Skip to content
The Believer's Library

Indian Revised Version(IRV) Odia - 2021

Hebrews 10 IRVOry

Show IRVOry only
Verse × ×
1 The law is only a shadow of the good things to come, not the true form of those realities, and so, by the same sacrifices offered year after year without end, can never perfect those who draw near. ଅତଏବ, ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରିପାରେ ନାହିଁ।
2 Otherwise, wouldn't they have stopped being offered, since worshipers, cleansed once, would no longer be conscious of sins? ସେହିସବୁ ବଳିର ଉତ୍ସର୍ଗ କଅଣ ନିବୃତ୍ତ ହୋଇ ନ ଥାଆନ୍ତା ଯଦି ଉପାସକମାନେ ଥରେ ଶୁଚିକୃତ ହୋଇ ବିବେକରେ ଆଉ ପାପର ବୋଧ ପାଇ ନ ଥାଆନ୍ତେ?
3 But in these sacrifices there is a yearly reminder of sins. କିନ୍ତୁ ସେହିସବୁ ବଳିରେ ବର୍ଷକୁ ବର୍ଷ ପାପ ସ୍ମରଣ କରାଯାଏ;
4 For it is impossible for the blood of bulls and goats to take away sins. କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ।
5 Therefore, when Christ came into the world, he said: "Sacrifice and offering you did not desire, but a body you prepared for me; ସେଥିପାଇଁ ଖ୍ରୀଷ୍ଟ ଜଗତକୁ ଆଗମନ କରି କହନ୍ତି, “ବଳିଦାନ ଓ ନୈବେଦ୍ୟ ନ ଲୋଡ଼ି ମୋʼ ନିମନ୍ତେ ଏକ ଶରୀର ପ୍ରସ୍ତୁତ କଲ;
6 "in burnt offerings and sin offerings you took no pleasure. ହୋମବଳି ଓ ପାପାର୍ଥକ ବଳିରେ ତୁମ୍ଭେ ସନ୍ତୁଷ୍ଟ ହେଲ ନାହିଁ।”
7 Then I said, 'Look, I have come—in the scroll of the book it is written of me—to do your will, my Father.'" ସେତେବେଳେ ମୁଁ କହିଲି, ଦେଖ, ଶାସ୍ତ୍ରରେ ମୋʼ ବିଷୟରେ ଲେଖାଅଛି, “ହେ ଈଶ୍ବର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।”
8 Above he said, "Sacrifices, offerings, burnt offerings, and sin offerings you did not desire or delight in"—though the law requires them, ଏସବୁ ଊର୍ଦ୍ଧ୍ୱରେ ସେ କହନ୍ତି, ବଳିଦାନ, ନୈବେଦ୍ୟ, ହୋମବଳି ଓ ପାପାର୍ଥକ ବଳି ତୁମ୍ଭେ ଲୋଡ଼ିଲ ନାହିଁ, କିମ୍ବା ସେଥିରେ ତୁମ୍ଭର ସନ୍ତୋଷ ନ ଥିଲା (ଯାହାସବୁ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଉତ୍ସର୍ଗ କରାଯାଏ)
9 then he said, "Look, I have come to do your will." He removes the first to establish the second. ତତ୍ପରେ ସେ କହନ୍ତି, “ଦେଖ, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୁଁ ଆସିଅଛି।” ଦ୍ୱିତୀୟ ନିୟମକୁ ସ୍ଥାପନ କରିବା ନିମନ୍ତେ ସେ ପ୍ରଥମ ନିୟମକୁ ଲୋପ କରନ୍ତି।
10 By this will, we have been made holy through the offering of Jesus Christ's body, once for all. ଦ୍ବିତୀୟ ନିୟମରେ ଯୀଶୁ ଖ୍ରୀଷ୍ଟଙ୍କ ଶରୀର ଏକାଥରକେ ଉତ୍ସର୍ଗୀକୃତ ହେବା ଦ୍ୱାରା ସେହି ଇଚ୍ଛା ହେତୁ ଆମ୍ଭେମାନେ ପବିତ୍ରୀକୃତ ହୋଇଅଛୁ।
11 Every priest stands daily, serving and repeatedly offering the same sacrifices that can never remove sins. ଆହୁରି ମଧ୍ୟ, ପ୍ରତ୍ୟେକ ଯାଜକ ପ୍ରତିଦିନ ସେବା କରିବା ପାଇଁ ଓ ଥରକୁଥର ସେହି ଏକ-ପ୍ରକାର ବଳି ଉତ୍ସର୍ଗ କରିବା ପାଇଁ ଠିଆ ହୋଇଥାଆନ୍ତି; ଏହିସବୁ କେବେ ପାପ ହରଣ କରିପାରେ ନାହିଁ।
12 But he offered one sacrifice for sins forever, then sat down at the right hand of our Father, ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ;
13 waiting from that time until his enemies are made a footstool for his feet. ସେହି ଦିନାବଧି ତାହାଙ୍କର ଶତ୍ରୁମାନେ ତାହାଙ୍କ ପାଦପୀଠ କରାଯାଇ ନ ଥିବା ପର୍ଯ୍ୟନ୍ତ ସେ ଅପେକ୍ଷା କରୁଅଛନ୍ତି।
14 For by one offering he has perfected for all time those who are being made holy. କାରଣ କେବଳ ଏକ ବଳିର ଉତ୍ସର୍ଗ ଦ୍ୱାରା ସେ ପବିତ୍ରୀକୃତ ହେଉଥିବା ଲୋକମାନଙ୍କୁ ଚିରକାଳ ପାଇଁ ସିଦ୍ଧ କରିଅଛନ୍ତି।
