Skip to content
The Believer's Library

Indian Revised Version(IRV) Odia - 2021

Hosea 3 IRVOry

Side by side with the Father's Heart Bible™

ହୋଶେୟଙ୍କର ଭାର୍ଯ୍ୟା କ୍ରୟ

1ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”

2ତହିଁରେ ମୁଁ ପନ୍ଦର ରୌପ୍ୟ ମୁଦ୍ରା, ଏକ ହୋମର ଓ ଅର୍ଦ୍ଧ ହୋମର ଯବ ଦେଇ ସେ ସ୍ତ୍ରୀକୁ କିଣିଲି; 3ଆଉ, ମୁଁ ତାହାକୁ କହିଲି, “ତୁମ୍ଭେ ଅନେକ ଦିନ ପର୍ଯ୍ୟନ୍ତ ମୋʼ ନିମନ୍ତେ ରହିବ; ତୁମ୍ଭେ ବେଶ୍ୟାବୃତ୍ତି କରିବ ନାହିଁ ଓ ତୁମ୍ଭେ ଅନ୍ୟ କୌଣସି ପୁରୁଷର ଭାର୍ଯ୍ୟା ହେବ ନାହିଁ ଓ ମୁଁ ମଧ୍ୟ ତୁମ୍ଭ ପ୍ରତି ସେହିପରି ବ୍ୟବହାର କରିବି।” 4କାରଣ ଇସ୍ରାଏଲ-ସନ୍ତାନଗଣ ଅନେକ ଦିନ ପର୍ଯ୍ୟନ୍ତ ରାଜାହୀନ, ଅଧିପତିହୀନ, ଯଜ୍ଞହୀନ, ସ୍ତମ୍ଭହୀନ ଓ ଏଫୋଦ ଅବା ଠାକୁରହୀନ ହୋଇ ରହିବେ; 5ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଫେରି ଆସିବେ ଓ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଓ ଆପଣାମାନଙ୍କର ରାଜା ଦାଉଦଙ୍କୁ ଅନ୍ଵେଷଣ କରିବେ; ଆଉ, ଶେଷ କାଳରେ ସେମାନେ ଭୟଯୁକ୍ତ ହୋଇ ସଦାପ୍ରଭୁଙ୍କ ନିକଟକୁ ଓ ତାହାଙ୍କ ଅନୁଗ୍ରହର ନିକଟକୁ ଆସିବେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]