Skip to content
The Believer's Library

Indian Revised Version(IRV) Odia - 2021

Isaiah 23 IRVOry

Show IRVOry only
Verse × ×
1 The oracle concerning Tyre: Wail, you ships of Tarshish, for your harbor is destroyed, left without house or haven. From the land of Cyprus the news has reached them. ସୋର ବିଷୟକ ଭାବବାଣୀ। ହେ ତର୍ଶୀଶର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।
2 Be silent, you who live on the coast, you merchants of Sidon, whose messengers cross the sea. ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।
3 Across the great waters came the grain of Shihor, the harvest of the Nile—this was her revenue; and she became the marketplace of the nations. ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।
4 Be ashamed, Sidon, for the sea has spoken, the stronghold of the sea, saying: "I have not labored nor given birth, I have not raised young men nor brought up young women." ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, “ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ।”
5 When the report reaches Egypt, they will writhe in anguish at the news about Tyre. ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ।
6 Cross over to Tarshish; wail, you who live on the coast. ତୁମ୍ଭେମାନେ ପାର ହୋଇ ତର୍ଶୀଶ‌କୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।
7 Is this your jubilant city, whose origins go back to ancient times, whose feet carried her to settle in distant lands? ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।
8 Who has planned this against Tyre, the bestower of crowns, whose merchants were princes, whose traders were the honored of the earth? ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି?
9 The Father of heaven's armies has planned it—to defile all glorious pride, to humble all the honored of the earth. ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।
10 Flow over your land like the Nile, daughter of Tarshish; there is no harbor any longer. ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।
11 He has stretched out his hand over the sea; he has shaken the kingdoms. Our Father has given the command concerning Canaan to destroy her strongholds. ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।
12 He said, "You will no longer rejoice, violated virgin daughter of Sidon. Arise, cross over to Cyprus; even there you will find no rest." ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”
13 Look at the land of the Babylonians! This is the people who are no more; Assyria gave it over to desert creatures. They raised their siege towers, they stripped its palaces bare, they made it a ruin. କଲ୍‍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।
14 Wail, you ships of Tarshish, for your stronghold is destroyed. ହେ ତର୍ଶୀଶର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।
15 In that day Tyre will be forgotten for seventy years, like the lifetime of one king. At the end of seventy years, Tyre's fate will be like the song of the prostitute: ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ।
16 "Take a harp, go about the city, forgotten prostitute; play sweetly, sing many songs, so that you may be remembered." ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।
17 At the end of seventy years, our Father will turn his attention to Tyre, and she will return to her earnings, prostituting herself with all the kingdoms of the world across the earth. ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟାବୃତ୍ତି କରିବ।
18 But her profit and her earnings will be set apart as holy to our Father. It will not be stored up or hoarded; her profit will go to those who live before our Father, for abundant food and fine clothing. ଆଉ, ତାହାର ବାଣିଜ୍ୟ ଓ ଭଡ଼ା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ତାହା ଭଣ୍ଡାରରେ ରଖାଯିବ ନାହିଁ କି ସଞ୍ଚୟ କରାଯିବ ନାହିଁ; କାରଣ ଯେଉଁମାନେ ସଦାପ୍ରଭୁଙ୍କ ସମ୍ମୁଖରେ ବାସ କରନ୍ତି, ସେମାନଙ୍କର ଯଥେଷ୍ଟ ଭକ୍ଷ୍ୟ ଓ ଚିରସ୍ଥାୟୀ ବସ୍ତ୍ର ନିମନ୍ତେ ତାହାର ବାଣିଜ୍ୟ ହେବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]