15 And the Holy Spirit also testifies to us; for after saying, ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି;
16 "This is the covenant that I will make with them after those days, says our Father: I will put my laws on their hearts, and write them on their minds." “କାରଣ ପ୍ରଭୁ ଏହି କଥା କହନ୍ତି, ସେହି ସମୟ ଉତ୍ତାରେ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ହୃଦୟରେ ଆପଣା ବ୍ୟବସ୍ଥା ଦେବା, ପୁଣି, ସେମାନଙ୍କ ମନରେ ସେହିସବୁ ଲେଖିବା,”
17 He then adds, "And their sins and their lawless deeds I will remember no more." ଏହା କହିଲା ଉତ୍ତାରେ ସେ କହନ୍ତି, “ସେମାନଙ୍କ ପାପ ଓ ସେମାନଙ୍କ ଅପରାଧସବୁ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
18 Now where these are forgiven, there is no longer any offering for sin. ଏହି ସମସ୍ତ କ୍ଷମା ହେବା ସ୍ଥଳେ ପାପ ନିମନ୍ତେ ଆଉ ବଳି ଉତ୍ସର୍ଗ କରିବା ଅନାବଶ୍ୟକ।
19 So, brothers and sisters, since we have confidence to enter the holy places by Jesus' blood, ଅତଏବ, ହେ ଭାଇମାନେ, ଯୀଶୁ ବିଚ୍ଛେଦବସ୍ତ୍ର, ଅର୍ଥାତ୍‍, ଆପଣା ରକ୍ତ ଦ୍ୱାରା ଯେଉଁ ନୂତନ ଓ ଜୀବନଦାୟକ ପଥ ଆମ୍ଭମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି,
20 a new, living way he opened for us through the curtain—his flesh, ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ
21 and since we have a great priest over the house of our Father, ପୁଣି, ଈଶ୍ବରଙ୍କ ଗୃହ ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ
22 let us draw near with a genuine heart, fully assured by faith, hearts sprinkled clean from a guilty conscience, and bodies washed with pure water. ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ;
23 Let us hold tightly to the hope we declare, unshaken, for he who promised is faithful. ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
24 And let us consider how to spur one another on to love and good works, ପୁଣି, ପ୍ରେମ ଓ ସତ୍‍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,
25 not giving up meeting together, as some habitually do, but encouraging each other—even more as you see the Day approaching. ଆଉ କେହି କେହି ଯେପରି ଆମ୍ଭମାନଙ୍କ ମଣ୍ଡଳୀ ଉପାସନା ପରିତ୍ୟାଗ କରିଥାଆନ୍ତି, ଆମ୍ଭେମାନେ ସେପରି ନ କରୁ; ବରଂ ପରସ୍ପରକୁ ଉତ୍ସାହ କରିବା, ବିଶେଷ ଭାବରେ ଯେତେବେଳେ ତୁମ୍ଭେମାନେ ପ୍ରଭୁଙ୍କ ଆଗମନର ଦିନ ନିକଟବର୍ତ୍ତୀ ହୋଇ ଆସୁଅଛି ବୋଲି ଦେଖୁଅଛ।
26 For if we go on sinning deliberately after receiving the knowledge of the truth, no sacrifice for sins remains, କାରଣ ସତ୍ୟ ଜ୍ଞାନ ଲାଭ କରିବା ପରେ ଯଦି ଆମ୍ଭେମାନେ ସ୍ୱେଚ୍ଛାପୂର୍ବକ ପାପ କରୁଥାଉ, ତେବେ ପାପାର୍ଥକ ବଳି ଆଉ ଅବଶିଷ୍ଟ ନ ଥାଏ,
27 but only a terrible expectation of judgment and a raging fire that will consume the adversaries. ବରଂ ବିଚାରର ଏକ-ପ୍ରକାର ଭୟଙ୍କର ପ୍ରତୀକ୍ଷା ଓ ବିପକ୍ଷମାନଙ୍କୁ ଗ୍ରାସକାରୀ ଅଗ୍ନିର ପ୍ରଚଣ୍ଡତା ଅବଶିଷ୍ଟ ଥାଏ।
28 Anyone who rejects Moses' law dies without mercy on two or three witnesses' testimony. କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;
29 How much worse punishment, do you think, does the one deserve who trampled the Son of our Father underfoot, treated as unholy the blood of the covenant that made him holy, and insulted the Spirit of grace? ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!
