Skip to content
The Believer's Library

Indian Revised Version(IRV) Odia - 2021

Isaiah 28 IRVOry

Show IRVOry only
Verse × ×
1 Woe to the proud crown of the drunkards of Ephraim, and to the fading flower of its glorious beauty, which sits on the head of the lush valley of those overcome with wine! ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!
2 Look, the Sovereign Father has one who is mighty and strong; like a hailstorm, a destroying tempest, like a storm of mighty, overflowing waters, he will hurl it down to the earth with his hand. ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
3 The proud crown of the drunkards of Ephraim will be trampled underfoot. ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
4 And the fading flower of its glorious beauty, which sits on the head of the lush valley, will be like a first-ripe fig before summer—whoever sees it swallows it as soon as it is in his hand. ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।
5 In that day the Father of heaven's armies will be a crown of glory and a diadem of beauty to the remnant of his people, ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;
6 and a spirit of justice to the one who sits in judgment, and strength to those who turn back the battle at the gate. ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର-ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।
7 These also reel with wine and stagger with strong drink: the priest and the prophet reel with strong drink, they are confused by wine, they stagger with strong drink, they reel when they see visions, they stumble in giving their rulings. ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
8 For all the tables are covered with filthy vomit, with no clean place left. କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।
9 "Whom will he teach knowledge, and to whom will he explain the message? Those just weaned from milk, those just taken from the breast? “ସେ କାହାକୁ ଜ୍ଞାନ ଶିକ୍ଷା ଦେବ? ସେ କାହାକୁ ସମାଚାର ବୁଝାଇ ଦେବ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ?
10 For it is order on order, order on order, line on line, line on line, a little here, a little there." କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।”
11 Indeed, by people of strange lips and a foreign tongue he will speak to this people, ନା, ମାତ୍ର ସେ ବିଦେଶୀୟ ଓଷ୍ଠାଧର ଓ ପରଭାଷା ଦ୍ୱାରା ଏହି ଲୋକମାନଙ୍କୁ କଥା କହିବେ;
12 to whom he had said, "This is the rest; give rest to the weary; this is the resting place"—yet they were not willing to listen. ସେ ସେମାନଙ୍କୁ କହିଲେ, “ଏହି ବିଶ୍ରାମ, ତୁମ୍ଭେମାନେ କ୍ଳାନ୍ତ ଲୋକମାନଙ୍କୁ ବିଶ୍ରାମ ଦିଅନ୍ତି, ପୁଣି, ଏହି ତ ଆରାମ,” ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ।
13 So the word of our Father will be to them rule on rule, rule on rule, line on line, line on line, a little here, a little there, that they may go and stumble backward, and be broken, and snared, and captured. ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ।
14 Therefore hear the word of our Father, you scoffers who rule this people in Jerusalem! ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
15 Because you have said, "We have struck a covenant with death, and with the grave we have made an agreement; when the overwhelming flood passes through, it will not reach us, for we have made lies our refuge and hidden ourselves in falsehood", ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”
16 therefore this is what the Sovereign Father says: "Look, I am laying in Zion a stone, a tested stone, a precious cornerstone, a sure foundation: the one who believes will not panic. ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣ-ପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
17 And I will make justice the measuring line and righteousness the plumb line; hail will sweep away the refuge of lies, and waters will flood the hiding place. ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।”
18 Then your covenant with death will be wiped out, and your agreement with the grave will not stand; when the overwhelming flood passes through, you will be trampled down by it. ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।
19 As often as it passes through, it will seize you; for morning by morning it will pass through, by day and by night, and it will be sheer terror just to take in the news." ତାହା ଯେତେ ଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।
20 For the bed is too short to stretch out on, and the blanket too narrow to wrap up in. କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।
21 For our Father will rise up as he did at Mount Perazim, he will be stirred as in the Valley of Gibeon, to do his work—strange is his work!—and to perform his task—foreign is his task! ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।
22 Now therefore do not scoff, or your chains will grow tighter; for I have heard a decree of destruction from the Father of heaven's armies, against the whole land. ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।
23 Listen and hear my voice; pay attention and hear my words. ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର।
24 Does the farmer plow all day to plant? Does he keep breaking up and tilling his ground? କୃଷକ ବୀଜ ବୁଣିବା ପାଇଁ କʼଣ ନିତ୍ୟ ହଳ ବୁଲାଏ? ସେ କʼଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ?
25 When he has leveled its surface, does he not scatter dill and sow cumin, and plant wheat in rows and barley in its plot, and spelt along the border? ସେ କʼଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କʼଣ ଜହ୍ନା ବୁଣେ ନାହିଁ?
26 His Father instructs him rightly; his Father teaches him. କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।
27 Dill is not threshed with a sledge, nor is a cart wheel rolled over cumin; but dill is beaten out with a stick, and cumin with a rod. ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।
28 Grain for bread must be crushed, but he does not thresh it forever; he drives his cart wheel and horses over it, yet does not crush it to powder. ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।
29 This too comes from the Father of heaven's armies; he is wonderful in counsel and magnificent in wisdom. ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]