Skip to content
The Believer's Library

Indian Revised Version(IRV) Odia - 2021

Genesis 49 IRVOry

Side by side with the Father's Heart Bible™

ପୁତ୍ରମାନଙ୍କୁ ଯାକୁବଙ୍କ ଆଶୀର୍ବାଦ

1ଏଥିଉତ୍ତାରେ ଯାକୁବ ଆପଣା ପୁତ୍ରମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ଏକତ୍ର ହୁଅ; ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭମାନଙ୍କୁ କହୁଅଛି।

2ହେ ଯାକୁବର ପୁତ୍ରଗଣ, ଏକତ୍ର ହୋଇ ଶୁଣଓ ତୁମ୍ଭମାନଙ୍କ ପିତା ଇସ୍ରାଏଲର ବାକ୍ୟ ଶୁଣ।

3ହେ ରୁବେନ୍‍, ତୁମ୍ଭେ ମୋହର ପ୍ରଥମଜାତ (ପୁତ୍ର), ମୋହର ବଳ ଓ ମୋʼ ଶକ୍ତିର ପ୍ରଥମ ଫଳ;ପୁଣି, ମହିମାରେ ପ୍ରଧାନ ଓ ପରାକ୍ରମରେ ପ୍ରଧାନ।

4ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ;କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ;ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।

5ଶିମୀୟୋନ ଓ ଲେବୀ ଦୁଇ ସହୋଦର;ସେମାନଙ୍କ ଖଡ୍ଗ ଦୌରାତ୍ମ୍ୟର ଅସ୍ତ୍ର।

6ହେ ମୋହର ପ୍ରାଣ, ସେମାନଙ୍କ ଗୁପ୍ତ ମନ୍ତ୍ରଣାରେ ପ୍ରବେଶ କର ନାହିଁ;ହେ ମୋହର ଗୌରବ, ତୁମ୍ଭେ ସେମାନଙ୍କ ସଭାରେ ମିଳିତ ହୁଅ ନାହିଁ;କାରଣ ସେମାନେ କ୍ରୋଧରେ ନରହତ୍ୟା କଲେଓ ସ୍ୱେଚ୍ଛାଚାରିତାରେ ବଳଦଗୁଡ଼ିକର ଲାଙ୍ଗୁଡ଼ କାଟିଲେ।

7ସେମାନଙ୍କ କ୍ରୋଧ ଅଭିଶପ୍ତ ହେଉ, କାରଣ ତାହା ପ୍ରଚଣ୍ଡ ଥିଲା;ସେମାନଙ୍କ କୋପ ଅଭିଶପ୍ତ ହେଉ, କାରଣ ତାହା ନିଷ୍ଠୁର ଥିଲା;ମୁଁ ଯାକୁବ ମଧ୍ୟରେ ସେମାନଙ୍କୁ ବିଭାଗ କରିବିଓ ଇସ୍ରାଏଲ ମଧ୍ୟରେ ଛିନ୍ନଭିନ୍ନ କରିବି।

8ହେ ଯିହୁଦା, ତୁମ୍ଭର ଭାଇମାନେ ତୁମ୍ଭକୁ ପ୍ରଶଂସା କରିବେ;ତୁମ୍ଭର ହସ୍ତ ତୁମ୍ଭ ଶତ୍ରୁଗଣର ଗଳା ଉପରେ ରହିବ;ତୁମ୍ଭର ପିତୃସନ୍ତାନମାନେ ତୁମ୍ଭକୁ ପ୍ରଣାମ କରିବେ।

9ଯିହୁଦା ସିଂହଶାବକ;ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ;ସେ ନଇଁ ପଡ଼ିଲା, ସେ ସିଂହଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?

