Skip to content
The Believer's Library

Indian Revised Version(IRV) Odia - 2021

Hosea 5 IRVOry

Show IRVOry only
Verse × ×
1 Hear this, priests! Pay attention, house of Israel! Listen, house of the king! For the judgment is meant for you, because you have been a snare at Mizpah and a net spread out on Tabor. ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
2 "The rebels have gone deep into slaughter, but I will discipline all of them. ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ।
3 I know Ephraim, and Israel is not hidden from me; for now, Ephraim, you have prostituted yourself, and Israel is defiled. ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି।
4 "Their deeds will not let them return to their Father, for a spirit of prostitution is within them, and they do not know our Father. ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ।
5 The pride of Israel testifies against him; Israel and Ephraim stumble in their sin; Judah also stumbles with them. ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ।
6 With their flocks and their herds they will go to seek our Father, but they will not find him; he has withdrawn from them. ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି।
7 They have dealt faithlessly with our Father, for they have borne illegitimate children. Now the new moon will devour them along with their fields. ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି; କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ।
8 "Blow the horn in Gibeah, the trumpet in Ramah. Sound the battle cry at Beth-aven; look behind you, Benjamin! ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,
9 Ephraim will become a desolation in the day of punishment; among the tribes of Israel I make known what is sure. ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ।
10 The princes of Judah have become like those who move a boundary stone; on them I will pour out my wrath like water. ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା।
11 Ephraim is oppressed, crushed in judgment, because he was intent on pursuing worthless idols. ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି।
12 So I am like a moth to Ephraim, and like dry rot to the house of Judah. ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ।
13 "Ephraim saw his own sickness, Judah saw his open sore; so Ephraim ran to Assyria, appealing to its great king. But that king can't cure you, or heal your festering wound. ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ।
14 For I will be like a lion to Ephraim, and like a young lion to the house of Judah. I myself will tear and go away; I will carry off, and no one will rescue. କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।
15 I will go back again to my place, until they acknowledge their guilt and seek my face; in their distress they will earnestly seek me." ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]