Skip to content
The Believer's Library

Indian Revised Version(IRV) Odia - 2021

Isaiah 3 IRVOry

Show IRVOry only
Verse × ×
1 For look—the Father of heaven's armies is about to strip from Jerusalem and from Judah every support and supply: the whole supply of bread and the whole supply of water, ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍‍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;
2 the warrior and the soldier, the judge and the prophet, the fortune-teller and the elder, ବୀର, ଯୋଦ୍ଧା; ବିଚାରକର୍ତ୍ତା, ଭବିଷ୍ୟଦ୍‍ବକ୍ତା, ମନ୍ତ୍ରଜ୍ଞ, ପ୍ରାଚୀନ;
3 the commander of fifty and the man of rank, the counselor, the skilled craftsman, and the clever enchanter. ପଚାଶପତି, ସମ୍ଭ୍ରାନ୍ତ ମନୁଷ୍ୟ, ମନ୍ତ୍ରୀ, ନିପୁଣ ଶିଳ୍ପକର ଓ ନିପୁଣ ଶୁଭାଶୁଭବାଦୀ (ଦୂରୀକୃତ ହେବେ)।
4 "I will make mere boys their officials, and childish whim will rule over them. ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ।
5 The people will oppress one another, each man against his neighbor; the young will rise up against the old, and the lowly against the honored." ଆଉ, ଲୋକମାନେ ଏକ ଜଣ ଅନ୍ୟ ଜଣ ଦ୍ୱାରା ଓ ପ୍ରତ୍ୟେକ ଲୋକ ଆପଣା ପ୍ରତିବାସୀ ଦ୍ୱାରା ଉପଦ୍ରୁତ ହେବେ; ବାଳକ ପ୍ରାଚୀନଙ୍କ ବିରୁଦ୍ଧରେ ଓ ଅଧମ ଲୋକ ସମ୍ଭ୍ରାନ୍ତ ଲୋକ ବିରୁଦ୍ଧରେ ଗର୍ବାଚରଣ କରିବ।
6 A man will seize his brother in his father's house and say, "You have a coat—you be our leader; take charge of this heap of ruins." କେହି କେହି ଆପଣା ଭ୍ରାତାକୁ ତାହାର ପିତୃଗୃହରେ ଧରି କହିବେ, “ତୁମ୍ଭର ବସ୍ତ୍ର ଅଛି, ତୁମ୍ଭେ ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ, ପୁଣି, ଏହି ନିପତିତ (ରାଜ୍ୟ) ତୁମ୍ଭ ହସ୍ତାଧୀନ ହେଉ;”
7 But on that day he will cry out, "I am no healer! There is no bread and no coat in my house—you will not make me leader of the people." ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”
8 For Jerusalem has stumbled and Judah has fallen, because their words and their deeds are against our Father, defying his glorious presence. ଯେହେତୁ ଯିରୂଶାଲମ ବିନଷ୍ଟ ଓ ଯିହୁଦା ପତିତ ହୋଇଅଛି; କାରଣ ସଦାପ୍ରଭୁଙ୍କର ପ୍ରତାପବିଶିଷ୍ଟ ଚକ୍ଷୁକୁ କ୍ରୋଧାନ୍ୱିତ କରିବା ପାଇଁ ସେମାନଙ୍କର ଜିହ୍ୱା ଓ କ୍ରିୟା ତାହାଙ୍କର ପ୍ରତିକୂଳ ଅଟେ।
9 The look on their faces testifies against them; they flaunt their sin like Sodom—they do not hide it. How terrible for them, for they have brought disaster on themselves! ସେମାନଙ୍କ ମୁଖର ଆକାର ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦିଏ; ପୁଣି, ସେମାନେ ସଦୋମର ନ୍ୟାୟ ଆପଣାମାନଙ୍କ ପାପ ପ୍ରକାଶ କରି ଗୋପନ କରନ୍ତି ନାହିଁ। ସେମାନଙ୍କ ପ୍ରାଣର ସନ୍ତାପ ହେବ! କାରଣ ସେମାନେ ଆପଣାମାନଙ୍କର ଅନିଷ୍ଟ ଆପେ କରିଅଛନ୍ତି।
10 Tell the righteous it will go well with them, for they will eat the fruit of their deeds. ତୁମ୍ଭେମାନେ ଧାର୍ମିକର ବିଷୟରେ କୁହ ଯେ, ତାହାର ମଙ୍ଗଳ ହେବ, ଯେହେତୁ ସେମାନେ ଆପଣା ଆପଣା କର୍ମର ଫଳ ଭୁଞ୍ଜିବେ।
11 How terrible for the wicked! It will go badly for him, for what his hands have done will be repaid to him. ଦୁଷ୍ଟ ଲୋକର ସନ୍ତାପ ହେବ! ତାହାର ଅମଙ୍ଗଳ ଘଟିବ; କାରଣ ତାହାର ହସ୍ତକୃତ କର୍ମର ପ୍ରତିଫଳ ତାହାକୁ ଦିଆଯିବ।