10ଶୀଲୋର ଆଗମନ ପର୍ଯ୍ୟନ୍ତ ଯିହୁଦାଠାରୁ ରାଜଦଣ୍ଡଓ ତାହାର ଚରଣଦ୍ୱୟ ମଧ୍ୟରୁ ବିଚାରକର୍ତ୍ତାର ଯଷ୍ଟି ଯିବ ନାହିଁ;ତାହାଙ୍କ ନିକଟରେ ଲୋକମାନେ ଅଧୀନତା ସ୍ୱୀକାର କରିବେ।

11ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ;ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ରଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।

12ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ,ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।

13ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ;ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।

14ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ,ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;

15ସେ ବିଶ୍ରାମ-ସ୍ଥାନକୁ ଉତ୍ତମଓ ଦେଶକୁ ସୁରମ୍ୟ ଦେଖିଲା;ଏଣୁ ସେ ଭାର ବହିବା ପାଇଁ ସ୍କନ୍ଧ ନତ କଲା,ବେଠିକର୍ମ କରିବାକୁ ଦାସ ହେଲା।

16ଦାନ୍ ଇସ୍ରାଏଲର ଅନ୍ୟାନ୍ୟ ବଂଶ ତୁଲ୍ୟ ହୋଇଆପଣା ଲୋକମାନଙ୍କର ବିଚାର କରିବ।

17ଦାନ୍ ପଥସ୍ଥିତ ସର୍ପ ତୁଲ୍ୟଓ ମାର୍ଗସ୍ଥିତ ଫଣି ତୁଲ୍ୟ;ଯେ ଘୋଟକର ପାଦ ଦଂଶନ କଲେତଦାରୂଢ଼ ବ୍ୟକ୍ତି ପଶ୍ଚାତ୍‍ ପଡ଼ିଯାଏ।

18ହେ ସଦାପ୍ରଭୋ, ମୁଁ ତୁମ୍ଭ ପରିତ୍ରାଣର ଅପେକ୍ଷାରେ ଅଛି।

19ସୈନ୍ୟଦଳ ଗାଦ୍‍କୁ ଆକ୍ରମଣ କରିବେ;ମାତ୍ର ସେ ପଶ୍ଚାତ୍‍ ସେମାନଙ୍କୁ ଆକ୍ରମଣ କରିବ।

20ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ;ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।

21ନପ୍ତାଲି ଦୀର୍ଘାଙ୍ଗୀ ହରିଣୀ ସ୍ୱରୂପ,ସେ ମନୋହର ବାକ୍ୟ କହିବ।

22ଯୋଷେଫ ଫଳଦାୟୀ ବୃକ୍ଷର ପଲ୍ଲବ,ସେ ନିର୍ଝର ନିକଟସ୍ଥ ଫଳଦାୟୀ ବୃକ୍ଷର ପଲ୍ଲବ ସ୍ୱରୂପ;ତାହାର ଶାଖା ସକଳ ପ୍ରାଚୀର ଅତିକ୍ରମ କରେ।

23ଧନୁର୍ଦ୍ଧରମାନେ ତାହାକୁ ଅତିଶୟ କ୍ଳେଶ ଦେଇଅଛନ୍ତି,ପୁଣି, ତାକୁ ତୀର ବିନ୍ଧି ତାଡ଼ନା କରିଅଛନ୍ତି,

24ମାତ୍ର ତାହାର ଧନୁ ଦୃଢ଼ ହୋଇ ରହିଲା,ପୁଣି, ଯେ ଯାକୁବର ବଳଦାତା(ତହିଁ ସକାଶୁ ଇସ୍ରାଏଲର ପାଳକ ଓ ଶୈଳ ବୋଲି ବିଖ୍ୟାତ),

25ଅର୍ଥାତ୍‍, ପୈତୃକ ପରମେଶ୍ୱର, ଯେ ତୁମ୍ଭର ଉପକାର କରିବେଓ ସର୍ବଶକ୍ତିମାନ, ଯେ ଉପରିସ୍ଥ ଆକାଶରୁ ମଙ୍ଗଳ,ଅଧଃସ୍ଥାନରେ ବିସ୍ତୀର୍ଣ୍ଣ ବାରିଧିରୁ ମଙ୍ଗଳ,ସ୍ତନ ଓ ଗର୍ଭରୁ ମଙ୍ଗଳ ଦେଇ ତୁମ୍ଭକୁ ଆଶୀର୍ବାଦ କରିବେ,ତାହାଙ୍କ ଦ୍ୱାରା ତାହାର ହସ୍ତର ବାହୁ ବଳବାନ ହେଲା।

