Skip to content
The Believer's Library

Indian Revised Version(IRV) Odia - 2021

Hebrews 12 IRVOry

Show IRVOry only
Verse × ×
1 So, with so great a cloud of witnesses surrounding us, let's strip off every weight and the sin that clings so tightly, and run with endurance the race laid out before us. ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
2 Looking to Jesus, the founder and perfecter of our faith, who for the joy set before him endured the cross, despising its shame, and is seated at the right hand of our Father's throne. ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
3 Weigh how he endured such hostility from sinners against himself, so you don't grow weary or lose heart. ତୁମ୍ଭେମାନେ ଯେପରି ଆପଣା ଆପଣା ମନରେ ଶ୍ରାନ୍ତକ୍ଳାନ୍ତ ନ ହୁଅ; ଏଥିପାଇଁ ଯେ ପାପୀମାନଙ୍କଠାରୁ ଆପଣା ବିରୁଦ୍ଧରେ ଏଡ଼େ ପ୍ରତିକୂଳାଚରଣ ସହ୍ୟ କଲେ, ତାହାଙ୍କ ବିଷୟ ବିବେଚନା କର।
4 In your struggle against sin you have not yet resisted to the point of shedding your blood. ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତ-ବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,
5 Have you forgotten the encouragement addressing you as sons? "My son, don't dismiss our Father's discipline, or lose heart when he corrects you. ଆଉ ପୁତ୍ରମାନଙ୍କ ପରି ତୁମ୍ଭମାନଙ୍କ ପ୍ରତି ଉକ୍ତ ଏହି ଉତ୍ସାହବାକ୍ୟ ଭୁଲିଅଛ, “ହେ ମୋହର ପୁତ୍ର, ପ୍ରଭୁଙ୍କ ଶାସନକୁ ଲଘୁ ଜ୍ଞାନ କର ନାହିଁ, କିମ୍ବା ତାହାଙ୍କ ଦ୍ୱାରା ଅନୁଯୋଗ ପ୍ରାପ୍ତ ହେଲେ କ୍ଳାନ୍ତ ହୁଅ ନାହିଁ;
6 For our Father disciplines the one he loves, and chastises every son whom he receives." କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।”
7 It is for discipline that you endure. Our Father is treating you as sons; for what son is there whom his father does not discipline? ଶାସନ ଉଦ୍ଦେଶ୍ୟରେ ତ ତୁମ୍ଭେମାନେ କ୍ଳେଶ ସହ୍ୟ କରୁଅଛ ଈଶ୍ବର ତୁମ୍ଭମାନଙ୍କ ସହିତ ପୁତ୍ର ତୁଲ୍ୟ ବ୍ୟବହାର କରୁଅଛନ୍ତି, କାରଣ ପିତା ଯାହାକୁ ଶାସନ ନ କରନ୍ତି, ଏପରି ପୁତ୍ର କିଏ ଅଛି?
8 If you lack the discipline all children share, you're illegitimate, not sons. କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ।
9 Then too, we had physical fathers who disciplined us, and we respected them. Shouldn't we submit far more to the Father of spirits, and live? ଆହୁରି ମଧ୍ୟ, ଆମ୍ଭମାନଙ୍କ ଶାସନକାରୀ ଆମ୍ଭମାନଙ୍କ ଶାରୀରିକ ପିତୃଗଣଙ୍କୁ ଆମ୍ଭେମାନେ ସମାଦର କଲୁ, ତେବେ ଆତ୍ମାମାନଙ୍କ ପିତାଙ୍କର ବରଂ କେତେ ଅଧିକ ରୂପେ ବଶୀଭୂତ ହୋଇ ଜୀବନ ପ୍ରାପ୍ତ ନ ହେବୁ?
10 They disciplined us briefly as they saw fit; he disciplines us for our good, so we may share his holiness. କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି।
11 For the moment all discipline seems painful rather than pleasant, but later it yields the peaceful fruit of righteousness to those who have been trained by it. ଶାସନ ବର୍ତ୍ତମାନ ଆନନ୍ଦଜନକ ବୋଧ ନ ହୋଇ ଦୁଃଖଜନକ ବୋଧ ହୁଏ ତଥାପି ଯେଉଁମାନେ ତଦ୍ୱାରା ଶିକ୍ଷା ପ୍ରାପ୍ତ କରିଅଛନ୍ତି, ତାହା ପରେ ସେମାନଙ୍କୁ ଶାନ୍ତିର ଫଳ ସ୍ୱରୂପ ଧାର୍ମିକତା ପ୍ରଦାନ କରେ।
12 Therefore lift your drooping hands and strengthen your weak knees, ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,
13 and make straight paths for your feet, so the lame limb won't be dislocated but instead healed. ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ।
14 Pursue peace with everyone, and the holiness without which no one will see our Father. ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
15 Watch that no one falls short of our Father's grace, that no root of bitterness grows up to cause trouble and make many unclean, କାଳେ କେହି ଈଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
