Skip to content
The Believer's Library

Indian Revised Version(IRV) Odia - 2021

Hebrews 2 IRVOry

Show IRVOry only
Verse × ×
1 So we must pay closer attention to what we've heard, or we may drift away. ଅତଏବ, ଶୁଣାଯାଇଥିବା ସତ୍ୟ ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
2 For if the word spoken through angels held firm, and every wrongdoing and disobedience got just payment, କାରଣ ଦୂତମାନଙ୍କ ଦ୍ୱାରା କଥିତ ବାକ୍ୟ ଯଦି ଅଟଳ ହୋଇ ରହିଲା, ଆଉ ପ୍ରତ୍ୟେକ ଆଜ୍ଞାଲଙ୍ଘନ ଓ ଅବାଧ୍ୟତା ଯଥାର୍ଥ ଦଣ୍ଡ ପାଇଲା,
3 how will we escape if we neglect so great a salvation? First announced by the Lord, it was confirmed to us by those who heard him, ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
4 while our Father also testified with them through signs, wonders, various miracles, and distributions of the Holy Spirit, according to his will. ସେ ସମ୍ବନ୍ଧରେ ଈଶ୍ବର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
5 For it was not to angels that our Father subjected the coming world we're speaking of. କାରଣ ଯାହା ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ଈଶ୍ବର ଦୂତମାନଙ୍କ ଅଧୀନ କରି ନାହାନ୍ତି।
6 Someone has testified somewhere, "What is man, that you are mindful of him, or the son of man, that you care for him? କିନ୍ତୁ ଜଣେ କୌଣସି ସ୍ଥାନରେ ଏହି କଥା କହି ସାକ୍ଷ୍ୟ ଦେଇଅଛନ୍ତି, “ମନୁଷ୍ୟ କିଏ, ଯେ ତୁମ୍ଭେ ତାହାକୁ ସ୍ମରଣ କରିଥାଅ? ମନୁଷ୍ୟ-ସନ୍ତାନ କିଏ, ଯେ ତୁମ୍ଭେ ତାହାର ଯତ୍ନ ନେଇଥାଅ?
7 You made him for a little while lower than the angels; you crowned him with glory and honor, ତୁମ୍ଭେ ଦୂତମାନଙ୍କଠାରୁ ତାହାକୁ ଅଳ୍ପ ନ୍ୟୂନ କରିଅଛ, ତୁମ୍ଭେ ତାହାକୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ଭୂଷିତ କରିଅଛ,
8 putting everything in subjection under his feet." Now in subjecting everything to him, our Father left nothing outside his control. At present, however, we do not yet see everything subjected to Christ. ତୁମ୍ଭେ ତାହାର ଅଧୀନ କରି ସମସ୍ତ ବିଷୟ ପାଦ ତଳେ ରଖିଅଛ।” ପ୍ରକୃତରେ ସେ ସମସ୍ତ ବିଷୟକୁ ତାହାର ବଶୀଭୂତ କରିବାରେ କୌଣସି ବିଷୟକୁ ତାହାର ବଶୀଭୂତ ନ କରି ଛାଡ଼ି ନାହାନ୍ତି। ଆମ୍ଭେମାନେ ଏପର୍ଯ୍ୟନ୍ତ ସମସ୍ତ ବିଷୟ ତାହାର ବଶୀଭୂତ ହୋଇଥିବାର ଦେଖୁ ନାହୁଁ ସତ,
9 But we see Jesus, made lower than the angels for a little while, now crowned with glory and honor because he suffered death, so that by our Father's grace he might taste death for everyone. କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି।
10 It was fitting that our Father, for whom and through whom all things exist, should perfect the pioneer of their salvation through suffering, bringing many sons to glory. କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା।
11 The one who makes holy and those made holy all come from one Father. That's why he isn't ashamed to call them brothers and sisters, ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,
12 saying, "I will proclaim your name to my brothers and sisters; I will sing your praise amid the assembly." ଯେପରି ସେ ଈଶ୍ବରଙ୍କୁ କହନ୍ତି, “ମୁଁ ଆପଣା ଭ୍ରାତୃଗଣଙ୍କ ନିକଟରେ ତୁମ୍ଭ ନାମ ଘୋଷଣା କରିବି, ସଭା ମଧ୍ୟରେ ତୁମ୍ଭର ପ୍ରଶଂସା ଗାନ କରିବି,”
13 And again, "I will trust in him." And again, "Here am I, and the children our Father gave me." ପୁନଶ୍ଚ କହନ୍ତି, “ମୁଁ ତାହାଙ୍କଠାରେ ମୋହର ବିଶ୍ୱାସ ରଖିବି।” ପୁନର୍ବାର, “ଏହି ଦେଖ, ମୁଁ ଓ ଈଶ୍ବରଙ୍କ ଦ୍ଵାରା ଦିଆଯାଇଥିବା ମୋହର ସନ୍ତାନମାନେ।”
14 Since the children share flesh and blood, he too shared them, so that through death he might destroy the one holding the power of death—the devil, ଅତଏବ, ସନ୍ତାନମାନେ ରକ୍ତ-ମାଂସର ସହଭାଗୀ ହୋଇଥିବାରୁ ଯୀଶୁ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରିପାରନ୍ତି;
15 and free all those who, through fear of death, were enslaved their whole lives. ପୁଣି, ମୃତ୍ୟୁର ଭୟରେ ଯେଉଁମାନେ ଯାବଜୀବନ ଦାସତ୍ୱର ବନ୍ଧନରେ ଥିଲେ, ସେମାନଙ୍କୁ ସେ ଉଦ୍ଧାର କରନ୍ତି।
16 For surely it is not angels he helps, but the descendants of Abraham. କାରଣ ପ୍ରକୃତରେ ସେ ତ ଦୂତମାନଙ୍କ ଯତ୍ନ ନ ନେଇ ଅବ୍ରହାମଙ୍କ ସନ୍ତାନମାନଙ୍କ ଯତ୍ନ ନିଅନ୍ତି।
17 So he had to become like his brothers and sisters in every way, to be a merciful and faithful high priest serving our Father, clearing away the people's sins. ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି।
18 Since he himself suffered when tempted, he can help those being tempted. କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]