Skip to content
The Believer's Library

Indian Revised Version(IRV) Odia - 2021

Isaiah 22 IRVOry

Show IRVOry only
Verse × ×
1 An oracle concerning the Valley of Vision. What is the matter with you now, that you have all gone up to the rooftops, ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?
2 you town full of noise, you wild, chaotic city, you reveling town? Your dead were not killed by the sword, nor did they die in battle. ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।
3 All your rulers fled together; they were captured without a bow being drawn. All of you who were found were taken captive together, though you had fled far away. ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।
4 So I said, "Look away from me; let me weep bitterly. Do not try to comfort me over the ruin of the daughter of my people." ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।”
5 For the Father of heaven's armies has a day of tumult and trampling and confusion in the Valley of Vision—walls battered down and a cry for help echoing to the mountains. କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।
6 Elam took up the quiver with chariots and horsemen, and Kir bared their shields. ପୁଣି, ଏଲମ୍‍ ରଥାରୋହୀ, ଅଶ୍ୱାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍‍ ଢାଲ ଅନାବୃତ କଲା।
7 Your choicest valleys were full of chariots, and the horsemen took their positions at the gates. ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର-ଦ୍ୱାରରେ ସସଜ୍ଜ ହୋଇଥିଲେ।
8 Our Father stripped away the defenses of Judah. And in that day you looked to the weapons in the House of the Forest, ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।
9 and you saw how many breaches there were in the city of David. You collected the water of the lower pool, ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।
10 and you counted the houses of Jerusalem and tore some down to fortify the wall. ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।
11 You built a reservoir between the two walls for the water of the old pool, but you did not look to the One who made it, nor consider our Father who planned it long ago. ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।
12 In that day the Father of heaven's armies called for weeping and mourning, for shaved heads and mourning clothes. ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
13 But instead there was joy and celebration, slaughtering cattle and killing sheep, eating meat and drinking wine: "Let us eat and drink, for tomorrow we die!" ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”
14 The Father of heaven's armies has revealed this to me: "Surely this sin will not be wiped away from you until you die," says the Father of heaven's armies. ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।
15 This is what the Father of heaven's armies says: Go to this steward, Shebna, who is over the household, and say to him: ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍‍, ଗୃହର ଅଧ୍ୟକ୍ଷ ଶିବ୍‍ନ ନିକଟକୁ ଯାଇ କୁହ,
16 What are you doing here, and who gave you the right to be here, that you have cut out a tomb for yourself here—carving your grave high up on the heights, chiseling your resting place in the rock? ‘ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!
17 Look, our Father is about to hurl you away violently, you strong man; he will seize firm hold of you. ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।
18 He will wind you up tightly and fling you like a ball into a vast open land. There you will die, and there your splendid chariots will lie—you disgrace to your master's house. ନିଶ୍ଚୟ ସେ ପେଣ୍ଡୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ୱରୂପ।
19 I will depose you from your office, and you will be pulled down from your post. ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ିଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।
20 In that day I will summon my servant Eliakim son of Hilkiah, ଆଉ, ସେହି ଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍କୁ ଡାକିବା;
21 I will clothe him with your robe and fasten your sash on him, and I will hand your authority over to him. He will be a father to the people of Jerusalem and to the house of Judah. ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।
22 I will place the key of the house of David on his shoulder; what he opens no one will shut, and what he shuts no one will open. ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।
23 I will drive him in like a peg in a firm place, and he will become a seat of honor for his father's house. ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।
24 They will hang on him the whole weight of his father's house—the offspring and the offshoots, every small vessel, from the bowls to all the jars. ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳସ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।
25 In that day, declares the Father of heaven's armies, the peg driven into the firm place will give way; it will be cut down and fall, and the load hanging on it will be cut off—for our Father has spoken. ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।’”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]