Skip to content
The Believer's Library

Indian Revised Version(IRV) Odia - 2021

Genesis 5 IRVOry

Show IRVOry only
Verse × ×
1 This is the written record of Adam's descendants. When our Father created humankind, he made them in the likeness of God. ଆଦମଙ୍କର ବଂଶାବଳୀର ବୃତ୍ତାନ୍ତ ଏହି। ଯେଉଁ ଦିନ ପରମେଶ୍ୱର ମନୁଷ୍ୟକୁ ସୃଷ୍ଟି କଲେ, ସେହି ଦିନ ପରମେଶ୍ୱରଙ୍କ ସାଦୃଶ୍ୟରେ ସେ ତାଙ୍କୁ ନିର୍ମାଣ କଲେ;
2 He created them male and female, blessed them, and named them Humankind when they were created. ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ; ଆଉ ସେମାନେ ସୃଷ୍ଟ ହେବା ଦିନ ସେମାନଙ୍କୁ ଆଶୀର୍ବାଦ କରି ଆଦମ (ମନୁଷ୍ୟ) ନାମ ଦେଲେ।
3 At 130, Adam fathered a son in his likeness, after his image, and named him Seth. ଆଦମ ଶହେ ତିରିଶ ବର୍ଷ ବୟସରେ ଆପଣା ସାଦୃଶ୍ୟ ଓ ପ୍ରତିମୂର୍ତ୍ତିରେ ଏକ ପୁତ୍ର ଜାତ କରି ତାହାର ନାମ ଶେଥ ଦେଲେ।
4 After he fathered Seth, Adam lived 800 years and had other sons and daughters. ଶେଥର ଜନ୍ମ ଉତ୍ତାରେ ଆଦମ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ।
5 Altogether, Adam lived 930 years, and then he died. ଆଦମଙ୍କର ବୟସ ସର୍ବସୁଦ୍ଧା ନଅ ଶହ ତିରିଶ ବର୍ଷ ଥିଲା; ତହୁଁ ସେ ମଲେ।
6 When Seth had lived 105 years, he fathered Enosh. ଶେଥ ଶହେ ପାଞ୍ଚ ବର୍ଷ ବୟସରେ ଈନୋଶକୁ ଜାତ କଲା;
7 After he fathered Enosh, Seth lived 807 years and had other sons and daughters. ଈନୋଶର ଜନ୍ମ ଉତ୍ତାରେ ଶେଥ ଆଠ ଶହ ସାତ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା।
8 Altogether, Seth lived 912 years, and then he died. ଶେଥର ବୟସ ସର୍ବସୁଦ୍ଧା ନଅ ଶହ ବାର ବର୍ଷ ଥିଲା; ତହୁଁ ସେ ମଲା।
9 When Enosh had lived ninety years, he fathered Kenan. ଈନୋଶ ନବେ ବର୍ଷ ବୟସରେ କୟିନାନକୁ ଜାତ କଲା;
10 After he fathered Kenan, Enosh lived 815 years and had other sons and daughters. ପୁଣି, କୟିନାନର ଜନ୍ମ ଉତ୍ତାରେ ସେ ଆଠ ଶହ ପନ୍ଦର ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
11 Altogether, Enosh lived 905 years, and then he died. ଈନୋଶର ବୟସ ସର୍ବସୁଦ୍ଧା ନଅ ଶହ ପାଞ୍ଚ ବର୍ଷ ଥିଲା; ତହୁଁ ସେ ମଲା।
12 When Kenan had lived seventy years, he fathered Mahalalel. କୟିନାନ ସତୁରି ବର୍ଷ ବୟସରେ ମହଲଲେଲକୁ ଜାତ କଲା;
13 After he fathered Mahalalel, Kenan lived 840 years and had other sons and daughters. ମହଲଲେଲ ଜନ୍ମିଲା ଉତ୍ତାରେ ସେ ଆଠ ଶହ ଚାଳିଶ ବର୍ଷ ବଞ୍ଚି ଆଉ ପୁତ୍ରକନ୍ୟାମାନଙ୍କୁ ଜାତ କଲା;
14 Altogether, Kenan lived 910 years, and then he died. ଆଉ କୟିନାନର ବୟସ ସର୍ବସୁଦ୍ଧା ନଅ ଶହ ଦଶ ବର୍ଷ ଥିଲା; ତହୁଁ ସେ ମଲା।
15 When Mahalalel had lived sixty-five years, he fathered Jared. ମହଲଲେଲ ପଞ୍ଚଷଠି ବର୍ଷ ବୟସରେ ଯେରଦକୁ ଜାତ କଲା;
16 After he fathered Jared, Mahalalel lived 830 years and had other sons and daughters. ଯେରଦ ଜନ୍ମିଲା ଉତ୍ତାରେ ସେ ଆଠ ଶହ ତିରିଶ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