16 that no one is sexually immoral or unholy like Esau, who sold his birthright for one meal. କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏହି ବିଷୟରେ ସାବଧାନ ହୁଅ।
17 You know that afterward, wanting to inherit the blessing, he was rejected, for he found no opportunity to reverse the decision, though he sought the blessing with tears. ତୁମ୍ଭେମାନେ ତ ଜାଣ ଯେ, ପରେ ସେ ଆଶୀର୍ବାଦର ଅଧିକାରୀ ହେବା ନିମନ୍ତେ ଇଚ୍ଛା କଲେ ସୁଦ୍ଧା ଅଗ୍ରାହ୍ୟ ହେଲା, ପୁଣି, ଅନୁତାପ କରିବା ନିମନ୍ତେ ଅଶ୍ରୁପାତ ସହ ଯତ୍ନରେ ଚେଷ୍ଟା କଲେ ହେଁ ତାହା କରିବା ପାଇଁ ଆଉ ସୁଯୋଗ ପାଇଲା ନାହିଁ।
18 For you have not come to what can be touched, and blazing fire, and darkness, and gloom, and storm, କାରଣ ତୁମ୍ଭେମାନେ ସ୍ପୃଶ୍ୟ ପର୍ବତ ଓ ପ୍ରଜ୍ୱଳିତ ଅଗ୍ନି ନିକଟକୁ ପୁଣି, ନିବିଡ଼ ମେଘ, ଅନ୍ଧକାର, ଝଡ଼,
19 and a trumpet blast, and a voice of words, whose hearers begged no more be said to them. ତୂରୀଧ୍ୱନୀ ଓ ବାକ୍ୟର ଶବ୍ଦ ନିକଟକୁ ଆସି ନାହଁ, ଶ୍ରୋତାମାନେ ସେହି ଶବ୍ଦ ଶୁଣି ଯେପରି ସେମାନଙ୍କୁ ଆଉ କୌଣସି ବାକ୍ୟ କୁହା ନ ଯାଏ, ଏହା ନିବେଦନ କରିଥିଲେ;
20 For they could not bear the command: "If even an animal touches the mountain, it must be stoned." “ଯେଣୁ କୌଣସି ପଶୁ ସୁଦ୍ଧା ଯଦି ସେହି ପର୍ବତ ସ୍ପର୍ଶ କରେ, ତେବେ ସେ ପ୍ରସ୍ତରାଘାତରେ ହତ ହେବ”, ଏହି ଯେଉଁ ଆଜ୍ଞା ଦିଆଯାଇଥିଲା, ତାହା ସେମାନେ ସହ୍ୟ କରିପାରିଲେ ନାହିଁ;
21 Indeed, so terrifying was the sight that Moses said, "I am trembling with fear." ଆଉ ସେହି ଦୃଶ୍ୟ ଏପରି ଭୟଙ୍କର ଥିଲା ଯେ, ମୋଶା ହିଁ କହିଲେ, “ମୁଁ ଅତ୍ୟନ୍ତ ଭୀତ ଓ କମ୍ପିତ ହେଉଅଛି।”
22 But you have come to Mount Zion, city of the living Father, heavenly Jerusalem, and to countless angels in joyful assembly, କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ବରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,
23 and to the assembly of the firstborn enrolled in heaven, and to our Father, judge of all, and to the spirits of the righteous made perfect, ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ବର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,
24 and to Jesus, mediator of a new covenant, and to sprinkled blood speaking a better word than Abel's blood. ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।
25 See that you don't refuse the One speaking. If those who refused the One warning them on earth didn't escape, how much less will we, if we turn from the One warning from heaven. ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ କର ନାହିଁ, କାରଣ ଯେଉଁ ମୋଶା ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ଇସ୍ରାଏଲର ଲୋକମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ମଧ୍ୟ ଯେ ରକ୍ଷା ପାଇବା ନାହିଁ, ଏହା ଯେ ଅଧିକ ସୁନିଶ୍ଚିତ!
26 Then his voice shook the earth; now he has promised: "Yet once more I will shake not only the earth but also the heavens." ସେତେବେଳେ ଈଶ୍ବରଙ୍କ ସ୍ୱର ପୃଥିବୀକୁ ଟଳମଳ କଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରି କହିଅଛନ୍ତି, “ପୁନର୍ବାର ଆମ୍ଭେ ଯେ କେବଳ ପୃଥିବୀକୁ କମ୍ପାଇବା, ତାହା ନୁହେଁ, ମାତ୍ର ଆକାଶକୁ ମଧ୍ୟ କମ୍ପାଇବା।”
27 The phrase "Yet once more" signals removal of shaken things—that is, created things—so the unshaken may remain. ପୁନର୍ବାର ବୋଲି କହିବା ଦ୍ୱାରା ଏହା ବୁଝାଯାଏ ଯେ, ଅଟଳ ବିଷୟସବୁ ରହିବା ନିମନ୍ତେ ଟଳମଳ ବିଷୟ, ଅର୍ଥାତ୍‍, ସୃଷ୍ଟ ବିଷୟସବୁର ପରିବର୍ତ୍ତନ ହେବ।
28 So, receiving an unshakable kingdom, let's hold on to thankfulness and offer our Father acceptable worship, with reverence and awe, ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
29 for our Father is a consuming fire. କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]