Skip to content
The Believer's Library

Indian Revised Version(IRV) Odia - 2021

Hebrews 4 IRVOry

Show IRVOry only
Verse × ×
1 Since the promise to enter his rest still stands, let us be careful that none of you seems to have missed it. ଅତଏବ ଆସ, ଆମ୍ଭେମାନେ ଭୟ କରୁ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ।
2 We too had good news preached to us, as they did. But the message heard didn't benefit them, since they didn't combine it with faith, as those who listened did. କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ।
3 We who believed enter that rest, as he said: "In my wrath I swore, they will never enter my rest." Yet his works were finished since the foundation of the world. ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, “ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ‘ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।’” କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା;
4 For somewhere he says of the seventh day: "And our Father rested on the seventh day from all his works." କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ ଶାସ୍ତ୍ରରେ ଏହା କହିଅଛନ୍ତି, “ଈଶ୍ବର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;”
5 And again in the same passage he says, "They will never enter my rest." ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, “ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”
6 Since it remains that some enter it, and those first given the good news failed to enter through their disobedience, ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର
7 so again he sets a day, "Today," speaking through David much later, as already said: "Today, if you hear his voice, do not harden your hearts." ଆଉ ଗୋଟିଏ ଦିନ, ଅର୍ଥାତ୍‍, ଆଜି ଦିନ ନିରୂପଣ କରି ଏତେ କାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର।”
8 For if Joshua had given them rest, our Father would not have spoken later about another day. କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ।
9 So then, there remains a Sabbath rest for the people of our Father. ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।
10 Whoever has entered our Father's rest has also rested from his works, as our Father did from his own. ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।
11 So let's strive to enter that rest, so no one falls by the same pattern of disobedience. ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ।
12 For the word of our Father is alive and active, sharper than any two-edged sword, piercing to divide soul and spirit, joints and marrow, discerning the heart's thoughts and intentions. କାରଣ ଈଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ୍ଗଠାରୁ ତୀକ୍ଷ୍ଣତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
13 No creature is hidden from his sight; all lies naked and exposed to the eyes of the one we must answer to. ଈଶ୍ବରଙ୍କ ଦୃଷ୍ଟିରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଗ୍ନ ଓ ଅନାବୃତ ଅଟେ।
14 So since we have a great high priest who has passed through the heavens—Jesus, Son of our Father—let's hold firmly to the faith we profess. ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
15 We have no high priest unable to sympathize with our weaknesses, but one tested in every way as we are, yet without sin. କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ।
16 Let us then approach the throne of grace boldly, so we may receive mercy and find grace to help us in time of need. ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଦୟା ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]