Skip to content
The Believer's Library

Indian Revised Version(IRV) Odia - 2021

Hosea 6 IRVOry

Show IRVOry only
Verse × ×
1 Come, let us return to our Father, for he has torn us so he can heal us; he has struck us down, and he will bandage our wounds. “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ନିକଟକୁ ଫେରିଯାଉ; କାରଣ ସେ ବିଦୀର୍ଣ୍ଣ କରିଅଛନ୍ତି ଓ ସେ ଆମ୍ଭମାନଙ୍କୁ ସୁସ୍ଥ କରିବେ; ସେ ପ୍ରହାର କରିଅଛନ୍ତି ଓ ସେ ଆମ୍ଭମାନଙ୍କ କ୍ଷତ ବାନ୍ଧିବେ।
2 After two days he will revive us; on the third day he will raise us up so we can live before him. ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।
3 Let us know, let us press on to know our Father. He goes forth as surely as the dawn; he will come to us like the rain, like the spring showers that water the earth. ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”
4 "What should I do with you, Ephraim? What should I do with you, Judah? Your love is like a morning cloud, like the dew that disappears early. ହେ ଇଫ୍ରୟିମ, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? ହେ ଯିହୁଦା, ଆମ୍ଭେ ତୁମ୍ଭ ପ୍ରତି କଅଣ କରିବା? କାରଣ ତୁମ୍ଭମାନଙ୍କର ଧର୍ମ ପ୍ରାତଃକାଳୀନ ମେଘ ତୁଲ୍ୟ ଓ ପ୍ରତ୍ୟୁଷରେ ଅନ୍ତର୍ହିତ ହେବା କାକର ତୁଲ୍ୟ।
5 Therefore I have cut them down by the prophets; I have slain them by the words of my mouth, and my judgment goes forth like the light. ଏଥିପାଇଁ ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ସେମାନଙ୍କୁ ଚ୍ଛେଦନ କରିଅଛୁ; ଆମ୍ଭେ ଆପଣା ମୁଖନିର୍ଗତ ବାକ୍ୟ ଦ୍ୱାରା ସେମାନଙ୍କୁ ବଧ କରିଅଛୁ ଓ ତୁମ୍ଭର ଦଣ୍ଡାଜ୍ଞାସକଳ ନିର୍ଗତ ହେବା ଦୀପ୍ତି ତୁଲ୍ୟ ଅଟେ।
6 For I desire covenant love and not sacrifice, the knowledge of our Father rather than burnt offerings. କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ।
7 But like Adam they broke the covenant; there they dealt faithlessly with me. ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସଘାତକତା କରିଅଛନ୍ତି।
8 Gilead is a city of evildoers, marked with bloody footprints. ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।
9 As robbers lie in wait for a victim, so the company of priests murders on the road to Shechem; yes, they commit shameful crimes. ପୁଣି, ଡକାୟତ ଦଳ ଯେପରି ମନୁଷ୍ୟର ଅପେକ୍ଷାରେ ଥାଆନ୍ତି, ସେପରି ଯାଜକ ଦଳ ଶିଖିମ ଆଡ଼େ ଯିବା ପଥରେ ନରହତ୍ୟା କରନ୍ତି; ହଁ, ସେମାନେ ଭ୍ରଷ୍ଟାଚରଣ କରିଅଛନ୍ତି।
10 In the house of Israel I have seen a horrible thing: Ephraim's prostitution is there; Israel is defiled. ଆମ୍ଭେ ଇସ୍ରାଏଲ ବଂଶ ମଧ୍ୟରେ ଅତି ଭୟଙ୍କର ଏକ ବିଷୟ ଦେଖିଅଛୁ, ସେହି ସ୍ଥାନରେ ଇଫ୍ରୟିମ ମଧ୍ୟରେ ବେଶ୍ୟାବୃତ୍ତି ଦେଖାଯାଏ, ଇସ୍ରାଏଲ ଅଶୁଚି ହୋଇଅଛି।
11 "For you also, Judah, a harvest is appointed, when I restore the fortunes of my children." ଆହୁରି ହେ ଯିହୁଦା, ଆମ୍ଭେ ଯେତେବେଳେ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବା, ସେତେବେଳେ ତୁମ୍ଭ ପାଇଁ (ଦଣ୍ଡରୂପ) ଶସ୍ୟଚ୍ଛେଦନ ସମୟ ନିରୂପିତ ଅଛି।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]