Skip to content
The Believer's Library

Indian Revised Version(IRV) Odia - 2021

Hosea 2 IRVOry

Show IRVOry only
Verse × ×
1 Say to your brothers, "My People," and to your sisters, "Shown Mercy." ତୁମ୍ଭେମାନେ ଆପଣାମାନଙ୍କର ଭ୍ରାତୃଗଣଙ୍କୁ ଅମ୍ମି ଓ ଆପଣାମାନଙ୍କର ଭଗିନୀଗଣଙ୍କୁ ରୁହାମା ବୋଲି କୁହ।
2 Plead with your mother, plead—for she is not my wife, and I am not her husband—that she put away her whoring from her face and her unfaithfulness from between her breasts, “ତୁମ୍ଭେମାନେ ଆପଣା ମାତା ସହିତ ବାଦାନୁବାଦ କର; କାରଣ ସେ ଆମ୍ଭର ଭାର୍ଯ୍ୟା ନୁହେଁ, କିଅବା ଆମ୍ଭେ ତାହାର ସ୍ୱାମୀ ନୋହୁଁ; ସେ ଆପଣା ଦୃଷ୍ଟିରୁ ଆପଣା ବେଶ୍ୟାଚାର ଓ ଆପଣା ସ୍ତନଦ୍ୱୟର ମଧ୍ୟରୁ ବ୍ୟଭିଚାର ଦୂର କରୁ;
3 or I will strip her bare and leave her as naked as the day she was born; I will make her like a wilderness, turn her into a parched land, and let her die of thirst. ନୋହିଲେ ଅବା ଆମ୍ଭେ ତାହାକୁ ବିବସ୍ତ୍ରା କରିବା ଓ ସେ ଜନ୍ମ ଦିନରେ ଯେରୂପ ଥିଲା, ସେରୂପ କରି ତାହାକୁ ରଖିବା; ପୁଣି, ତାହାକୁ ପ୍ରାନ୍ତରର ତୁଲ୍ୟ କରିବା ଓ ମରୁଭୂମି ତୁଲ୍ୟ କରି ତୃଷାରେ ତାହାକୁ ବଧ କରିବା;
4 I will show her children no compassion, for they are the children of whoring. ଆହୁରି, ଆମ୍ଭେ ତାହାର ସନ୍ତାନଗଣ ପ୍ରତି ଦୟା କରିବା ନାହିଁ, କାରଣ ସେମାନେ ବେଶ୍ୟାଚାରରୁ ଜାତ ସନ୍ତାନ।
5 Their mother has prostituted herself; she who carried them acted in shame. She said, "I will chase after my lovers, who give me my bread and my water, my wool and my flax, my oil and my drink." ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’
6 Therefore I am about to block her path with thorns; I will wall her in so she cannot find her paths. ଏଥିପାଇଁ ଦେଖ, ଆମ୍ଭେ କଣ୍ଟା ଦ୍ୱାରା ତୁମ୍ଭର ପଥ ରୁଦ୍ଧ କରିବା ଓ ଆମ୍ଭେ ତାହାର ବିରୁଦ୍ଧରେ ବାଡ଼ ବାନ୍ଧିବା, ତହିଁରେ ସେ ଆପଣା ପଥ ପାଇବ ନାହିଁ।
7 She will chase her lovers but not catch them; she will look for them but not find them. Then she will say, "I will go back to my first husband, for it was better for me then than now." ପୁଣି, ସେ ଆପଣା ପ୍ରେମିକଗଣର ପଛେ ପଛେ ଯିବ, ମାତ୍ର ସେ ସେମାନଙ୍କର ସଙ୍ଗ ଧରିବ ନାହିଁ ଓ ସେ ସେମାନଙ୍କର ଅନ୍ଵେଷଣ କରିବ, ମାତ୍ର ଉଦ୍ଦେଶ୍ୟ ପାଇବ ନାହିଁ; ତହୁଁ ସେ କହିବ, ‘ମୁଁ ଫେରି ଆପଣା ପ୍ରଥମ ସ୍ୱାମୀ ନିକଟକୁ ଯିବି; କାରଣ ବର୍ତ୍ତମାନ ଅପେକ୍ଷା ସେତେବେଳେ ମୋର ମଙ୍ଗଳ ଥିଲା।’
8 She has not realized that it was I who gave her the grain, the new wine, and the oil, I who lavished silver and gold on her—which they spent on Baal. ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍‍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।
9 Therefore I will take back my grain when it ripens and my new wine in its season; I will reclaim my wool and my flax, given to cover her nakedness. ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।
10 Now I will expose her shame before the eyes of her lovers, and no one will rescue her from my hand. ପୁଣି, ଏବେ ଆମ୍ଭେ ତାହାର ପ୍ରେମିକଗଣର ସାକ୍ଷାତରେ ତାହାର ଭ୍ରଷ୍ଟତା ପ୍ରକାଶ କରିବା ଓ ଆମ୍ଭ ହସ୍ତରୁ କେହି ତାହାକୁ ଉଦ୍ଧାର କରିବେ ନାହିଁ।
11 I will put an end to all her rejoicing—her festivals, her New Moons, her Sabbaths, all her appointed festivals. ଆହୁରି, ଆମ୍ଭେ ତାହାର ସକଳ ଆମୋଦ, ତାହାର ଉତ୍ସବ, ଅମାବାସ୍ୟା, ବିଶ୍ରାମ ଦିନ ଓ ତାହାର ମହାସଭା ସକଳ ବନ୍ଦ କରିବା।
