Skip to content
The Believer's Library

Indian Revised Version(IRV) Odia - 2021

Hosea 7 IRVOry

Side by side with the Father's Heart Bible™

1ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ,ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ;କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତିଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାୟତ ଦଳ ବାହାରେ ଲୁଟ କରନ୍ତି।

2ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ,ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ;ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି;ସେହି ସବୁ ଆମ୍ଭ ସମ୍ମୁଖରେ ଅଛି।

3ସେମାନେ ଆପଣାମାନଙ୍କର ଦୁଷ୍ଟତା ଦ୍ୱାରା ରାଜାକୁଓ ଆପଣାମାନଙ୍କ ମିଥ୍ୟା ଦ୍ୱାରା ଅଧିପତିମାନଙ୍କୁ ଆନନ୍ଦିତ କରନ୍ତି।

4ସେମାନେ ସମସ୍ତେ ବ୍ୟଭିଚାରୀ;ସେମାନେ ରୁଟି ପ୍ରସ୍ତୁତକାରୀ ଦ୍ୱାରା ଉତ୍ତପ୍ତ ତନ୍ଦୁର ସ୍ୱରୂପ;ମଇଦା ଦଳିବା ସମୟଠାରୁ ତହିଁରେ ତାଡ଼ି ମିଶ୍ରିତ ନ ହେବା ପର୍ଯ୍ୟନ୍ତସେ ଅଗ୍ନି ପ୍ରଜ୍ୱଳିତ କରିବାରୁ ନିବୃତ୍ତ ହୁଏ।

5ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ;ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।

6କାରଣ ସେମାନେ ଛକି ବସି ଆପଣା ଆପଣା ଅନ୍ତଃକରଣ ତନ୍ଦୁର ପରି ପ୍ରସ୍ତୁତ କରିଅଛନ୍ତି;ସେମାନଙ୍କର କ୍ରୋଧ ରାତ୍ରିସାରା କୁହୁଳୁ ଥାଏ;ପ୍ରାତଃକାଳରେ ତାହା ପ୍ରଜ୍ୱଳିତ ଅଗ୍ନି ପରି ଜ୍ୱଳଇ।

7ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତିଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି;ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି;ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।

8ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ;ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ।

9ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ;ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।

10ପୁଣି, ଇସ୍ରାଏଲର ଦର୍ପ ତାହାର ସାକ୍ଷାତରେ ସାକ୍ଷ୍ୟ ଦିଏ;ତଥାପି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରି ନାହାନ୍ତି,କିଅବା ଏହିସବୁ ଘଟିଲେ ମଧ୍ୟ ସେମାନେ ତାହାଙ୍କର ଅନ୍ଵେଷଣ କରି ନାହାନ୍ତି।

11ପୁଣି, ଇଫ୍ରୟିମ ଅବୋଧ କପୋତର ତୁଲ୍ୟ ବୁଦ୍ଧିହୀନ;ସେମାନେ ମିସରକୁ ନିବେଦନ କରନ୍ତି, ସେମାନେ ଅଶୂରକୁ ଯାଆନ୍ତି।

12ଯେତେବେଳେ ସେମାନେ ଯିବେ,ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା;ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା;ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।

13ସେମାନେ ସନ୍ତାପର ପାତ୍ର!କାରଣ ସେମାନେ ଆମ୍ଭ ନିକଟରୁ ବିପଥଗାମୀ ହୋଇଅଛନ୍ତି;ସେମାନଙ୍କର ସର୍ବନାଶ ଘଟିବ;କାରଣ ସେମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି;ଆମ୍ଭେ ସେମାନଙ୍କୁ ମୁକ୍ତ କରିବାକୁ ଇଚ୍ଛା କଲେ ମଧ୍ୟସେମାନେ ଆମ୍ଭ ବିରୁଦ୍ଧରେ ମିଥ୍ୟା କଥା କହିଅଛନ୍ତି।

14ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି;ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି;ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି,ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।

15ଆମ୍ଭେ ସେମାନଙ୍କ ବାହୁକୁ ଶିକ୍ଷା ଦେଇ ସବଳ କଲେ ମଧ୍ୟସେମାନେ ଆମ୍ଭ ବିରୁଦ୍ଧରେ କୁକଳ୍ପନା କରନ୍ତି।

16ସେମାନେ ଫେରି ଆସନ୍ତି ସତ୍ୟ, ମାତ୍ର ଊର୍ଦ୍ଧ୍ୱସ୍ଥଙ୍କ ପ୍ରତି ନୁହେଁ;ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ;ସେମାନଙ୍କ ଅଧିପତିମାନେ ଆପଣା ଆପଣାଜିହ୍ୱାର ପ୍ରଚଣ୍ଡତା ସକାଶୁ ଖଡ୍ଗ ଦ୍ୱାରା ପତିତ ହେବେ;ଏହା ମିସର ଦେଶରେ ସେମାନଙ୍କ ପକ୍ଷରେ ଉପହାସର ବିଷୟ ହେବ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]