Skip to content
The Believer's Library

Indian Revised Version(IRV) Odia - 2021

Genesis 9 IRVOry

Show IRVOry only
Verse × ×
1 Then our Father blessed Noah and his sons, saying, "Be fruitful and multiply and fill the earth. ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
2 Every animal of the earth, every bird of the sky, everything that crawls on the ground, and every fish of the sea will fear and dread you; they are given into your hand. ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
3 Every living, moving thing will be your food. As I gave you the green plants, I now give you everything. ପ୍ରତ୍ୟେକ ଗମନଶୀଳ ପ୍ରାଣୀ ତୁମ୍ଭମାନଙ୍କର ଖାଦ୍ୟ ହେବ, ଆମ୍ଭେ ହରିତ୍‍ ଶାକ ପରି ଏହି ସମସ୍ତ ତୁମ୍ଭମାନଙ୍କୁ ଦେଲୁ।
4 But you must not eat meat that still has its lifeblood in it. ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।
5 I will surely demand an accounting for your blood: from every animal I will demand it, and from every person—each for his brother's life—I will demand a human life. ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
6 Whoever sheds human blood, by humans will their blood be shed; for in the image of God, humanity was made. ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
7 As for you, be fruitful and multiply; swarm across the earth and multiply on it." ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୁଅ, ଆଉ ପୃଥିବୀକୁ ପରିପୂର୍ଣ୍ଣ କରି ବର୍ଦ୍ଧିଷ୍ଣୁ ହୁଅ।”
8 Then our Father said to Noah and to his sons with him: ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କର ସଙ୍ଗୀ ପୁତ୍ରମାନଙ୍କୁ କହିଲେ,
9 "As for me, I am now establishing my covenant with you and with your descendants after you, “ଦେଖ, ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ଭବିଷ୍ୟତ ବଂଶ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ଜୀବଜନ୍ତୁ ସହିତ,
10 and every living creature with you—birds, livestock, every wild animal of the earth—all that came out of the ark with you, every living thing of the earth. ଅର୍ଥାତ୍‍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
11 I set my covenant with you: never again will all flesh be cut off by floodwaters; never again a flood to destroy the earth." ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
12 Then our Father said, "This is the sign of the covenant I'm making between me and you and every living creature with you, for all generations to come: ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
13 I have put my rainbow in the clouds as the sign of the covenant between me and the earth. ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।
14 Whenever I bring clouds over the earth and the rainbow appears in the clouds, ଯେତେବେଳେ ଆମ୍ଭେ ପୃଥିବୀ ଉପରେ ମେଘ ସଞ୍ଚାର କରିବା, ସେତେବେଳେ ସେହି ଧନୁ ମେଘରେ ଦେଖାଯିବ;
15 I will remember my covenant between me and you and every living creature of every kind: never again will floodwaters destroy all life. ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
16 When the rainbow is in the clouds, I will see it and remember the everlasting covenant between me and every living creature of every kind on earth." ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
17 So our Father told Noah, "This is the sign of the covenant I've established between me and all life on earth." ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।”
18 Noah's sons who left the ark: Shem, Ham, and Japheth. (Ham was Canaan's father.). ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍‍; ହାମ କିଣାନର ପିତା।
19 These three were the sons of Noah, and from them the whole earth was populated. ଏହି ତିନି ଜଣ ନୋହଙ୍କର ପୁତ୍ର; ଏମାନଙ୍କ ବଂଶସବୁ ପୃଥିବୀରେ ବ୍ୟାପ୍ତ ହେଲା।
20 Noah, a man of the soil, was the first to plant a vineyard. ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।
21 When he drank some of its wine, he became drunk and lay uncovered inside his tent. ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।
22 Ham, the father of Canaan, saw his father naked and told his two brothers outside. ଏପରି ସମୟରେ କିଣାନର ପିତା ହାମ ଆପଣା ପିତାଙ୍କର ଉଲଙ୍ଗତା ଦେଖି ବାହାରେ ଆପଣା ଦୁଇ ଭାଇଙ୍କୁ ସମାଚାର ଦେଲା।
23 Shem and Japheth took a cloak, laid it on both their shoulders, walked in backward, and covered their father's nakedness; their faces were backward, so they did not see their father's nakedness. ସେତେବେଳେ ଶେମ ଓ ଯେଫତ୍‍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍‍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
24 When Noah awoke from his wine and learned what his youngest son had done to him, ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।
25 he said, "Cursed be Canaan! He will be the lowest of servants to his brothers." ପୁଣି, ସେ କହିଲେ, “କିଣାନ ଶାପଗ୍ରସ୍ତ ହେଉ; ସେ ଆପଣା ଭ୍ରାତୃଗଣର ଦାସାନୁଦାସ ହେବ।”
26 He also said, "Blessed be the Father of Shem; may Canaan be Shem's servant. ଆଉ ସେ କହିଲେ, “ଶେମର ପରମେଶ୍ୱର ସଦାପ୍ରଭୁ ଧନ୍ୟ ହେଉନ୍ତୁ; କିଣାନ ଶେମର ଦାସ ହେଉ।
27 May our Father extend Japheth's territory; may Japheth dwell in the tents of Shem, and may Canaan be Shem's servant." ପରମେଶ୍ୱର ଯେଫତ୍‍କୁ ବର୍ଦ୍ଧିଷ୍ଣୁ କରନ୍ତୁ; ପୁଣି, ସେ ଶେମର ତମ୍ବୁରେ ବାସ କରୁ; ଆଉ କିଣାନ ତାହାର ଦାସ ହେଉ।”
28 After the flood Noah lived 350 years. ଜଳପ୍ଳାବନ ଉତ୍ତାରେ ନୋହ ଆଉ ତିନି ଶହ ପଚାଶ ବର୍ଷ ବଞ୍ଚିଲେ।
29 Noah lived a total of 950 years, and then he died. ପୁଣି, ନୋହଙ୍କର ବୟସ ସର୍ବସୁଦ୍ଧା ନଅ ଶହ ପଚାଶ ବର୍ଷ ଥିଲା; ତହୁଁ ସେ ମଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]