12 I will lay waste her vines and fig trees, of which she said, "These are my wages that my lovers gave me." I will turn them into a thicket, and the wild animals will devour them. ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।
13 I will hold her accountable for the days she burned offerings to the Baals, when she decked herself with rings and jewelry and chased after her lovers—but me she forgot, declares our Father. ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।
14 "Therefore, look, I am going to win her back: I will lead her into the wilderness and speak tenderly to her heart. ଏଥିନିମନ୍ତେ ଦେଖ, ଆମ୍ଭେ ତାହାର ମନକୁ ଆକର୍ଷଣ କରି ତାହାକୁ ପ୍ରାନ୍ତରକୁ ଆଣିବା ଓ ତାହାକୁ ଚିତ୍ତ ପ୍ରବୋଧକ କଥା କହିବା।
15 There I will give her back her vineyards and make the Valley of Achor a doorway of hope. There she will respond as in the days of her youth, as on the day she came up out of Egypt." ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।
16 On that day, declares our Father, you will call me "my husband," and no longer will you call me "my Baal." ଆଉ, ସଦାପ୍ରଭୁ କହନ୍ତି, ସେହି ଦିନ ତୁମ୍ଭେ ଆମ୍ଭକୁ ‘ଈଶୀ’ (ଆମ୍ଭର ସ୍ୱାମୀ) ବୋଲି ଡାକିବ ଓ ‘ବାଲୀ’ (କର୍ତ୍ତା) ବୋଲି ଆଉ ଡାକିବ ନାହିଁ।
17 I will remove the names of the Baals from her mouth; never again will they be invoked by name. କାରଣ ଆମ୍ଭେ ତାହାର ମୁଖରୁ ବାଲ୍‍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।
18 On that day I will make a covenant for them with the wild animals, the birds of the sky, and the creatures that move along the ground; I will banish bow and sword and war from the land, so that all may lie down in safety. ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
19 I will betroth you to me forever; I will betroth you to me in righteousness and justice, in covenant love and compassion. ପୁଣି, ଆମ୍ଭେ ଚିରକାଳ ନିମନ୍ତେ ଆମ୍ଭ ପାଇଁ ତୁମ୍ଭକୁ ବାଗ୍‍ଦାନ କରିବା; ହଁ, ଆମ୍ଭେ ତୁମ୍ଭକୁ ଧର୍ମରେ, ନ୍ୟାୟ-ବିଚାରରେ, ସ୍ନେହପୂର୍ଣ୍ଣ କରୁଣାରେ ଓ ଦୟାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା।
20 I will betroth you to me in faithfulness, and you will know your Father. ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍‍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।
21 On that day I will respond, declares our Father—I will respond to the heavens, and they will respond to the earth; ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;
22 and the earth will respond to the grain, the new wine, and the oil, and they will respond to Jezreel. ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;
23 I will plant her for myself in the land. I will show mercy to "No Mercy," and I will say to "Not My People," "You are my children"; and they will say, "You are my Father." ପୁଣି, ଆମ୍ଭେ ଆପଣା ପାଇଁ ତାହାକୁ ଦେଶରେ ରୋପଣ କରିବା; ତହିଁରେ ଯେ ଦୟା ପାଇ ନ ଥିଲା, ତାହା ପ୍ରତି ଆମ୍ଭେ ଦୟା କରିବା; ଆଉ, ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ କହିବା, ତୁମ୍ଭେ ଆମ୍ଭର ଲୋକ ଓ ସେମାନେ କହିବେ, ‘ତୁମ୍ଭେ ଆମ୍ଭର ପରମେଶ୍ୱର।’”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]