Skip to content
The Believer's Library

Indian Revised Version(IRV) Odia - 2021

Isaiah 18 IRVOry

Side by side with the Father's Heart Bible™

କୂଶ ଦେଶ ପ୍ରତି ଭାବବାଣୀ

1ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;

2ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ,ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ,ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି,ଯେଉଁମାନଙ୍କ ଦେଶ ନଦ-ନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ!

3ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ,ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।

4କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବାଓ ଆପଣା ବାସ ସ୍ଥାନରେ ଥାଇ ନିରୀକ୍ଷଣ କରିବା।”

5ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ।

6ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେହି ସବୁ ପରିତ୍ୟକ୍ତ ହେବ;ଦୁରନ୍ତ ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ।

7ସେହି ସମୟରେ ଦୀର୍ଘକାୟ ଓ ଚିକ୍କଣ ଓ ଅଦ୍ୟାବଧି ଭୟଙ୍କର ଏକ ଗୋଷ୍ଠୀୟ ଲୋକେ; ଯେଉଁମାନେ ପରିମାଣ କରନ୍ତି ଓ ପଦ ତଳେ ଦଳିତ କରନ୍ତି, ଯେଉଁମାନଙ୍କର ଦେଶ ନଦ-ନଦୀରେ ବିଭକ୍ତ, ଏପରି ଏକ ଜନବୃନ୍ଦ ସୈନ୍ୟାଧିପତି ସଦାପ୍ରଭୁଙ୍କର ଉପହାର ରୂପେ ସୈନ୍ୟାଧିପତି ସଦାପ୍ରଭୁଙ୍କର ନାମବିଶିଷ୍ଟ ସ୍ଥାନ ସିୟୋନ ପର୍ବତକୁ ଅଣାଯିବେ।

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]