30 For we know the one who said, "Justice is mine; I will repay," and again, "Our Father will judge his people." କାରଣ “ପ୍ରତିଶୋଧ ନେବା ଆମ୍ଭର ଅଧିକାର, ଆମ୍ଭେ ପ୍ରତିଫଳ ଦେବା”, ଯେ ଏହି କଥା କହିଅଛନ୍ତି, ତାହାଙ୍କୁ ଆମ୍ଭେମାନେ ଜାଣୁ; ପୁନଶ୍ଚ, “ପ୍ରଭୁ ଆପଣା ଲୋକମାନଙ୍କର ବିଚାର କରିବେ।”
31 It is a terrible thing to fall into the hands of the living Father. ଜୀବିତ ଈଶ୍ବରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ।
32 Remember the earlier days, when after being enlightened you endured a hard struggle with suffering, କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;
33 at times publicly shamed by insults and suffering, at times standing with those treated that way. ଏକ ଦିଗରେ ତିରସ୍କାର ଓ କ୍ଳେଶ ଦ୍ୱାରା କୌତୁକାସ୍ପଦ ହୋଇଥିଲ, ଅନ୍ୟ ଦିଗରେ ସେହି ପ୍ରକାର ବ୍ୟବହାର ପାଉଥିବା ଲୋକମାନଙ୍କର ସହଭାଗୀ ହୋଇଥିଲ।
34 For you suffered with prisoners and joyfully accepted your possessions being seized, knowing you yourselves had a better, lasting possession. କାରଣ ତୁମ୍ଭେମାନେ ବନ୍ଦୀମାନଙ୍କ ସହିତ ଦୁଃଖଭୋଗ କରିଥିଲ, ଆଉ ତୁମ୍ଭମାନଙ୍କ ନିଜର ଯେ ଅଧିକ ଉତ୍ତମ ଓ ନିତ୍ୟସ୍ଥାୟୀ ସମ୍ପତ୍ତି ଅଛି, ଏହା ଜାଣି ଆନନ୍ଦରେ ତୁମ୍ଭମାନଙ୍କ ସମ୍ପତ୍ତିର ଲୁଣ୍ଠନ ସହ୍ୟ କରିଥିଲ।
35 So do not throw away your confidence; it holds a great reward. ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି।
36 You need endurance, so that having done our Father's will, you may receive the promise. ଯେଣୁ ତୁମ୍ଭେମାନେ ଯେପରି ଈଶ୍ବରଙ୍କ ଇଚ୍ଛା ସାଧନ କରି ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇପାର, ଏଥିନିମନ୍ତେ ତୁମ୍ଭମାନଙ୍କର ଧୈର୍ଯ୍ୟଶୀଳ ହେବା ପ୍ରୟୋଜନ।
37 For yet "in a very little while, the coming one will come and will not delay; ଯେପରି ଶାସ୍ତ୍ରରେ ଲେଖାଅଛି, “କାରଣ ଆଉ ଅତି ଅଳ୍ପ ସମୟ ମାତ୍ର, ଯାହାଙ୍କ ଆଗମନ କରିବାର ଅଛି, ସେ ଆଗମନ କରିବେ ଓ ବିଳମ୍ବ କରିବେ ନାହିଁ।”
38 but my righteous one will live by faith, and if he shrinks back, my soul takes no pleasure in him." ପୁଣି, “ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍‍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।”
39 But we don't belong to those who shrink back into destruction, but to those who have faith and preserve their souls. ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍‍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]