Skip to content
The Believer's Library

Indian Revised Version(IRV) Odia - 2021

Hebrews 5 IRVOry

Show IRVOry only
Verse × ×
1 Every high priest taken from among men is appointed for men in matters relating to our Father, to offer gifts and sacrifices for sins. କାରଣ ପ୍ରତ୍ୟେକ ମହାଯାଜକ ଯେପରି ପାପ ନିମନ୍ତେ ନୈବେଦ୍ୟ ଓ ବଳି ଉତ୍ସର୍ଗ କରିପାରନ୍ତି, ସେଥିପାଇଁ ସେ ମନୁଷ୍ୟମାନଙ୍କ ମଧ୍ୟରୁ ନୀତ ହୋଇ ଈଶ୍ବରଙ୍କ ସେବା ସମ୍ବନ୍ଧରେ ମନୁଷ୍ୟମାନଙ୍କ ପକ୍ଷରେ ନିଯୁକ୍ତ ହୁଅନ୍ତି।
2 He can deal gently with the ignorant and straying, since he himself also is subject to weakness. ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;
3 Because of this weakness, he must offer sacrifices for sins—for the people as much as for himself. ଏଥିସକାଶୁ ଲୋକମାନଙ୍କ ନିମନ୍ତେ ଯେପରି, ଆପଣା ନିମନ୍ତେ ମଧ୍ୟ ସେହିପରି ପାପାର୍ଥକ ବଳି ଉତ୍ସର୍ଗ କରିବା ତାହାଙ୍କ ଆବଶ୍ୟକ।
4 No one takes this honor for himself, but only when called by our Father, as Aaron was. ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।
5 So also Christ did not glorify himself to become high priest, but the one who said to him: "You are my Son; today I have fathered you." ସେହିପରି ଖ୍ରୀଷ୍ଟ ମଧ୍ୟ ମହାଯାଜକ ପଦର ଗୌରବ ନିଜେ ଅନ୍ୱେଷଣ କରି ନ ଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ସେହି ଗୌରବର ପଦ ଦେଇଥିଲେ, କାରଣ ସେ ତାହାଙ୍କୁ କହିଥିଲେ, “ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଇଅଛୁ।”
6 Just as he also says elsewhere, "You are a priest forever, after the order of Melchizedek." ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”
7 During his earthly life, Jesus offered prayers and pleas—with loud cries and tears—to the one able to save him from death, and was heard for his godly fear. ଈଶ୍ବର ଯିଏ ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେ ଆପଣା ପାର୍ଥିବ ଜୀବନରେ ଥିବା ସମୟରେ, ତାହାଙ୍କ ନିକଟରେ ପ୍ରବଳ ଆର୍ତ୍ତନାଦ ଓ ଅଶ୍ରୁ ସହକାରେ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ, ଆଉ ଉତ୍ତର ସ୍ୱରୂପେ ଆଶଙ୍କାରୁ ରକ୍ଷା ପାଇ
8 Although he was a Son, he learned obedience from what he suffered. ପୁତ୍ର ହେଲେ ହେଁ ଦୁଃଖଭୋଗ ଦ୍ୱାରା ଈଶ୍ବରଙ୍କଠାରେ ଆଜ୍ଞାବହତା ଶିଖିଲେ,
9 And having been made perfect, he became the source of eternal salvation to all who obey him, ପୁଣି, ସିଦ୍ଧ ହୋଇ ନିଜ ଆଜ୍ଞାକାରୀମାନଙ୍କ ପ୍ରତି ଅନନ୍ତ ପରିତ୍ରାଣର କାରଣ ସ୍ୱରୂପ ହେଲେ;
10 having been appointed by our Father as a high priest after the order of Melchizedek. ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍‍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।
11 We have much to say about this, hard to explain, since your hearing has grown dull. ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।
12 For though you should be teachers by now, you need someone to teach you the basics of our Father's word again. You've come to need milk, not solid food. କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।
13 Everyone living on milk lacks skill in the word of righteousness, since he's an infant. ଯେ ଦୁଗ୍ଧପାୟୀ, ସେ ତ ଧାର୍ମିକତାର ବାକ୍ୟ ବିଷୟରେ ଜାଣେ ନାହିଁ, କାରଣ ସେ ଶିଶୁମାତ୍ର।
14 But solid food is for the mature, whose senses are trained by practice to distinguish good from evil. କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍‍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]