Skip to content
The Believer's Library

Indian Revised Version(IRV) Odia - 2021

Hebrews 8 IRVOry

Show IRVOry only
Verse × ×
1 The point of this: we have such a high priest, who sat down at the right hand of the throne of the Majesty in heaven. ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;
2 A minister of the holy places and the true tabernacle, set up by the Father, not man. ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।
3 Every high priest is appointed to offer gifts and sacrifices; so this one too must have something to offer. କାରଣ ପ୍ରତ୍ୟେକ ମହାଯାଜକ ଦାନ ଓ ବଳି ଉଭୟ ଉତ୍ସର୍ଗ କରିବାକୁ ନିଯୁକ୍ତ ହୁଅନ୍ତି, ଅତଏବ ଏହି ମହାଯାଜକଙ୍କର ମଧ୍ୟ ଉତ୍ସର୍ଗ କରିବା ନିମନ୍ତେ କିଛି ଥିବା ଆବଶ୍ୟକ।
4 If he were on earth, he wouldn't even be a priest, since others offer the gifts under the law. ଯୀଶୁ ଖ୍ରୀଷ୍ଟ ଯେବେ ପୃଥିବୀରେ ଥାଆନ୍ତେ, ତାହାହେଲେ ଯାଜକ ସୁଦ୍ଧା ହୋଇପାରି ନ ଥାଆନ୍ତେ, କାରଣ ଯେଉଁମାନେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଦାନ ଉତ୍ସର୍ଗ କରନ୍ତି, ଏପରି ଯାଜକମାନେ ଅଛନ୍ତି;
5 They serve a copy and shadow of heavenly things, as Moses was warned when about to complete the tabernacle: "See," he said, "make everything according to the pattern shown you on the mountain." ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।
6 But now Jesus has obtained a superior ministry, since the covenant he mediates is better, established on better promises. କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ କରିଅଛନ୍ତି।
7 For if that first covenant had been faultless, there would have been no need for a second. କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା।
8 For finding fault with them, he says: "Look, the days are coming, declares our Father, when I will make a new covenant with the house of Israel and with the house of Judah. ଯେଣୁ ଈଶ୍ବର ସେଥିର ଦୋଷ ପ୍ରକାଶ କରି ସେମାନଙ୍କୁ କହନ୍ତି, “ପ୍ରଭୁ କହନ୍ତି, ଦେଖ, ସମୟ ଆସୁଅଛି, ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୂଦା ବଂଶ ସହିତ ଗୋଟିଏ ନୂତନ ନିୟମ ସ୍ଥାପନ କରିବା;
9 Not like the covenant I made with their fathers on the day I took them by the hand to lead them out of the land of Egypt. For they did not remain in my covenant, and so I disregarded them, declares our Father. ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।
10 For this is the covenant I will make with the house of Israel after those days, declares our Father I will put my laws into their minds and write them on their hearts, and I will be their Father, and they will be my children. କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହିସବୁ ଲେଖିବା,
11 And no longer will each one teach his neighbor and each one his brother, saying, "Know our Father," for they will all know me, from the least of them to the greatest. ଆମ୍ଭେ ସେମାନଙ୍କ ଈଶ୍ବର ହେବା, ସେମାନେ ଆମ୍ଭର ଲୋକ ହେବେ, ପୁଣି, ପ୍ରଭୁଙ୍କୁ ଜାଣ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ସହନଗରବାସୀଙ୍କୁ, ଆଉ ପ୍ରତ୍ୟେକେ ଆପଣା ଆପଣା ଭାଇଙ୍କୁ ଶିକ୍ଷା ଦେବେ ନାହିଁ, ଯେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସେମାନେ ସମସ୍ତେ ଆମ୍ଭକୁ ଜାଣିବେ।
12 For I will be merciful toward their wrongdoing, and I will remember their sins no more." କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।”
13 Speaking of a new covenant, he has made the first outdated. What's outdated and aging is nearing its end. ସେ “ନୂତନ ନିୟମ” ବୋଲି କହିବା ଦ୍ୱାରା ପ୍ରଥମକୁ ପୁରାତନ କରିଅଛନ୍ତି; ଆଉ ଯାହା ପୁରାତନ ଓ ଜୀର୍ଣ୍ଣ ହୋଇଯାଉଅଛି, ତାହାର ଲୋପ ହେବାର ସମୟ ସନ୍ନିକଟ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]