Skip to content
The Believer's Library

Indian Revised Version(IRV) Odia - 2021

Hebrews 3 IRVOry

Show IRVOry only
Verse × ×
1 So, holy brothers sharing a heavenly call, consider Jesus, the apostle and high priest we confess. ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
2 He was faithful to the one who appointed him, as Moses also was in all our Father's house. ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ।
3 Jesus deserves far more glory than Moses, as a house's builder deserves more honor than the house itself. ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି।
4 For every house is built by someone, but the builder of all things is our Father. ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ବର।
5 Moses was faithful in all our Father's house, a servant testifying to what would be spoken later. ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ।
6 But Christ, as son, is faithful over his house. And we are his house—if we hold firm the confidence and hope we boast in. କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
7 So, as the Holy Spirit says: "Today, if you hear his voice, ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ
8 do not harden your hearts as you did in the rebellion, on the day of testing in the wilderness, ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର,”
9 where your ancestors put me to the test and saw my works for forty years. “ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃ-ପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ।”
10 That is why I was angry with that generation, and I said, 'Their hearts are always going astray, and they have not known my ways.' “ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାନ୍ତି।
11 So I swore in my anger, 'They will never enter my rest.'" ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”
12 Brothers, watch that none of you has an evil, unbelieving heart that deserts the living Father. ହେ ଭାଇମାନେ, ସାବଧାନ, ଯେପରି ଜୀବନ୍ତ ଈଶ୍ବରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।
13 But encourage each other daily, while it is called "today," so none of you becomes hardened by sin's deceit. କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥିନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
14 For we have become sharers in Christ, if we truly keep our first confidence firm to the end. କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।
15 As it is said: "Today, if you hear his voice, do not harden your hearts as when you rebelled." ଯେପରି ଶାସ୍ତ୍ରରେ ଉକ୍ତ ଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର।”
16 Who heard and rebelled? Wasn't it all who left Egypt through Moses? ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି?
17 With whom was he angry forty years? Was it not with those who sinned, whose bodies fell in the wilderness? ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କଅଣ ସେମାନଙ୍କ ଉପରେ ନୁହେଁ?
18 Who did he swear would never enter his rest, except those who disobeyed? ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ?
19 So we see they couldn't enter because of lack of faith. ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରିପାରିଲେ ନାହିଁ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]