26ମୋହର ପୂର୍ବପୁରୁଷମାନଙ୍କ ଆଶୀର୍ବାଦଠାରୁତୁମ୍ଭ ପିତାଙ୍କର ଆଶୀର୍ବାଦ ଅଧିକ;ତାହା ଚିରସ୍ଥାୟୀ ପର୍ବତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ ହେବ;ତାହା ଯୋଷେଫର ମସ୍ତକରେ,ଅର୍ଥାତ୍‍, ଆପଣା ଭ୍ରାତୃଗଣଠାରୁ ପୃଥକ କୃତ ବ୍ୟକ୍ତିର ମସ୍ତକାଗ୍ରରେ ବର୍ତ୍ତିବ।

27ବିନ୍ୟାମୀନ୍ ବିଦାରକ କେନ୍ଦୁଆ ତୁଲ୍ୟ;ପ୍ରାତଃକାଳରେ ସେ ମୃଗ ଭକ୍ଷଣଓ ସନ୍ଧ୍ୟାକାଳରେ ଶିକାର ବଣ୍ଟନ କରିବ।”

28ଏମାନେ ଇସ୍ରାଏଲଙ୍କର ଦ୍ୱାଦଶ ବଂଶ; ଏମାନଙ୍କ ପିତା ଆଶୀର୍ବାଦ କରିବା ବେଳେ ଏହି କଥା କହି ଏମାନଙ୍କର ପ୍ରତି ଜଣକୁ ବିଶେଷ ବିଶେଷ ଆଶୀର୍ବାଦ କଲେ।

ଯାକୁବଙ୍କ ମୃତ୍ୟୁୁ ଓ ସମାଧି

29ଏଥିଉତ୍ତାରେ ଯାକୁବ ସେମାନଙ୍କୁ ଆଦେଶ ଦେଇ କହିଲେ, “ମୁଁ ଆପଣା ଲୋକଙ୍କ ସଙ୍ଗେ ସଂଗୃହୀତ ହେବାକୁ ଉଦ୍ୟତ। 30ଏହେତୁ ଅବ୍ରହାମ କବର ସ୍ଥାନର ଅଧିକାର ନିମନ୍ତେ କିଣାନ ଦେଶରେ ମମ୍ରିର ସମ୍ମୁଖସ୍ଥ ଯେଉଁ ମକ୍‍ପେଲାର କ୍ଷେତ୍ର ହିତ୍ତୀୟ ଇଫ୍ରୋଣଠାରୁ କିଣିଥିଲେ, ସେହି ହିତ୍ତୀୟ ଇଫ୍ରୋଣର କ୍ଷେତ୍ରସ୍ଥିତ ଗୁହାରେ ମୋହର ପୂର୍ବପୁରୁଷମାନଙ୍କ ନିକଟରେ ମୋତେ କବର ଦେବ। 31ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ଇସ୍‌ହାକଙ୍କର ଓ ତାଙ୍କର ଭାର୍ଯ୍ୟା ରିବିକାର କବର ହୋଇଅଛି, ପୁଣି, ସେହି ସ୍ଥାନରେ ମୁଁ ମଧ୍ୟ ଲେୟାକୁ କବର ଦେଇଅଛି; 32ସେହି କ୍ଷେତ୍ର ଓ ତନ୍ମଧ୍ୟସ୍ଥିତ ଗୁହା ହିତ୍ତୀୟ ସନ୍ତାନମାନଙ୍କଠାରୁ କିଣା ହୋଇଅଛି।” 33ଏହିରୂପେ ଯାକୁବ ଆପଣା ପୁତ୍ରମାନଙ୍କୁ ଆଜ୍ଞା ଦେବାର ସମାପ୍ତ କଲା ଉତ୍ତାରେ ଶଯ୍ୟାରେ ଦୁଇ ପାଦ ଏକତ୍ର କରି ପ୍ରାଣତ୍ୟାଗ କଲେ ଓ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]