Skip to content
The Believer's Library

Indian Revised Version(IRV) Odia - 2021

Genesis 6 IRVOry

Show IRVOry only
Verse × ×
1 When humanity began to multiply on the earth and daughters were born to them, ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
2 the sons of divine origin saw the daughters of human origin were beautiful, and took as wives any they chose. ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
3 Then our Father said, "My Spirit will not wrestle with humanity forever, for they are flesh; their days will be 120 years." ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
4 The Nephilim were on the earth in those days, and afterward too, when the sons of divine origin came to the daughters of human origin, who bore them children. These were the mighty men of old, men of renown. ସେହି ସମୟରେ ପୃଥିବୀରେ ମହାବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
5 Our Father saw how great human wickedness had become on the earth—every thought and desire of their hearts only evil all the time. ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
6 He was grieved he had made humanity on the earth, and his heart filled with pain. ଏନିମନ୍ତେ ସଦାପ୍ରଭୁ ପୃଥିବୀରେ ମନୁଷ୍ୟକୁ ନିର୍ମାଣ କରିବା ସକାଶୁ ଅନୁତାପ କରି ମନରେ ଶୋକ କଲେ।
7 So our Father said, "I will wipe out humanity, whom I created, from the face of the earth—people, animals, crawling things, and birds of the sky—for I regret making them." ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
8 But Noah found favor in the eyes of our Father. ମାତ୍ର, ନୋହ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଲେ।
9 This is Noah's account. Noah was a righteous man, blameless among the people of his time, and Noah walked faithfully with our Father. ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
10 And Noah had three sons: Shem, Ham, and Japheth. ନୋହ, ଶେମ ଓ ହାମ ଓ ଯେଫତ୍‍, ଏହି ତିନି ପୁତ୍ରଙ୍କୁ ଜାତ କଲେ।
11 The earth was corrupt before our Father, and filled with violence. ସେହି ସମୟରେ ପୃଥିବୀ ପରମେଶ୍ୱରଙ୍କ ସାକ୍ଷାତରେ ଭ୍ରଷ୍ଟ ଥିଲା ଓ ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ଥିଲା।
12 Our Father saw the earth was corrupt, for all flesh had corrupted their ways on the earth. ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
13 Then our Father said to Noah, "The end of all flesh has come before me, for the earth is full of violence because of the people. I am going to destroy them with the earth. ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
14 Build yourself an ark of cypress wood; make rooms in it and coat it inside and out with pitch. ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
15 Make it like this: the ark about 450 feet long, seventy-five feet wide, forty-five feet high. ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।
16 Make a roof for the ark, finishing it eighteen inches from the top. Put a door in its side, and build it with lower, middle, and upper decks. ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
17 I myself am bringing floodwaters on the earth to destroy all flesh with the breath of life in it under the heavens; everything on the earth will die. ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
18 But I will establish my covenant with you, and you will enter the ark—you, your sons, your wife, and your sons' wives with you. ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
19 Bring two of every living creature into the ark to keep alive with you—a male and a female. ପୁଣି, ପ୍ରାଣରକ୍ଷାର୍ଥେ ସର୍ବପ୍ରକାର ଜୀବଜନ୍ତୁର ଏକ ଏକ ଦମ୍ପତି ଆପଣା ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
20 Of the birds by kind, the animals by kind, every crawling thing of the ground by kind, two of each will come to you to be kept alive. ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
21 Take every kind of food that can be eaten and store it up; it will be food for you and for them." ଆଉ ତୁମ୍ଭେ ଆପଣାର ଓ ସେମାନଙ୍କର ଆହାର ନିମନ୍ତେ ସର୍ବପ୍ରକାର ଖାଦ୍ୟସାମଗ୍ରୀ ଆଣି ଆପଣା ନିକଟରେ ସଞ୍ଚୟ କରିବ।”
22 Noah did everything just as our Father commanded him. ତହିଁରେ ନୋହ ସେରୂପ କଲେ; ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେ ସମସ୍ତ କର୍ମ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]