12 My people—children are their oppressors, and women rule over them. My people, your guides lead you astray and have swallowed up the path you should walk. ମୋʼ ଲୋକମାନଙ୍କ ବିଷୟ ଦେଖିଲେ, ବାଳକମାନେ ମୋʼ ଲୋକମାନଙ୍କର ଉପଦ୍ରବକାରୀ ଓ ସ୍ତ୍ରୀମାନେ ସେମାନଙ୍କ ଉପରେ ଶାସନ କରନ୍ତି। ହେ ମୋହର ଲୋକମାନେ, ତୁମ୍ଭର ପଥଦର୍ଶକମାନେ ତୁମ୍ଭକୁ ଭୁଲାନ୍ତି ଓ ତୁମ୍ଭ ଗମନର ପଥ ନଷ୍ଟ କରନ୍ତି।
13 Our Father takes his stand to bring his case; he rises to judge the peoples. ସଦାପ୍ରଭୁ ପ୍ରତିବାଦ କରିବାକୁ ଠିଆ ହେଉଅଛନ୍ତି, ଗୋଷ୍ଠୀୟମାନଙ୍କର ବିଚାର କରିବାକୁ ଠିଆ ହେଉଅଛନ୍ତି।
14 Our Father enters into judgment with the elders and officials of his people: "It is you who have devoured the vineyard; the plunder of the poor is in your houses. ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”
15 What do you mean by crushing my people and grinding the faces of the poor?" declares the Father of heaven's armies. “ତୁମ୍ଭେମାନେ ଯେ ଆମ୍ଭ ଲୋକମାନଙ୍କୁ ଦଳି ପକାଉଅଛ ଓ ଦରିଦ୍ରମାନଙ୍କ ମୁଖ ଘଷି ପକାଉଅଛ, ଏଥିରେ ତୁମ୍ଭମାନଙ୍କ ଅଭିପ୍ରାୟ କʼଣ?” ପ୍ରଭୁ, ବାହିନୀଗଣର ସଦାପ୍ରଭୁ ଏହି କଥା କହନ୍ତି।
16 Our Father said: "Because the daughters of Zion are proud—walking with outstretched necks and flirting eyes, mincing along with quick little steps, jingling the anklets on their feet, ଆହୁରି ସଦାପ୍ରଭୁ କହିଲେ, “ସିୟୋନର କନ୍ୟାଗଣ ଅହଙ୍କାରିଣୀ ଓ ଆପଣା ଆପଣା ଗ୍ରୀବା ଲମ୍ବାଇ ଓ କଟାକ୍ଷ କରି ଗମନ କରନ୍ତି, ଗମନ କରୁ କରୁ ଚଞ୍ଚଳ ପାଦସଞ୍ଚାର ଓ ଚରଣରେ ରୁଣୁଝୁଣୁ ଶବ୍ଦ କରନ୍ତି;
17 therefore the Sovereign Father will strike the heads of the daughters of Zion with scabs, and our Father will lay bare their foreheads." ଏହେତୁ ପ୍ରଭୁ ସିୟୋନର କନ୍ୟାଗଣର ମସ୍ତକ କାଛୁମୟ କରିବେ ଓ ସଦାପ୍ରଭୁ ସେମାନଙ୍କର ଗୁପ୍ତ ସ୍ଥାନ ଅନାବୃତ କରିବେ।”
18 On that day the Sovereign Father will strip away their finery: the anklets, the headbands, the crescent ornaments, ସେହି ଦିନ ପ୍ରଭୁ ସେମାନଙ୍କର ଗର୍ବ ସ୍ୱରୂପ ନୂପୁର, ଜାଲିବସ୍ତ୍ର, ଚନ୍ଦ୍ରହାର;
19 the earrings, the bracelets, the veils, କର୍ଣ୍ଣଭୂଷଣ, ଚୁଡ଼ି, ଘୁମୁଟା;
20 the headdresses, the ankle chains, the sashes, the perfume flasks, the charms, ଶିରୋଭୂଷଣ, ପାଦର ବଳା, କଟିବନ୍ଧନୀ, ଅତରଧାନୀ, କବଚ;
21 the signet rings, the nose rings, ମୁଦି, ନଥ;
22 the festival robes, the capes, the cloaks, the purses, ଉତ୍ସବକାଳୀନ ବସ୍ତ୍ର, ଆବରଣୀୟ ବସ୍ତ୍ର, ସାଲ, ଗାଞ୍ଜିଆ;
23 the hand mirrors, the fine linen garments, the turbans, and the shawls. ଦର୍ପଣ, ସୂକ୍ଷ୍ମ ବସ୍ତ୍ର, ଶିରୋବନ୍ଧନୀ ଓ ଓଢ଼ଣି କାଢ଼ି ପକାଇବେ।
24 Then, instead of perfume there will be a stench; instead of a sash, a rope; instead of elegantly styled hair, baldness; instead of fine robes, a wrapping of coarse cloth; branding instead of beauty. ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶ-ଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।
25 Your men will fall by the sword, your warriors in the battle. ତୁମ୍ଭର ପୁରୁଷମାନେ ଖଡ୍ଗାଘାତରେ ଓ ତୁମ୍ଭର ବିକ୍ରମୀଗଣ ଯୁଦ୍ଧରେ ପତିତ ହେବେ।
26 Her gates will mourn and lament; stripped bare, she will sit on the ground. ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]