Skip to content
The Believer's Library

Indian Revised Version(IRV) Odia - 2021

Hebrews 6 IRVOry

Show IRVOry only
Verse × ×
1 So let's leave basic teaching about Christ and move toward maturity, not laying again a foundation of repentance from dead works and faith toward our Father, ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,
2 of instruction about baptisms, the laying on of hands, the resurrection of the dead, and eternal judgment. ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ।
3 And this we will do, if our Father permits. ହଁ, ଈଶ୍ବରଙ୍କ ଅନୁମତି ହେଲେ ଆମ୍ଭେମାନେ ଏହା କରିବା।
4 For it is impossible for those once enlightened, who tasted the heavenly gift, shared in the Holy Spirit, କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ କରିଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,
5 and have tasted the goodness of our Father's word and the powers of the age to come, ଈଶ୍ବରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,
6 and, having fallen away, to renew them again to repentance, since they crucify the Son of our Father anew to their own harm, holding him up to contempt. ସେମାନେ ଯଦି ସତ୍ୟଭ୍ରଷ୍ଟ ହୁଅନ୍ତି, ତାହାହେଲେ ମନ-ପରିବର୍ତ୍ତନ ନିମନ୍ତେ ସେମାନଙ୍କୁ ପୁନର୍ବାର ନୂତନ କରାଇବା ଅସାଧ୍ୟ, ଯେଣୁ ସେମାନେ ଆପଣା ଆପଣାର ବିନାଶ ନିମନ୍ତେ ଈଶ୍ବରଙ୍କ ପୁତ୍ରଙ୍କୁ, ପୁଣି, କ୍ରୁଶାର୍ପଣ କରି ପ୍ରକାଶ୍ୟରେ ତାହାଙ୍କୁ ନିନ୍ଦାର ପାତ୍ର କରନ୍ତି।
7 Land that drinks the rain often falling on it, and yields a useful crop for its farmers, receives a blessing from our Father. କାରଣ ଯେଉଁ ଭୂମି ଆପଣା ଉପରେ ବାରମ୍ବାର ପତିତ ବୃଷ୍ଟିଜଳ ପାନ କରେ, ଆଉ ଯେଉଁମାନଙ୍କ ନିମନ୍ତେ ତାହା ଚାଷ କରାଯାଏ, ସେମାନଙ୍କର ଉପଯୋଗୀ ଶସ୍ୟ ଉତ୍ପନ୍ନ କରେ, ତାହା ଈଶ୍ବରଙ୍କଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।
8 But if it produces thorns and thistles, it's worthless, close to a curse, and ends in burning. କିନ୍ତୁ ତାହା ଯଦି କଣ୍ଟା ଓ ଅଗରା ଗଛ ଉତ୍ପନ୍ନ କରେ, ତେବେ ତାହା ଅଗ୍ରାହ୍ୟ ହୋଇ ଅବିଳମ୍ବେ ଶାପଗ୍ରସ୍ତ ହୁଏ, ପୁଣି, ତାହାର ଶେଷ ଦଶା ଅଗ୍ନିଦାହ।
9 But about you, beloved, we're convinced of better things—things tied to salvation—even though we speak this way. କିନ୍ତୁ ହେ ପ୍ରିୟମାନେ, ଆମ୍ଭେମାନେ ଯଦ୍ୟପି ଏହିପରି କହୁଅଛୁ, ତଥାପି ତୁମ୍ଭମାନଙ୍କ ଅବସ୍ଥା ଯେ ତାହାଠାରୁ ଉତ୍ତମ ଓ ପରିତ୍ରାଣସଂଯୁକ୍ତ, ଏହା ଆମ୍ଭେମାନେ ଦୃଢ଼ରୂପେ ବିଶ୍ୱାସ କରୁଅଛୁ।
10 For our Father is not unjust—he won't forget your work and the love you've shown for his name, serving our Father's people, as you still do. କାରଣ ଈଶ୍ବର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ବର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
11 We want each of you to show the same diligence for full assurance of hope until the end, ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,
12 so that you don't become lazy, but imitate those who inherit the promises through faith and patience. ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।
13 For when our Father promised Abraham, since he had no one greater to swear by, he swore by himself, କାରଣ ଈଶ୍ବର ଯେତେବେଳେ ଅବ୍ରହାମଙ୍କ ନିକଟରେ ପ୍ରତିଜ୍ଞା କରିଥିଲେ, ସେତେବେଳେ ସେ ଆଉ କୌଣସି ମହାନ ନାମ ନ ପାଇବାରୁ ଆପଣା ନାମରେ ଶପଥ କରି କହିଥିଲେ,
14 saying, "I will surely bless you and surely multiply you." “ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।”
15 And so Abraham, after waiting patiently, received the promise. ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।
16 People swear by someone greater, and the oath settles every dispute. ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ।
17 Wanting to show the heirs of the promise even more clearly that his purpose never changes, our Father guaranteed it with an oath, ଏଣୁ ଈଶ୍ବର ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ଆପଣା ସଂକଳ୍ପର ଅଟଳତା ଅଧିକ ସ୍ପଷ୍ଟ ଭାବରେ ପ୍ରକାଶ କରିବାକୁ ଇଚ୍ଛା କରି ପ୍ରତିଜ୍ଞା ସହ ଶପଥ ମଧ୍ୟ କରିଥିଲେ,
18 so that, through two unchangeable things in which our Father cannot lie, we who fled for refuge might have strong encouragement to grasp the hope set before us. ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।
19 This hope is an anchor for the soul, safe and firm, entering the inner place behind the curtain, ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,
20 where Jesus entered as forerunner on our behalf, becoming high priest forever in Melchizedek's order. ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]