17 Altogether, Mahalalel lived 895 years, and then he died. ମହଲଲେଲର ବୟସ ସର୍ବସୁଦ୍ଧା ଆଠ ଶହ ପଞ୍ଚାନବେ ବର୍ଷ ଥିଲା; ତହୁଁ ସେ ମଲା।
18 When Jared had lived 162 years, he fathered Enoch. ଯେରଦ ଶହେ ବାଷଠି ବର୍ଷ ବୟସରେ ହନୋକଙ୍କୁ ଜାତ କଲା;
19 After he fathered Enoch, Jared lived 800 years and had other sons and daughters. ହନୋକଙ୍କର ଜନ୍ମ ଉତ୍ତାରେ ସେ ଆଠ ଶହ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
20 Altogether, Jared lived 962 years, and then he died. ଯେରଦର ବୟସ ସର୍ବସୁଦ୍ଧା ନଅ ଶହ ବାଷଠି ବର୍ଷ ଥିଲା; ତହୁଁ ସେ ମଲା।
21 When Enoch had lived sixty-five years, he fathered Methuselah. ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
22 After fathering Methuselah, Enoch walked with our Father 300 years, and had other sons and daughters. ମଥୂଶେଲହର ଜନ୍ମ ଉତ୍ତାରେ ହନୋକ ତିନି ଶହ ବର୍ଷ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ, ପୁଣି, ସେ ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
23 Altogether, Enoch lived 365 years. ହନୋକଙ୍କର ବୟସ ସର୍ବସୁଦ୍ଧା ତିନି ଶହ ପଞ୍ଚଷଠି ବର୍ଷ ଥିଲା;
24 Enoch walked faithfully with our Father; then he was gone, because our Father took him. ହନୋକ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ; ଆଉ ସେ ଅନ୍ତର୍ହିତ ହେଲେ; ଯେହେତୁ ପରମେଶ୍ୱର ତାଙ୍କୁ ଗ୍ରହଣ କଲେ।
25 When Methuselah had lived 187 years, he fathered Lamech. ମଥୂଶେଲହ ଶହେ ଶତାଅଶୀ ବର୍ଷ ବୟସରେ ଲେମକକୁ ଜାତ କଲା;
26 After he fathered Lamech, Methuselah lived 782 years and had other sons and daughters. ଲେମକର ଜନ୍ମ ଉତ୍ତାରେ ମଥୂଶେଲହ ସାତ ଶହ ବୟାଅଶୀ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲା;
27 Altogether, Methuselah lived 969 years, and then he died. ମଥୂଶେଲହର ବୟସ ସର୍ବସୁଦ୍ଧା ନଅ ଶହ ଊଣସ୍ତରି ବର୍ଷ ଥିଲା; ତହୁଁ ସେ ମଲା।
28 When Lamech had lived 182 years, he fathered a son. ଲେମକ ଶହେ ବୟାଅଶୀ ବର୍ଷ ବୟସରେ ଏକ ପୁତ୍ର ଜାତ କରି ତାହାର ନାମ ନୋହ (ସାନ୍ତ୍ୱନା) ଦେଲେ,
29 He named him Noah, saying, "He will comfort us in our work and painful toil of our hands, from the ground our Father cursed." ଯେହେତୁ ସେ କହିଲେ, “ସଦାପ୍ରଭୁଙ୍କ ଦ୍ୱାରା ଅଭିଶପ୍ତ ଭୂମିରେ ଆମ୍ଭମାନଙ୍କର ଶ୍ରମ ଓ ହସ୍ତର କ୍ଳେଶ ବିଷୟରେ ଏ ଆମ୍ଭମାନଙ୍କର ସାନ୍ତ୍ୱନା ଜନ୍ମାଇବ।”
30 After he fathered Noah, Lamech lived 595 years and had other sons and daughters. ନୋହଙ୍କର ଜନ୍ମ ଉତ୍ତାରେ ଲେମକ ପାଞ୍ଚ ଶହ ପଞ୍ଚାନବେ ବର୍ଷ ବଞ୍ଚି ଆହୁରି ପୁତ୍ରକନ୍ୟାମାନଙ୍କୁ ଜାତ କଲେ;
31 Altogether, Lamech lived 777 years, and then he died. ତାଙ୍କର ବୟସ ସର୍ବସୁଦ୍ଧା ସାତ ଶହ ସତସ୍ତରି ବର୍ଷ ଥିଲା; ତହୁଁ ସେ ମଲେ।
32 When Noah was 500 years old, he fathered Shem, Ham, and Japheth. ଆଉ ନୋହଙ୍କୁ ପାଞ୍ଚ ଶହ ବର୍ଷ ବୟସ ହେଲା; ଆଉ ନୋହ, ଶେମ ଓ ହାମ ଓ ଯେଫତ୍‍କୁ ଜାତ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]