Skip to content
The Believer's Library

Indian Revised Version(IRV) Odia - 2021

Hosea 5 IRVOry

Side by side with the Father's Heart Bible™

ଇସ୍ରାଏଲ ଓ ଯିହୁଦାର ଶାସ୍ତି

1ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର,ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ;ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।

2ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି;ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।

3ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ;କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।

4ସେମାନଙ୍କର କ୍ରିୟାସକଳ ସେମାନଙ୍କୁଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ;କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛିଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।

5ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ;ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।

6ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ;ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ;କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।

7ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି;କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି;ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।

8ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର,ରାମାରେ ତୂରୀ ବଜାଅ;ବେଥ୍-ଆବନରେ ଭୟାନକ ସିଂହନାଦ କର;ତୁମ୍ଭ ପଛେ, ହେ ବିନ୍ୟାମୀନ୍,

9ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ,ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।

10ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି;ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା।

11ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।

12ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।

13ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା,ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲାଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା;ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ,କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।

14କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା।ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା;ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।

15ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରିଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା;ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]