Skip to content
The Believer's Library

Indian Revised Version(IRV) Odia - 2021

Hebrews 7 IRVOry

Show IRVOry only
Verse × ×
1 This Melchizedek, king of Salem, priest of the Most High, our Father, met Abraham returning from defeating the kings and blessed him. ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ବରଙ୍କ ଯାଜକ ଥିଲେ। ସେ ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
2 Abraham gave him a tenth of everything. His name means, first, king of righteousness, then also king of Salem—meaning king of peace. ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ। ଅନୁବାଦ କଲେ ଏହାଙ୍କ ନାମର ପ୍ରଥମ ଅର୍ଥ ଧର୍ମରାଜା, ଦ୍ୱିତୀୟ, ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା।
3 Without father, without mother, without genealogy, no beginning of days or end of life, but like the Son of our Father, he remains a priest forever. ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।
4 Consider how great this man was: Abraham the patriarch gave him a tenth of the plunder. ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ।
5 Those descendants of Levi who become priests are commanded by the law to collect the tenth from the people—their own brothers—though they too descend from Abraham. ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍‍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
6 But he, though not descended from them, took a tenth from Abraham and blessed the one who held the promises. କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ।
7 It is beyond all dispute that the lesser is blessed by the greater. ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ।
8 In one case, tithes are received by mortal men; in the other, by one testified to be alive. ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।
9 One might even say Levi, who receives the tenth, paid it through Abraham, ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;
10 for he was still in his ancestor's body when Melchizedek met Abraham. କାରଣ ଅବ୍ରହାମଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ।
11 If the Levitical priesthood brought perfection—the people received the law under it—why was another priest needed, one in Melchizedek's order, not called after Aaron's order? ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?
12 For when the priesthood changes, the law must change as well. କାରଣ ଯାଜକତ୍ୱ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ।
13 For he of whom these things are said belonged to another tribe, from which no one has ever served at the altar. ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାନ୍ତି।
14 Clearly our Lord descended from Judah; Moses said nothing about priests from that tribe. କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।
15 And this becomes even more evident when another priest arises in the likeness of Melchizedek, ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,
16 who has become a priest not by a law of physical descent but by the power of an indestructible life. ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।
17 For it is testified about him, "You are a priest forever, in the order of Melchizedek." କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”
18 On the one hand, a former commandment is set aside because of its weakness and uselessness. ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;
19 The law perfected nothing; but a better hope is introduced, through which we draw near to our Father. (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ।
20 This was not without an oath, for the others became priests without an oath, ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ,
21 but he became a priest with an oath, by the one who said to him: "Our Father has sworn and will not change his mind, 'You are a priest forever.'" ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’”
22 To that same degree, Jesus has become the guarantor of a better covenant. ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।
23 The former priests were many, because death prevented them from continuing in office, ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
24 but he holds his priesthood permanently, because he continues forever. କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି।
25 So he can fully save those who come to our Father through him, since he always lives to plead their case. ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ।
26 Such a high priest suited us: holy, blameless, unstained, separated from sinners, raised above the heavens. କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।
27 Unlike those high priests, he doesn't need to offer sacrifices daily—first for his own sins, then for the people's—since he did this once for all, offering himself. ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।
28 The law appoints weak men as high priests, but the oath's word, coming after the law, appoints the Son, made perfect forever. ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]