Skip to content
The Believer's Library

Indian Revised Version(IRV) Odia - 2021

Hosea 1 IRVOry

Show IRVOry only
Verse × ×
1 The word of our Father that came to Hosea son of Beeri, in the days of Judah's kings Uzziah, Jotham, Ahaz, and Hezekiah, and in the days of Israel's king Jeroboam son of Joash. ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍‍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା।
2 When our Father first spoke through Hosea, our Father said, "Go, take a wife of prostitution and have children of prostitution, for the land has completely abandoned me, turning to prostitution instead of following me." ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।”
3 He went and took Gomer daughter of Diblaim; she conceived and bore a son. ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।
4 And our Father said to him, "Name him Jezreel, for soon I will punish the house of Jehu for the blood of Jezreel, and end the kingdom of the house of Israel. ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।
5 And on that day I will break the bow of Israel in the Valley of Jezreel." ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ ଇସ୍ରାଏଲର ଧନୁ ଭଗ୍ନ କରିବା।”
6 She conceived again and bore a daughter. And our Father said to him, "Name her Lo-Ruhamah, for I will no longer show compassion to the house of Israel, nor forgive them at all. ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
7 But I will have mercy on the house of Judah and save them as their Father—I will not save them by bow, sword, or battle, by horses or horsemen." ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।”
8 When she had weaned Lo-Ruhamah, she became pregnant and gave birth to a son. ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା।
9 And our Father said, "Name him Lo-Ammi, for you are not my people, and I will not be your Father." ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
10 The children of Israel will be as countless as the sand of the sea, beyond measure or count. Where they were told, "You are not my people," they will be told, "Children of the living Father." ତଥାପି ଇସ୍ରାଏଲ-ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହାଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
11 Judah's children and the children of Israel will gather together, appoint one head, and go up from the land, for great will be the day of Jezreel. ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]