Skip to content
The Believer's Library

Indian Revised Version(IRV) Odia - 2021

Genesis 5 IRVOry

Side by side with the Father's Heart Bible™

ଆଦମଙ୍କର ବଂଶଧର

1ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ; 2ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।

3ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ। 4ଶେଥର ଜନ୍ମ ଉତ୍ତାରେ ଆଦମ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ। 5ଆଦମଙ୍କର ବୟସ ସର୍ବସୁଦ୍ଧା ନଅ ଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।

6ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା; 7ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠ ଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା। 8ଶେଥର ବୟସ ସର୍ବସୁଦ୍ଧା ନଅ ଶହ ବାର ବର୍ଷ ଥିଲା; ତହୁଁ ସେ ମଲା।

9ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା; 10ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠ ଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 11ଈନୋଶର ବୟସ ସର୍ବସୁଦ୍ଧା ନଅ ଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।

12କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା; 13ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠ ଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା; 14ଆଉ କୟିନାନର ବୟସ ସର୍ବସୁଦ୍ଧା ନଅ ଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।

15ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା; 16ଯେରଦ ଜନ୍ମିଲା ଉତ୍ତାରେ ସେ ଆଠ ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 17ମହଲଲେଲର ବୟସ ସର୍ବସୁଦ୍ଧା ଆଠ ଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।

18ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା; 19ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 20ଯେରଦର ବୟସ ସର୍ବସୁଦ୍ଧା ନଅ ଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।

21ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ; 22ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନି ଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; 23ହନୋକଙ୍କର ବୟସ ସର୍ବସୁଦ୍ଧା ତିନି ଶହ ପଞ୍ଚଷଠି ବର୍ଷ ଥିଲା; 24ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।

25ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା; 26ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତ ଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା; 27ମଥୂଶେଲହର ବୟସ ସର୍ବସୁଦ୍ଧା ନଅ ଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।

28ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ, 29ଯେହେତୁ ସେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।”

30ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚ ଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ; 31ତାଙ୍କର ବୟସ ସର୍ବସୁଦ୍ଧା ସାତ ଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।

32ଆଉ ନୋହଙ୍କୁ ପାଞ୍ଚ ଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]