Skip to content
The Believer's Library

Indian Revised Version(IRV) Odia - 2021

Hebrews 11 IRVOry

Show IRVOry only
Verse × ×
1 Now faith is the assurance of things hoped for, the conviction of things not seen. ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।
2 For by it the people of old received their commendation. ତଦ୍ୱାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ।
3 By faith we understand our Father's word formed the universe, so what is seen came not from the visible. ବିଶ୍ୱାସ ଦ୍ୱାରା ଆମ୍ଭେମାନେ ବୁଝୁ ଯେ, ସମସ୍ତ ବିଶ୍ୱ ଈଶ୍ବରଙ୍କ ବାକ୍ୟ ଦ୍ୱାରା ରଚିତ, ଅତଏବ କୌଣସି ପ୍ରତ୍ୟକ୍ଷ ବିଷୟରୁ ଦୃଶ୍ୟ ବିଷୟ ଉତ୍ପନ୍ନ ହୋଇ ନାହିଁ।
4 By faith Abel brought our Father a better offering than Cain's, through which he was proven righteous, our Father commending him by accepting his gifts. Though he died, through his faith he still speaks. ବିଶ୍ୱାସ ଦ୍ୱାରା ହେବଲ ଈଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ବର ନିଜେ ତାହାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।
5 By faith Enoch was taken up, not seeing death, and was not found, because our Father had taken him. Before his taking, he was commended as pleasing to our Father. ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗ ନ କରି ଉର୍ଦ୍ଧ୍ବକୁ ଉତ୍ଥିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ବର ତାହାଙ୍କୁ ଅନ୍ତର୍ହିତ କରିଥିଲେ। ସେ ଯେ ଈଶ୍ବରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ;
6 Without faith it's impossible to please him: whoever approaches our Father must believe he exists and rewards those who sincerely seek him. ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ବର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।
7 By faith Noah, warned about what wasn't yet visible, built an ark in reverence to save his household. By this he condemned the world and became heir of the righteousness that comes through faith. ବିଶ୍ୱାସ ଦ୍ୱାରା ନୋହ ସେ ସମୟ ପର୍ଯ୍ୟନ୍ତ ଅପ୍ରକାଶିତ ବିଷୟ ସମ୍ବନ୍ଧରେ ପ୍ରତ୍ୟାଦେଶ ପାଇ ଭକ୍ତି ସହକାରେ ଆପଣା ପରିବାରର ରକ୍ଷା ନିମନ୍ତେ ଗୋଟିଏ ଜାହାଜ ନିର୍ମାଣ କଲେ, ପୁଣି, ସେହି ବିଶ୍ୱାସ ଦ୍ୱାରା ସେ ଜଗତକୁ ଦୋଷୀ କରି ବିଶ୍ୱାସାନୁଯାୟୀ ଧାର୍ମିକତାର ଅଧିକାରୀ ହେଲେ।
8 By faith Abraham obeyed the call to go to a place he'd receive as inheritance, leaving without knowing his destination. ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ।
9 By faith he settled in the land of promise as in a foreign land, living in tents with Isaac and Jacob, co-heirs of the same promise. ବିଶ୍ୱାସ ଦ୍ୱାରା ସେ ବିଦେଶୀ ସ୍ୱରୂପେ ପ୍ରତିଜ୍ଞାତ ଦେଶରେ ପ୍ରବାସୀ ହୋଇ ପ୍ରତିଜ୍ଞାର ସହାଧିକାରୀ ଇସ୍‌ହାକ ଓ ଯାକୁବଙ୍କ ସହିତ ତମ୍ବୁରେ ବାସ କଲେ;
10 For he was watching for the city with foundations, whose designer and builder is our Father. କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ବର, ଅବ୍ରହାମ ତହିଁର ଅପେକ୍ଷାରେ ଥିଲେ।
11 By faith Sarah herself received power to conceive, though past age, since she trusted the one who promised was faithful. ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;
