୍ଘରେ ହସ୍ତ ଦିଅ; ପୁଣି, ମୋʼ ପ୍ରତି ଦୟା ଓ ସତ୍ୟ ବ୍ୟବହାର କରି ଏହି ମିସର ଦେଶରେ ମୋତେ କବର ଦିଅ ନାହିଁ।
30 but let me lie with my fathers. Carry me out of Egypt and bury me in their tomb." Joseph said, "I will do as you say." ମାତ୍ର ମୁଁ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ତୁମ୍ଭେ ମୋତେ ଏହି ମିସର ଦେଶରୁ ଘେନିଯାଇ ସେମାନଙ୍କ କବର ସ୍ଥାନରେ କବରଶାୟୀ କରାଅ।” ତହିଁରେ ଯୋଷେଫ କହିଲେ, “ତୁମ୍ଭ ଆଜ୍ଞା ପ୍ରମାଣେ କରିବି।”
31 Jacob said, "Swear to me." Joseph swore to him. Then Israel bowed at the head of his bed. ତହୁଁ ଯାକୁବ ଯୋଷେଫଙ୍କୁ ଶପଥ କରିବାକୁ କହନ୍ତେ, “ସେ ତାଙ୍କ ନିକଟରେ ଶପଥ କଲେ।” ସେତେବେଳେ ଇସ୍ରାଏଲ ଶଯ୍ୟାର ମୁଣ୍ଡଆଡ଼େ ପ୍ରଣାମ କରି ପରମେଶ୍ୱରଙ୍କ ଆରାଧନା କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]