Skip to content
The Believer's Library

Indian Revised Version(IRV) Odia - 2021

Hebrews 13 IRVOry

Show IRVOry only
Verse × ×
1 Let love for one another as family continue. ବିଶ୍ୱାସୀମାନଙ୍କ ମଧ୍ୟରେ ପ୍ରେମ ସ୍ଥିର ହୋଇ ରହିଥାଉ।
2 Don't forget hospitality to strangers; through it some have hosted angels unaware. ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
3 Remember prisoners as though chained with them, and the mistreated, since you too are in the body. ଆପଣାମାନଙ୍କୁ ବନ୍ଦୀମାନଙ୍କ ସହବନ୍ଦୀ ସ୍ୱରୂପେ ଜ୍ଞାନ କରି ପୁଣି, ନିଜେ ଦେହଧାରୀ ଅଟ ବୋଲି ଜାଣି କ୍ଳେଶଭୋଗ କରୁଥିବା ଲୋକମାନଙ୍କୁ ସ୍ମରଣ କର।
4 Marriage should be honored among all, the marriage bed kept pure—our Father will judge the sexually immoral and adulterous. ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ବର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
5 Keep your life free from the love of money; be content with what you have, for our Father himself has said, "I will never leave you, never abandon you." ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”
6 So we say with confidence: Our Father is my helper; I will not fear. What can anyone do to me? ଅତଏବ ଆମ୍ଭେମାନେ ସାହସପୂର୍ବକ କହି ପାରୁ, “ପ୍ରଭୁ ମୋହର ସହାୟ, ମୁଁ ଭୟ କରିବି ନାହିଁ। ମନୁଷ୍ୟ ମୋହର କଅଣ କରିବ?”
7 Remember your leaders who spoke our Father's word to you. Consider the outcome of their way of life, and imitate their faith. ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
8 Jesus Christ is the same yesterday and today and forever. ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି।
9 Don't be swept away by strange, varied teachings. It's good for the heart to be strengthened by grace, not by foods—those who live by them gain nothing. ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ।
10 We have an altar from which those who serve the tent have no right to eat. ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।
11 For the bodies of animals whose blood the high priest brings into the sanctuary for sin are burned outside the camp. କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ।
12 So Jesus also suffered outside the gate to make the people holy through his own blood. ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ।
13 Therefore let us go out to him outside the camp, bearing the shame he endured. ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ।
14 For here we have no lasting city, but we are seeking the city that is to come. କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ।
15 Through him, then, let us always offer our Father a sacrifice of praise—the fruit of lips confessing his name. ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।
16 Don't forget to do good and share what you have—such sacrifices please our Father. ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
17 Obey your leaders and submit to them—they watch over your souls, since they'll answer for you. Let them do this joyfully, not with groaning, for that profits you nothing. ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରିପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
18 Pray for us, since we're sure our conscience is clear, wanting to act honorably in everything. ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
19 I urge you even more to do this, so I may be restored to you sooner. ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି।
20 May our Father of peace, who raised our Lord Jesus—the great Shepherd of the sheep—from the dead by the blood of the eternal covenant, ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;
21 complete you in every good thing to do his will, working in us what pleases him through Jesus Christ, to whom be glory forever and ever. Amen. ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ। ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍‍।
22 Brothers and sisters, I urge you to bear with this word of encouragement—I've written only briefly. ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।
23 Know that our brother Timothy has been released; if he comes soon, I will see you with him. ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି।
24 Greet all your leaders and all the saints. Those from Italy send you greetings. ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ। ଯେଉଁମାନେ ଇତାଲିଆ ଦେଶରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
25 Grace be with you all. Amen. ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]