12 So from one man—as good as dead—were born as many descendants as the stars of the sky, as countless as sand on the seashore. ଏହେତୁରୁ ମଧ୍ୟ ମୃତକଳ୍ପ ଜଣେ ବ୍ୟକ୍ତିଙ୍କଠାରୁ ଆକାଶର ନକ୍ଷତ୍ରଗଣ ପରି ଅସଂଖ୍ୟ ଓ ସମୁଦ୍ରତୀରସ୍ଥ ବାଲୁକା ପରି ଅଗଣ୍ୟ ଏକ ଜାତି ଉତ୍ପନ୍ନ ହେଲା।
13 All these died in faith, without receiving what was promised—yet seeing it from afar and welcoming it, admitting they were foreigners and exiles on earth. ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।
14 For those who say this show they are seeking a homeland of their own. କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।
15 If they had remembered the land they'd left, they'd have had a chance to return. ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ଥିଲା।
16 But as it is, they desire a better country—a heavenly one. So our Father is not ashamed to be called their Father: he has prepared them a city. କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ବର ସେମାନଙ୍କ ଈଶ୍ବର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି।
17 By faith Abraham, being tested, offered Isaac; he who had received the promises was offering his only son, ବିଶ୍ୱାସ ଦ୍ୱାରା ଅବ୍ରହାମ ପରୀକ୍ଷିତ ହୋଇ ଇସ୍‌ହାକଙ୍କୁ ଉତ୍ସର୍ଗ କଲେ, ହଁ, ଯେଉଁ ବ୍ୟକ୍ତି ପ୍ରତିଜ୍ଞାସମୂହ ପ୍ରାପ୍ତ ହୋଇଥିଲେ, ଯାହାଙ୍କୁ କୁହାଯାଇଥିଲା ଯେ,
18 of whom it was said, "Through Isaac will your offspring be named." ଇସ୍‌ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ,
19 He reasoned our Father could raise him even from the dead—and, figuratively, he got him back from there. କାରଣ ଈଶ୍ବର ଯେ ମୃତମାନଙ୍କ ମଧ୍ୟରୁ ସୁଦ୍ଧା ଉତ୍ଥାପନ କରିବାକୁ ସମର୍ଥ, ଆକ୍ଷରିକ ଭାବେ, ସେ ମଧ୍ୟ ତାହାଙ୍କୁ ଦୃଷ୍ଟାନ୍ତଭାବେ ମୃତ୍ୟୁରୁ ଫେରି ପାଇଲେ।
20 By faith Isaac called down future blessings on Jacob and Esau. ବିଶ୍ୱାସ ଦ୍ୱାରା ଇସ୍‌ହାକ ଭବିଷ୍ୟତ ବିଷୟରେ ମଧ୍ୟ ଯାକୁବ ଓ ଏଷୌଙ୍କୁ ଆଶୀର୍ବାଦ କଲେ।
21 By faith Jacob, dying, blessed each of Joseph's sons and worshiped, leaning on the top of his staff. ବିଶ୍ୱାସ ଦ୍ୱାରା ଯାକୁବ ମୃତ୍ୟୁ ସମୟରେ ଯୋଷେଫଙ୍କର ପ୍ରତ୍ୟେକ ପୁତ୍ରଙ୍କୁ ଆଶୀର୍ବାଦ କଲେ, ପୁଣି, ଆପଣା ଯଷ୍ଟିର ଅଗ୍ରଭାଗରେ ଆଉଜିପଡ଼ି ପ୍ରଣାମ କଲେ।
22 By faith, dying, Joseph mentioned the exodus of Israel's sons and gave orders about his bones. ବିଶ୍ୱାସ ଦ୍ୱାରା ଯୋଷେଫ ମୃତ୍ୟୁ ସମୟରେ ଇସ୍ରାଏଲ ସନ୍ତାନମାନଙ୍କର ପ୍ରସ୍ଥାନ ବିଷୟ ଉଲ୍ଲେଖ କଲେ, ପୁଣି, ଆପଣା ଅସ୍ଥି ସମ୍ବନ୍ଧରେ ଆଜ୍ଞା ଦେଲେ।
23 By faith Moses' parents hid him three months after his birth, seeing he was a beautiful child, unafraid of the king's edict. ବିଶ୍ୱାସ ଦ୍ୱାରା ମୋଶାଙ୍କ ପିତାମାତା ତାହାଙ୍କ ଜନ୍ମ ହେବା ସମୟରେ ତାହାଙ୍କୁ ଗୋଟିଏ ସୁନ୍ଦର ପିଲା ବୋଲି ଦେଖି ରାଜାଜ୍ଞାକୁ ଭୟ ନ କରି ତିନି ମାସ ପର୍ଯ୍ୟନ୍ତ ତାହାଙ୍କୁ ଗୋପନରେ ରଖିଲେ।
24 By faith Moses, when he was grown up, refused to be called the son of Pharaoh's daughter, ବିଶ୍ୱାସ ଦ୍ୱାରା ମୋଶା ବୟସପ୍ରାପ୍ତ ହେଲା ଉତ୍ତାରେ ଫାରୋଙ୍କର କନ୍ୟାଙ୍କ ପୁତ୍ର ବୋଲି ଖ୍ୟାତ ହେବାକୁ ନାସ୍ତି କଲେ;
25 choosing mistreatment with our Father's people over sin's fleeting pleasures. ପାପର କ୍ଷଣିକ ସୁଖଭୋଗ ଅପେକ୍ଷା ଈଶ୍ବରଙ୍କ ଲୋକମାନଙ୍କ ସହିତ ବରଂ ଦୁଃଖଭୋଗ କରିବାକୁ ସେ ପସନ୍ଦ କଲେ,
