Skip to content
The Believer's Library

Indian Revised Version(IRV) Odia - 2021

Genesis 7 IRVOry

Show IRVOry only
Verse × ×
1 Then our Father told Noah, "Enter the ark with your whole household, for I've seen you righteous before me in this generation. ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ।
2 Take for yourself seven pairs of every clean animal, male and female, and one pair of unclean animals, male and female, ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;
3 also seven pairs of sky birds, male and female, to keep offspring alive across all the earth. ପ୍ରତ୍ୟେକ ଖେଚର ପକ୍ଷୀଜାତିର ସାତ ସାତ ଦମ୍ପତି ଆପଣା ସଙ୍ଗରେ ନିଅ।
4 For in seven days I'll rain on the earth forty days and forty nights, and wipe out every living thing I made from the face of the ground." ଯେହେତୁ ସାତ ଦିନ ଉତ୍ତାରେ ଆମ୍ଭେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି କରାଇ ପୃଥିବୀସ୍ଥିତ ଆମ୍ଭର ନିର୍ମିତ ସମସ୍ତ ପ୍ରାଣୀକୁ ଲୁପ୍ତ କରିବା।”
5 Noah did everything our Father commanded him. ନୋହ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସବୁ କର୍ମ କଲେ।
6 Noah was 600 years old when the floodwaters came upon the earth. ନୋହଙ୍କର ଛଅ ଶହ ବର୍ଷ ବୟସରେ ପୃଥିବୀ ଉପରେ ଜଳପ୍ଳାବନ ହେଲା।
7 He, his sons, his wife, and his sons' wives entered the ark to escape the floodwaters. ତହୁଁ ଜଳପ୍ଳାବନରୁ ରକ୍ଷା ପାଇବା ନିମନ୍ତେ ନୋହ ଓ ତାଙ୍କର ଭାର୍ଯ୍ୟା ଆଉ ପୁତ୍ରଗଣ ଓ ପୁତ୍ରବଧୂଗଣ ଜାହାଜରେ ପ୍ରବେଶ କଲେ।
8 Of clean animals and animals not clean, of birds and all that crawls on the ground. ପୁଣି, ନୋହଙ୍କ ପ୍ରତି ପରମେଶ୍ୱରଙ୍କ ଆଜ୍ଞାନୁସାରେ ଶୁଚି ଓ ଅଶୁଚି ପଶୁପକ୍ଷୀବର୍ଗ ଓ ଭୂଚର ଉରୋଗାମୀ ଜନ୍ତୁବର୍ଗ ଯୋଡ଼ା ଯୋଡ଼ା ହୋଇ
9 Two by two, male and female, came to Noah in the ark, as our Father commanded Noah. ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
10 After the seven days, the floodwaters came upon the earth. ଆଉ ସେହି ସାତ ଦିନ ଉତ୍ତାରେ ପୃଥିବୀରେ ଜଳପ୍ଳାବନର ଆରମ୍ଭ ହେଲା।
11 In Noah's six hundredth year, second month, day seventeen—that same day—all springs of the great deep burst open, and heaven's floodgates opened. ନୋହଙ୍କର ବୟସର ଛଅ ଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହାସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାରସବୁ ମୁକ୍ତ ହେଲା।
12 The rain fell on the earth for forty days and forty nights. ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
13 That day Noah entered the ark—he, his sons Shem, Ham, Japheth, his wife, and his sons' three wives. ସେହି ଦିନରେ ନୋହ, ପୁଣି, ଶେମ ଓ ହାମ ଓ ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନେ, ଆଉ ସେମାନଙ୍କ ସହିତ ନୋହଙ୍କର ଭାର୍ଯ୍ୟା ଓ ତିନି ପୁତ୍ରବଧୂ ଜାହାଜରେ ପ୍ରବେଶ କଲେ।
14 They and every wild animal by their kind, every livestock by their kind, every crawler on earth by their kind, every bird by their kind, every winged creature. ପୁଣି, ସବୁ ଜାତୀୟ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ସବୁ ଜାତୀୟ ଉରୋଗାମୀ ଓ ସବୁ ଜାତୀୟ ଭୂଚର ଓ ଖେଚର ପକ୍ଷୀ;
15 They came to Noah, into the ark, two by two, all flesh with breath of life. ଅର୍ଥାତ୍‍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ।
16 Male and female of all flesh entered, as our Father commanded him; then our Father shut him in. ପରମେଶ୍ୱରଙ୍କ ଆଜ୍ଞାନୁସାରେ ସର୍ବପ୍ରକାର ପ୍ରାଣୀ ଦମ୍ପତିକ୍ରମେ ପ୍ରବେଶ କଲେ; ତହୁଁ ସଦାପ୍ରଭୁ ତାହାର ପାର୍ଶ୍ୱ-ଦ୍ୱାର ବନ୍ଦ କଲେ।
17 The flood lasted forty days on the earth; the waters rose, lifted the ark, floating above the earth. ଏଥିଉତ୍ତାରେ ଚାଳିଶ ଦିନ ପର୍ଯ୍ୟନ୍ତ ପୃଥିବୀରେ ଜଳପ୍ଳାବନ ହେଲା; ପୁଣି, ଜଳ ବଢ଼ୁ ବଢ଼ୁ ଜାହାଜ ଭୂମିକୁ ଛାଡ଼ି ଭାସି ଉଠିଲା।
18 Waters surged and rose greatly over the earth, and the ark floated on the water's surface. ଆଉ ପୃଥିବୀରେ କ୍ରମଶଃ ଜଳ ପ୍ରବଳ ହୋଇ ଅତିଶୟ ବଢ଼ୁ ବଢ଼ୁ ଜାହାଜ ଜଳ ଉପରେ ଭାସିଲା।
19 Waters rose higher and higher on the earth, covering all the high mountains under the whole sky. ପୃଥିବୀ ଉପରେ ଜଳ ଅତିଶୟ ବଢ଼ି ଆକାଶ ତଳସ୍ଥ ସବୁ ଉଚ୍ଚ ପର୍ବତ ମଗ୍ନ କଲା।
20 About twenty-two feet deep the waters rose above the mountains, covering them. ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।
21 Everything moving on earth died: birds, livestock, wild animals, all creatures swarming the earth, and all mankind. ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,
22 Everything on dry land that had the breath of life in its nostrils died. ଆଉ ଶୁଷ୍କଭୂମିସ୍ଥ ଯେତେ ପ୍ରାଣୀର ନାସିକାରେ ପ୍ରାଣବାୟୁ ଥିଲା, ସମସ୍ତେ ମଲେ।
23 Our Father wiped out every living thing on the ground's face—people, animals, crawling creatures, birds of the sky—and wiped them from the earth. Only Noah and those with him in the ark remained. ଏହିରୂପେ ପୃଥିବୀର ଉପରିସ୍ଥ ସମୁଦାୟ ପ୍ରାଣୀ ଲୁପ୍ତ ହେଲେ, ଅର୍ଥାତ୍‍, ମନୁଷ୍ୟ, ପଶୁ, ଉରୋଗାମୀ ଜନ୍ତୁ, ଖେଚର ପକ୍ଷୀ, ସମସ୍ତେ ପୃଥିବୀରୁ ଲୁପ୍ତ ହେଲେ; କେବଳ ନୋହ ଓ ଜାହାଜସ୍ଥ ତାଙ୍କର ସଙ୍ଗୀ ସମସ୍ତେ ବଞ୍ଚିଲେ।
24 And the waters prevailed over the earth 150 days. ଏହିରୂପେ ପୃଥିବୀ ଏକ ଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]