Skip to content
The Believer's Library

Indian Revised Version(IRV) Odia - 2021

Isaiah 21 IRVOry

Show IRVOry only
Verse × ×
1 The oracle of the wilderness of the sea. Like whirlwinds sweeping the Negev, it comes from the wilderness, a fearsome land. ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।
2 A harsh vision has been shown to me: the betrayer betrays, and the destroyer destroys. Go up, Elam! Lay siege, Media! I have put an end to all the groaning she caused. ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।
3 Therefore my body is gripped with anguish; pangs have seized me, like the pangs of a woman in labor. I am too doubled over to hear, too terrified to see. ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
4 My heart staggers; horror overwhelms me. The twilight I longed for has turned to trembling for me. ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।
5 They set the table, they spread the rugs, they eat, they drink. Rise up, you princes! Oil the shields! ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।
6 For this is what the Sovereign Father said to me: "Go, station the watchman; let him report what he sees. କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
7 When he sees riders, horsemen in pairs, riders on donkeys, riders on camels, let him watch closely, very closely." ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”
8 Then the watchman cried out: "A lion! Upon the watchtower, O Sovereign Father, I stand continually by day, and at my post I keep watch all through the nights." ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନ ବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,
9 And look—here come riders, horsemen in pairs! And he answered, "Fallen, fallen is Babylon, and all the carved images of her gods lie shattered on the ground." ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”
10 O my threshed people, child of my threshing floor, what I have heard from the Father of heaven's armies, I declare to you. ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।
11 An oracle about Dumah. Someone calls to me from Seir: "Watchman, what of the night? Watchman, what of the night?" ଦୂମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?”
12 The watchman says, "Morning comes, and also the night. If you would inquire, then inquire; come back again." ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”
13 The oracle concerning Arabia. In Arabia's thickets you will spend the night, you Dedanite caravans. ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।
14 Bring water to the thirsty; you who live in the land of Tema, bring bread to the fugitive. ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।
15 For they have fled from the swords—from the drawn sword, from the bent bow, and from the weight of battle. କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ।
16 For the Sovereign Father told me: "Within a year, as a hired worker counts it, all Kedar's glory ends. ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;
17 The remaining archers, Kedar's warrior sons, will be few, for our Father has spoken." ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]