Skip to content
The Believer's Library

Indian Revised Version(IRV) Odia - 2021

Haggai 1 IRVOry

Show IRVOry only
Verse × ×
1 In King Darius's second year, in the sixth month, on the first day, the word of our Father came through Haggai the prophet to Zerubbabel son of Shealtiel, governor of Judah, and to Joshua son of Jehozadak, the high priest: ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ପ୍ରଥମ ଦିନରେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ନାମକ ଯିହୁଦୀୟ ଦେଶାଧ୍ୟକ୍ଷର ନିକଟରେ ଓ ଯିହୋଷାଦକର ପୁତ୍ର ଯିହୋଶୂୟ ମହାଯାଜକର ନିକଟରେ ଉପସ୍ଥିତ ହେଲା,
2 This is what the Father of heaven's armies says: "These people say it isn't yet time to rebuild the house of our Father." “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଏହି ଲୋକମାନେ କହୁଅଛନ୍ତି, ଆମ୍ଭମାନଙ୍କର ଆସିବାର ଓ ସଦାପ୍ରଭୁଙ୍କ ଗୃହ ନିର୍ମିତ ହେବାର ସମୟ ଉପସ୍ଥିତ ହୋଇ ନାହିଁ।”
3 Then the word of our Father came through Haggai the prophet: ସେତେବେଳେ ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
4 "Should you be living in your paneled houses while this house lies in ruins?" “ଏହି ଗୃହ ଭଗ୍ନ ଅବସ୍ଥାରେ ଥାଉ ଥାଉ ତୁମ୍ଭମାନଙ୍କର ନିଜର ଫଳକ ମଣ୍ଡିତ ଗୃହରେ ବାସ କରିବାର କି ସମୟ ଏହି?
5 So then, this is what the Father of heaven's armies says: "Consider carefully how you have lived. ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
6 You have sown much, but harvested little. You eat, but never have enough. You drink, but never have your fill. You put on clothes, but no one keeps warm. And the one who earns wages earns them only to put them into a purse with holes." ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
7 This is what the Father of heaven's armies says: "Consider carefully how you have lived. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଆପଣା ପଥ ବିବେଚନା କର।
8 Go up into the hills, bring down timber, and rebuild the house, so that I may take pleasure in it and be honored," says our Father. ତୁମ୍ଭେମାନେ ପର୍ବତକୁ ଯାଇ କାଷ୍ଠ ଆଣ ଓ ଏହି ଗୃହ ନିର୍ମାଣ କର; ତହିଁରେ ଆମ୍ଭେ ତହିଁ ପ୍ରତି ପ୍ରସନ୍ନ ହେବା ଓ ଆମ୍ଭେ ଗୌରବାନ୍ୱିତ ହେବା, ଏହା ସଦାପ୍ରଭୁ କହନ୍ତି।
9 "You expected much, but it amounted to so little. What you brought home, I blew away. Why?" declares the Father of heaven's armies. "Because of my house, which still lies in ruins, while each of you is busy with his own house. ତୁମ୍ଭେମାନେ ବହୁତ ନିମନ୍ତେ ଅପେକ୍ଷା କଲ, ଆଉ ଦେଖ, ତାହା ଅଳ୍ପ ହେଲା; ପୁଣି, ତାହା ଗୃହକୁ ଆଣିଲା ବେଳେ ଆମ୍ଭେ ତହିଁ ଉପରେ ଫୁଙ୍କି ଉଡ଼ାଇ ଦେଲୁ। ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଏହାର କାରଣ କଅଣ? ଏହି, ଆମ୍ଭର ଗୃହ ଭଗ୍ନ ହୋଇ ପଡ଼ିଅଛି, ମାତ୍ର ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଗୃହ ବିଷୟରେ ଦୌଡ଼ୁଅଛ।
10 Therefore, because of you the heavens have withheld their dew, and the earth has withheld its produce. ଏଥିପାଇଁ ତୁମ୍ଭମାନଙ୍କ ସକାଶୁ ଆକାଶ ଶିଶିରରହିତ ହୋଇଅଛି ଓ ପୃଥିବୀ ଆପଣା ଫଳରହିତ ହୋଇଅଛି।
11 I called for a drought on the fields and the hills, on the grain, the new wine, the olive oil, on whatever the ground produces, on people and livestock, and on all the labor of your hands." ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”
12 Then Zerubbabel son of Shealtiel, Joshua son of Jehozadak the high priest, and all the remnant of the people obeyed our Father's voice and the words of Haggai the prophet, since our Father had sent Haggai; and the people feared before our Father. ସେତେବେଳେ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁସବୁ ବାକ୍ୟ ପ୍ରେରଣ କରିଥିଲେ, ସେହି ସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।
13 Then Haggai, our Father's messenger, gave the people this message: "I am with you, declares our Father." ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, “ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।”
14 So our Father stirred the spirit of Zerubbabel son of Shealtiel, governor of Judah, the spirit of Joshua son of Jehozadak the high priest, and the spirit of all the remnant of the people. They came and worked on the house of the Father of heaven's armies, ପୁଣି, ସଦାପ୍ରଭୁ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍‍ଙ୍କ ଆତ୍ମାକୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କ ଆତ୍ମାକୁ, ଆଉ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତଙ୍କର ଆତ୍ମାକୁ ଉତ୍ତେଜିତ କଲେ; ତହିଁରେ ସେମାନେ ଦାରୀୟାବସ ରାଜାଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷର ଷଷ୍ଠ ମାସର ଚତୁର୍ବିଂଶ ଦିନରେ ଆସି,
15 on the twenty-fourth day of the sixth month in the second year of Darius the king. ସୈନ୍ୟାଧିପତି ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ କାର୍ଯ୍ୟ କଲେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]