Skip to content
The Believer's Library

Indian Revised Version(IRV) Odia - 2021

Isaiah 17 IRVOry

Side by side with the Father's Heart Bible™

ଦମ୍ମେଶକ ପ୍ରତି ଭାବବାଣୀ

1ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।

2ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି;ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।

3ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ସବୁ ଇସ୍ରାଏଲ-ସନ୍ତାନଗଣର ଗୌରବ ତୁଲ୍ୟ ହେବ।

4ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;

5ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ,କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ।

6ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।

7ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ। 8ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।

9ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ-ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବଓ ଦେଶ ଉଚ୍ଛିନ୍ନ ହେବ।

10କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ;ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;

11ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ;ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ।

12ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି;ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!

13ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।

14ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି।ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]