26 He considered the disgrace of Christ greater wealth than Egypt's treasures, since he looked toward the reward. ପୁଣି, ମିସରର ସମସ୍ତ ଧନ ଅପେକ୍ଷା ଖ୍ରୀଷ୍ଟଙ୍କ ନିନ୍ଦାର ସହଭାଗୀ ହେବା ଶ୍ରେଷ୍ଠତର ଧନ ବୋଲି ମନେ କଲେ, କାରଣ ସେ ଭାବି ପୁରସ୍କାର ଦାନ ପ୍ରତି ଦୃଷ୍ଟିପାତ କଲେ।
27 By faith he left Egypt, not fearing the king's anger, enduring as if seeing our Father, who is invisible. ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।
28 By faith he kept the Passover and blood-sprinkling, so the destroyer of the firstborn wouldn't touch them. ବିଶ୍ୱାସ ଦ୍ୱାରା ସେ ନିସ୍ତାର ପର୍ବ ଓ ରକ୍ତ ସେଚନ ବିଧି ପାଳନ କଲେ, ଯେପରି ପ୍ରଥମଜାତମାନଙ୍କର ସଂହାରକ ସେମାନଙ୍କୁ ସ୍ପର୍ଶ ନ କରନ୍ତି।
29 By faith they crossed the Red Sea as on dry land; the Egyptians, trying the same, were swallowed up. ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ।
30 By faith the walls of Jericho fell down after they had been encircled for seven days. ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍‍ ହେଲା।
31 By faith Rahab the prostitute did not die with those who disobeyed, since she welcomed the spies in peace. ବିଶ୍ୱାସ ଦ୍ୱାରା ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆଶ୍ରୟ ଦେବାରୁ ଅନାଜ୍ଞାବହମାନଙ୍କ ସହିତ ବିନଷ୍ଟ ହେଲେ ନାହିଁ।
32 What more can I say? Time fails me to tell of Gideon, Barak, Samson, Jephthah, David and Samuel and the prophets, ଆଉ ଅଧିକ କଅଣ କହିବି? ଗିଦିୟୋନ, ବାରକ, ଶାମ୍‍ଶୋନ୍‍, ଯିପ୍ତହ, ଦାଉଦ, ଶାମୁୟେଲ ଓ ଭାବବାଦୀମାନଙ୍କ ବିଷୟ ଯଦି ମୁଁ ବର୍ଣ୍ଣନା କରେ, ତେବେ ସମୟ ଅଣ୍ଟିବ ନାହିଁ;
33 who through faith conquered kingdoms, enforced justice, obtained promises, shut the mouths of lions, ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,
34 put out fire's power, escaped the edge of the sword, grew strong from weakness, became mighty in war, and turned back foreign armies. ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ।
35 Women received their dead back by resurrection; others were tortured, refusing release, to gain a better resurrection. ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।
36 Still others suffered mocking and flogging, and even chains and imprisonment. ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ;
37 They were stoned, sawn in two, killed by the sword. They wandered in sheepskins and goatskins—destitute, tormented, mistreated. କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ
38 The world wasn't worthy of them—they wandered deserts, mountains, caves, and holes in the ground. ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା।
39 And all these, though they were commended for their faith, did not receive what was promised, ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ,
40 since our Father provided something better for us, so they would not be perfected without us. ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]