Skip to content
The Believer's Library

Indian Revised Version(IRV) Odia - 2021

Genesis 8 IRVOry

Show IRVOry only
Verse × ×
1 But our Father remembered Noah, all the living creatures, and all the livestock with him in the ark, and swept a wind over the earth so the waters began to recede. ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;
2 The springs of the deep and heaven's floodgates closed, and rain from the sky stopped. ମହାସମୁଦ୍ରର ଜଳାକାର ଓ ଆକାଶସ୍ଥ ଦ୍ୱାରସକଳ ରୁଦ୍ଧ ହେଲା, ପୁଣି, ଆକାଶରୁ ବୃଷ୍ଟି ନିବୃତ୍ତ ହେଲା।
3 Water kept receding from the earth, and after 150 days it had gone down. ତହିଁରେ ପୃଥିବୀରୁ ଜଳ ବହିଯାଇ ଏକ ଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।
4 The ark rested on the mountains of Ararat on the seventeenth day of the seventh month. ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।
5 The waters kept receding until the tenth month; on its first day, the mountaintops appeared. ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
6 After forty days, Noah opened the window he had made in the ark, ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟିଏ ଡାମରା କାଉକୁ ଉଡ଼ାଇ ଦେଲେ;
7 he sent out a raven, and it flew back and forth until the waters dried up from the earth. ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା।
8 Then he released the dove from him to see if the waters had subsided from the ground's surface. ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;
9 But the dove found no resting place for her foot and returned to him in the ark, since water still covered the whole earth's surface. So he reached out his hand, took her, and brought her back into the ark. ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
10 He waited seven more days and again sent out the dove from the ark. ଆଉ ସାତ ଦିନ ବିଳମ୍ବ କଲା ଉତ୍ତାରେ ସେ ସେହି କାପ୍ତାକୁ ପୁନର୍ବାର ଜାହାଜରୁ ଉଡ଼ାଇ ଦେଲେ;
11 The dove returned to him that evening with a freshly plucked olive leaf in her beak, so Noah knew the waters had receded from the earth. ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
12 He waited seven more days, then sent the dove out again; it did not return to him again. ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।
13 In Noah's 600 and first year, the first day of the first month, the waters had dried up from the earth. Noah removed the ark's covering, looked out, and saw the ground's surface was dry. (ନୋହଙ୍କ ବୟସର) ଛଅ ଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
14 By the twenty-seventh day of the second month the earth was completely dry. ଏହିରୂପେ ଦ୍ୱିତୀୟ ମାସର ସତାଇଶ ଦିନରେ ପୃଥିବୀ ଶୁଷ୍କ ହେଲା।
15 Then our Father said to Noah, ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ କହିଲେ,
16 "Leave the ark: you and your wife and your sons and your sons' wives with you. “ତୁମ୍ଭେ ଆପଣା ଭାର୍ଯ୍ୟା ଓ ପୁତ୍ରଗଣ ଓ ପୁତ୍ରବଧୂଗଣଙ୍କୁ ସଙ୍ଗେ ଘେନି ଜାହାଜରୁ ବାହାର ହୋଇଯାଅ।
17 Bring out with you every living creature—all flesh: birds, animals, everything that crawls on the ground—so they may swarm across the earth, be fruitful, and multiply on the earth." ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନିଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
18 So Noah came out, together with his sons and his wife and his sons' wives. ତହୁଁ ନୋହ ଆପଣା ଭାର୍ଯ୍ୟା, ପୁତ୍ର ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ବାହାରକୁ ଆସିଲେ;
19 Every animal, every crawling thing, every bird—everything that moves on the earth—left the ark by their kinds. ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ।
20 Noah built an altar to our Father, took some of every clean animal and every clean bird, and offered burnt offerings on it. ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
21 Our Father smelled the pleasing aroma and said in his heart, "I will never again curse the ground because of humanity, though the human heart's inclination is evil from youth, nor will I ever again strike down every living thing as I have done. ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
22 As long as the earth endures, seedtime and harvest, cold and heat, summer and winter, day and night will never cease." ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତକାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]